1ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ।2ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।3ଏଥିଉତ୍ତାରେ ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା।4ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ।5ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।6ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ।” 7ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।8ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।9ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।10ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।11ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜ ସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା।12ଅର୍ଥାତ୍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ।13ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।14ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।15ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା।16ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ।17ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ,18ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।19ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।20ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।” 21ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।22ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।” 23ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।24ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।25ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ।26ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” 27ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।28ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକୁ ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର।” 29ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ।30ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍ ଶାକ ଦେଲୁ,” ତହିଁରେ ସେହିପରି ହେଲା।31ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
1ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।2ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।3ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
1ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”2ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;3କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”4ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;5ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”6ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।7ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।8ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।9ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ ?”10ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”11ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”12ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”13ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
1ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”2ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।3ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।4ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।5ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।6ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ?7ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”8ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।9ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”10ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।11ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;12ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”13କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।14ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”15ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।16ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।
1ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;2ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।3ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।4ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।5ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।6ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;7ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।8ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁଁ ସେ ମଲା।9ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;10ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;11ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।12କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;13ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;14ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।15ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;16ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;17ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।18ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;19ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;20ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।21ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;22ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;23ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା;24ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।25ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା;26ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;27ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।28ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,29ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।30ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;31ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।32ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍କୁ ଜାତ କଲେ।
1ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;2ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ1 ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।3ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”4ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।5ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।6ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।7ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”8ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପ୍ରାପ୍ତ ହେଲେ।
1ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।2ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;3ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।4ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”5ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।6ନୋହଙ୍କର ଛଅଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।7ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।8ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ9ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।10ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା।11ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା।12ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।13ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।14ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;15ଅର୍ଥାତ୍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।16ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱଦ୍ୱାର ବନ୍ଦ କଲେ।17ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।18ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।19ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।20ତହିଁ ଉପରେ ପନ୍ଦର କିଉବିଟ୍ସ1 ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।21ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,22ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ।23ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।24ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।
1ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;2ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାର ସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।3ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।4ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା।5ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।6ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ;7ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା।8ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ;9ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।10ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ;11ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।12ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।13(ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।14ଏହିରୂପେ ଦ୍ୱିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା।15ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ କହିଲେ,16“ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ।17ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”18ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;19ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।
1ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।2ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।3ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।4ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ।5ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।6ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।7ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”8ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,9“ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,10ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।11ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”12ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;13ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।14ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;15ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।16ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”17ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”
1ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।2ଗୋମର, ମାଗୋଗ୍, ମାଦୟ, ଯବନ, ତୁବଲ୍, ମେଶକ୍ ଓ ତୀରସ୍, ଏମାନେ ଯେଫତ୍ର ସନ୍ତାନ।3ଅସ୍କିନସ୍ ଓ ରୀଫତ୍ ଓ ତୋଗର୍ମା, ଏମାନେ ଗୋମରର ସନ୍ତାନ।4ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।5ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।6କୂଶ, ମିସର, ପୂଟ୍ ଓ କିଣାନ, ଏମାନେ ହାମର ସନ୍ତାନ।7ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ।8ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା।9ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ।”10ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।11ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ,12ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର।13ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ14ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ।15ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍16ଓ ଯିବୂଷୀୟ ଓ ଇମୋରୀୟ ଓ ଗିର୍ଗାଶୀୟ17ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ18ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ।19ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।20ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ।21ଯେଫତ୍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା।22ଶେମର ଏହିସବୁ ସନ୍ତାନ, ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍ ଓ ଅରାମ।23ଏହି ଅରାମର ସନ୍ତାନ ଊଷ୍ ଓ ହୂଲ ଓ ଗେଥର ଓ ମଶ୍।24ପୁଣି, ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର।25ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍।26ପୁଣି, ଯକ୍ତନ୍ର ପୁତ୍ର ଅଲ୍ମୋଦଦ ଓ ଶେଲଫ୍ ଓ ହତ୍ସର୍ମାବତ୍ ଓ ଯେରହ27ଓ ହଦୋରାମ ଓ ଊଷଲ ଓ ଦିକ୍ଲା28ଓ ଓବଲ ଓ ଅବୀମାୟେଲ୍ ଓ ଶିବା29ଓ ଓଫୀର ଓ ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନ୍ର ସନ୍ତାନ।30ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା।31ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ।32ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।
1ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକ ରୂପ ଉଚ୍ଚାରଣ ଥିଲା।2ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।3ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।4ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”5ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।6ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।7ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”8ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।9ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।
1ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।2ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।3ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”4ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚୋସ୍ତରି ବର୍ଷ ହୋଇଥିଲା।5ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।6ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ।7ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।8ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।9ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ।
1ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ।2ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ।3ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍ ଆଡ଼କୁ ଯାଉ ଯାଉ ବେଥେଲ୍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,4ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।5ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।6ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ।7ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।8ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।9ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋ’ଠାରୁ ପୃଥକ୍ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।10ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।11ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ୍ ହେଲେ।12ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।13ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ।
1ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ୍ ରାଜା ଓ ଏଲମ୍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,2ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍ ଓ ସବୋୟୀମର ରାଜା ଶିମେବର ଓ ବିଲାର, ଅର୍ଥାତ୍, ସୋୟରର ରାଜା ସହିତ ଯୁଦ୍ଧ କଲେ।3ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।4ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,5ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅଷ୍ଟରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମରେ ଏମୀୟ ଲୋକମାନଙ୍କୁ,6ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।7ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।8ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟୀମର ରାଜା ଓ ବିଲାର, ଅର୍ଥାତ୍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,9ଏଲମ୍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜା ଓ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ୍ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।10ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ।11ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।12ପୁଣି, ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ।13ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ।14ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ।15ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ।16ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।
1ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”2ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।”3ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋ’ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”4ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”5ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”6ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।7ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”8ତହୁଁ ଅବ୍ରାମ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି ?”9ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।”10ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।11ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ।12ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।13ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;14ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।15ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।16ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”17ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା।18ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,19ଅର୍ଥାତ୍, କେନୀୟ, କନଜୀୟ, କଦ୍ମୋନୀୟ,20ହିତ୍ତୀୟ, ପରିଷୀୟ, ରଫାୟୀୟ,21ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।”
1ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।2ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ।3ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।4ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛ ଜ୍ଞାନ କରିବାକୁ ଲାଗିଲା।5ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”6ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତା’ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।7ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,8“ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”9ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରି ଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”10ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।”11ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ1 ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।12ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।”13ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !”14ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ2 ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।15ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାୟେଲ ଦେଲେ।16ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା।
1ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।2ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।”3ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,4“ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।5ପୁଣି, ତୁମ୍ଭ ନାମ ଅବ୍ରାମ1 ଆଉ ରହିବ ନାହିଁ, ମାତ୍ର ଅବ୍ରହାମ2 ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।6ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀ ଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ।7ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।8ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”9ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ।10ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ।11ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।12ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।13ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ।14ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”
1ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ।2ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବା ମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ,3“ହେ ପ୍ରଭୁ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ।4ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ5ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲାପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।”6ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁ ଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର1 ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।”7ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା।8ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।9ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”10ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ। ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।”11ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।12ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”13ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ, ଏହା ଭାବି ସାରା କାହିଁକି ହସିଲା ?14ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।15ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।”
1ଏଥିଉତ୍ତାରେ ସନ୍ଧ୍ୟା ବେଳେ ସେହି ଦୁଇ ସ୍ୱର୍ଗଦୂତ ସଦୋମରେ ଉପସ୍ଥିତ ହେଲେ; ସେତେବେଳେ ଲୋଟ ସଦୋମ ନଗରର ଦ୍ୱାରରେ ଉପବିଷ୍ଟ ଥିବାରୁ ସେମାନଙ୍କୁ ଦେଖି ସେମାନଙ୍କ ସହିତ ସାକ୍ଷାତ କରିବାକୁ ଉଠିଲା, ପୁଣି, ଭୂମିଷ୍ଠ ପ୍ରଣାମ କରି କହିଲା2“ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।”3ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ।4ମାତ୍ର ସେମାନେ ଶୟନ କରିବା ପୂର୍ବେ ସେହି ନଗରର ଲୋକମାନେ, ଅର୍ଥାତ୍, ସଦୋମର ଯୁବାବୃଦ୍ଧାଦି ସମସ୍ତ ଲୋକ ଚାରିଆଡ଼ୁ ଆସି ତାହାର ଘର ଘେରିଲେ।5ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି ? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”6ତହିଁରେ ଲୋଟ ବାହାରକୁ ଆସି ଦ୍ୱାର ବନ୍ଦ କରି କହିଲା,7“ହେ ଭାଇମାନେ, ମୁଁ ବିନୟ କରୁଅଛି, ଏପରି କୁବ୍ୟବହାର କର ନାହିଁ।8ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋ’ ଛାତ ତଳେ ଆଶ୍ରୟ ନେଇ ଅଛନ୍ତି।”9ସେତେବେଳେ ସେମାନେ କହିଲେ, “ଘୁଞ୍ଚି ଯା।” ପୁଣି କହିଲେ, “ଏ ଲୋକଟା ଆମ୍ଭମାନଙ୍କ ମଧ୍ୟରେ ପ୍ରବାସ କରିବାକୁ ଆସି ଆମ୍ଭମାନଙ୍କର ବିଚାରକର୍ତ୍ତା ହେବାକୁ ଚାହେଁ; ଏବେ ସେମାନଙ୍କଠାରୁ ତୋ’ ପ୍ରତି ଆହୁରି କୁବ୍ୟବହାର କରିବା।” ତହୁଁ ସେମାନେ ସେହି ମନୁଷ୍ୟ, ଅର୍ଥାତ୍, ଲୋଟ ପ୍ରତି ବଳ ପ୍ରୟୋଗ କରି କବାଟ ଭାଙ୍ଗିବାକୁ ଗଲେ।10ମାତ୍ର ସେହି ଦୁଇ ଜଣ ହସ୍ତ ବଢ଼ାଇ ଲୋଟକୁ ଗୃହ ମଧ୍ୟରେ ଆପଣାମାନଙ୍କ ନିକଟକୁ ଟାଣି ନେଇ ଦ୍ୱାର ବନ୍ଦ କଲେ।11ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ।12ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ଲୋଟକୁ କହିଲେ, “ଏସ୍ଥାନରେ ତୁମ୍ଭର ଆଉ କିଏ କିଏ ଅଛନ୍ତି ? ଜୁଆଁଇ ଓ ତୁମ୍ଭର ପୁତ୍ରକନ୍ୟାଦି ଯେତେ ଲୋକ ଏ ନଗରରେ ଅଛନ୍ତି, ସେ ସମସ୍ତଙ୍କୁ ଏସ୍ଥାନରୁ ନେଇଯାଅ;13ଯେହେତୁ ଆମ୍ଭେମାନେ ଏ ସ୍ଥାନ ଉଚ୍ଛିନ୍ନ କରିବା। ସଦାପ୍ରଭୁଙ୍କ ଛାମୁରେ ଏ ନଗର ବିରୁଦ୍ଧରେ ମହାକ୍ରନ୍ଦନ ଉଠିଅଛି, ଏଣୁ ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବା ପାଇଁ ଆମ୍ଭମାନଙ୍କୁ ପଠାଇ ଅଛନ୍ତି।”14ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।15ଆରଦିନ ପ୍ରଭାତ ହୁଅନ୍ତେ, ଦୂତମାନେ ଲୋଟକୁ ଚଞ୍ଚଳ କରାଇ କହିଲେ, “ଉଠ, ଆପଣାର ଭାର୍ଯ୍ୟା ଓ ଏହି ଯେଉଁ ଦୁଇ କନ୍ୟା ଏଠାରେ ଅଛନ୍ତି, ସେମାନଙ୍କୁ ଘେନିଯାଅ; ନୋହିଲେ ନଗରର ଦଣ୍ଡରେ ବିନଷ୍ଟ ହେବ।”16ତଥାପି ସେ ବିଳମ୍ବ କଲା; ତହିଁରେ ତାହା ପ୍ରତି ସଦାପ୍ରଭୁଙ୍କର ଦୟା ସକାଶୁ ସେମାନେ ତାହାର ଓ ତାହା ଭାର୍ଯ୍ୟାର ଓ ଦୁଇ କନ୍ୟାଙ୍କର ହସ୍ତ ଧରି ସେମାନଙ୍କୁ ନଗରର ବାହାରେ ରଖିଲେ।17ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”18ତହିଁରେ ଲୋଟ ଉତ୍ତର କଲା, “ହେ ମୋହର ପ୍ରଭୁ, ଏପରି ନ ହେଉ;19ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହା ଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି।20ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ ?”21ତହୁଁ ସେ କହିଲେ, “ଭଲ, ଆମ୍ଭେ ଏ ବିଷୟରେ ତୁମ୍ଭ ପ୍ରତି ଅନୁଗ୍ରହ କରି, ସେହି ଯେଉଁ ନଗରର କଥା ତୁମ୍ଭେ କହିଲ, ତାହା ଉତ୍ପାଟନ କରିବା ନାହିଁ।22ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର1 ହେଲା।
1ଏଥିଉତ୍ତାରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟ ସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ।2ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ; ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।”3ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”4ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ ?5ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”6ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।7ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”8ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ।9ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”10ଅବିମେଲକ ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ କ’ଣ ଦେଖି ଏରୂପ କର୍ମ କଲ ?”11ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏ ନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।12ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା।13ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ତୁମ୍ଭେ ମୋ’ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।”14ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ।15ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।”16ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟ ବିଚାର କରାଗଲା।”17ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।18ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭରୋଧ କରିଥିଲେ।
1ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ।2ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ।3ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍ହାକ1 ରଖିଲେ।4ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ।5ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍ହାକ ଜାତ ହେଲା।6ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋ’ ସହିତ ହସିବେ।”7ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏକଥା ଅବ୍ରହାମଙ୍କୁ କିଏ କହିପାରନ୍ତା ? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”8ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।
1ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି।”2ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”3ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇଜଣ ଦାସ ଓ ଆପଣା ପୁତ୍ର ଇସ୍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।4ଏଥିଉତ୍ତାରେ ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ।5ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।”6ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।7ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢା ଛୁଆ କାହିଁ ?”8ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।9ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।10ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।11ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”12ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”13ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।14ପୁଣି, ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି1 ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ।15ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ,16“ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;17ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।18ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”19ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍ଶେବାକୁ ଗଲେ ଓ ଅବ୍ରହାମ ବେର୍ଶେବାରେ ବାସ କଲେ।20ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।21ତାହାର ଜ୍ୟେଷ୍ଠ ପୁତ୍ର ଊଷ୍ ଓ ତାହାର ଭ୍ରାତା ବୂଷ୍ ଓ ଅରାମର ପିତା କମୂୟେଲ,22ପୁଣି, କେଷଦ୍ ଓ ହସୋ ଓ ପିଲଦଶ୍ ଓ ଯିଦ୍ଲଫ୍ ଓ ବଥୂୟେଲ।”23ସେହି ବଥୂୟେଲର କନ୍ୟା ରିବିକା। ମିଲ୍କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା।24ପୁଣି, ନାହୋରର ରୂମା ନାମ୍ନୀ ଉପପତ୍ନୀଠାରୁ ଟେବହ, ଗହମ୍, ତହଶ୍ ଓ ମାଖା, ଏମାନେ ଜାତ ହେଲେ।
1ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ।2ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।3ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତ୍ର ସନ୍ତାନମାନଙ୍କୁ କହିଲେ,4“ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋ’ ଦୃଷ୍ଟିର ଅଗୋଚରରେ ମୋ’ ମୃତକୁ କବର ଦେବି।”5ତହୁଁ ହେତ୍ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;6ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”7ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍, ହେତ୍ର ସନ୍ତାନମାନଙ୍କୁ ପ୍ରଣାମ କଲେ।8ପୁଣି, କଥୋପକଥନ କରି କହିଲେ, “ମୋ’ ଦୃଷ୍ଟିର ବାହାରେ ମୋ’ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋ’ କଥା ଶୁଣନ୍ତୁ; ଆପଣମାନେ ମୋ’ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।9ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”10ସେତେବେଳେ ଇଫ୍ରୋଣ ହେତ୍ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,11“ପ୍ରଭୁ, ସେପରି ନ ହେଉ, ମୋ’ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”12ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।13ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋ’ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”14ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା,15“ପ୍ରଭୁ, ମୋ’ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରିଶହ ଶେକଲ ରୂପା,1 ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର ? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”16ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।17ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,18ଏହି ସବୁରେ ହେତ୍ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।19ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ।20ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।
1ସେହି ସମୟରେ ଅବ୍ରହାମ ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସଦାପ୍ରଭୁ ଅବ୍ରହାମଙ୍କୁ ସବୁ ବିଷୟରେ ଆଶୀର୍ବାଦ କରିଥିଲେ।2ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ;3ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋ’ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ;4ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋ’ ପୁତ୍ର ଇସ୍ହାକ ନିମନ୍ତେ କନ୍ୟା ଆଣିବ।”5ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋ’ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି ?”6ତହିଁରେ ଅବ୍ରହାମ କହିଲେ, “ସାବଧାନ; ମୋ’ ପୁତ୍ରକୁ କେବେ ସେଠାକୁ ନେଇଯିବ ନାହିଁ।”7ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋ’ ସଙ୍ଗେ ଆଳାପ କରିଅଛନ୍ତି, ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋ’ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।8ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋ’ ପୁତ୍ରକୁ ସେହି ଦେଶକୁ ନେଇ ଯିବ ନାହିଁ।9ତହିଁରେ ସେହି ଦାସ ଆପଣା ପ୍ରଭୁ ଅବ୍ରହାମଙ୍କର ଜଙ୍ଘରେ ହସ୍ତ ଦେଇ ସେହି ବିଷୟରେ ଶପଥ କଲା।10ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍1 ଦେଶର ନାହୋର ନଗରକୁ ଯାତ୍ରା କଲା।11ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।12ପୁଣି, “ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋ’ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋ’ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।13ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;14ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ, ଏହି କଥା କହିଲେ ସେହି କନ୍ୟା ଯଦି କହିବ, ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି, ତେବେ ସେ ତୁମ୍ଭ ଦାସ ଇସ୍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋ’ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”15ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।16ସେହି କନ୍ୟା ପରମ ସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି,17ଏପରି ସମୟରେ ସେହି ଦାସ ଦୌଡ଼ି ଯାଇ ତାହା ସଙ୍ଗେ ଦେଖା କରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।”18ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।19ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢ଼ିବି।”20ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା।21ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା।22ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ2 ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ3 ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,23“ନିବେଦନ କରୁଅଛି, ତୁମ୍ଭେ କାହାର କନ୍ୟା, ମୋତେ କୁହ। ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରାତ୍ରି କ୍ଷେପଣ କରିବାକୁ କି ସ୍ଥାନ ଅଛି ?”24ତହିଁରେ ସେ ଉତ୍ତର କଲା, “ନାହୋରର ଔରସରେ ମିଲ୍କାଠାରୁ ଜାତ ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।”25ସେ ଆହୁରି କହିଲା, “ଆମ୍ଭମାନଙ୍କର ପାଳକୁଟା ଓ ଦାନା ଯଥେଷ୍ଟ ଅଛି, ମଧ୍ୟ ରାତ୍ର କ୍ଷେପଣ କରିବାକୁ ସ୍ଥାନ ଅଛି।”26ସେତେବେଳେ ସେହି ମନୁଷ୍ୟ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କରି କହିଲା,27“ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋ’ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋ’ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”28ଆଉ ସେହି କନ୍ୟା ଦୌଡ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା।29ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା।30ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, “ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା,” ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,31“ହେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।”32ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା।33ଏଥିଉତ୍ତାରେ ତାହା ସମ୍ମୁଖରେ ଭୋଜନ ସାମଗ୍ରୀ ରଖାଗଲା; ମାତ୍ର ସେ କହିଲା, “ବକ୍ତବ୍ୟ କଥା ନ କହି ମୁଁ ଭୋଜନ କରିବି ନାହିଁ।” ତହିଁରେ ଲାବନ କହିଲା, “କୁହ।”34ତେବେ ସେ କହିଲା, “ମୁଁ ଅବ୍ରହାମଙ୍କର ଦାସ।”35ସଦାପ୍ରଭୁ ମୋ’ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ୍ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।36ପୁଣି, ମୋ’ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି।37ପୁଣି, ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, “ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ;38ମାତ୍ର ଆମ୍ଭ ପୈତୃକ ବଂଶୀୟ ଲୋକମାନଙ୍କ ନିକଟକୁ ଯାଇ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ।”39ସେତେବେଳେ ମୁଁ ପ୍ରଭୁଙ୍କୁ କହିଲି, “କେଜାଣି କୌଣସି କନ୍ୟା ମୋ’ ସଙ୍ଗରେ ନ ଆସିବ।”40ତହିଁରେ ସେ କହିଲେ, “ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;41ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।”42ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର,43ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡ଼ା ହୋଇଅଛି। ତହିଁରେ ଜଳ କାଢ଼ିବାକୁ ଆଗତା କୌଣସି କନ୍ୟାକୁ ଯଦି ମୁଁ କହେ, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ;44ପୁଣି, ସେ କନ୍ୟା ଯଦି କହେ, ତୁମ୍ଭେ ପାନ କର ଓ ତୁମ୍ଭ ଓଟମାନଙ୍କ ନିମନ୍ତେ ହେଁ ପାଣି କାଢ଼ି ଦେବି; ତେବେ ସେ ମୋ’ କର୍ତ୍ତାଙ୍କ ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଦ୍ୱାରା ନିରୂପିତା କନ୍ୟା ହେଉ।45ଏହି କଥା ମୁଁ ମନେ ମନେ କହୁଥଲି, ଏଥି ମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, “ବିନୟ କରୁଅଛି, ମୋତେ ଜଳ ପାନ କରାଅ।”46ତହିଁରେ ସେ ଶୀଘ୍ର ସ୍କନ୍ଧରୁ କଳସ ନୁଆଁଇ କହିଲା, “ପାନ କର, ପୁଣି, ମୁଁ ତୁମ୍ଭ ଓଟମାନଙ୍କୁ ହିଁ ପାନ କରାଇବି; ତହୁଁ ମୁଁ ପାନ କଲି, ପୁଣି, ସେ ଓଟମାନଙ୍କୁ ପାନ କରାଇଲା।”47ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, “ତୁମ୍ଭେ କାହାର କନ୍ୟା ?” ତହିଁରେ ସେ କହିଲା, “ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।” ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି।48ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋ’ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋ’ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।49ଏହେତୁ ତୁମ୍ଭେମାନେ ଯଦି ମୋ’ ପ୍ରଭୁଙ୍କ ସହିତ ଦୟା ଓ ସତ୍ୟ ବ୍ୟବହାର କରିବାକୁ ସମ୍ମତ ହୁଅ, ତେବେ ତାହା କୁହ; ଆଉ ଯଦି ନ ହୁଅ, ତାହା ମଧ୍ୟ କୁହ; ତହିଁରେ ମୁଁ ଡାହାଣ ଅଥବା ବାମରେ ଫେରିଯିବି।”50ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, “ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।51ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାହାକୁ ଘେନି ପ୍ରସ୍ଥାନ କର, ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ତୁମ୍ଭ କର୍ତ୍ତାଙ୍କ ପୁତ୍ରର ଭାର୍ଯ୍ୟା ହେଉ।”52ସେତେବେଳେ ଅବ୍ରହାମଙ୍କର ଦାସ ସେମାନଙ୍କଠାରୁ ଏହି କଥା ଶୁଣିବାମାତ୍ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିଷ୍ଠ ପ୍ରଣାମ କଲା।53ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।54ତହିଁରେ ସେ ଓ ତାହାର ସଙ୍ଗୀଗଣ ଭୋଜନପାନ କରି ସେହିଠାରେ ରାତ୍ରି କ୍ଷେପଣ କଲେ; ଏଥିଉତ୍ତାରେ ସେମାନେ ପ୍ରଭାତରେ ଉଠନ୍ତେ, ସେହି ଦାସ କହିଲା, “ମୋ’ ପ୍ରଭୁଙ୍କ ନିକଟକୁ ଯିବାକୁ ମୋତେ ବିଦାୟ କର।”55ତହିଁରେ ରିବିକାର ଭ୍ରାତା ଓ ମାତା କହିଲେ, “ଏହି କନ୍ୟା ଆମ୍ଭମାନଙ୍କ ନିକଟରେ କିଛିଦିନ, ହୋଇ ପାରିଲେ ଦଶଦିନ ଥାଉ, ତହିଁ ଉତ୍ତାରୁ ସେ ଯିବ।”56ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।”57ତହିଁରେ ସେମାନେ କହିଲେ, “ଆମ୍ଭେମାନେ କନ୍ୟାକୁ ଡାକି ତାହାକୁ ସାକ୍ଷାତରେ ପଚାରୁ।”58ଏଥିଉତ୍ତାରେ ସେମାନେ ରିବିକାକୁ ଡାକି କହିଲେ, “ତୁମ୍ଭେ କି ଏହି ମନୁଷ୍ୟ ସଙ୍ଗରେ ଯିବ ?” ତହୁଁ ସେ କହିଲା, “ଯିବି।”59ସେତେବେଳେ ସେମାନେ ଆପଣା ଭଗିନୀ ରିବିକାକୁ ଓ ତାହାର ଧାତ୍ରୀକୁ, ପୁଣି, ଅବ୍ରହାମଙ୍କର ଦାସ ଓ ତାହାର ଲୋକମାନଙ୍କୁ ବିଦାୟ କଲେ।60ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”61ଏଥିଉତ୍ତାରେ ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ। ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା।62ସେହି ସମୟରେ ଇସ୍ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଥିଲା।63ପୁଣି, ସନ୍ଧ୍ୟା ବେଳେ ଧ୍ୟାନ କରିବା ପାଇଁ କ୍ଷେତ୍ରକୁ ଯାଇଥିଲା; ଏଥିମଧ୍ୟରେ ଅନାଇ ଓଟଗଣକୁ ଆସିବାର ଦେଖିଲା।64ସେତେବେଳେ ରିବିକା ଅନାଇ ଇସ୍ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା।65ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା।66ଏଥିଉତ୍ତାରେ ସେହି ଦାସ ଇସ୍ହାକକୁ ଆପଣା କୃତ କର୍ମର ସମସ୍ତ ବିବରଣ କହିଲା।67“ସେତେବେଳେ ଇସ୍ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନି ଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା।” ତହିଁରେ ଇସ୍ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା।
1ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ।2ସେ ତାଙ୍କ ନିମନ୍ତେ ସିମ୍ରନ୍, ଯକ୍ଷନ୍, ମଦାନ୍, ମିଦୀୟନ, ଯିଶ୍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।3ସେହି ଯକ୍ଷନ୍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।4ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।5ଏଥିଉତ୍ତାରେ ଅବ୍ରହାମ ଇସ୍ହାକକୁ ଆପଣାର ସର୍ବସ୍ୱ ଦେଲେ।6ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।7ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତୋରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।8ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।9ଆଉ ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।10ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।11ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।
1ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।2ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।3ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।4ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।5ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”6ତହିଁରେ ଇସ୍ହାକ ଗରାରଠାରେ ବାସ କଲେ।7ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।
1ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”2ତହୁଁ ସେ ତାହାଙ୍କୁ କହିଲେ, “ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁଦିନ ମୋହର ମୃତ୍ୟୁୁ ହେବ, ତାହା ମୁଁ ଜାଣେ ନାହିଁ।”3ଏବେ ବିନୟ କରୁଅଛି, “ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋ’ ନିମନ୍ତେ ମୃଗ ଆଣ।4ପୁଣି, ମୁଁ ଯେଉଁପରି ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋ’ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।”5ଇସ୍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,6ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି,7ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’8ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ମୋହର ସେହି କଥା ଶୁଣ।9ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପା’ନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି।10ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।”11ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ।12ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”13ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋ’ କଥା ମାନ ଓ ଯାଇ ଛେଳିଛୁଆ ଆଣ।”14ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା।15ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।16ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।17ଆଉ ସେହି ରନ୍ଧା ସୁସ୍ୱାଦୁ ଖାଦ୍ୟ ଓ ରୁଟି ଯାକୁବର ହସ୍ତରେ ଦେଲା।18ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ ?”19ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି,” ଏବେ ନିବେଦନ କରୁଅଛି, “ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”20ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।”21ଇସ୍ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋ’ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”22ତହୁଁ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟକୁ ଯା’ନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”23ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।24ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ ?” ସେ କହିଲା, “ହଁ, ମୁଁ ସେହି।”25ସେତେବେଳେ ଇସ୍ହାକ କହିଲେ, “ତାହା ମୋ’ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବ।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।26ଏଥିଉତ୍ତାରେ ତାହାର ପିତା ଇସ୍ହାକ କହିଲେ, “ପୁତ୍ର, ଏବେ ମୋ’ ନିକଟକୁ ଆସି ମୋତେ ଚୁମ୍ବନ କର।”27ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋ’ ପୁତ୍ରର ସୁଗନ୍ଧି;28ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;29ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”
1ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ।2ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।3ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।4ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”5ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।
1ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା।2ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।3ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତା’ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।4ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”5ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି ? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ।”6ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”7ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”8ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”9ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।10ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।11ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚ ସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।12ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।13ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।14ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।15ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ ? ଏଣୁ କି ବେତନ ନେବ ? ତାହା କୁହ।”16ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ।17ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।18ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”19ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋ’ ନିକଟରେ ଥାଅ।”20ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।21ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋ’ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”22ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।23ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା।24ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକି ଦେଲା।25ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା ! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ ?”26ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।27ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।”28ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରି ଦେଲା।29ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍ହା ନାମ୍ନୀ ଦାସୀକି ଦେଲା।30ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।
1ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”2ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି ? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”3ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋ’ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।”4ପୁଣି, ସେ ଆପଣା ଦାସୀ ବିଲ୍ହାକୁ ତାହା ସହିତ ବିବାହ ଦେଲା।5ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା।6ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।7ଏଥିଉତ୍ତାରେ ରାହେଲର ଦାସୀ ବିଲ୍ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।8ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।9ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।10ତହିଁରେ ଲେୟାର ଦାସୀ ସିଳ୍ପାଠାରୁ ଯାକୁବର ଗୋଟିଏ ପୁତ୍ର ଜାତ ହେଲା।11ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ !” ଏଥିପାଇଁ ତାହାର ନାମ ଗାଦ୍ (ସୌଭାଗ୍ୟ) ରଖିଲା।12ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।13ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।14ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍ ବାହାରେ ଯାଇ କ୍ଷେତରୁ ଦୂଦାଫଳ1 ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।”15ତହିଁରେ ସେ କହିଲା, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ ? ତୁମ୍ଭେ ମୋ’ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”16ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋ’ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା।17ତହିଁରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା।18ତେବେ ଲେୟା କହିଲା, “ମୁଁ ସ୍ୱାମୀକି ଆପଣା ଦାସୀ ଦେଇଥିଲି, ପରମେଶ୍ୱର ତାହାର ବେତନ ମୋତେ ଦେଇ ଅଛନ୍ତି,” ଏହେତୁ ସେ ତାହାର ନାମ ଇଷାଖର2 ରଖିଲା।19ଏଥିଉତ୍ତାରେ ଲେୟା ପୁନର୍ବାର ଗର୍ଭଧାରଣ କରି ଯାକୁବର ଷଷ୍ଠ ପୁତ୍ର ପ୍ରସବ କଲା।20ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋ’ ସ୍ୱାମୀ ମୋ’ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ3 ରଖିଲା।21ଏଉତ୍ତାରେ ସେ ଏକ କନ୍ୟା ପ୍ରସବ କରନ୍ତେ, ତାହାର ନାମ ଦୀଣା ରଖିଲା।22ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।23ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।”24ଏଣୁ ସେ ତାହାର ନାମ ଯୋଷେଫ4 ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”
1ପୁଣି, ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି, ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।2ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା।3ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”4ଏଣୁ ଯାକୁବ କ୍ଷେତ୍ରରେ ପଶୁପଲ ନିକଟକୁ ରାହେଲ ଓ ଲେୟାକୁ ଡକାଇ କହିଲା,5“ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋ’ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।6ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ।7ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି।8ଯେହେତୁ ଚିତ୍ରବିଚିତ୍ର ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ, ସେ ଆପେ ଯେତେବେଳେ ଏହି କଥା କହିଲେ, ସେତେବେଳେ ସମସ୍ତ ପଶୁ ଚିତ୍ରବିଚିତ୍ର ଛୁଆ ପ୍ରସବ କଲେ; ପୁଣି, ରେଖାଙ୍କିତ ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ, ସେ ଯେତେବେଳେ ଏହା କହିଲେ, ସେତେବେଳେ ସମସ୍ତ ପଶୁ ରେଖାଙ୍କିତ ଛୁଆ ପ୍ରସବ କଲେ।9ଏହିରୂପେ ପରମେଶ୍ୱର ତୁମ୍ଭମାନଙ୍କ ପିତାଙ୍କର ପଶୁଧନ ନେଇ ମୋତେ ଦେଲେ।10କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ୱପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ।11ସେତେବେଳେ ପରମେଶ୍ୱରଙ୍କ ଦୂତ ସ୍ୱପ୍ନରେ ମୋତେ ଯାକୁବ ବୋଲି ଡାକନ୍ତେ, ମୁଁ କହିଲି, “ଦେଖନ୍ତୁ, ମୁଁ ଏଠାରେ।”12ତହିଁରେ ସେ କହିଲେ, “ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ।13ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରି ଯାଅ !”14ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, “ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି ?15ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି।16ଏହେତୁ ପରମେଶ୍ୱର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁ ସବୁ ଧନ ନେଇଅଛନ୍ତି, ସେହି ସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର।” ଏଣୁ ପରମେଶ୍ୱର ତୁମ୍ଭକୁ ଯାହା କହିଲେ, “ତୁମ୍ଭେ ତାହା କର।”17ତହୁଁ ଯାକୁବ ଉଠି ଆପଣା ସନ୍ତାନଗଣ ଓ ଭାର୍ଯ୍ୟାମାନଙ୍କୁ ଓଟ ଉପରେ ବସାଇଲା;18ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍, ପଦ୍ଦନ୍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍ହାକ ନିକଟକୁ ପ୍ରସ୍ଥାନ କଲା।19ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।20ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ବାଦ ନ ଦେଇ ଅରାମୀୟ ଲାବନକୁ ପ୍ରବଞ୍ଚନା କଲା।21ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।
1ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ।2ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ; ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।”3ତହିଁ ଉତ୍ତାରୁ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।4ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା।5ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।”6ଏଥିଉତ୍ତାରେ ଦୂତମାନେ ଫେରି ଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”7ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,8“ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ,”9ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଥିଲ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରି ଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।10ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟିମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।11ବିନୟ କରୁଅଛି, ମୋ’ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।12ତୁମ୍ଭେ ତ କହିଅଛ, ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ର ତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।”13ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟି ପ୍ରସ୍ତୁତ କଲା;14ଅର୍ଥାତ୍, ଦୁଇଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇଶହ ମେଷୀ ଓ କୋଡିଏ ମେଷ,15ପୁଣି, ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି, କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛୁରି ପ୍ରସ୍ତୁତ କଲା।16ଏଥିଉତ୍ତାରେ ପଲ ସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମପର୍ଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋ’ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”17ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ତୁମ୍ଭେ କାହାର ଦାସ ? କେଉଁଠାକୁ ଯାଉଅଛ ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର ?18ତେବେ ତୁମ୍ଭେ ଉତ୍ତର ଦେବ, ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।”19ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।”20ଆହୁରି କହିବ, “ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି; କାରଣ ସେ ମନେ କଲେ, ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରି ପାରନ୍ତି।”21ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।
1ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରିଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,2ଅର୍ଥାତ୍, ଆଗେ ଦୁଇ ଦାସୀ ଓ ସେମାନଙ୍କ ସନ୍ତାନଗଣକୁ, ତାହା ପଛେ ଲେୟା ଓ ତାହାର ସନ୍ତାନଗଣକୁ, ସର୍ବଶେଷରେ ରାହେଲ ଓ ଯୋଷେଫକୁ ରଖିଲା।3ପୁଣି, ଆପେ ସମସ୍ତଙ୍କ ଆଗେ ଯାଇ ସାତଥର ଭୂମିଷ୍ଠ ପ୍ରଣାମ କରୁ କରୁ ଆପଣା ଭ୍ରାତା ନିକଟରେ ଉପସ୍ଥିତ ହେଲା।4ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।5ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା,” ତୁମ୍ଭ ସଙ୍ଗେ ଏମାନେ କିଏ ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”6ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ।7ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ।8ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁ ସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ ?” ଯାକୁବ କହିଲା, “ମୋ’ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”9ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।”10ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋ’ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋ’ ପ୍ରତି ପ୍ରସନ୍ନ ହୋଇଅଛନ୍ତି।11ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।12ଏଥିଉତ୍ତାରେ ଏଷୌ କହିଲା, “ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି।”13ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋ’ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।14ଏଣୁ ନିବେଦନ କରୁଅଛି, “ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋ’ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।”15ଏଷୌ କହିଲା, “ତେବେ ମୋ’ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ ? ମୋ’ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”16ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା।17ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ1 ନାମରେ ବିଖ୍ୟାତ ହୋଇଅଛି।18ଏହି ପ୍ରକାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ବୁ ସ୍ଥାପନ କଲା।19ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା।20ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ2 ରଖିଲା।
1ଏଥିଉତ୍ତାରେ ଲେୟାଠାରୁ ଜାତ ଦୀଣା ନାମ୍ନୀ ଯାକୁବର କନ୍ୟା ସେହି ଦେଶର କନ୍ୟାମାନଙ୍କ ସଙ୍ଗେ ଦେଖା କରିବାକୁ ବାହାରକୁ ଗଲା।2ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା।3ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା।4ଏଥିଉତ୍ତାରେ ଶିଖିମ ଆପଣା ପିତା ହମୋରକୁ କହିଲା, “ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରି ଦିଅ।”5ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା।6ଏଥିମଧ୍ୟରେ ଶିଖିମର ପିତା ହମୋର ଯାକୁବ ସହିତ କଥାବାର୍ତ୍ତା କରିବାକୁ ଗଲା।7ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ।8ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, “ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋ’ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋ’ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ।9ପୁଣି, ଆମ୍ଭମାନଙ୍କ ସଙ୍ଗେ ବିବାହ ସମ୍ବନ୍ଧ ରଖ, ତୁମ୍ଭମାନଙ୍କ କନ୍ୟା ଆମ୍ଭମାନଙ୍କୁ ଦିଅ, ଆମ୍ଭମାନଙ୍କ କନ୍ୟା ତୁମ୍ଭେମାନେ ନିଅ।10ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ସାରା ଦେଶ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର।”11ପୁଣି, ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, “ମୋ’ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି।12ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋ’ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।”13ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ,14“ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ।15ଯଦି କେବଳ ଗୋଟିଏ କର୍ମ କରିବ, ଆମ୍ଭମାନଙ୍କ ପରି ତୁମ୍ଭେମାନେ ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କ କଥାରେ ସମ୍ମତ ହେବା।16ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି, ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା।17ମାତ୍ର ତୁମ୍ଭେମାନେ ଯଦି ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା।”18ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ।19ପୁଣି, ସେହି ଯୁବା ଅତିଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା। ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା।20ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗରଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;21“ଏହି ଲୋକମାନେ ଆମ୍ଭମାନଙ୍କ ସହିତ ନିର୍ବିରୋଧୀ; ଏଥିପାଇଁ ଏମାନଙ୍କୁ ଏହି ଦେଶରେ ବାସ ଓ ବାଣିଜ୍ୟ କରିବାକୁ ଦିଆଯାଉ; କାରଣ ଦେଖ, ଏ ଦେଶ ସେମାନଙ୍କ ନିମନ୍ତେ ଯଥେଷ୍ଟ ଅଟଇ; ପୁଣି, ଆମ୍ଭେମାନେ ସେମାନଙ୍କ କନ୍ୟା ଗ୍ରହଣ କରିବା ଓ ଆମ୍ଭମାନଙ୍କ କନ୍ୟା ସେମାନଙ୍କୁ ଦେବା।22ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯଦି ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ।23ସେମାନଙ୍କ ଧନ, ସମ୍ପତ୍ତି ଓ ପଶୁଗଣ କି ଆମ୍ଭମାନଙ୍କର ହେବ ନାହିଁ ? କେବଳ ଆମ୍ଭେମାନେ ସେମାନଙ୍କ କଥା ଅଙ୍ଗୀକାର କରୁ, ତାହା କଲେ, ସେମାନେ ଆମ୍ଭମାନଙ୍କ ସଙ୍ଗେ ବାସ କରିବେ।”24ସେତେବେଳେ ହମୋର ଓ ତାହାର ପୁତ୍ର ଶିଖିମର ଏହି କଥାରେ ତାହାର ନଗରଦ୍ୱାର ଦେଇ ବହିର୍ଗମନକାରୀ ସମସ୍ତ ଲୋକ ସମ୍ମତ ହେଲେ; ତହିଁରେ ତାହାର ନଗରଦ୍ୱାର ଦେଇ ବହିର୍ଗମନକାରୀ ପ୍ରତ୍ୟେକ ପୁରୁଷର ସୁନ୍ନତ ହେଲା।25ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ।26ପୁଣି, ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ୍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ।27ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକି ସେହି ଲୋକମାନେ ଭ୍ରଷ୍ଟା କରିଥିଲେ।28ପୁଣି, ସେମାନଙ୍କ ମେଷ ଓ ଗୋରୁ ଓ ଗଧସବୁ, ଆଉ ନଗରସ୍ଥ ଓ କ୍ଷେତ୍ରସ୍ଥ ସମସ୍ତ ଦ୍ରବ୍ୟ ହରଣ କଲେ।29ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ୱ ଲୁଟ କଲେ।30ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋ’ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”31ସେମାନେ ଉତ୍ତର କଲେ, “ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ ?”
1ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।”2ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁ ସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।3ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋ’ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”4ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହା ସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ଲୁଚାଇ ରଖିଲେ।5ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।6ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍ରେ, ଅର୍ଥାତ୍, ବେଥେଲ୍ରେ ଉପସ୍ଥିତ ହେଲେ।7ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍1 ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।8ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍ର ଅଧଃସ୍ଥିତ ଅଲୋନ ବୃକ୍ଷମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍2 ହେଲା।9ଏଥିଉତ୍ତାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।10ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ; ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।”11ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।12ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”13ସେହି ସ୍ଥାନରେ ତାଙ୍କ ସହିତ ଏହିପରି କଥାବାର୍ତ୍ତା କରି ପରମେଶ୍ୱର ତାଙ୍କ ନିକଟରୁ ଉର୍ଦ୍ଧ୍ୱଗମନ କଲେ।14ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।15ପୁଣି, ଯାକୁବ ପରମେଶ୍ୱରଙ୍କ ସହିତ କଥୋପକଥନ ସ୍ଥାନର ନାମ ବେଥେଲ୍ ରଖିଲେ।
1ଏଷୌର ବଂଶାବଳୀ। ତାହାର ଅନ୍ୟତମ ନାମ ଇଦୋମ୍।2ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍, ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍ର ପୌତ୍ରୀ ଅହଲୀବାମାକୁ,3ତଦ୍ଭିନ୍ନ ନବାୟୋତ୍ର ଭଗିନୀକୁ, ଅର୍ଥାତ୍, ଇଶ୍ମାୟେଲର କନ୍ୟା ବାସମତ୍କୁ ବିବାହ କଲା।4ଏଥିଉତ୍ତାରେ ଏଷୌର ଔରସରେ ଆଦା ଇଲୀଫସ୍କୁ ଓ ବାସମତ୍ ରୁୟେଲକୁ ପ୍ରସବ କଲେ।5ଆଉ ଅହଲୀବାମା, ଯିୟୂଶ୍, ଯାଲମ୍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।6ଏଥିଉତ୍ତାରେ ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି, ଆପଣାର ସମସ୍ତ ପଶ୍ୱାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା।7ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।8ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍।9ଆଉ ସେୟୀର ପର୍ବତସ୍ଥ ଇଦୋମୀୟମାନଙ୍କର ପୂର୍ବପୁରୁଷ ଏଷୌର ବଂଶାବଳୀ।10ଏଷୌର ସନ୍ତାନମାନଙ୍କର ନାମ ଏହି। ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ।11ପୁଣି, ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍ ଓ ସଫୋ ଓ ଗୟିତମ୍ ଓ କନସ୍।12ପୁଣି, ଏଷୌର ପୁତ୍ର ଇଲୀଫସ୍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।13ରୁୟେଲର ପୁତ୍ର ନହତ୍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ।14ପୁଣି, ସିବୀୟୋନ୍ର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍ ଓ ଯାଲମ୍ ଓ କୋରହ।15ଏଷୌର ସନ୍ତାନମାନଙ୍କ ରାଜାବଳୀ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍, ତାହାର ପୁତ୍ର ରାଜା ତୈମନ୍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍16ଓ ରାଜା କୋରହ ଓ ରାଜା ଗୟିତମ୍ ଓ ରାଜା ଅମାଲେକ୍; ଇଦୋମ ଦେଶରେ ଇଲୀଫସ୍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ।17ଏଷୌର ପୁତ୍ର ରୁୟେଲର ସନ୍ତାନ ରାଜା ନହତ୍ ଓ ରାଜା ସେରହ ଓ ରାଜା ଶମ୍ମ ଓ ରାଜା ମିସା; ଇଦୋମ ଦେଶରେ ରୁୟେଲ ବଂଶୀୟ ଏହି ରାଜାମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ ଥିଲେ।18ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ।19ଏମାନେ ଏଷୌର, ଅର୍ଥାତ୍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା।
1ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।2ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।3ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନାବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।4ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।5ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ।6କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ।”7ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋ’ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।8ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।9ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”10ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ୱ ଦେଖିଲୁ ? ମୁଁ ଓ ତୋ’ ମାତା ଓ ତୋ’ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ ?”11ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।
1ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା।2ସେଠାରେ ଶୂୟ ନାମରେ କୌଣସି କିଣାନୀୟ ଲୋକର ଗୋଟିଏ କନ୍ୟାକୁ ଦେଖି ତାକୁ ବିବାହ କରି ତାହାର ସହବାସ କଲା।3ଏଣୁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ସେ ତାହାର ନାମ ଏର ଦେଲା।4ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଓନନ୍ ଦେଲା।5ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା। ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା।6ଏଥିଉତ୍ତାରେ ଯିହୁଦା ତାମର ନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା।7ମାତ୍ର ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ସାକ୍ଷାତରେ ଦୁଷ୍ଟ ଥିଲା; ଏଣୁ ସଦାପ୍ରଭୁ ତାହାକୁ ବିନାଶ କଲେ।8ତହିଁରେ ଯିହୁଦା ଓନନ୍କୁ କହିଲା, “ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର।”9ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।10ତାହାର ଏରୂପ କର୍ମ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା; ଏଣୁ ସେ ତାକୁ ମଧ୍ୟ ନାଶ କଲେ।11ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ। ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା।12ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ୱନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷର ଲୋମ ଚ୍ଛେଦକମାନଙ୍କ ନିକଟକୁ ଗଲା।13ସେତେବେଳେ କେହି ଜଣେ ତାମରକୁ ସମ୍ବାଦ ଦେଇ କହିଲା, “ଦେଖ, ତୁମ୍ଭ ଶ୍ୱଶୁର ଆପଣା ମେଷର ଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି।”14ତହିଁରେ ତାମର ବିଧବା-ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ-ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ।15ସେତେବେଳେ ଯିହୁଦା ତାକୁ ଦେଖି ବେଶ୍ୟା ଜ୍ଞାନ କଲା, କାରଣ ସେ ମୁଖ ଆଚ୍ଛାଦନ କରିଥିଲା।16ଏନିମନ୍ତେ ସେ ପଥପାଶ୍ୱର୍ରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋ’ କତିକି ଆସିବା ପାଇଁ କଅଣ ଦେବ ?”17ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇ ଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ ?”18ଯିହୁଦା କହିଲା, “କଅଣ ବନ୍ଧକ ଦେବା ?” ତାମର କହିଲା, “ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି।” ତହୁଁ ଯିହୁଦା ତାକୁ ସେହି ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ୱାରା ଗର୍ଭବତୀ ହେଲା।19ଏଥିଉତ୍ତାରେ ତାମର ଉଠି ପ୍ରସ୍ଥାନ କଲା, ପୁଣି, ଆବରକ ବସ୍ତ୍ର ପାଲଟି ବିଧବା ବସ୍ତ୍ର ପିନ୍ଧିଲା।20ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ।21ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, ଐନମ ପଥପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ ? ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।”22ଏଥିଉତ୍ତାରେ ଯିହୁଦା ନିକଟକୁ ଫେରି ଯାଇ କହିଲା, “ମୁଁ ତାହାର ଦେଖା ପାଇଲି ନାହିଁ,” ଆଉ ସେଠାର ଲୋକମାନେ ମଧ୍ୟ କହିଲେ, “ଏହି ସ୍ଥାନରେ କୌଣସି ବେଶ୍ୟା ରହନ୍ତି ନାହିଁ।”23ତେବେ ଯିହୁଦା କହିଲା, “ତାହାଠାରେ ଯାହା ଅଛି, ସେ ତାହା ରଖୁ, ଆମ୍ଭେମାନେ କାହିଁକି ଲଜ୍ଜାସ୍ପଦ ହେବା ? ଦେଖ, ମୁଁ ଏହି ଛେଳିଛୁଆ ପଠାଇଲି, ମାତ୍ର ତୁମ୍ଭେ ତା’ର ଦେଖା ପାଇଲ ନାହିଁ।”24ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।”25ଏଥିଉତ୍ତାରେ ସେ ବାହାରକୁ ଅଣାଯା’ନ୍ତେ, ଆପଣା ଶ୍ୱଶୁର ନିକଟକୁ କହି ପଠାଇଲା, ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ୱାରା ଆମ୍ଭର ଗର୍ଭ ହୋଇଅଛି। ଆହୁରି କହିଲା, “ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର ? ତାହା ଚିହ୍ନି ଦେଖ।”26ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ୱୀକାର କରି କହିଲା, “ସେ ମୋ’ଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ।” ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ।27ପୁଣି, ତାମରର ପ୍ରସବକାଳ ଉପସ୍ଥିତ ହୁଅନ୍ତେ, ତାହାର ଉଦରରେ ଯାଆଁଳା ସନ୍ତାନ ଥିବାର ଦେଖାଗଲା।28ଆଉ ତାହାର ପ୍ରସବ କାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂରବର୍ଣ୍ଣ ସୂତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”29ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ, ତାହାର ଭ୍ରାତା ଭୂମିଷ୍ଠ ହେଲା; ତହିଁରେ ଧାତ୍ରୀ କହିଲା, “ତୁମ୍ଭେ କି ପ୍ରକାରେ ଆପଣା ନିମନ୍ତେ ଭେଦ କରି ଆସିଲ !” ତୁମ୍ଭଠାରେ ଏହି ଭେଦ ହେଉ। ତେଣୁ ତାହାର ନାମ ପେରସ1 ହେଲା।30ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ2 ହେଲା।
1ଯୋଷେଫ ମିସର ଦେଶକୁ ଅଣାଯା’ନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍, ମିସ୍ରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା।2ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ।3ଏଥିରେ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଅଛନ୍ତି ଓ ସେ ଯେଉଁ ଯେଉଁ କାର୍ଯ୍ୟ କଲେ, ସଦାପ୍ରଭୁ ତାଙ୍କ ହାତରେ ସେହି ସମସ୍ତ ସିଦ୍ଧ କରୁଅଛନ୍ତି, ଏହା ତାଙ୍କର କର୍ତ୍ତା ଦେଖିଲା।4ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି, ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ୱ ସମର୍ପଣ କଲା।5ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।6ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।7ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋ’ ସଙ୍ଗେ ଶୟନ କର।”8ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋ’ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋ’ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।9ଏହି ଗୃହରେ ମୋ’ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋ’ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ ?”10ତଥାପି ସେ ସ୍ତ୍ରୀ ଦିନକୁ ଦିନ ଯୋଷେଫଙ୍କୁ ଏପରି କହେ; ମାତ୍ର ଯୋଷେଫ ତାହା ସଙ୍ଗେ ଶୟନ କରିବାକୁ କିମ୍ବା ତାହା ନିକଟରେ ରହିବାକୁ ସମ୍ମତ ହୁଅନ୍ତି ନାହିଁ।11ଏଥିଉତ୍ତାରେ ଦିନକରେ ଯୋଷେଫ ନିଜ କାର୍ଯ୍ୟ ନିମନ୍ତେ ଗୃହ ଭିତରକୁ ଗଲେ, ପୁଣି, ଗୃହର ଦାସ ମଧ୍ୟରୁ କେହି ସେଠାରେ ନ ଥିଲା।12ତେଣୁ ସେ ଯୋଷେଫଙ୍କର ବସ୍ତ୍ର ଧରି ମୋ’ ସଙ୍ଗେ ଶୟନ କର ବୋଲି ଟଣାଟଣି କଲା; ମାତ୍ର ଯୋଷେଫ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଗଲେ।13ଯେତେବେଳେ ସେ ସ୍ତ୍ରୀ ଯୋଷେଫଙ୍କୁ ତାହା ହସ୍ତରେ ଆପଣା ବସ୍ତ୍ର ଛାଡ଼ି ବାହାରକୁ ପଳାଇ ଯିବାର ଦେଖିଲା,14ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋ’ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋ’ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି;15ମୋହର ବଡ଼ ପାଟି କରି ଡାକିବାର ଶୁଣି ସେ ଆପଣା ବସ୍ତ୍ର ମୋ’ ନିକଟରେ ପକାଇ ଦେଇ ବାହାରକୁ ପଳାଇଗଲା।”16ପୁଣି, ସେହି ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।17ଏଥିଉତ୍ତାରେ ସେ ଆପଣା ସ୍ୱାମୀକୁ ସେହି କଥାନୁସାରେ କହିଲା, “ତୁମ୍ଭେ ଯେଉଁ ଏବ୍ରୀୟ ଦାସକୁ ଆମ୍ଭମାନଙ୍କ ପାଖକୁ ଆଣିଅଛ, ସେ ମୋ’ ସଙ୍ଗେ ପରିହାସ କରିବା ନିମନ୍ତେ ମୋ’ କତିକି ଆସିଥିଲା,18ପୁଣି, ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋ’ ନିକଟରେ ଏହି ବସ୍ତ୍ର ପକାଇ ଦେଇ ବାହାରକୁ ପଳାଇଗଲା।”19ସେତେବେଳେ “ତୁମ୍ଭର ଦାସ ମୋ’ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ଜ୍ୱଳିତ ହେଲା।20ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।21ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।22ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ।23କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ।
1ଏହିସବୁ ଘଟଣା ଉତ୍ତାରେ ମିସ୍ରୀୟ ରାଜାଙ୍କର ପାନପାତ୍ର ବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସ୍ରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।2ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ର ବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,3ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀ ଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।4ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛିଦିନ କାରାଗାରରେ ରହିଲେ।5ଏଥିଉତ୍ତାରେ ମିସ୍ରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ।6ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ।7ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, “ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି ?”8ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”9ତହୁଁ ପ୍ରଧାନ ପାନପାତ୍ର ବାହକ ଯୋଷେଫଙ୍କୁ ଆପଣା ସ୍ୱପ୍ନ କଥା ପ୍ରକାଶ କରି କହିଲା, “ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋ’ ସମ୍ମୁଖରେ ଥିଲା,10ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।11ସେତେବେଳେ ମୋ’ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”12ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।”13ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ର ବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।14ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋ’ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋ’ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।15କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତାନ୍ତ ଚୋରି କରି ଆଣିଅଛନ୍ତି; ପୁଣି, ଏହି ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।16ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, “ମୁଁ ମଧ୍ୟ ସ୍ୱପ୍ନ ଦେଖିଅଛି; ଦେଖ, ମୋ’ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା।17ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।”18ସେତେବେଳେ ଯୋଷେଫ ଉତ୍ତର କଲେ, “ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ।”19ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଶରୀରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି, ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।20ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।21ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।22ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷରେ ଟଙ୍ଗାଇଲେ;23ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।
1ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ୱପ୍ନ ଦେଖିଲେ; ଦେଖ, ସେ ନୀଳ ନଦୀ କୂଳରେ ଠିଆ ହୋଇଅଛନ୍ତି।2ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।3ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୁଟା କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ।4ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା।5ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ1 ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା।6ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା।7ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନମାତ୍ର ଜ୍ଞାତ ହେଲା।8ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।9ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।10ଫାରୋ ଆପଣା ଦାସ ମୋ’ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ୱିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖି ଥିଲେ।11ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ୱପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ୱପ୍ନର ଦୁଇ ପ୍ରକାର ଅର୍ଥ ହେଲା।12ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ୱପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, “ପ୍ରତ୍ୟେକ ଜଣର ସ୍ୱପ୍ନାନୁସାରେ ଅର୍ଥ କହିଲା।13ତହିଁରେ ସେ ଆମ୍ଭ ଦୁହିଁଙ୍କୁ ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା।”14ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ।15ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଗୋଟିଏ ସ୍ୱପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ୱପ୍ନ ଶୁଣିଲେ, ତହିଁର ଅର୍ଥ କରି ପାର।”16ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”17ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭ ସ୍ୱପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ।”18ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।19ଏଥିଉତ୍ତାରେ ସେମାନଙ୍କ ଉତ୍ତାରେ ଆଉ ସାତୁଟା ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ।20ପୁଣି, ସେହି କ୍ଷୀଣ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ।21ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ। ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା।22ଏଥିଉତ୍ତାରେ ଆମ୍ଭେ ସ୍ୱପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ଢାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା।23ତହିଁ ଉତ୍ତାରୁ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୁଟା ଶିଷା ଉତ୍ପନ୍ନ ହେଲା।24ପୁଣି, ସେହି କ୍ଷୀଣ ଶିଷା, ସେହି ଉତ୍ତମ ସାତ ଶିଷାକୁ ଗ୍ରାସ କଲା। ଏହି ସ୍ୱପ୍ନ ଆମ୍ଭେ ମନ୍ତ୍ରଜ୍ଞମାନଙ୍କୁ କହିଲୁ, ମାତ୍ର କେହି ଏଥିର ଅର୍ଥ ଆମ୍ଭକୁ କହି ପାରିଲେ ନାହିଁ।25ତେବେ ଯୋଷେଫ ଫାରୋଙ୍କୁ କହିଲେ, “ଫାରୋଙ୍କର ସ୍ୱପ୍ନ ଏକ; ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି।”26ସେହି ସାତୋଟି ଉତ୍ତମ ଗୋରୁ ସାତ ବର୍ଷ ସ୍ୱରୂପ, ପୁଣି, ସେହି ସାତୋଟି ଉତ୍ତମ ଶିଷା ମଧ୍ୟ ସାତ ବର୍ଷ ସ୍ୱରୂପ, ସ୍ୱପ୍ନ ଏକମାତ୍ର।27ତହିଁ ପଶ୍ଚାତ୍ ଉତ୍ଥିତ ସେହି ସାତୁଟା କ୍ଷୀଣ କୁତ୍ସିତ ଗୋରୁ ସାତ ବର୍ଷ ସ୍ୱରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୁଟା ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ୱରୂପ।28ମୁଁ ଫାରୋଙ୍କୁ କହିଅଛି-ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କୁ ଦେଖାଇଛନ୍ତି।29ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି।30ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ୱଂସ କରିବ।31ପୁଣି, ପଶ୍ଚାଦ୍ବର୍ତ୍ତୀ ଦୁର୍ଭିକ୍ଷ ସକାଶୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ।32ଫାରୋ ଦୁଇଥର ସ୍ୱପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ୱରଙ୍କ ଦ୍ୱାରା ତାହା ନିଶ୍ଚିତ ହୋଇଅଛି, ପୁଣି, ପରମେଶ୍ୱର ତାହା ଶୀଘ୍ର ଘଟାଇବେ।33ଏଥିପାଇଁ ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ।34ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ।35ଅର୍ଥାତ୍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି, ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ।36ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ୱାରା ଦେଶ ଉଚ୍ଛିନ୍ନ ହେବ ନାହିଁ।
1ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ ?”2ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”3ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ।4ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମୀନ୍କୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, “କେଜାଣି ଅବା ଏହାକୁ ବିପତ୍ତି ଘଟେ।”5ସେତେବେଳେ ସେଠାକୁ ଯିବା ଲୋକମାନଙ୍କ ମଧ୍ୟରେ ଇସ୍ରାଏଲଙ୍କର ପୁତ୍ରମାନେ ଶସ୍ୟ କିଣିବା ନିମନ୍ତେ ଗଲେ; ଯେହେତୁ କିଣାନ ଦେଶରେ ମଧ୍ୟ ଦୁର୍ଭିକ୍ଷ ଥିଲା।6ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।7ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।”8ମାତ୍ର ଯୋଷେଫ ଆପଣା ଭାଇମାନଙ୍କୁ ଚିହ୍ନିଲେ ହେଁ ସେମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ।9ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେ ସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”10ସେମାନେ କହିଲେ, “ନା ପ୍ରଭୁ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।”11ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହଁନ୍ତି।12ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।”13ସେମାନେ କହିଲେ, “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି, ଜଣେ ନାହିଁ।”14ତହୁଁ ଯୋଷେଫ ସେମାନଙ୍କୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଚୋର ବୋଲି ଯାହା କହିଲୁ, ତୁମ୍ଭେମାନେ ତାହା ହିଁ ପ୍ରମାଣ।”15ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।16ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକୁ ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚୋର ଅଟ।17ତହୁଁ ଯୋଷେଫ ସେମାନଙ୍କୁ ତିନି ଦିନ କାରାଗାରରେ ବନ୍ଦ କରି ରଖିଲେ।18ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।19ତୁମ୍ଭେମାନେ ଯଦି ସଚ୍ଚୋଟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକୁ ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ।20ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ।” ତହୁଁ ସେମାନେ ସେହି ପ୍ରକାର କଲେ।21ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।22ସେତେବେଳେ ରୁବେନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ସେହି ବାଳକ ବିଷୟରେ ପାପ କର ନାହିଁ, ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆ ଯାଉଅଛି।”23ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ୱିଭାଷୀ ଦ୍ୱାରା ସେମାନଙ୍କ ସହିତ କଥା କହୁଥିଲେ;24“ଏଥିଉତ୍ତାରେ ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।”
1ଏହି ସମୟରେ ମଧ୍ୟ ଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା।2ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।”3ତହିଁରେ ଯିହୁଦା ତାଙ୍କୁ କହିଲା, “ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।4ଏଣୁ ଯଦି ତୁମ୍ଭେ ଆମ୍ଭମାନଙ୍କ ଭାଇକୁ ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ।5ମାତ୍ର ଯଦି ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।”6ତହିଁରେ ଇସ୍ରାଏଲ କହିଲେ, “ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋ’ ପ୍ରତି ଏପରି କୁବ୍ୟବହାର କାହିଁକି କଲ ?”7ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ? ତୁମ୍ଭମାନଙ୍କର କି ଆଉ ଭାଇ ଅଛି ? ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ ?”8ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, “ତୁମ୍ଭେ ସେହି ଯୁବାକୁ ମୋ’ ସଙ୍ଗରେ ପଠାଇ ଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ।”9ମୁଁ ତାହାର ଲଗା ହେଲି, ମୋ’ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋ’ ଉପରେ ବର୍ତ୍ତିବ।10ଯଦି ଆମ୍ଭମାନଙ୍କର ଏତେ ବିଳମ୍ବ ହୋଇ ନ ଥା’ନ୍ତା, ତେବେ ଆମ୍ଭେମାନେ ଦ୍ୱିତୀୟ ଥର ବାହୁଡ଼ି ଆସନ୍ତୁଣି।11ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।12ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇ ଯାଅ; କେଜାଣି ତାହା ଭୁଲ ହୋଇଥିବ।13ପୁଣି, ଆପଣାମାନଙ୍କ ଭାଇଙ୍କୁ ଘେନି ଉଠି ପୁନର୍ବାର ସେହି ବ୍ୟକ୍ତି ନିକଟକୁ ଯାଅ।14ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍କୁ ଛାଡ଼ି ଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”15ତହୁଁ ସେମାନେ ସେହି ଭେଟିଦ୍ରବ୍ୟ ଓ ଦ୍ୱିଗୁଣ ଟଙ୍କା ଓ ବିନ୍ୟାମୀନ୍କୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ।16ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମୀନ୍କୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, “ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇ ଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ।”17ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା।18ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।”19ତେଣୁ ସେମାନେ ଯୋଷେଫଙ୍କ ଗୃହାଧ୍ୟକ୍ଷ ନିକଟକୁ ଯାଇ ଗୃହର ପ୍ରବେଶ ସ୍ଥାନରେ ତାହା ସହିତ କଥାବାର୍ତ୍ତା କରି କହିଲେ,20“ପ୍ରଭୁ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ;21ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।22ପୁଣି, ଶସ୍ୟ କିଣିବା ନିମନ୍ତେ ଆମ୍ଭେମାନେ ଆଉ ଟଙ୍କା ଆଣିଅଛୁ; ମାତ୍ର ସେହି ଟଙ୍କା ଆମ୍ଭମାନଙ୍କ ପଟରେ କିଏ ରଖିଥିଲା, ଆମ୍ଭେମାନେ ତାହା ଜାଣି ନାହୁଁ।”23ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତଧନ ଦେଇ ଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋ’ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା।24ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।25ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ।26ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟି ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ।27ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, “ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି ? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ?”28ସେମାନେ କହିଲେ, “ଆପଣଙ୍କ ଦାସ ଆମ୍ଭମାନଙ୍କ ପିତା କୁଶଳରେ ଅଛନ୍ତି, ସେ ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି। ତହୁଁ ସେମାନେ ମସ୍ତକ ନତ କରି ପ୍ରଣାମ କଲେ।”29ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍କୁ ଦେଖି କହିଲେ, ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, “ସେ କି ଏହି ?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।”30ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।31ଏଥିଉତ୍ତାରେ ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି, ଆପଣାକୁ ସମ୍ଭାଳି ଭକ୍ଷ୍ୟ ଦ୍ରବ୍ୟ ପରିବେଷଣ କରିବା ନିମନ୍ତେ ଆଜ୍ଞା ଦେଲେ।32ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସ୍ରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସ୍ରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସ୍ରୀୟମାନଙ୍କର ଘୃଣିତ କର୍ମ।33ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।34ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟ ଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ।
1ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରି ଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ ମୁଖରେ ରଖ।2ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା।3ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ।4ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ି ଯାଇ ସେମାନଙ୍କ ସଙ୍ଗ ଧରି କୁହ, ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ ?5ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ୱାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ ? ଏପରି କର୍ମ ଦ୍ୱାରା ତୁମ୍ଭେମାନେ ଦୋଷ କରିଅଛ।”6ଏଥିଉତ୍ତାରେ ସେ ସେମାନଙ୍କ ସଙ୍ଗ ଧରି ଏହିସବୁ କଥା କହିଲା।7ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି ?” ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ।8ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିପରି ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ ?9ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି, ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ।10ତହିଁରେ ସେ କହିଲା, “ଭଲ, ତୁମ୍ଭମାନଙ୍କ କଥାନୁସାରେ ହେଉ; ଯାହା ପାଖରୁ ତାହା ମିଳିବ, ସେ ଆମ୍ଭର ଦାସ ହେବ, ମାତ୍ର ଅନ୍ୟମାନେ ନିର୍ଦ୍ଦୋଷ ହେବେ।”11ତହୁଁ ସେମାନେ ସେହିକ୍ଷଣି ଭୂମିରେ ଆପଣା ଆପଣା ପଟ ଉତ୍ତାରି ପ୍ରତ୍ୟେକେ ଆପଣା ଆପଣା ପଟ ଫିଟାଇବାକୁ ଲାଗିଲେ।12ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍ର ପଟରୁ ସେହି ତାଟିଆ ମିଳିଲା।13ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରି ଗଲେ।14ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେହି ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ।15ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ ?”16ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ ? ଆଉ କି କଥା କହିବୁ ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”17ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲି ଯାଅ।”
1ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।2ସେ ଉଚ୍ଚୈଃସ୍ୱରରେ ଏପରି ରୋଦନ କଲେ ଯେ, ମିସ୍ରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।3ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋ’ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।4ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋ’ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।5ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।6ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ।7ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି।8ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇ ଅଛ, ତାହା ନୁହେଁ, ପରମେଶ୍ୱର ପଠାଇ ଅଛନ୍ତି; ପୁଣି, ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି।9ଏଣୁ ତୁମ୍ଭେମାନେ ଶୀଘ୍ର ମୋ’ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ୱର ମୋତେ ସମସ୍ତ ମିସର ଦେଶର ବିଶିଷ୍ଟ ବ୍ୟକ୍ତି କରିଅଛନ୍ତି; ତୁମ୍ଭେ ମୋ’ ନିକଟକୁ ଆସ, ବିଳମ୍ବ କର ନାହିଁ।10ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବସ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ।11ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।12ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋ’ ସହୋଦର ବିନ୍ୟାମୀନ୍ର ଚକ୍ଷୁ ଦେଖୁଅଛି।13ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋ’ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”14ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା।15ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।16ଆଉ ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି, ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ।17ପୁଣି, ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,18ପୁଣି, ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି, ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ।19ଏବେ ଆମ୍ଭର ଆଜ୍ଞାନୁସାରେ ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶଗଡ଼ ନେଇଯାଅ, ପୁଣି, ଆପଣାମାନଙ୍କ ପିତାଙ୍କୁ ନେଇ ଆସ।20ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ।”21ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।22ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍କୁ ତିନିଶହ ଶେକେଲ1 ରୌପ୍ୟମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।23ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।24ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”25ଏଥିଉତ୍ତାରେ ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ।26ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।27ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା।28ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।”
1ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।2ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”3ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।4ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”5ଏଥିଉତ୍ତାରେ ଯାକୁବ ବେର୍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇ ଗଲେ।6ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।7ଏହି ପ୍ରକାରେ ଯାକୁବ ଆପଣା ପୁତ୍ର ପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।8ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍।9ରୁବେନ୍ର ପୁତ୍ର ହନୋକ, ପଲ୍ଲୂ, ହିଷ୍ରୋଣ ଓ କର୍ମି।10ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍, ଓହଦ୍, ଯାଖୀନ୍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।11ଲେବୀର ପୁତ୍ର ଗେର୍ଶୋନ, କହାତ ଓ ମରାରି।12ଯିହୁଦାର ପୁତ୍ର ଏର୍, ଓନନ୍, ଶେଲା, ପେରସ ଓ ସେରହ; ମାତ୍ର ଏର୍ ଓ ଓନନ୍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।13ଇଷାଖରର ସନ୍ତାନ ତୋଲୟ, ପୂୟ, ଯୋବ ଓ ଶିମ୍ରୋଣ।14ସବୂଲୂନର ପୁତ୍ର ସେରଦ, ଏଲୋନ୍ ଓ ଯହଲେଲ।15ଏମାନେ ଓ କନ୍ୟା ଦୀଣା ପଦ୍ଦନ୍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।16ଗାଦ୍ର ପୁତ୍ର ସିଫୋନ୍, ହଗି, ଶୂନୀ, ଇଷବୋନ୍, ଏରି, ଅରୋଦୀ ଓ ଅରେଲୀ।17ଆଶେରର ପୁତ୍ର ଯିମ୍ନା, ଯିଶ୍ବା, ଯିଶ୍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍କୀୟେଲ।18ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋହଳ ଜଣ।19ପୁଣି, ଯାକୁବଙ୍କ ଭାର୍ଯ୍ୟା ରାହେଲର ପୁତ୍ର ଯୋଷେଫ ଓ ବିନ୍ୟାମୀନ୍।20ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।21ପୁଣି, ବିନ୍ୟାମୀନ୍ର ସନ୍ତାନ ବେଲା, ବେଖର, ଅସ୍ବେଲ, ଗେରା, ନାମାନ୍, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ୍ ଓ ଅର୍ଦ।22ଏହି ଚଉଦ ଜଣ ଯାକୁବଙ୍କଠାରୁ ଜାତ ରାହେଲର ସନ୍ତାନ।23ଆଉ ଦାନ୍ର ପୁତ୍ର ହୂଶୀମ୍।24ନପ୍ତାଲିର ପୁତ୍ର ଯହସୀୟେଲ, ଗୂନି, ଯେତ୍ସର ଓ ଶିଲ୍ଲେମ।25ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।26ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ।27ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।
1ଏଥିଉତ୍ତାରେ ଯୋଷେଫ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିଲେ, “ମୋ’ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ନେଇ ଆସି ଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି।”2ପୁଣି, ଯୋଷେଫ ଆପଣା ଭ୍ରାତୃଗଣ ମଧ୍ୟରୁ ପାଞ୍ଚଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।3ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କର କେଉଁ ବ୍ୟବସାୟ ?” ସେମାନେ ଫାରୋଙ୍କୁ କହିଲେ, “ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ।”4ସେମାନେ ଫାରୋଙ୍କୁ ଆହୁରି କହିଲେ, “ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରି ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।”5ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, “ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସି ଅଛନ୍ତି,6ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି, ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଙ୍ଗମ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।”7ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।8ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ ?”9ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋ’ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”10ଏଥିଉତ୍ତାରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କରି ତାଙ୍କ ଛାମୁରୁ ବିଦାୟ ହେଲେ।11ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍, ରାମିଷେଷ୍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ।12ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟ ଦ୍ରବ୍ୟ ଦେଇ ପ୍ରତିପାଳନ କଲେ।
1ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ।2ସେତେବେଳେ କେହି ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭ ପୁତ୍ର ଯୋଷେଫ ତୁମ୍ଭ ନିକଟକୁ ଆସିଅଛି,” ତହିଁରେ ଇସ୍ରାଏଲ ଆପଣାକୁ ସବଳ କରି ଶଯ୍ୟାରେ ଉଠି ବସିଲେ।3ଏଥିଉତ୍ତାରେ ଯାକୁବ ଯୋଷେଫଙ୍କୁ କହିଲେ, “କିଣାନ ଦେଶରେ ଲୂସ୍ ନାମକ ସ୍ଥାନରେ ସର୍ବଶକ୍ତିମାନ ପରମେଶ୍ୱର ମୋତେ ଦର୍ଶନ ଦେଇ ଆଶୀର୍ବାଦ କରି ଏହା କହିଥିଲେ,4ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।”5ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।6ପୁଣି, ଏମାନଙ୍କ ଉତ୍ତାରେ ତୁମ୍ଭର ଯେଉଁ ସନ୍ତାନ ଜାତ ହେବେ, ସେମାନେ ତୁମ୍ଭର ହେବେ ଓ ଜ୍ୟେଷ୍ଠ ଭାଇମାନଙ୍କ ନାମରେ ଆପଣା ଆପଣା ଅଧିକାରରେ ବିଖ୍ୟାତ ହେବେ।7ପଦ୍ଦନ୍ ଅରାମଠାରୁ କିଣାନ ଦେଶକୁ ମୋହର ଆଗମନ କାଳରେ ଇଫ୍ରାଥାରେ ପହଞ୍ଚିବା ନିମିତ୍ତ କିଛି ଦୂର ଥାଉ ଥାଉ ରାହେଲ ପଥ ମଧ୍ୟରେ ମୋ’ ନିକଟରେ ମଲା; ତହିଁରେ ମୁଁ ସେଠାରେ ଇଫ୍ରାଥାରେ, ଅର୍ଥାତ୍, ବେଥଲିହିମର ପଥପାର୍ଶ୍ୱରେ ତାକୁ କବର ଦେଲି।8ଏଥିଉତ୍ତାରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଚାରିଲେ, “ଏମାନେ କିଏ ?”9ତହିଁରେ ଯୋଷେଫ ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।” ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋ’ ନିକଟକୁ ଆଣ, ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”10ସେହି ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ହେତୁ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟ ରୂପେ ଦେଖି ପାରିଲେ ନାହିଁ। ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ବନ ଓ ଆଲିଙ୍ଗନ କଲେ।11ପୁଣି, ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ୱର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ।”12ତହୁଁ ଯୋଷେଫ ପିତାଙ୍କର ଦୁଇ ଜଙ୍ଘ ମଧ୍ୟରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।13ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।14ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନା ପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।15ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,16ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋ’ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”17ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,18“ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”19ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”20ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।21ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।”22ମୁଁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ଇମୋରୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭ୍ରାତୃଗଣ ଅପେକ୍ଷା ସେହି ଅଧିକ ଅଂଶ ତୁମ୍ଭକୁ ଦେଲି।
1ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।2ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣ ଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ।3ହେ ରୁବେନ୍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋ’ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।4ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।5ଶିମୀୟୋନ ଓ ଲେବୀ ଦୁଇ ସହୋଦର; ସେମାନଙ୍କ ଖଡ୍ଗ ଦୌରାତ୍ମ୍ୟର ଅସ୍ତ୍ର।6ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ; ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ; କାରଣ ସେମାନେ କ୍ରୋଧରେ ନରହତ୍ୟା କଲେ ଓ ସ୍ୱେଚ୍ଛାଚାରିତାରେ ବଳଦଗୁଡିକର ଲାଙ୍ଗୁଡ଼ କାଟିଲେ।7ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ଡ ଥିଲା; ସେମାନଙ୍କ କୋପ ଅଭିଶପ୍ତ ହେଉ, କାରଣ ତାହା ନିଷ୍ଠୁର ଥିଲା; ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି ଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।8ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ।9ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ ?10ଶୀଲୋର ଆଗମନ ପର୍ଯ୍ୟନ୍ତ1 ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।11ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।12ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦନ୍ତ ଶ୍ୱେତବର୍ଣ୍ଣ ହେବ।13ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି, ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।14ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେ;15ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା।16ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।17ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍ ପଡ଼ିଯାଏ।18ହେ ସଦାପ୍ରଭୁ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।19ସୈନ୍ୟଦଳ ଗାଦ୍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍ ସେମାନଙ୍କୁ ଆକ୍ରମଣ କରିବ।20ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ।21ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ୱରୂପ, ସେ ମନୋହର ବାକ୍ୟ କହିବ।22ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।23ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି, ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,24ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),25ଅର୍ଥାତ୍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।26ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁ ତୁମ୍ଭ ପିତାଙ୍କର ଆଶୀର୍ବାଦ ଅଧିକ; ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ; ତାହା ଯୋଷେଫର ମସ୍ତକରେ, ଅର୍ଥାତ୍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ।27ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।”28ଏମାନେ ଇସ୍ରାଏଲଙ୍କର ଦ୍ୱାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ବିଶେଷ ଆଶୀର୍ବାଦ କଲେ।
1ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ବନ କଲେ।2ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ।3ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।4ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣ-ଗୋଚରେ ଏହି କଥା କୁହ,”5ମୋ’ ପିତା ମୋତେ ଶପଥ କରାଇ କହିଅଛନ୍ତି, ଦେଖ, ଆମ୍ଭେ ମଲେ, କିଣାନ ଦେଶରେ ଆପଣା ନିମନ୍ତେ ଯେଉଁ କବର ଖନନ କରିଅଛୁ, ତହିଁରେ ଆମ୍ଭକୁ କବର ଦେବ। ଏଣୁ ଏବେ ମୋତେ ଯିବାକୁ ଦିଅନ୍ତୁ, ମୁଁ ପିତାଙ୍କୁ କବର ଦେଇ ପୁନର୍ବାର ଆସିବି।6ତହିଁରେ ଫାରୋ କହିଲେ, “ଯାଅ, ତୁମ୍ଭ ପିତା ତୁମ୍ଭକୁ ଯେଉଁ ଶପଥ କରାଇ ଅଛନ୍ତି, ତୁମ୍ଭେ ତଦନୁସାରେ ତାଙ୍କୁ କବର ଦିଅ।”7ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,8ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ି ଗଲେ।9ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।10ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।11ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର1 ନାମରେ ବିଖ୍ୟାତ ହେଲା।12ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ;13ଅର୍ଥାତ୍, ତାଙ୍କର ପୁତ୍ରମାନେ ତାଙ୍କୁ କିଣାନ ଦେଶକୁ ନେଇ ମକ୍ପେଲା କ୍ଷେତ୍ରରେ ମଧ୍ୟବର୍ତ୍ତୀ ଗୁହାରେ କବର ଦେଲେ; ସେହି ଗୁହା ମମ୍ରିର ସମ୍ମୁଖସ୍ଥ କ୍ଷେତ୍ର ସହିତ କବର ସ୍ଥାନାଧିକାର ନିମିତ୍ତ ହିତ୍ତୀୟ ଇଫ୍ରୋଣଠାରୁ ଅବ୍ରହାମଙ୍କ ଦ୍ୱାରା କ୍ରୀତ ହୋଇଥିଲା।14ଯୋଷେଫ ଆପଣା ପିତାଙ୍କୁ କବର ଦେଲା ଉତ୍ତାରେ ସେ ଓ ତାଙ୍କର ଭ୍ରାତୃଗଣ ପ୍ରଭୃତି ଯେତେ ଲୋକ ତାଙ୍କ ପିତାଙ୍କର କବର ଦେବାକୁ ତାଙ୍କ ସଙ୍ଗେ ଯାଇଥିଲେ, ସମସ୍ତେ ମିସରକୁ ପ୍ରତ୍ୟାଗମନ କଲେ।
1ଇସ୍ରାଏଲଙ୍କର ଯେଉଁ ପୁତ୍ରଗଣ ପ୍ରତ୍ୟେକେ ଆପଣା ଆପଣା ପରିଜନ ଘେନି ଯାକୁବଙ୍କ ସହିତ ମିସର ଦେଶକୁ ଆସିଲେ, ସେମାନଙ୍କ ନାମ;2ରୁବେନ୍, ଶିମୀୟୋନ, ଲେବୀ ଓ ଯିହୁଦା;3ଇଷାଖର, ସବୂଲୂନ ଓ ବିନ୍ୟାମୀନ୍;4ଦାନ୍ ଓ ନପ୍ତାଲି; ଗାଦ୍ ଓ ଆଶେର।5ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।6ଏଥିଉତ୍ତାରେ ଯୋଷେଫ, ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ।7ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।8ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ।9ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି।10ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି, ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଙ୍ଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଙ୍ଗେ ସାବଧାନ ହୋଇ ବ୍ୟବହାର କରୁ।”11ଏଥିଉତ୍ତାରେ ସେମାନେ ଭାରବହନ ଦ୍ୱାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି, ସେମାନଙ୍କ ଦ୍ୱାରା ଫାରୋଙ୍କ ନିମନ୍ତେ ଭଣ୍ଡାରର ନଗର, ଅର୍ଥାତ୍, ପିଥୋମ୍ ଓ ରାମିଷେଷ୍ ନିର୍ମାଣ କରାଇଲେ।12ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପି ଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍ବିଗ୍ନ ହେଲେ।13ତହିଁରେ ମିସ୍ରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।14ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ।15ଏଥିଉତ୍ତାରେ ମିସ୍ରୀୟ ରାଜା, ଶିଫ୍ରା ଓ ପୂୟା ନାମ୍ନୀ ଦୁଇ ଏବ୍ରୀୟା ଧାତ୍ରୀଙ୍କୁ ଏହି କଥା କହିଲେ,16“ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀକାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେ ସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”17ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ମିସ୍ରୀୟ ରାଜାଙ୍କର ଆଜ୍ଞା ଅନୁସାରେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ।18ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ ?”19ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସ୍ରୀୟା ସ୍ତ୍ରୀଗଣ ପରି ନୁହଁନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।”20ପୁଣି, ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟନ୍ତ ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ।21ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ସେ ସେମାନଙ୍କ ବଂଶ ବୃଦ୍ଧି କଲେ।22ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”
1ଏଥିଉତ୍ତାରେ ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶରୁ ଜାତ ଏକ କନ୍ୟାକୁ ବିବାହ କଲା।2ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲେ; ପୁଣି, ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନ ମାସ ଯାଏ ଗୋପନରେ ରଖିଲେ।3ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀ ତୀରସ୍ଥ ନଳବନରେ ରଖିଲେ।4ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା।5ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲେ।6ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।”7ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି ?”8ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।9ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋ’ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।10ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା1 ଦେଲା; କାରଣ ସେ କହିଲା, “ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”
1ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉ ଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।2ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନି ଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।3ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”4ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”5ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”6ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।7ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।8ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା’ନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।9ଯେହେତୁ ଦେଖ, ଇସ୍ରାଏଲ ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସ୍ରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।10ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବ।”11ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବି ?”12ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”13ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି; ପୁଣି, ସେମାନେ ପଚାରିବେ, ତାହାଙ୍କର ନାମ କଅଣ ? ସେତେବେଳେ ମୁଁ କି ଉତ୍ତର ଦେବି ?”14ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।”15ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।16ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।17ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।18ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।19ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।20ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେ ସକଳ ଆଶ୍ଚର୍ଯ୍ୟ କର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।21ଆଉ ଆମ୍ଭେ ମିସ୍ରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ;22ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସ୍ରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”
1ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋ’ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି ?”2ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କ’ଣ ଅଛି ?” ସେ କହିଲେ, “ଯଷ୍ଟି।”3ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ।4ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି, ଏହା ଯେପରି ସେମାନେ ବିଶ୍ୱାସ କରିବେ,5ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।6ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, “ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ।” ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା।7ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ; ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ8ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।9ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।”10ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୁ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”11ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି ? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ ?12ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”13ତହିଁରେ ସେ କହିଲେ, “ହେ ପ୍ରଭୁ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”14ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।15ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।16ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।17ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”
1ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”2ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”3ସେମାନେ କହିଲେ, “ଏବ୍ରୀୟମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦର୍ଶନ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ବିନୟ କରୁଅଛୁ, ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ପ୍ରାନ୍ତରରେ ତିନି ଦିନର ପଥ ଯିବାକୁ ଦେଉନ୍ତୁ; ନୋହିଲେ ସେ ଆମ୍ଭମାନଙ୍କୁ ମହାମାରୀରେ କିମ୍ବା ଖଡ୍ଗ ଦ୍ୱାରା ଆକ୍ରମଣ କରିବେ।”4ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ ? ତୁମ୍ଭେମାନେ ଆପଣା ଆପଣା ଭାରବହନ କର୍ମରେ ଯାଅ।”5ଫାରୋ ଆହୁରି କହିଲେ, “ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି, ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।”6ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,7“ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାର୍ହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।8ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉ ଅଛନ୍ତି;9ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥା’ନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”10ତହିଁ ଉତ୍ତାରୁ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।11ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।”12ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।13ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”14ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ ?”15ତହିଁରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି ?”16ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ଇଟା ବନାଅ; ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।”17ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଛ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।18ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।19ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।”20ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;21ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”22ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ ? ତୁମ୍ଭେ କାହିଁକି ମୋତେ ପଠାଇଲ ?23କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”
1ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।”
1ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ।2ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ।3ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା।4ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା।5ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”6ଏଥିଉତ୍ତାରେ ମୋଶା ଓ ହାରୋଣ ସେହିରୂପ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ କର୍ମ କଲେ।7ଫାରୋଙ୍କ ସଙ୍ଗରେ କଥୋପକଥନ କରିବା ବେଳେ ମୋଶାଙ୍କୁ ଅଶୀ ଓ ହାରୋଣଙ୍କୁ ତେୟାଅଶୀ ବର୍ଷ ବୟସ ହୋଇଥିଲା।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।2କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।3ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;4ପୁଣି, ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ।”5ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।”6ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।7ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।8ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।”9ତେବେ ମୋଶା ଫାରୋଙ୍କୁ କହିଲେ, “ମୋ’ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?”10ସେ କହିଲେ, “ଆସନ୍ତାକାଲି କର।” ସେତେବେଳେ ମୋଶା କହିଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ କେହି ନାହାନ୍ତି, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ।11ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।12ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।13ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ।14ତହୁଁ ଲୋକମାନେ ସେସବୁକୁ ଏକତ୍ର କରି ଗଦା କରନ୍ତେ, ଦେଶ ଦୁର୍ଗନ୍ଧମୟ ହେଲା।15ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”2ମାତ୍ର ଯଦି ସେମାନଙ୍କୁ ଯିବାକୁ ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,3ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।4ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।5ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।6ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।7ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,2ପୁଣି, ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।”3ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।4ମାତ୍ର ଯଦି ମୋହର ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କର, ତେବେ ଦେଖ, ଆମ୍ଭେ ଆସନ୍ତାକାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା।5ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ।6ପୁଣି, ସେମାନଙ୍କ ଦ୍ୱାରା ତୁମ୍ଭର ଗୃହ, ତୁମ୍ଭ ଦାସଗଣର ଗୃହ ଓ ସକଳ ମିସ୍ରୀୟ ଲୋକଙ୍କ ଗୃହ ପରିପୂର୍ଣ୍ଣ ହେବ; ଏ ଦେଶରେ ତୁମ୍ଭ ପୂର୍ବପୁରୁଷମାନଙ୍କ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଜନ୍ମାବଧି ଆଜି ପର୍ଯ୍ୟନ୍ତ କେବେ ଏପରି ଦେଖାଯାଇ ନାହିଁ।” ତହୁଁ ମୋଶା ମୁଖ ଫେରାଇ ଫାରୋଙ୍କ ନିକଟରୁ ବାହାରି ଗଲେ।7ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ ?” ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ ?8ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, “ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର; ମାତ୍ର କିଏ କିଏ ଯିବ ?”9ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି, ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।”10ତେବେ ଫାରୋ ସେମାନଙ୍କୁ କହିଲେ, “ହେଉ, ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହୁଅନ୍ତୁ, ଆମ୍ଭେ ତ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକମାନଙ୍କୁ ଯିବାକୁ ଦେବୁ; ସାବଧାନ, ଅମଙ୍ଗଳ ତୁମ୍ଭମାନଙ୍କ ସମ୍ମୁଖରେ ଅଛି।11ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ।12ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳା ବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।”13ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ।14ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।15ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେ ଓ ସେମାନଙ୍କ ଦ୍ୱାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍ ବର୍ଣ୍ଣ କିଛି ମାତ୍ର ରହିଲା ନାହିଁ।16ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି।17ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ୱରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ।”18ତହିଁରେ ସେ ଫାରୋଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ,19ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।20ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
1ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଯିବାକୁ ଦେବ; ପୁଣି, ଯିବାକୁ ଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତାନ୍ତ ତଡ଼ି ଦେବ।2ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ମାଗି ନିଅନ୍ତୁ।”3ଆଉ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ। ପୁଣି, ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ।4ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟ ଦେଇ ଗମନ କରିବା।”5ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ।6ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ।7ମାତ୍ର ସଦାପ୍ରଭୁ ମିସ୍ରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।8ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋ’ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ; ତହିଁ ଉତ୍ତାରେ ମୁଁ ବାହାରି ଯିବି। ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରି ଗଲେ।9ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।10ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
1ଏଥିଉତ୍ତାରେ ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,2“ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ।3ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।4ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ-ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।5ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;6ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।7ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ।8ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।9ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।10ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍ କରିବ।11ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭମାନେ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।12ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟ ଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସ୍ରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।13ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।14ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।3ତହିଁରେ ଫାରୋ ଇସ୍ରାଏଲ ସନ୍ତାନଗଣ ବିଷୟରେ କହିବ, ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।4ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।5ଏଥିଉତ୍ତାରେ ଲୋକମାନେ ପଳାଇ ଅଛନ୍ତି, ଏହି ସମ୍ବାଦ ମିସ୍ରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ ?”6ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।7ପୁଣି, ଛଅଶହ ବଚ୍ଛା ରଥ ଓ ମିସ୍ରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।8ଆଉ ସଦାପ୍ରଭୁ ମିସ୍ରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଉର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।9ତହୁଁ ମିସ୍ରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।10ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍ ପଶ୍ଚାତ୍ ଆଗମନକାରୀ ମିସ୍ରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।11ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ ?12ଆମ୍ଭମାନଙ୍କୁ ରହିବାକୁ ଦିଅ, ଆମ୍ଭେମାନେ ମିସ୍ରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସ୍ରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ ?”13ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପ୍ରକାରେ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସ୍ରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତ କାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।”14ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।15ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।16ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।17ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।18ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।”19ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।20ସେହି ମେଘସ୍ତମ୍ଭ ମିସ୍ରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।21ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।22ତହିଁରେ ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।23ଏଥିଉତ୍ତାରେ ମିସ୍ରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।24ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସ୍ରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସ୍ରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।25ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସ୍ରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସ୍ରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”26ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସ୍ରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”27ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସ୍ରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।28ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁ ସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।29ମାତ୍ର ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।30ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସ୍ରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।31ସଦାପ୍ରଭୁ ମିସ୍ରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।
1ସେତେବେଳେ ମୋଶା ଓ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା-ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।2ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।3ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ।4ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଚ୍ଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।5ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି, ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ିଗଲେ।6ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ; ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ଶତ୍ରୁକୁ ଚୂର୍ଣ୍ଣ କରେ,7ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେ ଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ; ତୁମ୍ଭେ ଆପଣା କ୍ରୋଧାଗ୍ନି ପଠାଅ, ତାହା ସେମାନଙ୍କୁ ନଡ଼ା ପରି ଗ୍ରାସ କରେ।8ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।9ଶତ୍ରୁ କହିଲା : ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।10ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ।11ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ ?12ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ବିସ୍ତାର କଲ, ପୃଥିବୀ ସେମାନଙ୍କୁ ଗ୍ରାସ କଲା।13ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ।14ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁ ଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।15ସେତେବେଳେ ଇଦୋମର ରାଜଗଣ ବିହ୍ୱଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି; କିଣାନ ନିବାସୀ ସମସ୍ତେ ତରଳି ଯାଇଅଛନ୍ତି।16ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟସ୍ତବ୍ଧ ହୋଇ ରହିଅଛନ୍ତି।17ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।18ସଦାପ୍ରଭୁ ଯୁଗାନୁକ୍ରମେ ଅନନ୍ତ କାଳ ରାଜତ୍ୱ କରିବେ।19କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।20ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।21ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”
1ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ।2ସେତେବେଳେ ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ।3ପୁଣି, ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥା’ନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”4ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।5ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ।”6ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟା କାଳରେ ଜାଣିବ।7ପୁଣି, ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର ?”8ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”9ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।”10ତହିଁରେ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।11ପୁଣି, ସଦାପ୍ରଭୁ ମୋଶାଙ୍କୁ କହିଲେ,12“ଆମ୍ଭେ ଇସ୍ରାଏଲ ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।”13ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃ କାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।14ଏଉତ୍ତାରେ ପତିତ କାକର ଉର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକରପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା।15ଆଉ ଇସ୍ରାଏଲ ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କ’ଣ ଅଟେ ?”1 ଯେହେତୁ ତାହା କ’ଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।”16ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର2 ପରିମାଣରେ ତାହା ସଂଗ୍ରହ କର।17ତହିଁରେ ଇସ୍ରାଏଲ ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ ଓ କେହି ଅଳ୍ପ ସଞ୍ଚୟ କଲେ।18ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।19ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃ କାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”20ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ।21ଏହିରୂପେ ପ୍ରତିଦିନ ପ୍ରାତଃ କାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।22ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।23ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, କାଲି ମହା ବିଶ୍ରାମ ଦିନ, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।”24ତହିଁରେ ସେମାନେ ମୋଶାଙ୍କର ଆଜ୍ଞାନୁସାରେ ପ୍ରଭାତ ପର୍ଯ୍ୟନ୍ତ ତାହା ରଖିଲେ, ଆଉ ତାହା ଦୁର୍ଗନ୍ଧ ହେଲା ନାହିଁ, କି ତହିଁରେ କୌଣସି ପୋକ ଜନ୍ମିଲା ନାହିଁ।25ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ।26ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ସପ୍ତମ ଦିନ ବିଶ୍ରାମବାର ଅଟେ, ତହିଁରେ କିଛି ମିଳିବ ନାହିଁ।”27ତଥାପି ସପ୍ତମ ଦିନରେ ମଧ୍ୟ କେହି କେହି ତାହା ସଂଗ୍ରହ କରିବାକୁ ଗଲେ, ମାତ୍ର କିଛି ପାଇଲେ ନାହିଁ।28ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ ?29ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”30ତେବେ ଲୋକମାନେ ସପ୍ତମ ଦିନରେ ବିଶ୍ରାମ କଲେ।31ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ ମାନ୍ନା ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।32ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।”33ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”34ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ।35ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।36ଏକ ଓମର ଐଫାର3 ଦଶମାଂଶ।
1ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।2ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋ’ ସଙ୍ଗରେ କାହିଁକି ବିବାଦ କର ? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର ?”3ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ ?”4ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କ’ଣ କରିବି ? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”5ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଵାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ-ଲୋକମାନଙ୍କ ଆଗେ ଆଗେ ଯାଅ।6ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।7ପୁଣି, ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ ମଃସା1 ଓ ମିରୀବାଃ2 ରଖିଲେ।”
1ଏଥିଉତ୍ତାରେ ପରମେଶ୍ୱର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି, ବିଶେଷରେ ସଦାପ୍ରଭୁ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ୱଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ।2ତହିଁରେ ମୋଶାଙ୍କର ଶ୍ୱଶୁର ସେହି ଯିଥ୍ରୋ ଆପଣା ଗୃହକୁ ପ୍ରେରିତା ମୋଶାଙ୍କର ଭାର୍ଯ୍ୟା ସିପ୍ପୋରାକୁ ଓ ତାହାର ଦୁଇ ପୁତ୍ରଙ୍କୁ ସଙ୍ଗରେ ନେଲେ।3ସେହି ଦୁଇ ପୁତ୍ର ମଧ୍ୟରେ ଜଣକର ନାମ ଗେର୍ଶୋମ,1 କାରଣ ସେ କହିଥିଲେ, “ମୁଁ ପରଦେଶରେ ପ୍ରବାସୀ ହେଲି।”4ପୁଣି, ଅନ୍ୟର ନାମ ଇଲୀୟେଜର,2 କାରଣ ସେ କହିଥିଲେ, “ମୋ’ ପିତାଙ୍କ ପରମେଶ୍ୱର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ୍ଗରୁ ମୋତେ ଉଦ୍ଧାର କଲେ।”5ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର ଯିଥ୍ରୋ, ମୋଶାଙ୍କର ସେହି ଦୁଇ ପୁତ୍ର ଓ ଭାର୍ଯ୍ୟାକୁ ସଙ୍ଗରେ ଘେନି ପ୍ରାନ୍ତରରେ ମୋଶାଙ୍କ ନିକଟକୁ, ଅର୍ଥାତ୍, ପରମେଶ୍ୱରଙ୍କ ପର୍ବତର ଯେଉଁ ସ୍ଥାନରେ ସେ ଛାଉଣି ସ୍ଥାପନ କରିଥିଲେ, ସେହି ସ୍ଥାନକୁ ଆସିଲେ।6ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।”7ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।8ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ।9ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ।10ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସ୍ରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସ୍ରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।11ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ୍, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ୍।”)12ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।
1ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।2ସେମାନେ ରଫୀଦୀମଠାରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।3ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।”4ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।5ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।6ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ।7ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହି ସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ।8ତହିଁରେ ସମସ୍ତ ଲୋକ ଏକ ସଙ୍ଗରେ ଅଙ୍ଗୀକାର କରି କହିଲେ, “ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା।” ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ।9ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ।10ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ11ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।12ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।13କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”14ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ସବୁ ଧୌତ କଲେ।15ତହୁଁ ସେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ପୁଣି ଆପଣା ଆପଣା ଭାର୍ଯ୍ୟା ସହ ଶୟନ କର ନାହିଁ।”16ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚ ସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।17ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।18ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟୀର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।119ପୁଣି, ତୂରୀଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, “ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।”20ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।21ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।22ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।”23ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତରେ ଆରୋହଣ କରି ପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।”24ତେବେ ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ, ଓହ୍ଲାଅ; ପୁଣି, ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ।”25ତହୁଁ ମୋଶା ଲୋକମାନଙ୍କ ନିକଟକୁ ଓହ୍ଲାଇ ଯାଇ ସେମାନଙ୍କୁ ସେହି ପ୍ରକାର ଆଜ୍ଞା ଦେଲେ।
1ଏଥିଉତ୍ତାରେ ପରମେଶ୍ୱର ଏହିସବୁ କଥା କହିଲେ, ଯଥା-2“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”3ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।4ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।5ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;6ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ।7ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।8ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର।9ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;10ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।11ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।12ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।13ତୁମ୍ଭେ ନରହତ୍ୟା କରିବ ନାହିଁ।14ତୁମ୍ଭେ ବ୍ୟଭିଚାର କରିବ ନାହିଁ।15ତୁମ୍ଭେ ଚୋରି କରିବ ନାହିଁ।16ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।17ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।18ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।19ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”20ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ୱର ଆସିଅଛନ୍ତି।”21ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।
1ଆଉ ତୁମ୍ଭେ ଏହିସବୁ ନିୟମ ସେମାନଙ୍କୁ ଜ୍ଞାତ କରାଇବ। ଯଥା-2ତୁମ୍ଭେ ଏବ୍ରୀୟ ଦାସ କ୍ରୟ କଲେ, ସେ ଛଅ ବର୍ଷ ସେବା କରିବ; ପୁଣି, ସପ୍ତମ ବର୍ଷରେ ସେ ବିନା ମୂଲ୍ୟରେ ମୁକ୍ତ ହୋଇଯିବ।3ଯଦି ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯଦି ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।4ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ର-କନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ।5ମାତ୍ର ମୁଁ ଆପଣା ପ୍ରଭୁଙ୍କୁ, ପୁଣି, ଆପଣା ଭାର୍ଯ୍ୟା ଓ ସନ୍ତାନଗଣଙ୍କୁ ପ୍ରେମ କରେ, ଏଣୁ ମୁଁ ମୁକ୍ତ ହୋଇ ଯିବି ନାହିଁ, ଏପରି କଥା ଯଦି ସେହି ଦାସ ଦୃଢ଼ ରୂପେ କହିବ6ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।7ଆଉ କେହି ଯଦି ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇ ଯିବ ନାହିଁ।8ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ।9କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ।10ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ଶାରିରୀକ ସମ୍ପର୍କ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ।11ଯଦି ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନା ମୂଲ୍ୟରେ ମୁକ୍ତ ହୋଇଯିବ।
1ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।2ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।3ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।4ଗୋରୁ ଅବା ଗର୍ଦ୍ଦଭ କି ମେଷାଦି ଚୋରା ଦ୍ରବ୍ୟ ଯଦି ଚୋର ହସ୍ତରେ ଜୀବିତ ମିଳେ, ତେବେ ସେ ତହିଁର ଦୁଇଗୁଣ ଦେବ।5ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ି ଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।6ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।7ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇ ଗୁଣ ଦେବ।8ଯଦି ଚୋର ଧରା ନ ପଡ଼େ, ତେବେ ଗୃହର ସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେ ପରମେଶ୍ୱରଙ୍କ1 ସାକ୍ଷାତରେ ଉପସ୍ଥିତ ହେବ।9ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, ଏହା ସେହି ଦ୍ରବ୍ୟ, ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ2 ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇ ଗୁଣ ଦେବ।10ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,11ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।12ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।13ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।14ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।15ମାତ୍ର ଯଦି ତାହାର ମାଲିକ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯଦି ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ।
1ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।2ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;3କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।4ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।5ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।6ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।7ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।8ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ1 ଅନ୍ଧ କରି ଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।9ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
1ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।2କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”3ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକ ସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁ ସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”4ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।5ଆଉ, ସେ ଇସ୍ରାଏଲ ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।6ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ।7ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”8ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”9ତେବେ ମୋଶା, ହାରୋଣ, ନାଦବ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।10ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତ ମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।11ଆଉ ସେ ଇସ୍ରାଏଲ ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।3ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ;4ପୁଣି, ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,5ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍ କାଷ୍ଠ,6ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,7ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ।8ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।9ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।
1ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପୀତ କିରୂବମାନଙ୍କର ଆକୃତି ରହିବ।2ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।3ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।4ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।5ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।6ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକା ସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।7ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।8ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।9ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।10ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ।11ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।12ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍, ଯେଉଁ ଯବନିକା ଅର୍ଦ୍ଧ ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍ ପାର୍ଶ୍ୱରେ ଓହଳି ରହିବ।13ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।14ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।15ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ।16ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ।17ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।18ଆଉ ଆବାସ ନିମନ୍ତେ ଯେଉଁ ସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା।19ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।20ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।21ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।22ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା ହେବ।23ପୁଣି, ଆବାସର ସେହି ପଶ୍ଚାଦ୍ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।24ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।25ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପା ଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।26ଆଉ ତୁମ୍ଭେ ଶିଟୀମ୍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ27ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେବ।28ପୁଣି, ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେ ମୁଣ୍ଡ ଯାଏ ପାଇବ।29ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।30ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।31ଆଉ ତୁମ୍ଭେ ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।32ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।33ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।34ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।35ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।36ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।37ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।
1ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ।2ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।3ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।4ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।5ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ।6ଆଉ ବେଦି ନିମନ୍ତେ ଶିଟୀମ୍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।7ପୁଣି, ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ।8ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହୋଇଥିଲା, ସେରୂପେ ଲୋକମାନେ କରିବେ।
1ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍, ହାରୋଣ, ନାଦବ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।2ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।3ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।4ଅର୍ଥାତ୍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।5ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।6ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ ବସ୍ତ୍ର ପ୍ରସ୍ତୁତ କରିବେ।7ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।8ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।9ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।10ଅର୍ଥାତ୍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।11ଶିଳ୍ପ କର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।12ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।13ଆଉ ତୁମ୍ଭେ ଦୁଇ ସ୍ୱର୍ଣ୍ଣାଧାର କରିବ14ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ।15ପୁଣି, ଶିଳ୍ପ କର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍, ଏଫୋଦର କର୍ମାନୁସାରେ ସ୍ୱର୍ଣ୍ଣରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ତାହା ପ୍ରସ୍ତୁତ କରିବ।16ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହେବ।17ପୁଣି, ତାହାକୁ ଚାରି ଧାଡି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;18ଦ୍ୱିତୀୟ ଧାଡିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ19ତୃତୀୟ ଧାଡିରେ ପେରୋଜ, ଯିସ୍ମ ଓ କଟାହେଳା20ପୁଣି, ଚତୁର୍ଥ ଧାଡିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡିରେ ବସାଯିବ।21ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।22ତୁମ୍ଭେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ବୁକୁପଟା ନିମନ୍ତେ ମାଳା ତୁଲ୍ୟ ମୋଡ଼ା ଦୁଇ ଜଞ୍ଜିର ନିର୍ମାଣ କରିବ।23ପୁଣି, ବୁକୁପଟା ଉପରେ ସ୍ୱର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ।24ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇବ।25ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।26ତୁମ୍ଭେ ସ୍ୱର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ।27ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।28ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।29ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।30ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।31ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କରିବ।32ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ଡିଯିବ ନାହିଁ।33ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।34ସେହି ଚୋଗାର ଧଡ଼ିର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ, ପୁଣି, ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।35ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।36ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଖୋଦନ କରିବ।37ପୁଣି, ପଗଡି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡିର ସମ୍ମୁଖରେ ରଖିବ।38ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍, ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।39ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚିକର୍ମ ଦ୍ୱାରା ଚିତ୍ର ବିଚିତ୍ର କରିବ।40ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।41ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହା ସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।42ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ।43ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।
1ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,2ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।3ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।4ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ-ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।5ତା’ପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ।6ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ।7ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।8ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ।9ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।10ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।11ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ।12ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।13ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକ୍କ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।14ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ।15ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।16ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।17ତହିଁ ଉତ୍ତାରେ ମେଷକୁ ଖଣ୍ଡ ଖଣ୍ଡ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ଡସକଳ ଓ ମସ୍ତକ ସହ ରଖିବ।18ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।19ଏଥିଉତ୍ତାରେ ତୁମ୍ଭେ ଦ୍ୱିତୀୟ ମେଷକୁ ନେବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।20ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।21ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।22ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।23ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ24ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ।25ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।26ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।27ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ।28ତହିଁରେ ଅନନ୍ତକାଳୀନ ବିଧି ଦ୍ୱାରା ଇସ୍ରାଏଲ ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର ଅଟେ; ଇସ୍ରାଏଲ ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ଅଟେ।29ପୁଣି, ହାରୋଣର (ମୁତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ ନିଯୁକ୍ତି ସମୟରେ ସେମାନେ ତାହା ପରିଧାନ କରିବେ।30ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ।31ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,32ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।33ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହା ସବୁ ପବିତ୍ର ବସ୍ତୁ।34ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।35ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ , ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତଦିନ ଲାଗିବ।36ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତି ଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ।37ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
1ଆଉ ତୁମ୍ଭେ ଧୂପ ଜଳାଇବା ପାଇଁ ଶିଟୀମ୍ କାଷ୍ଠର ଏକ ବେଦି ନିର୍ମାଣ କରିବ।2ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।3ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।4ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।5ସେହି ସାଙ୍ଗୀ ଶିଟୀମ୍ କାଷ୍ଠରେ ନିର୍ମାଣ କରି ସ୍ୱର୍ଣ୍ଣରେ ମଡ଼ାଇବ।6ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍, ସାକ୍ଷ୍ୟ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ-ବସ୍ତ୍ରର ଆଗରେ ତାହା ରଖିବ।7ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।8ପୁଣି, ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ।9ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ ନୈବେଦ୍ୟ ଢାଳିବ ନାହିଁ।10ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,2“ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ3ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି4ସର୍ବ ପ୍ରକାର ଶିଳ୍ପକର୍ମ କରଣାର୍ଥେ5ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ।6ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।7ଅର୍ଥାତ୍, ସମାଗମ-ତମ୍ବୁ ଓ ସାକ୍ଷ୍ୟ ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,8ଆଉ ମେଜ, ତହିଁର ପାତ୍ରାଦି, ନିର୍ମଳ ସ୍ୱର୍ଣ୍ଣ ଦୀପବୃକ୍ଷ, ତହିଁର ସମସ୍ତ ପାତ୍ର, ଧୂପବେଦି,9ହୋମବେଦି, ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି,10ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,11ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”
1ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”2ତହୁଁ ହାରୋଣ ସେମାନଙ୍କୁ କହିଲେ, “ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳ କାଢ଼ି ମୋ’ ପାଖକୁ ଆଣ।”3ତହିଁରେ ସମସ୍ତ ଲୋକ ଆପଣା ଆପଣା କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳସବୁ କାଢ଼ି ହାରୋଣଙ୍କ ନିକଟକୁ ଆଣିଲେ।4ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”5ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ, ଏହା ଘୋଷଣା କରାଇଲେ।6ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।7ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।”8ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”9ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, “ଆମ୍ଭେ ଏହି ଲୋକମାନଙ୍କୁ ଦେଖିଅଛୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ।”10ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।11ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ ?12ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ, ଏପରି କଥା ମିସ୍ରୀୟମାନେ କାହିଁକି ଗଳ୍ପ କରିବେ ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ।13ଆପଣା ଦାସ ଅବ୍ରହାମ ଓ ଇସ୍ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ।”14ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।15ଏଥିଉତ୍ତାରେ ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ୱରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଉଭୟ ପାର୍ଶ୍ୱରେ ଲେଖାଥିଲା।16ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ-ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।17ଏଥିଉତ୍ତାରେ ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧ ଶବ୍ଦ ହେଉଅଛି।”18ତହିଁରେ ସେ କହିଲେ, “ଏହା ଜୟଧ୍ୱନିର ଶବ୍ଦ ନୁହେଁ, କିଅବା ପରାଜୟ ସ୍ୱରର ଶବ୍ଦ ନୁହେଁ, ମାତ୍ର ମୁଁ ଗାୟନର ଶବ୍ଦ ଶୁଣୁଅଛି।”19ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।20ପୁଣି, ସେମାନଙ୍କ ନିର୍ମିତ ବାଛୁରି ଘେନି ଅଗ୍ନିରେ ପୋଡ଼ିଲେ ଓ ତାହା ପେଷି ଧୂଳି କଲେ, ଆଉ ଜଳ ଉପରେ ବିଞ୍ଚି ଦେଇ ଇସ୍ରାଏଲ ସନ୍ତାନଗଣକୁ ପିଆଇଲେ।21ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କ’ଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ ?”22ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।”23ଏମାନେ ମୋତେ କହିଲେ, “ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର; କାରଣ ଯେଉଁ ବ୍ୟକ୍ତି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ମୋଶାଙ୍କର କଅଣ ହୋଇଅଛି, ତାହା ଆମ୍ଭେମାନେ ଜାଣୁନାହୁଁ।”24ତେବେ ମୁଁ କହିଲି, “ତୁମ୍ଭମାନଙ୍କ ମଧ୍ୟରେ ଯାହାର ଯେ କୌଣସି ସୁନା ଅଛି, ତାହା ସେମାନେ କାଢ଼ି ଦିଅନ୍ତୁ; ତହିଁରେ ସେମାନେ ମୋତେ ତାହା ଦେଲେ; ମୁଁ ତାହା ନେଇ ଅଗ୍ନିରେ ପକାଇଲି, ତହୁଁ ଏହି ବାଛୁରି ବାହାରି ଆସିଲା।”25ଆଉ ମୋଶା ଲୋକମାନଙ୍କୁ ସ୍ୱେଚ୍ଛାଚାରୀ ଦେଖିଲେ, କାରଣ ହାରୋଣ ସେମାନଙ୍କୁ ଶତ୍ରୁଗଣ ମଧ୍ୟରେ ହାସ୍ୟାସ୍ପଦ ହେବା ଭଳି ସ୍ୱେଚ୍ଛାଚାରୀ କରି ଛାଡ଼ିଥିଲେ।26ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି ? ସେ ମୋ’ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ।27ତହୁଁ ସେ ସେମାନଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଜଙ୍ଘରେ ଖଡ୍ଗ ବାନ୍ଧି ଛାଉଣିର ମଧ୍ୟଦେଇ ଏକ ଦ୍ୱାରରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଗତାୟାତ କର, ପ୍ରତି ଜଣ ଆପଣା ଆପଣା ଭାଇ, ମିତ୍ର ଓ ପ୍ରତିବାସୀକୁ ବଧ କର।”28ତହିଁରେ ଲେବୀର ସନ୍ତାନମାନେ ମୋଶାଙ୍କର ବାକ୍ୟାନୁସାରେ ତଦ୍ରୂପ କରନ୍ତେ, ସେହି ଦିନ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ହଜାର ଲୋକ ମଲେ।29ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”30ତହିଁ ପର ଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”31ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରି ଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।32ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”33ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା।34ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇ ଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”35ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ।
1ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏସ୍ଥାନରୁ ପ୍ରସ୍ଥାନ କର;2ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବା।3ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।”4ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ।5କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”6ଏଥିରେ ଇସ୍ରାଏଲ ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇ ଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖା ଥିଲା, ସେହିସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।2ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃକାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।3ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବେ ନାହିଁ, ପୁଣି, ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯିବେ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ଚରିବେ ନାହିଁ।”4ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତର ପଟା ହସ୍ତରେ ନେଲେ।5ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ ସଦାପ୍ରଭୁଙ୍କ ନାମ ଘୋଷଣା କଲେ।6ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;7ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞା-ଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।”8ତହୁଁ ମୋଶା ଶୀଘ୍ର ଭୂମିରେ ନତ ମସ୍ତକ ହୋଇ ପ୍ରଣାମ କରି କହିଲେ,9“ପ୍ରଭୁ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”
1ତହିଁ ଉତ୍ତାରୁ ମୋଶା ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରି କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।2ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମଦିନ ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।”3ତୁମ୍ଭେମାନେ ବିଶ୍ରାମଦିନରେ ଆପଣାମାନଙ୍କ କୌଣସି ବାସ ସ୍ଥାନରେ ଅଗ୍ନି ଜାଳିବ ନାହିଁ।
1ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ।2ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।3ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ।4ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ,5“ସଦାପ୍ରଭୁ ଯାହା ଯାହା ନିର୍ମାଣ କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।”6ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ।7କାରଣ ସମସ୍ତ କର୍ମ କରିବାକୁ ସେମାନଙ୍କର ଦ୍ରବ୍ୟ ପ୍ରଚୁର ଓ ତତୋଧିକ ଥିଲା।8ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପ କର୍ମରେ କିରୂବର ଆକୃତି କଲେ।9ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା।10ପୁଣି, ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ।11ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କଲେ; ଯୋଡ଼ସ୍ଥାନର ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ।12ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ; ସେହି ଫାଶସବୁ ପରସ୍ପର ସମ୍ମୁଖୀନ ରହିଲା।13ଆଉ ସେ ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା।14ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ।15ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା।16ପୁଣି, ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ୍ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ୍ ରଖିଲେ।17ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କଲେ।18ଆଉ ସେ ଯୋଡି଼ ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ।19ପୁଣି, ସେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ।20ଏଥିଉତ୍ତାରେ ସେ ଆବାସ ନିମିତ୍ତ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ।21ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା।22ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ।23ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ।24ପୁଣି, ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ।25ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ।26ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ରୂପାର ଚାଳିଶ ଚୁଙ୍ଗୀ କଲେ।27ସେ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା କଲେ।28ପୁଣି, ଆବାସର ସେହି ପଶ୍ଚାଦ୍ ଭାଗର ଦୁଇ କୋଣ ନିମନ୍ତେ ଦୁଇ ଖଣ୍ଡ ପଟା କଲେ।29ପୁଣି, ତହିଁ ତଳେ ଯୋଡ଼ା ରହିଲା ଓ ସେହିରୂପ ତହିଁର ମୁଣ୍ଡରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ।30ତହିଁରେ ଆଠ ପଟା, ପୁଣି, ଏକ ଏକ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ଷୋଳ ରୂପାଚୁଙ୍ଗୀ କଲେ।31ଆଉ ସେ ଶିଟୀମ୍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ32ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି, ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେଲେ।33ପୁଣି, ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏମୁଣ୍ଡରୁ ସେମୁଣ୍ଡ ଯାଏ ପାଇଲା।34ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ।35ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।36ପୁଣି, ସେ ତହିଁ ନିମନ୍ତେ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କୁଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ।37ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।38ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା।
1ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ2ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।3ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।4ଆଉ ସେ ଶିଟୀମ୍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ5ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।6ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ।7ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ।8ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।9ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।
1ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।2ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।3ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।4ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।5ପୁଣି, ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ।6ଆଉ, ସେ ଶିଟୀମ୍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ।7ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।
1ଏଥିଉତ୍ତାରେ ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ।2ପୁଣି, ସେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ।3ଅର୍ଥାତ୍, ସେମାନେ ସ୍ୱର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପ କର୍ମ ଦ୍ୱାରା ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ।4ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେ; ତହିଁର ଦୁଇ ମୁଣ୍ଡରେ ପରସ୍ପର ଯୋଡ଼ ଦିଆଗଲା।5ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଉପରିସ୍ଥ ଯେଉଁ ଚିତ୍ରିତ ପଟୁକା ତହିଁର ଅଂଶ ଥିଲା, ତାହା ମଧ୍ୟ ସେହି କର୍ମାନୁସାରେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିର୍ମିତ ହେଲା।6ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ୱର୍ଣ୍ଣାଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ।7ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।8ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।9ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ଡ ଦୀର୍ଘ ଓ ଏକ ଚାଖଣ୍ଡ ପ୍ରସ୍ଥ କଲେ।10ପୁଣି, ତାହା ଚାରି ଧାଡି ମଣିରେ ଖଚିତ କଲେ; ତହିଁର ପ୍ରଥମ ଧାଡିରେ ଚୁଣି, ପୀତମଣି ଓ ମରକତ,11ଦ୍ୱିତୀୟ ଧାଡିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ,12ତୃତୀୟ ଧାଡିରେ ପେରୋଜ, ଯିସ୍ମ ଓ କଟାହେଳା,13ପୁଣି, ଚତୁର୍ଥ ଧାଡିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା।14ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା।15ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ୱାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ।16ଦୁଇ ସ୍ୱର୍ଣ୍ଣାଧାରା ଓ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇଲେ।17ଆଉ ବୁକୁପଟାର ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇଲେ।18ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।19ପୁଣି, ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।20ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।21ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା।22ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କଲେ।23ସେହି ଚୋଗାର ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶନ୍ୟାୟ ଛିଦ୍ର ଥିଲା; ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଚାରି ପାଖରେ ବୁଣା କର୍ମ ଥିଲା।24ପୁଣି, ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।25ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ବର ମଧ୍ୟେ ମଧ୍ୟେ ରଖିଲେ;26ଅର୍ଥାତ୍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ବ, ଏହିରୂପେ କଲେ।27ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା28ଓ ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପଗଡି, ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶିରୋଭୂଷଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ।29ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।30ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ।31ପୁଣି, ଉର୍ଦ୍ଧ୍ୱରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।”3ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।4ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ।5ସାକ୍ଷ୍ୟ ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।6ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।7ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦେବ।8ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।9ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।10ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ।11ଆଉ ତୁମ୍ଭେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ।12ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।13ପୁଣି, ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ।14ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ।15ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ।16ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ।17ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।18ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ।19ତହୁଁ ସେ ଆବାସ ଉପରେ ତମ୍ବୁ ବିସ୍ତାର କଲେ ଓ ତମ୍ବୁ ଉପରେ ଛାତ ଦେଲେ;20ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;21ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ ସିନ୍ଦୁକ ଆଚ୍ଛାଦନ କଲେ।22ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସର ଉତ୍ତର ପାର୍ଶ୍ୱରେ ବିଚ୍ଛେଦ ବସ୍ତ୍ରର ବାହାରେ ସମାଗମ-ତମ୍ବୁରେ ମେଜ ରଖିଲେ;23ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ।24ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ25ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।26ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁରେ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ସ୍ୱର୍ଣ୍ଣ-ବେଦି ରଖିଲେ27ଓ ତହିଁ ଉପରେ ସୁଗନ୍ଧି ଧୂପ ଜାଳିଲେ।28ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ29ଓ ସମାଗମ-ତମ୍ବୁର ଆବାସ-ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।30ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।31ତହିଁରେ ମୋଶା, ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ।32ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।33ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ।
1ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷ ପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।3ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।4ପୁଣି, ସେ ହୋମ ବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।5ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।6ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ।7ଏଥିଉତ୍ତାରେ ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ।8ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।9ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।10ଆଉ ଯଦି ସେ ମେଷ କି ଛାଗପଲରୁ ହୋମ ବଳି ଉତ୍ସର୍ଗ କରେ,11ତେବେ ସେ ନିଖୁନ୍ତ ପୁଂ ପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।12ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।13ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।14ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମ ବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।15ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।16ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ।17ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
1ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ;2ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।3ଏହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।4ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।5ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।6ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।7ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ।8ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।9ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।10ପୁଣି ସେହି ଭକ୍ଷ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ; ସଦାପ୍ରଭୁଙ୍କର ଅଗ୍ନିକୃତ ଉପହାର ମଧ୍ୟରେ ତାହା ମହାପବିତ୍ର।11ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେକୌଣସି ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ, ତାହା ତାଡ଼ିଯୁକ୍ତ ହେବ ନାହିଁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ତାଡ଼ି କି ମଧୁ ଦଗ୍ଧ କରିବ ନାହିଁ।12ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ।13ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।14ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।15ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ ନୈବେଦ୍ୟ।16ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।
1ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।2ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।3ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,4ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।5ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।6ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।7ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;8ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।9ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,10ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।11ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।12ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,13ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।14ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,15ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।16ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।17ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;3ବିଶେଷତଃ ଅଭିଷିକ୍ତ ଯାଜକ1 ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।4ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ।5ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।6ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।7ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।8ଆଉ, ପାପାର୍ଥକ ବଳି ରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,9ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।10ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ।11ଆଉ, ସେହି ଗୋବତ୍ସର ଚର୍ମ, ସମସ୍ତ ମାଂସ, ମସ୍ତକ, ପାଦ, ଅନ୍ତ ଓ ଗୋମୟ,12ସର୍ବସମେତ ଗୋବତ୍ସକୁ ନେଇ ଛାଉଣି ବାହାରେ ଶୁଚି ସ୍ଥାନରେ, ଅର୍ଥାତ୍, ଭସ୍ମ ନିକ୍ଷେପ ସ୍ଥାନକୁ ଆଣି କାଷ୍ଠ ଉପରେ ଅଗ୍ନିରେ ଦଗ୍ଧ କରିବ; ଭସ୍ମ ନିକ୍ଷେପ ସ୍ଥାନରେ ତାହା ଦଗ୍ଧ କରିବାକୁ ହେବ।13ଆଉ, ଇସ୍ରାଏଲର ସମଗ୍ର ମଣ୍ଡଳୀ2 ଯଦି ଭୁଲବଶତଃ ପାପ କରନ୍ତି ଓ ତାହା ସମାଜର ଦୃଷ୍ଟିରେ ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯଦି କୌଣସି କର୍ମ କରି ଦୋଷୀ ହୁଅନ୍ତି;14ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ3 ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ।15ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।16ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।17ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।18ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।19ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ।20ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।21ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।22ଆଉ, ଯଦି କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭୁଲବଶତଃ କରି ଦୋଷୀ ହୁଏ;23ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂ ଛାଗ ଉପହାର ଆଣିବ।24ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ।25ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।26ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।27ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭୁଲବଶତଃ ପାପ କରି ଦୋଷୀ ହୁଏ28ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ।29ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ।30ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।31ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।32ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।33ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ।34ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।35ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।”
1“ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।2ଅବା ଯଦି କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ।3କିଅବା ଯଦି ସେ ମନୁଷ୍ୟର ଅଶୁଚିକାରୀ କୌଣସି ଦ୍ରବ୍ୟ, ଅର୍ଥାତ୍, ଯଦ୍ଦ୍ୱାରା ମନୁଷ୍ୟ ଅଶୁଚି ହୁଏ, ଏପରି କିଛି ଦ୍ରବ୍ୟ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ, ତେବେ ସେ ତାହା ଜ୍ଞାତ ହେଲେ ଦୋଷୀ ହେବ।4ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।5ପୁଣି ଉକ୍ତ କୌଣସି ଏକ ବିଷୟରେ ସେ ଦୋଷୀ ହେଲେ, ଆପଣାର ସେହି କୃତ ପାପ ସ୍ୱୀକାର କରିବା ତାହାର କର୍ତ୍ତବ୍ୟ।6ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।7ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।8ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ।9ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।10ତହିଁ ଉତ୍ତାରୁ ସେ ବିଧି ଅନୁସାରେ ଅନ୍ୟଟିକୁ ହୋମାର୍ଥକ ବଳି ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।11ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ।12ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ।13ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ, ଅର୍ଥାତ୍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;3କିଅବା ହଜାଦ୍ରବ୍ୟ ପାଇ ତଦ୍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ; ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ;4ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,5ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ।6ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।7ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।”
1“ଆଉ, ଦୋଷାର୍ଥକ ବଳିର ବ୍ୟବସ୍ଥା ଏହି; ତାହା ମହାପବିତ୍ର।2ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ।3ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା ଓ4ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଓ ଦୁଇ ଗୁର୍ଦା ସହିତ ଯକୃତର ଉପରିସ୍ଥ ଅନ୍ତପ୍ଲାବକ ନେଇ ଉତ୍ସର୍ଗ କରିବ।5ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ; ଏହା ଦୋଷାର୍ଥକ ବଳି।6ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।7ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।8ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ।9ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହା ସବୁ ଉତ୍ସର୍ଗକାରୀ ଯାଜକର ହେବ।10ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟ ସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।3ପୁଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।”4ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀ ଏକତ୍ର ହେଲେ।5ପୁଣି ମୋଶା ମଣ୍ଡଳୀକୁ କହିଲେ, ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି।6ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।7ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।8ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍ ଓ ତୁମ୍ମୀମ୍ ରଖିଲେ।9ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।10ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।11ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।12ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।13ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।14ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।15ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳି ଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।16ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।17ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।18ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।19ତହୁଁ ସେ ତାକୁ ବଧ କଲେ, ପୁଣି ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।20ଆଉ, ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ, ମାଂସଖଣ୍ଡସକଳ ଓ ମେଦ ଦଗ୍ଧ କଲେ।21ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।22ଏଥିଉତ୍ତାରେ ସେ ଅନ୍ୟ ମେଷ, ଅର୍ଥାତ୍, ପଦନିଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତ ରଖିଲେ।23ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।24ଏଥିଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଡାହାଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।25ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;26ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;27ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।28ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହିସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।29ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।30ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ।31ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।32ପୁଣି, ମାଂସ ଓ ରୁଟିରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ।33ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।34ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।35ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”36ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହିସବୁ କଥା ପାଳନ କଲେ।
1ଏଥିଉତ୍ତାରେ ଅଷ୍ଟମ ଦିନରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡାକିଲେ,2ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।3ପୁଣି, ଇସ୍ରାଏଲ ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁନ୍ତ ଥିବେ,4ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’”5ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ।6ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”7ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମ ବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରୁ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।”8ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ବେଦି ନିକଟକୁ ଯାଇ ଆପଣା ପାପାର୍ଥକ ବଳିର ଗୋବତ୍ସ ବଧ କଲେ।9ତହୁଁ ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ; ତହିଁରେ ସେ ଆପଣା ଅଙ୍ଗୁଳି ରକ୍ତରେ ଡୁବାଇ ବେଦିର ଶୃଙ୍ଗ ଉପରେ ଦେଲେ ଓ ଅବଶିଷ୍ଟ ରକ୍ତ ବେଦିମୂଳରେ ଢାଳିଲେ;10ମାତ୍ର ପାପାର୍ଥକ ବଳିର ମେଦ, ଗୁର୍ଦା ଓ ଯକୃତର ଅନ୍ତପ୍ଲାବକ ବେଦି ଉପରେ ଦଗ୍ଧ କଲେ।11ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ।12ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ।13ଏଥିଉତ୍ତାରେ ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ଡକୁ ଖଣ୍ଡ ମାଂସ ସହିତ ମସ୍ତକ ସମର୍ପଣ କଲେ; ତହିଁରେ ସେହି ସମସ୍ତ ସେ ବେଦି ଉପରେ ଦଗ୍ଧ କଲେ।14ପୁଣି, ସେ ଅନ୍ତ ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।15ଏଥିଉତ୍ତାରେ ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ତୁଲ୍ୟ ବଧ କରି ପାପାର୍ଥେ ତାହା ଉତ୍ସର୍ଗ କଲେ;16ଏଥିଉତ୍ତାରେ ସେ ହୋମବଳି ଆଣି ବିଧି ଅନୁସାରେ ଉତ୍ସର୍ଗ କଲେ।17ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ।18ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;19ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ, ଗୁର୍ଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ,20ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;21ପୁଣି, ମୋଶାଙ୍କର ଆଜ୍ଞାନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଜଙ୍ଘ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇଲେ।22ତହୁଁ ହାରୋଣ ଲୋକମାନଙ୍କ ପ୍ରତି ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଶୀର୍ବାଦ କଲେ; ଏହିରୂପେ ପାପାର୍ଥକ ବଳି ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଓହ୍ଲାଇ ଆସିଲେ।23ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।24ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।
1ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।2ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।3ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ,
1ତା’ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,2“ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ପୃଥିବୀସ୍ଥିତ ପଶୁମାନଙ୍କ ମଧ୍ୟରେ ଏହି ସମସ୍ତ ଜୀବ ଭୋଜନ କରିବ।3ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ।4ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।5ପୁଣି ଶାଫନ୍ (ଓଧ) ପଶୁ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।6ଆଉ, ଠେକୁଆ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।7ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।8ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।9ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ।10ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,11ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ହେବେ; ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ, ପୁଣି ସେମାନଙ୍କ ଶବକୁ ଘୃଣା କରିବ।12ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।13ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,14ପୁଣି, ଚିଲ ଓ ଆପଣା ଆପଣା ଜାତି ଅନୁସାରେ ବାଜ,15ପୁଣି, ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ,16ଓଟପକ୍ଷୀ, ତାମସ ପକ୍ଷୀ, ସମୁଦ୍ର ଚିଲ, ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ,17ପୁଣି, କୋଷପକ୍ଷୀ, ପାଣିକୁଆ, ବଗ,18ଦୀର୍ଘଗଳ ହଂସ, ପାଣିଭେଳା, ଶାଗୁଣା;19ପୁଣି ବଗ, ଆପଣା ଆପଣା ଜାତି ଅନୁସାରେ କଙ୍କ, ଟିଟ୍ଟିଭ ଓ ଚାମଚିକା।20ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।21ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ।22ଅର୍ଥାତ୍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ, ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ, ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ।23ମାତ୍ର ଏହା ଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।24ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।25ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।26ଯେଉଁସବୁ ପଶୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଇଁବ, ସେ ଅଶୁଚି ହେବ।27ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।28ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।29ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ (ଗୋଧି) ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ଡୁଅ;30ଆଉ, ଏଣ୍ଡୁଅ ଓ ସ୍ଥଳ କୁମ୍ଭୀର, ଝିଟିପିଟି, ବାଲିଏଣ୍ଡୁଅ ଓ ବହୁରୂପୀ (ପୋହଳା ଏଣ୍ଡୁଅ)।31ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।32ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ।33ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ।34ପୁଣି, ଯେଉଁ ସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ;35ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।36ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ।37ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ।38ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।39ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।40ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।41ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ।42ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ।43ତୁମ୍ଭେମାନେ ଏହି ସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ୱାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।44କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ମୁଁ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।45କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।46ଶୁଚି ଓ ଅଶୁଚି ଏବଂ ଖାଦ୍ୟ ଓ ଅଖାଦ୍ୟ ପଶୁମାନଙ୍କ ପ୍ରଭେଦ ଜଣାଇବା ପାଇଁ,47ପଶୁ, ପକ୍ଷୀ, ଜଳଚର ପ୍ରାଣୀ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ।3ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ।4ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।5ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।6ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।7ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା।8ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।”
1ତା’ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,2“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘା’ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।3ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା’ ଦେଖିବ; ଆଉ ଯଦି ଘା’ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘା’ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।4ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘା’ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।5ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘା’ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।6ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘା’ ମଳିନ ହୋଇଥାଏ ଓ ଘା’ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।7ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।8ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।9କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘା’ ହେଲେ, ସେ ଯାଜକ ନିକଟକୁ ଅଣାଯିବ;10ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,11ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।12ଆଉ, ଯଦି କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘା’ଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,13ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।14ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ।15ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।16ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,17ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘା’ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘା’ଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।18ଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ,19ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;20ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’ ଅଟେ।21ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।22ଆଉ, ଯଦି ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; କାରଣ ତାହା କୁଷ୍ଠରୋଗର ଘା’ ଅଟେ।23ମାତ୍ର ଯଦି ସେହି ଚିକ୍କଣ ଚିହ୍ନ ସ୍ୱସ୍ଥାନରେ ଥାଇ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ; ପୁଣି ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।24କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;25ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠ ରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ।26ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।27ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ।28ଆଉ, ଯଦି ଚିକ୍କଣ ଚିହ୍ନ ସ୍ୱସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ।29ଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘା’ ହେଲେ ଯାଜକ ସେହି ଘା’ ଦେଖିବ;30ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ।31ଆଉ, ଯାଜକ ଛଉର ଘା’ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘା’ଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।32ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,33ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।34ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।35ମାତ୍ର ତାହାର ଶୁଚି ହେଲା ଉତ୍ତାରେ ଯଦି ଚର୍ମରେ ସେହି ଛଉ ବ୍ୟାପିଯାଏ,36ତେବେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ଛଉ ଚର୍ମରେ ବୃଦ୍ଧି ପାଇଥାଏ, ତେବେ ଯାଜକ ହଳଦି ବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ; କାରଣ ସେ ଅଶୁଚି ଅଟେ।37ମାତ୍ର ତାହାର ଦୃଷ୍ଟିରେ ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।38ପୁଣି, ଯଦି କୌଣସି ପୁରୁଷ କି ସ୍ତ୍ରୀର ଶରୀରର ଚର୍ମରେ ଚିକ୍କଣ ଚିହ୍ନଗୁଡ଼ିକ, ଅର୍ଥାତ୍, ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନଗୁଡ଼ିକ ହୁଏ;39ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ।40ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ।41ଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ।42ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।43ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ;44ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘା’ ହୋଇଅଛି।45ଆଉ, ଯେଉଁ କୁଷ୍ଠୀର ଘା’ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।46ତାହାଠାରେ ଯେତେ ଦିନ ଘା’ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“କୁଷ୍ଠ ରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;3ତହୁଁ ଯାଜକ ଛାଉଣିର ବାହାରକୁ ଯିବ; ପୁଣି ଯାଜକ ଦେଖିବ, ଆଉ, ଯଦି କୁଷ୍ଠୀର କୁଷ୍ଠରୋଗର ଘା’ ସୁସ୍ଥ ହୋଇଥାଏ,4ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।5ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ।6ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;7ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।8ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।9ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।10ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ।11ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;12ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।13ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।14ଏଥିଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;15ଆଉ, ଯାଜକ ସେହି ଏକ ଲୋଗ୍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;16ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;17ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;18ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ।19ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ।20ଆଉ, ଯାଜକ ହୋମ ବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।21ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ;22ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।23ଆଉ, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ।24ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ।25ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;26ତହିଁ ଉତ୍ତାରେ ଯାଜକ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ ପାପୁଲିରେ ଢାଳିବ;27ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;28ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ତାହାର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ।29ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।30ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ କପୋତ ଅବା ଦୁଇ ପାରାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;31ଅର୍ଥାତ୍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।32ଯେଉଁ କୁଷ୍ଠରୋଗର ଘା’ଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,2“ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯଦି ପୁରୁଷର ଶରୀରରେ ପ୍ରମେହ ରୋଗ ହୁଏ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ।3ପୁଣି ପ୍ରମେହ ସକାଶୁ ତାହାର ଅଶୁଚିତାର ବିଧି ଏହି; ତାହାର ଶରୀରରୁ ପ୍ରମେହ ଝରୁ ଥାଉ ଅବା ଶରୀରରେ ବନ୍ଦ ଥାଉ, ତାହା ତାହାର ଅଶୁଚିତା ଅଟେ।4ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ।5ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।6ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯଦି କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।7ପୁଣି, ଯେକେହି ପ୍ରମେହୀର ଶରୀର ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।8ଆଉ, ପ୍ରମେହୀ ଯଦି ଶୁଚି ଲୋକର ଦେହରେ ଛେପ ପକାଏ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।9ପୁଣି, ପ୍ରମେହୀ ଯେଉଁ ବାହନ ଉପରେ ଚଢ଼େ, ତାହା ଅଶୁଚି ହେବ।10ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।11ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।12ପୁଣି, ପ୍ରମେହୀ ଯେଉଁ ମୃତ୍ତିକାପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ।13ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ।14ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।15ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।16ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।17ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।18ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।19ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।20ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।21ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।22ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।23ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।24ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ।25ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ।26ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।27ପୁଣି, ଯେକେହି ସେହି ସମସ୍ତ ଛୁଇଁବ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।28ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।29ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।30ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୁଚିତା ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।31ଏହିରୂପେ ଇସ୍ରାଏଲ ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ୍ କରିବ।32ପ୍ରମେହ ରୋଗୀର ଓ ବୀର୍ଯ୍ୟପାତରେ ଅଶୁଚି ଲୋକର,33ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା।”
1ଆଉ, ହାରୋଣଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କ ନିକଟବର୍ତ୍ତୀ ହୋଇ ମଲା ଉତ୍ତାରେ, ସଦାପ୍ରଭୁ ମୋଶାଙ୍କୁ କହିଲେ;2ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।3ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ।4ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।5ପୁଣି, ସେ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।6ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।7ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।8ପୁଣି, ହାରୋଣ ସେହି ଦୁଇ ଛାଗ ମଧ୍ୟରେ ଗୁଲିବାଣ୍ଟ କରିବ; ତହିଁରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ ନିମନ୍ତେ ହେବ।9ପୁଣି, ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ସଦାପ୍ରଭୁଙ୍କ ନିମନ୍ତେ ହେବ, ହାରୋଣ ତାକୁ ନେଇ ପାପାର୍ଥେ ବଳିଦାନ କରିବ।10ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ।11ଏଥିଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।12ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।13ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।14ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।15ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।16ପୁଣି, ଇସ୍ରାଏଲ ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ।17ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,18ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।19ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।20ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।21ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହା ସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇ ଦେବ।22ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।23ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।24ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମ ବଳି ଓ ଲୋକମାନଙ୍କର ହୋମ ବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।25ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।26ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ।27ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇ ଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।28ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।29ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।30କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।31ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।32ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍, ପବିତ୍ର ବସ୍ତ୍ର ସବୁ ପିନ୍ଧିବ।33ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।34ପୁଣି, ଇସ୍ରାଏଲ ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ହାରୋଣକୁ, ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।3ଇସ୍ରାଏଲ ବଂଶରୁ ଜାତ ଯେକେହି ଗୋରୁ, କି ମେଷ, କି ଛାଗ ଛାଉଣି ମଧ୍ୟରେ କିମ୍ବା ଛାଉଣି ବାହାରେ ବଧ କରେ,4ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।5ଏହେତୁ ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ଯେଉଁ ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେହି ସମସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।6ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।7ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ1 ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।8ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ ବଂଶରୁ ଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ହୋମ କି ବଳିଦାନ କରେ,9ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।3ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।4ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।5ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।6ତୁମ୍ଭମାନଙ୍କର କେହି ଆପଣା ନିକଟ କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।7ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।8ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।9ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।10ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।11ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।12ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।13ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।14ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।15ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।16ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ।17ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।18ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତା’ର ଭଗିନୀକୁ ଗ୍ରହଣ କରିବ ନାହିଁ।19ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।20ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।21ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।22ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।23ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।24ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।25ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି।26ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ।27କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି।28ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ।29ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।30ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁ ସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହିସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।3ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।4ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।5ପୁଣି, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ।6ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।7ଯଦି ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ।8ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।3ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।4ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,5ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।6ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।7ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।8ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।9ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।10ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।11ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।12ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।13ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।14ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।15ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।16ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।17ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।18ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।19ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।20ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।21ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।2କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।3ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।4ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।5ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।6ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।7ସେମାନେ ବେଶ୍ୟାକୁ ଅବା କଳଙ୍କିନୀକୁ ବିବାହ କରିବେ ନାହିଁ ଓ ସ୍ୱାମୀତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ, କାରଣ ସେ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର।8ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।9ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ।10ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ।11କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।12ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।13ପୁଣି, ସେ କେବଳ ଅନୂଢ଼ାକୁ ବିବାହ କରିବ;14ବିଧବା, ତ୍ୟକ୍ତା, କଳଙ୍କିନୀ କିଅବା ବେଶ୍ୟାକୁ ବିବାହ କରିବ ନାହିଁ; ମାତ୍ର ସେ ଆପଣା ଲୋକମାନଙ୍କ ମଧ୍ୟରୁ କୌଣସି ଏକ କନ୍ୟାକୁ ବିବାହ କରିବ।15ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।” 16ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,17“ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।18ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,19ଭଗ୍ନପାଦ, ଭଗ୍ନହସ୍ତ,20କୁଜା, ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, ଜାଦୁ ରୋଗୀ, କାଛୁ ରୋଗୀ, ଭଗ୍ନକୋଷ;21ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।22ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ଭକ୍ଷ୍ୟ ଭୋଜନ କରିବ।23ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।24ଏହି ପ୍ରକାରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସମସ୍ତ ଇସ୍ରାଏଲ ସନ୍ତାନଗଣଙ୍କୁ ଏହି କଥା କହିଲେ।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।3ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ।4ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;5ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ,6ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।7ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ।8ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।9ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।10ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।11ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ।12ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ।13ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ।14ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ।15ଏହିରୂପେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ।16ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁ ସକଳ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେହି ସକଳ ପର୍ବ ଏହି।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ୱଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ।3ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।4ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ।
1ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।3ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।4ମାତ୍ର ସପ୍ତମ ବର୍ଷରେ ଭୂମିର ମହାବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ।5ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହାବିଶ୍ରାମ ବର୍ଷ ହେବ।6ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବେତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;7ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ।
1“ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।2ତୁମ୍ଭେମାନେ ଆମ୍ଭର ସକଳ ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।3ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;4ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟି ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।5ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।6ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।7ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।8ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।9ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।10ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।11ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।12ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।13ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।3ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ।4ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ1 ରୂପା ହେବ।5ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ2 ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ3 ରୂପା ହେବ।6ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ4 ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ5 ରୂପା ହେବ।7ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ।8ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ।9ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ।10ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ; ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯଦି ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ।11ଆଉ ଯାହା ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରାଯାଏ ନାହିଁ, ଏପରି କୌଣସି ଅଶୁଚି ପଶୁ ଯଦି ଦିଆଯାଏ, ତେବେ ସେ ସେହି ପଶୁକୁ ଯାଜକ ସମ୍ମୁଖରେ ଉପସ୍ଥିତ କରିବ।12ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ।13ମାତ୍ର, ଯଦି ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।14ଆଉ, ଯଦି କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ।15ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।16ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ।17ଯଦି ସେ ଯୁବ୍ଲୀ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ।18ମାତ୍ର, ଯଦି ସେ ଯୁବ୍ଲୀ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୁବ୍ଲୀ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ।19ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।20ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।21ମାତ୍ର ସେହି କ୍ଷେତ୍ର ଯୁବ୍ଲୀ ସମୟରେ ମୁକ୍ତ ହେଲେ, ତାହା ସମ୍ପୂର୍ଣ୍ଣ ରୂପେ ଉତ୍ସର୍ଗିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ସେହି କ୍ଷେତ୍ର ଯାଜକର ଅଧିକାର ହେବ।22ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯଦି କ୍ରୟ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ;23ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୁବ୍ଲୀ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହିଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ।24ଯାହାଠାରୁ ସେହି କ୍ଷେତ୍ର କ୍ରୟ କରାଗଲା, ଅର୍ଥାତ୍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୁବ୍ଲୀ ବର୍ଷରେ ତାହାକୁ ଫେରାଇ ଦିଆଯିବ।25ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ6 ଏକ ଶେକଲ ହୁଏ।26ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।27ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ।28ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ୱରୁ, ଅର୍ଥାତ୍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ଏପରି କୌଣସି ଉତ୍ସର୍ଗିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ଉତ୍ସର୍ଗିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।29ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ।30ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।31ଆଉ, ଯଦି କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।32ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।33ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯଦି ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ।”34ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି।
1ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,2“ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।”3କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।4ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।5ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍ ବଂଶର ଶଦେୟରର ପୁତ୍ର ଇଲୀଷୂର।6ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।7ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ୍8ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।9ସବୂଲୂନ ବଂଶର ହେଲୋନର ପୁତ୍ର ଇଲୀୟାବ୍10ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।11ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍।12ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।13ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ।14ଗାଦ୍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍।15ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।16ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।17ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।18ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।19ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।20ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;21ରୁବେନ୍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।22ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;23ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା।24ଗାଦ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;25ଗାଦ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।26ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;27ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା।28ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;29ଇଷାଖର ବଂଶର ଗଣିତ ଲୋକ ସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।30ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;31ସବୂଲୂନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।32ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;33ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା।34ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;35ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା।36ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;37ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତ୍ରିଂଶ ହଜାର ଚାରି ଶହ ହେଲା।38ଦାନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;39ଦାନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା।40ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;41ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା।42ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;43ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା।44ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।45ଏହିରୂପେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।46ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା।47ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣା ଗଲେ ନାହିଁ।48କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,49ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;50ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।51ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।52ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।53ମାତ୍ର ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।54ଇସ୍ରାଏଲ ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,2“ଇସ୍ରାଏଲ ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ।3ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୂଦା-ସନ୍ତାନଗଣର ଅଧିପତି ହେବ;4ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ।5ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର ସନ୍ତାନଗଣର ଅଧିପତି ହେବ;6ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉବନ ହଜାର ଚାରି ଶହ।7ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍ ସବୂଲୂନ ସନ୍ତାନଗଣର ଅଧିପତି ହେବ;8ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ସତାବନ ହଜାର ଚାରି ଶହ।9ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ।10ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍-ସନ୍ତାନଗଣର ଅଧିପତି ହେବ;11ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ।12ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ ସନ୍ତାନଗଣର ଅଧିପତି ହେବ;13ତାହାର ଗଣିତ ସୈନ୍ୟ ସଂଖ୍ୟା ଊଣଷଠି ହଜାର ତିନି ଶହ।14ତହୁଁ ଗାଦ୍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ୍ ସନ୍ତାନଗଣର ଅଧିପତି ହେବ;15ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ।16ରୁବେନ୍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ।17ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।18ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ;19ଆଉ ତାହାର ଗଣିତ ସୈନ୍ୟ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ।20ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;21ତାହାର ଗଣିତ ସୈନ୍ୟ ସଂଖ୍ୟା ବତିଶ ହଜାର ଦୁଇ ଶହ।22ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ;23ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ।24ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ।25ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;26ତାହାର ଗଣିତ ସୈନ୍ୟ ସଂଖ୍ୟା ବାଷଠି ହଜାର ସାତ ଶହ।27ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ;28ତାହାର ଗଣିତ ସୈନ୍ୟ ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ।29ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି ସନ୍ତାନଗଣର ଅଧିପତି ହେବ;30ତାହାର ଗଣିତ ସୈନ୍ୟ ସଂଖ୍ୟା ତେପନ ହଜାର ଚାରି ଶହ।31ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।” 32ଏମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା।33ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।34ଏହିରୂପେ ଇସ୍ରାଏଲ ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।
1ଯେଉଁଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହିଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।2ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।3ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।4ମାତ୍ର ନାଦବ୍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,2“ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ3ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।”4ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ।5ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ6ଓ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।7ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।8ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।9ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।10ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।11ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।12ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।13ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।14ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।15ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।16ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।17ଏଥିଉତ୍ତାରେ ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,18“ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ ବଂଶୀୟ ଗୋଷ୍ଠୀକୁ ଉଚ୍ଛିନ୍ନ କର ନାହିଁ” !19ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ।20ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆଜ୍ଞା ଦିଅ।”3ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଦୁହିଁଙ୍କୁ ବାହାର କରିବ, ତୁମ୍ଭେମାନେ ଛାଉଣିର ବାହାରେ ସେମାନଙ୍କୁ ରଖିବ; ସେମାନଙ୍କର ଯେଉଁ ଛାଉଣି ମଧ୍ୟରେ ଆମ୍ଭେ ବାସ କରୁ, ତାହା ସେମାନେ ଅଶୁଚି ନ କରନ୍ତୁ।4ତହିଁରେ ଇସ୍ରାଏଲ ସନ୍ତାନଗଣ ସେହିରୂପ କଲେ, ପୁଣି, ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ ସନ୍ତାନଗଣ ସେପରି କଲେ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବା ନିମନ୍ତେ ଯଦି ନାସରୀୟ1 କୌଣସି ବିଶେଷ ବ୍ରତ କରେ,3ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ୍ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।4ସେ ତାହାର ପୃଥକ୍ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କିମ୍ବା ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।5ତାହାର ବ୍ରତ ହେତୁ ପୃଥକ୍ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।6ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ।7ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବାର ଚିହ୍ନ ତାହାର ମସ୍ତକରେ ଅଛି।8ତାହାର ପୃଥକ୍ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।9ଆଉ ଯଦି କୌଣସି ମନୁଷ୍ୟ ହଠାତ୍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।10ପୁଣି, ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।11ଆଉ ଯାଜକ ତହିଁରୁ ଗୋଟିକୁ ପାପାର୍ଥେ ଓ ଅନ୍ୟଟିକୁ ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହିଦିନ ତାହାର ମସ୍ତକ ପବିତ୍ର କରିବ।12ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହୋଇ ରହିବା ଦିନମାନ ପୃଥକ୍ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକକରଣ ଅଶୁଚି ହେଲା।13ଆଉ ପୃଥକ୍ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।14ପୁଣି, ସେ ହୋମାର୍ଥେ ଏକବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷ15ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।16ତହୁଁ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଏହିସବୁ ଆଣି ତାହାର ପାପାର୍ଥକ ବଳି ଓ ହୋମାର୍ଥକ ବଳି ଉତ୍ସର୍ଗ କରିବ।17ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।18ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।19ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ।20ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।21ନାସରୀୟ ବ୍ରତଧାରୀ ଲୋକ ଯାହା ଦେବାକୁ ସକ୍ଷମ, ତାହା ବ୍ୟତୀତ ଓ ତାହାର ପୃଥକ୍ ରହିବା ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ-ଦାନର ବ୍ୟବସ୍ଥା ଏହି; ସେ ଯେରୂପ ବ୍ରତ କରେ, ପୃଥକ୍ ରହିବା ବ୍ୟବସ୍ଥାନୁସାରେ ତାହା ତାହାକୁ କରିବାକୁ ହେବ।
1ଏଥିଉତ୍ତାରେ ଯେଉଁଦିନ ମୋଶା ଆବାସ-ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;2ସେହିଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।3ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ।4ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,5“ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହା ସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ।”6ତହୁଁ ମୋଶା ସେହି ଶଗଡ଼ ଓ ଗୋରୁ ନେଇ ଲେବୀୟମାନଙ୍କୁ ଦେଲେ।7ଗେର୍ଶୋନୀୟ-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଦୁଇ ଶଗଡ଼ ଓ ଚାରି ଗୋରୁ ଦେଲେ।8ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ।9ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।10ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।11ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”12ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;13ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ;1 ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;14ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ2 ;15ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;16ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ17ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।18ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,19ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ3 ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ4 , ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;20ଧୂପରେ ପରିପୂର୍ଣ୍ଣ ଦଶ ଶେକଲ5 ପରିମିତ ସ୍ୱର୍ଣ୍ଣର ଏକ ଚାମଚ;21ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;22ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,23ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର।24ତୃତୀୟ ଦିନ ସବୂଲୂନ-ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ୍ ଆଣିଲା;25ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ6 ରୂପାର ଏକ ଥାଳୀ ଓ ସତୁରି ଶେକଲ7 ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;26ଧୂପରେ ପରିପୂର୍ଣ୍ଣ ଦଶ ଶେକଲ8 ପରିମିତ ସ୍ୱର୍ଣ୍ଣର ଏକ ଚାମଚ;27ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;28ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,29ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ହେଲୋନର ପୁତ୍ର ଇଲୀୟାବ୍ର ଉପହାର।30ଚତୁର୍ଥ ଦିନ ରୁବେନ୍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;31ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ9 ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ10 ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;32ଧୂପରେ ପରିପୂର୍ଣ୍ଣ ଦଶ ଶେକଲ11 ପରିମିତ ସ୍ୱର୍ଣ୍ଣର ଏକ ଚାମଚ;33ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;34ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;35ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର।36ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;37ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ12 ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;38ଧୂପରେ ପରିପୂର୍ଣ୍ଣ ଦଶ ଶେକଲ13 ପରିମିତ ସ୍ୱର୍ଣ୍ଣର ଏକ ଚାମଚ;39ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;40ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,41ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର।42ଷଷ୍ଠ ଦିନ ଗାଦ୍-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଆଣିଲା;43ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ14 ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ15 ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;44ଆଉ ଧୂପରେ ପରିପୂର୍ଣ୍ଣ ଦଶ ଶେକଲ16 ପରିମିତ ସ୍ୱର୍ଣ୍ଣର ଏକ ଚାମଚ;45ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;46ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;47ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ର ଉପହାର।48ସପ୍ତମ ଦିନ ଇଫ୍ରୟିମ-ସନ୍ତାନଗଣର ଅଧିପତି ଅମ୍ମୀହୂଦର ପୁତ୍ର ଇଲୀଶାମା ଆଣିଲା;49ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;50ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;51ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;52ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;53ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର।54ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା;55ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;56ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;57ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;58ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,59ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର।60ନବମ ଦିନ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ଗିଦିୟୋନିର ପୁତ୍ର ଅବୀଦାନ୍ ଆଣିଲା;61ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;62ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;63ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;64ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,65ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍ର ଉପହାର।66ଦଶମ ଦିନ ଦାନ୍-ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆଣିଲା;67ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;68ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;69ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ମେଷବତ୍ସ;70ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,71ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର।72ଏକାଦଶ ଦିନ ଆଶେର-ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ଆଣିଲା;73ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;74ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;75ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;76ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,77ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅକ୍ରଣର ପୁତ୍ର ପଗୀୟେଲର ଉପହାର।78ଦ୍ୱାଦଶ ଦିନ ନପ୍ତାଲି-ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ଆଣିଲା;79ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;80ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;81ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ,82ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,83ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଐନନର ପୁତ୍ର ଅହୀରର ଉପହାର।84ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା; ରୂପାର ଦ୍ୱାଦଶ ଥାଳୀ, ରୂପାର ଦ୍ୱାଦଶ କୁଣ୍ଡ ଓ ସ୍ୱର୍ଣ୍ଣର ଦ୍ୱାଦଶ ଚାମଚ;85ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;86ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।87ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ-ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ;88ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର।89ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।” 3ତହିଁରେ ହାରୋଣ ସେହିରୂପ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, ଯେପରି ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ହେବ, ସେ ସେହିପରି ଦୀପମାନ ଜ୍ୱଳାଇଲେ।4ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।
1ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ଇସ୍ରାଏଲ ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;3ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।”4ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।5ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ ସବୁ କର୍ମ କଲେ।6ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହିଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହିଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।7ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ ?”8ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ।”9ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,10“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯଦି କେହି ଶବ ଦ୍ୱାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେ ହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;11ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ;12ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ।13ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ;14ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।3ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।4ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।5ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।6ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।7ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।8ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।9ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ।10ଆହୁରି ତୁମ୍ଭମାନଙ୍କ ଆନନ୍ଦ-ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
1ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣ-ଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତ ଭାଗ ଗ୍ରାସ କଲା।2ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟରେ କ୍ରନ୍ଦନ କଲେ; ତହୁଁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେହି ଅଗ୍ନି ଲିଭିଗଲା।3ତେଣୁ ସେହି ସ୍ଥାନର ନାମ ତବୀୟେରା1 ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।4ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ?5ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);6ମାତ୍ର ଏବେ ଆମ୍ଭମାନଙ୍କର ପ୍ରାଣ ଶୁଷ୍କ ହେଉଅଛି; ଏଠି କିଛି ନାହିଁ; ଏହି ମାନ୍ନା ବ୍ୟତୀତ ଆଉ ଦେଖିବାକୁ କିଛି ନାହିଁ।”7ଆଉ ସେହି ମାନ୍ନା ଧନିଆ ପରି ଓ ତହିଁର ଦୃଶ୍ୟ ମୁକ୍ତା ସଦୃଶ।8ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।9ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା।10ଏଉତ୍ତାରେ ଲୋକମାନେ ସମୁଦାୟ ପରିବାର ସହିତ, ପ୍ରତ୍ୟେକ ଲୋକ ଆପଣା ତମ୍ବୁ ଦ୍ୱାର ନିକଟରେ ରୋଦନ କରିବାର ମୋଶା ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି, ମୋଶା ମଧ୍ୟ ଅସନ୍ତୁଷ୍ଟ ହେଲେ।11ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅନିଷ୍ଟ ବ୍ୟବହାର କରିଅଛ ? ଓ କାହିଁକି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇନାହିଁ, ଯେ ତୁମ୍ଭେ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ ?12ମୁଁ କ’ଣ ଏହି ସମସ୍ତ ଲୋକଙ୍କୁ ଗର୍ଭରେ ଧାରଣ କରିଅଛି ? ମୁଁ କ’ଣ ସେମାନଙ୍କୁ ଜନ୍ମ କରିଅଛି ଯେ, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲ, ସେହି ଦେଶ ପର୍ଯ୍ୟନ୍ତ ଦୁଗ୍ଧପୋଷ୍ୟ ଶିଶୁ-ପାଳନକାରୀ ପିତା ତୁଲ୍ୟ ସେମାନଙ୍କୁ କୋଳରେ ବହି ଘେନି ଯିବା ପାଇଁ ମୋତେ କହୁଅଛ ?13ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି ? କାରଣ ସେମାନେ ମୋ’ ନିକଟରେ କାନ୍ଦି କହୁଅଛନ୍ତି, ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭେମାନେ ଖାଇବା।14ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋ’ ପାଇଁ ଅସହ୍ୟ ଅଟେ।15ଆଉ ଯଦି ତୁମ୍ଭେ ମୋ’ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହି କ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
1ମୋଶା ଏକ କୂଶୀୟା ସ୍ତ୍ରୀକୁୁ ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ।2ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି ? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି ? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ।3ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।4ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ” ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;5ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ।6ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।7ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ୱାସପାତ୍ର ଅଟେ।8ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ ?”9ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।10ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ।11ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।”12ମାତାର ଗର୍ଭରୁ ନିର୍ଗତ ହେଲା ସମୟରେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ।13ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”14ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥା’ନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ।”15ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ।16ତହିଁ ଉତ୍ତାରେ ଲୋକମାନେ ହତ୍ସେରୋତଠାରୁ ଯାତ୍ରା କରି ପାରଣ ପର୍ବତରେ ଛାଉଣି ସ୍ଥାପନ କଲେ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।” 3ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ ସନ୍ତାନଗଣର ପ୍ରଧାନ ଥିଲେ।4ସେମାନଙ୍କର ନାମ ଏହି-ରୁବେନ୍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;5ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ;6ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;7ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ;8ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;9ବିନ୍ୟାମୀନ୍ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍ଟି;10ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ;11ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;12ଦାନ୍ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ;13ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର;14ନପ୍ତାଲି ବଂଶ ମଧ୍ୟରୁ ବପ୍ସିର ପୁତ୍ର ନହବି;15ଗାଦ୍ ବଂଶ ମଧ୍ୟରୁ ମାଖିର ପୁତ୍ର ଗୂୟେଲ।16ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ।17ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, “ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର;18ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;19ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;20ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ। ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା।21ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।22ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।23ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।24ଇସ୍ରାଏଲ ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।
1ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।2ପୁଣି, ଇସ୍ରାଏଲ ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା’ନ୍ତୁ ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା’ନ୍ତୁ !3ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି ? ଯଦ୍ଦ୍ଵାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ ?”4ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରି ଯାଉ।”5ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ।6ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;7ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।”8ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।9କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।10ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣାମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,3ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;4ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,5ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।6ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,7ପୁଣି, ତୁମ୍ଭେ ପେୟ ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।8ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,9ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ।10ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।11ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।12ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟାନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରମାଣେ ସେରୂପ କରିବ।13ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ।14ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେ ପ୍ରକାର କର, ସେ ସେହି ପ୍ରକାର କରିବ।15ସମାଜ ନିମନ୍ତେ, (ଅର୍ଥାତ୍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ।16ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।” 17ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ ସନ୍ତାନଗଣଙ୍କୁ କୁହ,18ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,19ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।20ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ।21ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
1ଏଥିଉତ୍ତାରେ ଲେବୀର ପ୍ରପୌତ୍ର, କହାତର ପୌତ୍ର, ଯିଷ୍ହରର ପୁତ୍ର କୋରହ, ପୁଣି, ରୁବେନ୍ର ସନ୍ତାନଗଣ ମଧ୍ୟରୁ ଇଲୀୟାବ୍ର ପୁତ୍ର ଦାଥନ, ଅବୀରାମ୍ ଓ ପେଲତ୍ର ପୁତ୍ର ଓନ୍, ଦଳ ବାନ୍ଧିଲେ;2ପୁଣି, ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।3ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”4ତହୁଁ ମୋଶା ତାହା ଶୁଣି ମୁହଁମାଡ଼ି ପଡ଼ିଲେ;5ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।6ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;7ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”8ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ।9ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,10ପୁଣି, ସେ ଯେ ତୁମ୍ଭଙ୍କୁ ଓ ତୁମ୍ଭ ସହିତ ତୁମ୍ଭର ସମସ୍ତ ଭ୍ରାତା ଲେବୀର ସନ୍ତାନଗଣକୁ ଆପଣାର ନିକଟବର୍ତ୍ତୀ କରିଅଛନ୍ତି, ଏହା କି ତୁମ୍ଭମାନଙ୍କ ଦୃଷ୍ଟିରେ କ୍ଷୁଦ୍ର ବିଷୟ ? ଆହୁରି କି ତୁମ୍ଭେମାନେ ଯାଜକତ୍ୱର ଚେଷ୍ଟା କରୁଅଛ ?11ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ ?12ତହିଁରେ ମୋଶା ଇଲୀୟାବ୍ର ପୁତ୍ର ଦାଥନକୁ ଓ ଅବୀରାମ୍କୁ ଡାକିବା ପାଇଁ ଲୋକ ପଠାଇଲେ; ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଯିବା ନାହିଁ।13ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।14ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ1 ? ଆମ୍ଭେମାନେ ଯିବା ନାହିଁ।”15ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”16ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;17ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।18ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।19ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।20ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,21“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ୍ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”22ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ ?”23ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,24“ତୁମ୍ଭେ ମଣ୍ଡଳୀକୁ କୁହ, ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମ୍ର ଆବାସ-ଚତୁର୍ଦ୍ଦିଗରୁ ଉଠି ଯାଅ।”25ତହିଁରେ ମୋଶା ଉଠି ଦାଥନ ଓ ଅବୀରାମ୍ ନିକଟକୁ ଗଲେ ଓ ଇସ୍ରାଏଲର ପ୍ରାଚୀନବର୍ଗ ତାଙ୍କର ପଶ୍ଚାଦ୍ଗମନ କଲେ।26ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”27ଏଥିରେ ସେମାନେ କୋରହର, ଦାଥନର ଓ ଅବୀରାମ୍ର ଆବାସ-ଚତୁର୍ଦ୍ଦିଗରୁ ଉଠିଗଲେ ପୁଣି, ଦାଥନ ଓ ଅବୀରାମ୍ ବାହାରକୁ ଆସି ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ର ଓ ପିଲାମାନଙ୍କ ସହିତ ଆପଣା ଆପଣା ତମ୍ବୁଦ୍ୱାରରେ ଠିଆ ହୋଇ ରହିଲେ।28ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହା ସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ।”29ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।30ମାତ୍ର ସଦାପ୍ରଭୁ ଯଦି କୌଣସି ନୂତନ କର୍ମ କରନ୍ତି ଓ ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ ଓ ସେମାନଙ୍କ ସର୍ବସ୍ୱ ଗ୍ରାସ କରେ ଓ ସେମାନେ ଜୀଅନ୍ତା ହୋଇ ପାତାଳକୁ ଧସି ଯାଆନ୍ତି; ତେବେ ସେମାନେ ଯେ ସଦାପ୍ରଭୁଙ୍କୁ ଅବଜ୍ଞା କରିଅଛନ୍ତି, ତାହା ତୁମ୍ଭେମାନେ ବୁଝିବ।31ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;32ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।33ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ।34ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।35ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।36ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,37“ତୁମ୍ଭେ ହାରୋଣ ଯାଜକର ପୁତ୍ର ଇଲୀୟାସରକୁ କୁହ, ସେ ଦାହ ମଧ୍ୟରୁ ସେହିସବୁ ଅଙ୍ଗାରଧାନୀ ବାହାର କରି ନେଉ, ପୁଣି, ତୁମ୍ଭେ ସେହି ଅଗ୍ନି ସେଠାରେ ବିଞ୍ଚି ଦିଅ; କାରଣ ସେହିସବୁ ପବିତ୍ର;38ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପ- କର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହା ସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ୱରୂପ ହେବ।”39ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହିସବୁ ନେଲା;40ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।41ତଥାପି ଆରଦିନ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”42ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।43ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।44ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,45“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।”46ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”47ତହିଁରେ ହାରୋଣ ମୋଶାଙ୍କର କଥା ଅନୁସାରେ ତାହା ନେଇ ସମାଜ ମଧ୍ୟକୁ ଦୌଡ଼ି ଗଲେ; ସେହି ସମୟରେ ଦେଖ, ଲୋକମାନଙ୍କ ମଧ୍ୟରେ ମହାମାରୀ ଆରମ୍ଭ ହୋଇଥିଲା; ତହିଁରେ ସେ ଧୂପ ଦେଇ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।48ପୁଣି, ସେ ମୃତ ଓ ଜୀବିତ ଲୋକମାନଙ୍କ ମଧ୍ୟରେ ଠିଆ ହେଲେ ତହିଁରେ ମହାମାରୀ ନିବୃତ୍ତ ହେଲା।49ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।50ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ।3ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।4ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହିସବୁ ରଖିବ।5ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”6ଏଥିରେ ମୋଶା ଇସ୍ରାଏଲ ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି, ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା।7ତହୁଁ ମୋଶା ସାକ୍ଷ୍ୟତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।8ଏଥିଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।9ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ।10ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ-ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।”11ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ।12ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭମାନଙ୍କର ପ୍ରାଣ ଯାଉଛି, ଆମ୍ଭେମାନେ ଉଚ୍ଛିନ୍ନ ହେଉ, ଆମ୍ଭେ ସମସ୍ତେ ଉଚ୍ଛିନ୍ନ ହେଉ।13ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା ?”
1ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।2ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ।3ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।4ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।5ପୁଣି, ଇସ୍ରାଏଲ ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।6ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।7ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,2“ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।3ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ।4ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ।5ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।6ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂରବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।7ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।8ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।9ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ।10ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ।
1ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।
1ଏଥିଉତ୍ତାରେ ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ।2ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”3ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା1 ହେଲା।
1ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ଯିରୀହୋ-ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।2ପୁଣି, ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ।3ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣଙ୍କ ସକାଶୁ ଉଦ୍ବିଗ୍ନ ହେଲେ।4ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”5ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମ୍କୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, “ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି।”6ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶାପଗ୍ରସ୍ତ ହୁଏ।7ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।8ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍ ସଙ୍ଗରେ ରହିଲେ।9ଏଉତ୍ତାରେ ପରମେଶ୍ୱର ବିଲୀୟମ୍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ” ?10ତହୁଁ ବିଲୀୟମ୍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋ’ ନିକଟକୁ ଏହା କହି ପଠାଇ ଅଛନ୍ତି;11ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା।”12ତହିଁରେ ପରମେଶ୍ୱର ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି।13ଏଥିରେ ବିଲୀୟମ୍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।”14ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”15ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।16ତହୁଁ ସେମାନେ ବିଲୀୟମ୍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକୁ ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।”17କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।18ଏଥିରେ ବିଲୀୟମ୍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ।19ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”20ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”21ତହିଁରେ ବିଲୀୟମ୍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।
1ଏଥିଉତ୍ତାରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”2ତହିଁରେ ବାଲାକ ବିଲୀୟମ୍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।3ତହୁଁ ବିଲୀୟମ୍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚ ସ୍ଥାନକୁ ଗଲା।4ସେତେବେଳେ ପରମେଶ୍ୱର ବିଲୀୟମ୍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”5ସେତେବେଳେ ସଦାପ୍ରଭୁ ବିଲୀୟମ୍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରି ଯାଅ, ପୁଣି, ତାହାକୁ ଏହିପରି କୁହ।”6ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।7ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବ ଦିଗସ୍ଥିତ ପର୍ବତ-ଶ୍ରେଣୀରୁ ମୋତେ ଆଣିଅଛି; ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ; ପୁଣି, ଆସ, ଇସ୍ରାଏଲକୁ ଅଭିଶପ୍ତ କର।”8ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି ? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି ?9କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।10ଯାକୁବର ଧୂଳି କିଏ ଗଣି ପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହି ପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।11ଏଥିରେ ବାଲାକ ବିଲୀୟମ୍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”12ତହିଁରେ ସେ ଉତ୍ତର ଦେଇ କହିଲା, “ସଦାପ୍ରଭୁ ମୋ’ ମୁଖରେ ଯେଉଁ କଥା ଦିଅନ୍ତି, ସାବଧାନ ହୋଇ ତାହା ହିଁ କହିବା କି ମୋହର ଉଚିତ୍ ନୁହେଁ ?
1ଏଥିଉତ୍ତାରେ ଇସ୍ରାଏଲକୁ ଆଶୀର୍ବାଦ କରିବା ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ, ଏହା ଦେଖି ବିଲୀୟମ୍ ପୂର୍ବ ପରି ଗଣକତା ସାଧିବା ପାଇଁ ଗଲା ନାହିଁ, ମାତ୍ର ପ୍ରାନ୍ତର ଆଡ଼େ ଆପଣା ମୁଖ ରଖିଲା।2ତହିଁରେ ବିଲୀୟମ୍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।3ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,4ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।5ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର !6ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ।7ତାହାର କଳସରୁ ଜଳ ଉଚ୍ଛୁଳିବ, ତାହାର ବୀଜ ଅନେକ ଜଳରେ ପଡ଼ିବ, ପୁଣି, ତାହାର ରାଜା ଆଗାଗଠାରୁ ଉଚ୍ଚୀକୃତ ହେବେ ଓ ତାହାର ରାଜ୍ୟ ଉନ୍ନତ ହେବ।8ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।9ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶାପଗ୍ରସ୍ତ ହେଉନ୍ତୁ।”10ଏଥିରେ ବିଲୀୟମ୍ ବିରୁଦ୍ଧରେ ବାଲାକଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ତହୁଁ ସେ ଆପଣା ହାତରେ ହାତ ମାରିଲେ; ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ ଆପଣା ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ତୁମ୍ଭକୁ ଡାକିଲୁ, ମାତ୍ର ଦେଖ, ତୁମ୍ଭେ ଏହି ତିନିଥର ସେମାନଙ୍କୁ ସର୍ବୋତଭାବେ ଆଶୀର୍ବାଦ କଲ।”11ଏନିମନ୍ତେ ତୁମ୍ଭେ ଏବେ ଆପଣା ସ୍ଥାନକୁ ପଳାଅ; ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା; ମାତ୍ର ଦେଖ, ସଦାପ୍ରଭୁ ତୁମ୍ଭକୁ ସମ୍ଭ୍ରମ ପାଇବାରୁ ବାରଣ କରିଅଛନ୍ତି।12ତହିଁରେ ବିଲୀୟମ୍ ବାଲାକଙ୍କୁ କହିଲା, “ମୋ’ ନିକଟକୁ ତୁମ୍ଭେ ଯେଉଁ ଦୂତମାନଙ୍କୁ ପଠାଇଥିଲ, ସେମାନଙ୍କୁ ମୁଁ କ’ଣ କହି ନାହିଁ ?”13ଯଦିଓ ବାଲାକ ସୁନା ରୂପାରେ ପୂର୍ଣ୍ଣ ଆପଣା ଗୃହ ମୋତେ ଦେବ, ତେବେ ମୁଁ ଆପଣା ଇଚ୍ଛାରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ନ ପାରେ; ଯାହା ସଦାପ୍ରଭୁ କହନ୍ତି, ତାହା ହିଁ ମୁଁ କହିବି।
1ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।2ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।3ଆଉ ଇସ୍ରାଏଲ ଆପେ ବାଲ୍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।4ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।” 5ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।” 6ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।7ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;8ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଙ୍କଠାରୁ ମାରୀ ନିବୃତ୍ତ ହେଲା।9ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।
1ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,2“ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”3ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,4“ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”5ରୁବେନ୍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୂଠାରୁ ପଲ୍ଲୂୟୀୟ ବଂଶ;6ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।7ଏମାନେ ରୁବେନ୍ର ବଂଶ; ପୁଣି, ଏମାନେ ଗଣାଯା’ନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।8ପଲ୍ଲୂର ସନ୍ତାନ ଇଲୀୟାବ୍।9ସେହି ଇଲୀୟାବ୍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ୍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ୍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।10ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।11ତଥାପି କୋରହର ସନ୍ତାନମାନେ ମଲେ ନାହିଁ।12ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍ଠାରୁ ଯାମୀନୀୟ ବଂଶ; ଯାଖୀନ୍ଠାରୁ ଯାଖୀନୀୟ ବଂଶ;13ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।14ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।15ଆପଣା ଆପଣା ବଂଶାନୁସାରେ ଗାଦ୍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ;16ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ;17ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ।18ଗାଦ୍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯା’ନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।19ଯିହୁଦାର ପୁତ୍ର ଏର ଓ ଓନନ୍; ସେହି ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ।20ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।21ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ।22ଯିହୁଦାର ଏହିସବୁ ବଂଶ ଗଣାଯା’ନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।23ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ;24ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ।25ଇଷାଖରର ଏହି ସକଳ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।26ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ।27ସବୂଲୂନର ଏହି ସକଳ ବଂଶ ଗଣାଯା’ନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ।28ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।29ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ।30ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ,31ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ,32ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ।33ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।34ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।35ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ।36ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ।37ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।38ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍ବେଲଠାରୁ ଅସ୍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ;39ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ।40ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍ଠାରୁ ନାମାନୀୟ ବଂଶ।41ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।42ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍ର ବଂଶ।43ଶୂହମୀୟ ସମସ୍ତ ବଂଶ ଗଣାଯା’ନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।44ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍ବିଠାରୁ ଯିଶ୍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ।45ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲ୍କୀୟେଲଠାରୁ ମଲ୍କୀୟେଲୀୟ ବଂଶ।46ଆଶେରର କନ୍ୟାର ନାମ ସେରହ।47ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ।48ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ;49ଯେତ୍ସରଠାରୁ ଯେତ୍ସରୀୟ ବଂଶ; ଶିଲ୍ଲେମଠାରୁ ଶିଲ୍ଲେମୀୟ ବଂଶ।50ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ।51ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା।52ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,53“ନାମସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।54ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ।55ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ।56ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।”57ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ।58ଲେବୀୟ ବଂଶ ଏହି; ଲିବ୍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ।59ସେହି କହାତର ପୁତ୍ର ଅମ୍ରାମ୍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।60ହାରୋଣଠାରୁ ନାଦବ ଓ ଅବୀହୂ, ପୁଣି, ଇଲୀୟାସର ଓ ଈଥାମର ଜନ୍ମିଲେ।61ମାତ୍ର ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ।62ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯା’ନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।63ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।64ମାତ୍ର ସୀନୟ-ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।65କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।”
1ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।2ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,3“ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।4ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”5ଏଥିରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କର ବିଚାର ଉପସ୍ଥିତ କରାଇଲେ।6ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,7“ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ-ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ-ଅଧିକାର ସମର୍ପଣ କରିବ।8ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।9ଯଦି ତାହାର କନ୍ୟା ନ ଥାଏ, ଯଦି ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ।10ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ।11ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ।3ପୁଣି, ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।4ପ୍ରାତଃକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ୟାକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ।5ପୁଣି, ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।6ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା।7ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ।
1ଆଉ ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ଗୋଟିଏ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ସେହି ଦିନ ତୁମ୍ଭମାନଙ୍କ ପ୍ରତି ତୂରୀଧ୍ୱନିର ଦିନ।2ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ;3ଆଉ ତହିଁର ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ4ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;5ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।6ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।
1ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।2କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।3ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,4ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ।5ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।6ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;7ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।8ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।9ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହିସବୁ ତାହା ନିମନ୍ତେ ସ୍ଥିର ହେବ।10ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,11ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।12ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।13ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରି ପାରେ, ଅବା ତାହାର ସ୍ୱାମୀ ବ୍ୟର୍ଥ କରି ପାରେ।14ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା।15ମାତ୍ର ତାହା ଶୁଣିଲା ଉତ୍ତାରେ ଯଦି ସେ ତାହା ରହିତ ଓ ବ୍ୟର୍ଥ କରେ, ତେବେ ସେ ସ୍ତ୍ରୀର ଅପରାଧ ବୋହିବ।” 16ପୁରୁଷ ଓ ତାହାର ଭାର୍ଯ୍ୟା ବିଷୟରେ, ପିତା ଓ ପିତୃଗୃହସ୍ଥିତା ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହି ସମସ୍ତ ଆଜ୍ଞା ଦେଲେ।
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।”3ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ।4ତୁମ୍ଭେମାନେ ଇସ୍ରାଏଲ-ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।”5ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ।6ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସ୍ର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।7ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ।8ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍ ଇବି, ରେକମ୍, ସୂର୍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।9ଆଉ ଇସ୍ରାଏଲ ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।10ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ।11ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।12ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।13ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ।14ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।15ଆଉ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ସମସ୍ତ ସ୍ତ୍ରୀଲୋକଙ୍କୁ ଜୀବିତ ରଖିଅଛ ?16ଦେଖ, ଏମାନେ ବିଲୀୟମ୍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।17ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର।18ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ।19ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟର ହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ, ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର।20ପୁଣି, ଯାବତୀୟ ବସ୍ତ୍ର, ଚର୍ମନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”21ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, “ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;22ତଥାପି ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,23ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁ ସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।24ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।”25ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,26“ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।”27ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର।28ପୁଣି, ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷମାନଙ୍କର,29ପ୍ରତି ପାଞ୍ଚଶହରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ;30ପୁଣି, ଇସ୍ରାଏଲ ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;31ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ଇଲୀୟାସର ଯାଜକ କଲେ।32ଯୋଦ୍ଧାମାନେ ଲୁଟିତ ସମ୍ପତ୍ତି ବ୍ୟତୀତ ଯେଉଁ ସବୁ ଜୀବ ଧରିଥିଲେ, ସେମାନଙ୍କ ସଂଖ୍ୟା,33ଛଅ ଲକ୍ଷ ପଞ୍ଚସ୍ତରି ହଜାର ମେଷ34ଓ ବାସ୍ତରି ହଜାର ଗୋରୁ, ଏକଷଠି ହଜାର ଗର୍ଦ୍ଦଭ;35ଆଉ ପୁରୁଷ-ସହବାସ ଅଜ୍ଞାତା ସ୍ତ୍ରୀଲୋକ ସର୍ବସୁଦ୍ଧା ବତିଶ ହଜାର ଥିଲେ।36ତହିଁରେ ଯୁଦ୍ଧକୁ ଯାଇଥିବା ଲୋକମାନଙ୍କର ଲଭ୍ୟ ଅର୍ଦ୍ଧାଂଶର ସଂଖ୍ୟା ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ।37ପୁଣି, ସେହି ମେଷ ମଧ୍ୟରୁ ଛଅ ଶହ ପଞ୍ଚସ୍ତରି ମେଷ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।38ଆଉ ଗୋରୁ ଛତିଶ ହଜାର, ସେମାନଙ୍କ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।39ଆଉ ଗର୍ଦ୍ଦଭ ତିରିଶ ହଜାର ପାଞ୍ଚ ଶହ, ସେମାନଙ୍କ ମଧ୍ୟରୁ ଏକଷଠି ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।40ପୁଣି, ମନୁଷ୍ୟ ଷୋଳ ସହସ୍ର, ସେମାନଙ୍କ ମଧ୍ୟରୁ ବତିଶ ଜଣ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।41ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ୱରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ।42ପୁଣି, ଯୋଦ୍ଧାମାନଙ୍କ ଅଂଶ ଭିନ୍ନ ଯେଉଁ ଅର୍ଦ୍ଧାଂଶ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଇଥିଲେ;43ମଣ୍ଡଳୀର ଲଭ୍ୟ ସେହି ଅର୍ଦ୍ଧାଂଶ ସଂଖ୍ୟାରେ ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ,44ଛତିଶ ହଜାର ଗୋରୁ,45ତିରିଶ ହଜାର ପାଞ୍ଚ ଶହ ଗର୍ଦ୍ଦଭ46ଓ ଷୋଳ ସହସ୍ର ମନୁଷ୍ୟ ଥିଲେ।47ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ।48ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,49ପୁଣି, ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।50ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।”51ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ୱର୍ଣ୍ଣ, ଅର୍ଥାତ୍, ଶିଳ୍ପିତ ଅଳଙ୍କାର ନେଲେ।52ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ୱର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ୱର୍ଣ୍ଣ ଷୋହଳ ହଜାର ସାତ ଶହ ପଚାଶ ଶେକଲ1 ପରିମିତ ଥିଲା।53କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ।54ଏଉତ୍ତାରେ ମୋଶା, ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ୱର୍ଣ୍ଣ ଗ୍ରହଣ କଲେ, ପୁଣି, ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ବୁରେ ରଖିଲେ।
1ରୁବେନ୍-ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।2ଏଥିରେ ଗାଦ୍ର ସନ୍ତାନଗଣ, ରୁବେନ୍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;3“ଅଟାରୋତ୍, ଦୀବୋନ୍, ଯାସେର, ନିମ୍ରା, ହିଷ୍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,4ଏହି ଯେଉଁ ସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।5ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇ ଯାଅ ନାହିଁ।”6ଏଥିରେ ମୋଶା ଗାଦ୍ର ସନ୍ତାନଗଣକୁ ଓ ରୁବେନ୍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ ?7ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ ?8ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।9କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ ସନ୍ତାନଗଣର ମନକୁ ସାହସହୀନ କଲେ।10ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,11“ଆମ୍ଭେ ଅବ୍ରହାମକୁ, ଇସ୍ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।”12କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।13ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।14ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।15କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”16ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।17ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀରବେଷ୍ଟିତ ନଗରରେ ବାସ କରିବେ।18ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ।19ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।”20ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,21ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି22ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ।23ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।24ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।”25ତେବେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।26ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।27ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”28ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।29ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍-ସନ୍ତାନଗଣର ଓ ରୁବେନ୍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।30ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”31ତହିଁରେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।32ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ।”33ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ୍-ସନ୍ତାନଗଣକୁ, ରୁବେନ୍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍ର ରାଜ୍ୟ, ଅର୍ଥାତ୍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।34ତହିଁରେ ଗାଦ୍-ସନ୍ତାନଗଣ ଦୀବୋନ୍, ଅଟାରୋତ୍ ଓ ଅରୋୟେର;35ଅଟ୍ରୋତ୍-ଶୋଫନ, ଯାସେର, ଯଗ୍ବିହ,36ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀରବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।37ପୁଣି, ରୁବେନ୍-ସନ୍ତାନଗଣ ହିଷ୍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍;38ପୁଣି, ନାମାନ୍ତରରେ ନବୋ, ବାଲ୍-ମୀୟୋନ୍ ଓ ସିବ୍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।39ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।40ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।41ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍-ଯାୟୀର1 ରଖିଲା।42ଆଉ ନୋବହ ଯାଇ କନାତ୍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।
1ଇସ୍ରାଏଲ ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ସମୟରେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି।2ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି।3ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍ଠାରୁ ଯାତ୍ରା କଲେ;4ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସ୍ରୀୟମାନେ ସଦାପ୍ରଭୁଙ୍କ ଦ୍ୱାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ସମୟରେ ଇସ୍ରାଏଲ ସନ୍ତାନଗଣ ମିସ୍ରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଉର୍ଦ୍ଧ୍ୱ ହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ଡ ଦେଇଥିଲେ।5ଇସ୍ରାଏଲ ସନ୍ତାନଗଣ ରାମିଷେଷ୍ଠାରୁ ଯାତ୍ରା କରି ସୁକ୍କୋତରେ ଛାଉଣି ସ୍ଥାପନ କଲେ।6ପୁଣି, ସେମାନେ ସୁକ୍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ।7ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲ-ସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।8ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ।9ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।10ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସାଗର ନିକଟରେ ଛାଉଣି ସ୍ଥାପନ କଲେ।11ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।12ପୁଣି, ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ।13ସେମାନେ ଦପ୍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ।14ପୁଣି, ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା।15ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ16ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍-ହତ୍ତାବାରେ ଛାଉଣି ସ୍ଥାପନ କଲେ।17ପୁଣି, ସେମାନେ କିବ୍ରୋତ୍-ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ।18ପୁଣି, ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ19ଓ ସେମାନେ ରିତ୍ମାରୁ ଯାତ୍ରା କରି ରିମ୍ମୋନ୍-ପେରସରେ ଛାଉଣି ସ୍ଥାପନ କଲେ।20ପୁଣି, ସେମାନେ ରିମ୍ମୋନ୍-ପେରସରୁ ଯାତ୍ରା କରି ଲିବ୍ନାରେ ଛାଉଣି ସ୍ଥାପନ କଲେ।21ପୁଣି, ସେମାନେ ଲିବ୍ନାରୁ ଯାତ୍ରା କରି ରିସ୍ସାରେ ଛାଉଣି ସ୍ଥାପନ କଲେ।22ପୁଣି, ସେମାନେ ରିସ୍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ,23ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ24ତହୁଁ ସେମାନେ ଶେଫର ପର୍ବତରୁ ଯାତ୍ରା କରି ହରାଦାରେ ଛାଉଣି ସ୍ଥାପନ କଲେ,25ଓ ସେମାନେ ହରାଦାରୁ ଯାତ୍ରା କରି ମଖେଲୋତରେ ଛାଉଣି ସ୍ଥାପନ କଲେ,26ଓ ସେମାନେ ମଖେଲୋତରୁ ଯାତ୍ରା କରି ତହତରେ ଛାଉଣି ସ୍ଥାପନ କଲେ।27ସେମାନେ ତହତରୁ ଯାତ୍ରା କରି ତେରହରେ ଛାଉଣି ସ୍ଥାପନ କଲେ,28ଓ ସେମାନେ ତେରହରୁ ଯାତ୍ରା କରି ମିତ୍କାରେ ଛାଉଣି ସ୍ଥାପନ କଲେ29ଓ ସେମାନେ ମିତ୍କାରୁ ଯାତ୍ରା କରି ହଶ୍ମୋନାରେ ଛାଉଣି ସ୍ଥାପନ କଲେ,30ଓ ସେମାନେ ହଶ୍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ।31ପୁଣି, ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ,32ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍ଗଦରେ ଛାଉଣି ସ୍ଥାପନ କଲେ33ଓ ସେମାନେ ହୋର୍ହଗିଦ୍ଗଦରୁ ଯାତ୍ରା କରି ଯଟ୍ବାଥାରେ ଛାଉଣି ସ୍ଥାପନ କଲେ,34ଓ ସେମାନେ ଯଟ୍ବାଥାରୁ ଯାତ୍ରା କରି ଆବ୍ରୋଣାରେ ଛାଉଣି ସ୍ଥାପନ କଲେ।35ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ।36ପୁଣି, ସେମାନେ ଇତ୍ସିୟୋନ-ଗେବରରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),37ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତର ସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।38ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।39ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।40ଏଥିଉତ୍ତାରେ କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ।41ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍ମୋନାରେ ଛାଉଣି ସ୍ଥାପନ କଲେ,42ଓ ସେମାନେ ସଲ୍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,43ଓ ସେମାନେ ପୂନୋନରୁ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।44ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ,45ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍-ଗାଦ୍ରେ ଛାଉଣି ସ୍ଥାପନ କଲେ,46ଓ ସେମାନେ ଦୀବୋନ୍-ଗାଦ୍ରୁ ଯାତ୍ରା କରି ଅଲମୋନ-ଦିବ୍ଲାଥୟିମରେ ଛାଉଣି ସ୍ଥାପନ କଲେ।47ତହୁଁ ସେମାନେ ଅଲମୋନ-ଦିବ୍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ୍ ପର୍ବତରେ ଛାଉଣି ସ୍ଥାପନ କଲେ।48ପୁଣି, ସେମାନେ ଅବାରୀମ୍ ପର୍ବତରୁ ଯାତ୍ରା କରି ଯିରୀହୋ-ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ।49ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବେଥ୍-ଯିଶିମୋତଠାରୁ ଆବେଲ୍-ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ।50ଏଥିଉତ୍ତାରେ ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,51“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,52ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ।53ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ।54ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।55ମାତ୍ର ଯଦି ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ବରେ କଣ୍ଟକ ସ୍ୱରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ।56ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”
1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,2“ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,3ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।4ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।5ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।6ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।7ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;8ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ।9ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।10ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ।11ତହୁଁ ସେହି ସୀମା ଶଫାମ୍ଠାରୁ ଐନ୍ର ପୂର୍ବ ଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।12ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।” 13ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।14କାରଣ ରୁବେନ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;15ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।”
1ଏଥିଉତ୍ତାରେ ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।3ତହିଁରେ ସେହିସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।4ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ।5ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ।6ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।7ସର୍ବସୁଦ୍ଧା ତୁମ୍ଭେମାନେ ଲେବୀୟମାନଙ୍କୁ ଅଠଚାଳିଶ ନଗର ଦେବ; ତୁମ୍ଭେମାନେ ସେମାନଙ୍କୁ ନଗର ସଙ୍ଗେ ତହିଁର ତଳିଭୂମି ଦେବ।8ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।”
1ଏଥିଉତ୍ତାରେ ଯୋଷେଫ-ସନ୍ତାନଗଣଙ୍କର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି, ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ୱରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ;2ଆଉ ସେମାନେ କହିଲେ, “ସଦାପ୍ରଭୁ ଗୁଲିବାଣ୍ଟ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ।3ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶ ସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ।4ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୁବ୍ଲୀ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାର ଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।” 5ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଇସ୍ରାଏଲକୁ ଆଜ୍ଞା ଦେଇ କହିଲେ, “ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି।6ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ।7ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ।8ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଯେପରି ଆପଣା ଆପଣା ପୈତୃକ ଅଧିକାର ଭୋଗ କରିବେ, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣଙ୍କର କୌଣସି ବଂଶ ମଧ୍ୟରେ ଯେଉଁ କନ୍ୟାର ଅଧିକାର ଥାଏ, ସେ ଆପଣା ପିତୃବଂଶୀୟ ପରିବାର ମଧ୍ୟରେ ଜଣକର ଭାର୍ଯ୍ୟା ହେବ।9ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।” 10ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ।11ଅର୍ଥାତ୍, ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ।12ଯୋଷେଫଙ୍କର ପୁତ୍ର ମନଃଶି-ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା।13ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।
1ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ,2“ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।”3ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,4“ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍ ନିବାସୀ ବାଶନର ରାଜା ଓଗ୍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ5ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।6ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;7ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର।8ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।”
1ଏଥିଉତ୍ତାରେ ମୋ’ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା।2ତହୁଁ ସଦାପ୍ରଭୁ ମୋତେ କହିଲେ,3“ତୁମ୍ଭେମାନେ ଯଥେଷ୍ଟ ସମୟଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।4ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।5ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।6ତୁମ୍ଭେମାନେ ରୂପା (ଟଙ୍କା) ଦେଇ ସେମାନଙ୍କଠାରୁ ଅନ୍ନ କିଣି ଭୋଜନ କରିବ ଓ ରୂପା ଦେଇ ଜଳ କିଣି ପାନ କରିବ।7କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”8ଏଉତ୍ତାରେ ଆମ୍ଭେମାନେ ସେୟୀର ନିବାସୀ ଆପଣା ଭ୍ରାତୃଗଣ ଏଷୌ-ସନ୍ତାନମାନଙ୍କ ନିକଟ ଦେଇ ଏଲତ୍ ଓ ଇତ୍ସିୟୋନ-ଗେବର ପଦାଭୂମିର ପଥଠାରୁ ଯାତ୍ରା କଲୁ। ତହୁଁ ଆମ୍ଭେମାନେ ଫେରି ମୋୟାବ-ପ୍ରାନ୍ତର ପଥ ଦେଇ ଯାତ୍ରା କଲୁ।9ତହିଁରେ ସଦାପ୍ରଭୁ ମୋତେ କହିଲେ, “ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ।”10(ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।11ଅନାକୀୟମାନଙ୍କ ତୁଲ୍ୟ ସେମାନେ ମଧ୍ୟ ରଫାୟୀୟମାନଙ୍କ1 ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।12ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାର ଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।13“ଏବେ ତୁମ୍ଭେମାନେ ଉଠ ଓ ସେରଦ୍ ନଦୀ ପାର ହୁଅ।” ତହିଁରେ ଆମ୍ଭେମାନେ ସେରଦ୍ ନଦୀ ପାର ହେଲୁ।14କାଦେଶ-ବର୍ଣ୍ଣେୟଠାରୁ ସେରଦ୍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶ ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପିଢ଼ିର ସମସ୍ତ ଯୋଦ୍ଧାଗଣର ମୃତ୍ୟୁ ହୋଇଥିଲେ।15କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ସମ୍ପୂର୍ଣ୍ଣ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା।16ଏହିରୂପେ ସେହି ସମସ୍ତ ଯୋଦ୍ଧା ମରି ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେଲା ଉତ୍ତାରେ17ସଦାପ୍ରଭୁ ମୋତେ କହିଲେ,18“ଆଜି ତୁମ୍ଭକୁ ମୋୟାବର ସୀମା ଆର ଦେଇ ଯିବାକୁ ହେବ;19ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।20(ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;21ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାର ଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।22ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହି ରୂପ କର୍ମ କରିଥିଲେ, ଅର୍ଥାତ୍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାର ଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।23ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।24“ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।25ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”
1ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ।2ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।3ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ।4ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍, ବାଶନସ୍ଥ ଓଗ୍ର ରାଜ୍ୟ (ହସ୍ତଗତ କଲୁ)।5ସେହିସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ୱାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।6ଆମ୍ଭେମାନେ ହିଷ୍ବୋନ-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ।7ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।8ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।9(ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍ କହନ୍ତି)।10ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍, ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।11(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ ? ମନୁଷ୍ୟ-ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।12ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।13ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍, ଓଗ୍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧ ବଂଶକୁ ଦେଲି (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ।14ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର1 ରଖିଲା)।15ପୁଣି ମୁଁ ମାଖୀରକୁ ଗିଲୀୟଦ ଦେଲି।16ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ;17ଆଉ କିନ୍ନେରତ୍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।18ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇ ଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।19ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହିସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛି।20ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।”21ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ୱଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ।22ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।”
1ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।2ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହିସବୁ ଆଜ୍ଞା ପାଳନ କର।3ବାଲ୍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି।4ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତ୍ୟେକ ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ।5ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।6ଏଣୁ ତୁମ୍ଭେମାନେ ତାହାସବୁ ପାଳନ କର; କାରଣ ନାନା ଦେଶୀୟ ଲୋକମାନଙ୍କ ସାକ୍ଷାତରେ ଏହା ହିଁ ତୁମ୍ଭମାନଙ୍କର ଜ୍ଞାନ ଓ ବୁଦ୍ଧି ସ୍ୱରୂପ ହେବ; ସେମାନେ ଏହିସବୁ ବିଧି ଶୁଣି କହିବେ, ଏହି ମହାଗୋଷ୍ଠୀ ନିତାନ୍ତ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ ଅଟନ୍ତି।7ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି ?8ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି ?9କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ର ପୌତ୍ରମାନଙ୍କୁ ତାହା ଶିଖାଅ।10ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଛାମୁରେ ଠିଆ ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଜୀବନ ସାରା ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।”11ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।12ସେତେବେଳେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ପ୍ରତି କଥା କହିଲେ, “ତୁମ୍ଭେମାନେ ବାକ୍ୟର ଶବ୍ଦ ଶୁଣିଲ, ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ, ତୁମ୍ଭେମାନେ କେବଳ ଶବ୍ଦ ଶୁଣିଲ।”13ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ।14ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଯେପରି ଦେଶ ଅଧିକାର କଲା ପରେ ସେସବୁ ପାଳନ କରିବ।
1ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, “ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ, ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣ-ଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।2ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।3ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ4ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁଖାମୁଖୀ କଥା କହିଲେ।5ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,6ଯେ ତୁମ୍ଭଙ୍କୁ ଦାସ୍ୟଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ।7ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।8ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।9ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;10ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ।11ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ନାମ ନେବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।12ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାନୁସାରେ ବିଶ୍ରାମଦିନ ପାଳନ କରି ପବିତ୍ର କର।13ତୁମ୍ଭେ ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;14ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର-ଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।15ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଶ୍ରାମଦିନ ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି।16ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।17ତୁମ୍ଭେ ନରହତ୍ୟା କରିବ ନାହିଁ।18କିଅବା ତୁମ୍ଭେ ବ୍ୟଭିଚାର କରିବ ନାହିଁ।19କିଅବା ତୁମ୍ଭେ ଚୋରି କରିବ ନାହିଁ।20କିଅବା ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।21କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, ତାହାର ଦାସ, କି ତାହାର ଦାସୀ, ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।22ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚୈଃସ୍ୱରରେ କହିଲେ, “ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ ।”23ମାତ୍ର ପର୍ବତ ଅଗ୍ନିରେ ଜ୍ୱଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ ଅର୍ଥାତ୍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋ’ ନିକଟକୁ ଆସିଲ;24ପୁଣି, ତୁମ୍ଭେମାନେ କହିଲ, “ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।”25ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା ? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।26କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି ?27ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।28ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, “ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।29ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା !30ତୁମ୍ଭେ ଯାଇ ସେମାନଙ୍କୁ କୁହ ଯେ, ତୁମ୍ଭେମାନେ ଆପଣା ଆପଣା ତମ୍ବୁକୁ ଫେରି ଯାଅ।31ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ ତାହାସବୁ ଆମ୍ଭେ ତୁମ୍ଭକୁ କହିବା।32ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଅଛନ୍ତି, ତଦନୁସାରେ ପାଳନ କରିବା ପାଇଁ ମନୋଯୋଗ କରିବ; ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।33ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଯେଉଁ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ।
1ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।2ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।3ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ।4ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।5ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।6ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ।7ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।8ଆଉ ତୁମ୍ଭେ ଚିହ୍ନ ସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।9ଆହୁରି ତୁମ୍ଭେ ଆପଣା ଗୃହଦ୍ୱାର ଚଉକାଠରେ ଓ ବାହାର ଦ୍ୱାରରେ ତାହା ଲେଖିବ।
1ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ୍ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;2ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।3ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ।4କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହା ହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।5ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ ବ୍ୟବହାର କରିବ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ହାଣି ପକାଇବ, ପୁଣି ସେମାନଙ୍କ ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ।6କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।7ତୁମ୍ଭେମାନେ ଅନ୍ୟ ଲୋକଙ୍କ ଅପେକ୍ଷା ଅଧିକ ସଂଖ୍ୟକ ଥିଲ ବୋଲି ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସ୍ନେହ ରଖିଲେ ନାହିଁ କି ତୁମ୍ଭମାନଙ୍କୁ ମନୋନୀତ କଲେ ନାହିଁ, କାରଣ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଅଳ୍ପସଂଖ୍ୟକ ଥିଲ।8ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ତୁମ୍ଭମାନଙ୍କୁ ବାହାର କରି ଆଣିଅଛନ୍ତି ଓ ଦାସ୍ୟଗୃହରୁ, ମିସରର ରାଜା ଫାରୋର ହସ୍ତରୁ ତୁମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି।9ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।10ପୁଣି ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି; ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ, ସେ ତାହାର ସମ୍ମୁଖରେ ପରିଶୋଧ କରିବେ।11ଏ ନିମନ୍ତେ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ୟ କରି ପାଳନ କରିବ।
1ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।2ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।3ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର, କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।4ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।5ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।6ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।7କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;8ସେହି ଦେଶ ଗହମ, ଯବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମୟ ସେହି ଦେଶ ଜୀତ ତୈଳ ଓ ମଧୁମୟ;9ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।10ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।11ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।12ନୋହିଲେ ତୁମ୍ଭେ ଭୋଜନ କରି ତୃପ୍ତ ହେଲେ ଓ ଉତ୍ତମ ଗୃହ ନିର୍ମାଣ କରି ତହିଁରେ ବାସ କଲେ,13ପୁଣି ତୁମ୍ଭର ଗୋମେଷାଦି ପଲ ବୃଦ୍ଧି ପାଇଲେ, ତୁମ୍ଭର ରୂପା ଓ ସୁନା ପ୍ରଚୁର ହେଲେ ଓ ତୁମ୍ଭର ଯାହା ଅଛି, ତାହାସବୁ ବୃଦ୍ଧି ପାଇଲେ,14ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ,15ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;16ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ତୁମ୍ଭେ ପାସୋରି ଯିବ।17ପୁଣି ତୁମ୍ଭେ ଆପଣା ମନେ ମନେ କହିବ, ଆମ୍ଭର ପରାକ୍ରମ ଓ ବାହୁବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।18ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।19ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।20ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ।
1ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;2ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ?3ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।4ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି; ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।5ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।6ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।7ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।8ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।9ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,10ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖା ଯାଇଥିଲା।11ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତର ଫଳକ, ଅର୍ଥାତ୍, ନିୟମର ଫଳକ ମୋତେ ଦେଲେ।12ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”
1ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।”2ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।3ତହୁଁ ମୁଁ ଶିଟୀମ୍ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି।4ଏଥିଉତ୍ତାରେ ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ।5ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋ’ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି।6(ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ବେରୋତ୍-ବନେୟା-କନଠାରୁ1 ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।7ସେଠାରୁ ସେମାନେ ଗୁଦ୍ଗୋଦାକୁ ଯାତ୍ରା କଲେ ଓ ଗୁଦ୍ଗୋଦାରୁ ଜଳସ୍ରୋତମୟ ଦେଶ ଯଟ୍ବାଥାକୁ ଯାତ୍ରା କଲେ।8ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବା କର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।9ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର ଅଟନ୍ତି)।10ପ୍ରଥମ ଥର ପରି ମୁଁ ଚାଳିଶ ଦିନ ଓ ଚାଳିଶ ରାତ୍ରି ପର୍ବତରେ ରହିଲି; ପୁଣି ସେହି ଥର ମଧ୍ୟ ସଦାପ୍ରଭୁ ମୋ’ ପ୍ରତି କର୍ଣ୍ଣପାତ କଲେ; ସଦାପ୍ରଭୁ ତୁମ୍ଭକୁ ବିନାଶ କରିବା ପାଇଁ ସମ୍ମତ ହେଲେ ନାହିଁ,11ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ।
1ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ।2ପୁଣି ଆଜିଠାରୁ ଜ୍ଞାନବାନ ହୁଅ କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ ହସ୍ତ ଓ ବିସ୍ତାରିତ ବାହୁ,3ପୁଣି ତାହାଙ୍କ ଚିହ୍ନସକଳ, ମିସର ମଧ୍ୟରେ ମିସରର ରାଜା ଫାରୋଙ୍କ ପ୍ରତି ଓ ତାଙ୍କର ସମୁଦାୟ ଦେଶ ପ୍ରତି କୃତ ତାହାଙ୍କର କର୍ମ;4ପୁଣି ମିସ୍ରୀୟ ସୈନ୍ୟ, ସେମାନଙ୍କ ଅଶ୍ୱ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କୁ ଗୋଡ଼ାଇବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;5ପୁଣି ଏହି ସ୍ଥାନରେ ତୁମ୍ଭମାନଙ୍କ ଆଗମନ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ପ୍ରାନ୍ତରରେ ସେ ଯାହା ଯାହା କରିଅଛନ୍ତି;6ଆଉ ରୁବେନ୍ର ପୁତ୍ର ଇଲୀୟାବ୍ର ସନ୍ତାନ ଦାଥନ ଓ ଅବୀରାମ୍ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ, ସେମାନଙ୍କ ପରିଜନବର୍ଗଙ୍କୁ, ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚାଦ୍ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏହି ସମସ୍ତ ସେମାନେ ଦେଖି ନାହାନ୍ତି;7ମାତ୍ର ତୁମ୍ଭମାନଙ୍କର ଚକ୍ଷୁ ସଦାପ୍ରଭୁଙ୍କ କୃତ ସକଳ ମହାକର୍ମ ଦେଖିଅଛି।8ଏଥିପାଇଁ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ଆଜ୍ଞା ପାଳନ କରିବ; ତହିଁରେ ତୁମ୍ଭେମାନେ ବଳବାନ ହେବ, ପୁଣି ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତହିଁରେ ପ୍ରବେଶ କରି ଅଧିକାର କରିବ;9ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।10ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ।11ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତାହା ପର୍ବତ ଓ ସମସ୍ଥଳୀମୟ ଦେଶ, ପୁଣି ତାହା ଆକାଶରୁ ବୃଷ୍ଟିଜଳ ପାନ କରେ;12ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।13ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;14ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟବୃଷ୍ଟି ଓ ଶେଷବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।15ପୁଣି ଆମ୍ଭେ ତୁମ୍ଭ ପଶୁଗଣ ନିମନ୍ତେ ତୁମ୍ଭ କ୍ଷେତ୍ରରେ ତୃଣ ଦେବା, ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ।16ଆପଣା ଆପଣା ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ଅନ୍ତଃକରଣ ଭ୍ରାନ୍ତ ହେବ, ପୁଣି ତୁମ୍ଭେମାନେ ବିମୁଖ ହୋଇ ଅନ୍ୟ ଦେବତାମାନଙ୍କର ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;17ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ, ପୁଣି ସେ ଆକାଶ ରୁଦ୍ଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।18ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।19ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ।20ଆଉ ତୁମ୍ଭେ ଆପଣା ଗୃହ ଦ୍ୱାରର ଚଉକାଠରେ ଓ ଆପଣା ବାହାର ଦ୍ୱାରରେ ତାହା ଲେଖି ରଖିବ।21ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭମାନଙ୍କ ଅବସ୍ଥିତି କାଳ ଓ ତୁମ୍ଭମାନଙ୍କ ସନ୍ତାନଗଣର ଅବସ୍ଥିତି କାଳ ଭୂମଣ୍ଡଳ ଉପରେ ଆକାଶମଣ୍ଡଳର ଅବସ୍ଥିତି କାଳ ତୁଲ୍ୟ ହେବ।22କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ସମସ୍ତ ପଥରେ ଚାଲିବାକୁ ଓ ତାହାଙ୍କଠାରେ ଦୃଢ଼ ରୂପେ ଆସକ୍ତ ହେବାକୁ ଏହି ଯେଉଁ ସମସ୍ତ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ପାଳନ କରିବାକୁ ଦେଉଅଛି, ତାହାସବୁ ଯଦି ତୁମ୍ଭେମାନେ ଯତ୍ନପୂର୍ବକ ମାନ୍ୟ କରିବ;23ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ।24ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍, ଫରାତ୍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।25ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।26ଦେଖ, ଆଜି ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଆଶୀର୍ବାଦ ଓ ଅଭିଶାପ ରଖୁଅଛି।27ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।28ମାତ୍ର ଯଦି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ନ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା କରୁଅଛି, ତହିଁରୁ ବାହୁଡ଼ି ତୁମ୍ଭମାନଙ୍କ ଅଜ୍ଞାତ ଅନ୍ୟ ଦେବତାଗଣର ପଶ୍ଚାଦ୍ଗମନ କରିବ, ତେବେ ଅଭିଶାପ।29ଆଉ ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସମୟରେ ତୁମ୍ଭକୁ ପ୍ରବେଶ କରାଇବେ, ସେହି ସମୟରେ ତୁମ୍ଭେ ଗରିଷୀମ ପର୍ବତରେ ସେହି ଆଶୀର୍ବାଦ ଓ ଏବଲ ପର୍ବତରେ ସେହି ଅଭିଶାପ ରଖିବ।30ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥ ପ୍ରାନ୍ତରେ ଗିଲ୍ଗଲ୍ ସମ୍ମୁଖସ୍ଥ ପଦା ନିବାସୀ କିଣାନୀୟମାନଙ୍କ ଦେଶରେ ମୋରିର ଅଲୋନ ତୋଟା ନିକଟରେ ନାହିଁ ?31କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ, ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।32ଏନିମନ୍ତେ ମୁଁ ଆଜି ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ଯେଉଁ ବିଧି ଓ ଶାସନ ରଖିଲି, ସେସବୁ ମାନ୍ୟ କରି ପାଳନ କରିବ।
1ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର ନିମନ୍ତେ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭମାନଙ୍କର ଏହି ପୃଥିବୀରେ ଜୀବିତ ଥିବା ସମସ୍ତ ଦିନ ଯେଉଁ ସକଳ ବିଧି ଓ ଶାସନ ମାନ୍ୟ କରି ପାଳନ କରିବାକୁ ହେବ, ତାହା ଏହି।2ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପ-ପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।3ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ।4ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେରୂପ କରିବ ନାହିଁ।5ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;6ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ ନୈବେଦ୍ୟ, ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ଆପଣା ମାନତ ଦ୍ରବ୍ୟ, ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ;7ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।8ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ସେହିପରି ତୁମ୍ଭେମାନେ କରିବ ନାହିଁ।9କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏ ପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।10ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ;11ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।12ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।13ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ପ୍ରତ୍ୟେକ ସ୍ଥାନ ତୁମ୍ଭେ ଦେଖିବ, ଯେପରି ସେସବୁ ସ୍ଥାନରେ ଆପଣା ହୋମବଳି ଉତ୍ସର୍ଗ ନ କର।14ମାତ୍ର ସଦାପ୍ରଭୁ ତୁମ୍ଭ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ହୋମବଳିଦାନାଦି ଉତ୍ସର୍ଗ କରିବ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେଠାରେ କରିବ।15ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗରଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ।16କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ।17ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ-ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗରଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।18ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।19ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେପରି ତୁମ୍ଭେ ଆପଣା ଭୂମିରେ ବଞ୍ଚିଥିବା ଯାଏ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ।20ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସେ ଯେତେବେଳେ ତୁମ୍ଭ ସୀମା ବିସ୍ତାର କରିବେ, ପୁଣି ମାଂସ ଭୋଜନ କରିବାକୁ ତୁମ୍ଭର ବାଞ୍ଛା ହୁଅନ୍ତେ, ତୁମ୍ଭେ କହିବ, ଆମ୍ଭେ ମାଂସ ଭୋଜନ କରିବା, ସେତେବେଳେ ତୁମ୍ଭେ ଆପଣା ପ୍ରାଣର ବାଞ୍ଛାନୁସାରେ ମାଂସ ଭୋଜନ କରି ପାରିବ।21ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯଦି ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗରଦ୍ୱାର ଭିତରେ ଭୋଜନ କରି ପାରିବ।22ଯେପରି କୃଷ୍ଣସାର ମୃଗ ଓ ହରିଣ ଭୋଜନ କରାଯାଏ, ସେହିପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ।23କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ, କାରଣ ରକ୍ତ ହିଁ ପ୍ରାଣ ଅଟେ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।24ତୁମ୍ଭେ ତାହା ଭୋଜନ କରିବ ନାହିଁ ତୁମ୍ଭେ ଜଳ ତୁଲ୍ୟ ଭୂମିରେ ତାହା ଢାଳି ଦେବ।25ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ।26ମାତ୍ର ତୁମ୍ଭେ ଆପଣା ପବିତ୍ର ବସ୍ତୁ ଓ ମାନତ ବସ୍ତୁ ଘେନି ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଯିବ।27ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ।28ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ।
1ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,2ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍ଗାମୀ ହେବା ଓ ସେମାନଙ୍କ ସେବା କରିବା;3ତେବେ ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର କଥା ଶୁଣିବ ନାହିଁ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ପ୍ରେମ କରୁଅଛ କି ନାହିଁ; ଏହା ଜାଣିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ପରୀକ୍ଷା କରୁଅଛନ୍ତି।4ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନ କରିବ, ତାହାଙ୍କୁ ଭୟ କରିବ, ତାହାଙ୍କ ଆଜ୍ଞାସବୁ ପାଳନ କରିବ, ତାହାଙ୍କ ରବରେ ଅବଧାନ କରିବ ଓ ତାହାଙ୍କ ସେବା କରିବ, ଆଉ ତାହାଙ୍କଠାରେ ଆସକ୍ତ ହେବ।5ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇ ଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।6ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍, ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେ କୌଣସି ଗୋଷ୍ଠୀର ଯେ କୌଣସି ଦେବତା ହେଉ,7ତାହା ବିଷୟରେ ତୁମ୍ଭକୁ ଭୁଲାଇ ଯେବେ ତୁମ୍ଭ ମାତୃପୁତ୍ର ଭ୍ରାତା, କି ତୁମ୍ଭ ପୁତ୍ର, କି ତୁମ୍ଭ କନ୍ୟା, କି ତୁମ୍ଭ ବକ୍ଷଃସ୍ଥାୟିନୀ ଭାର୍ଯ୍ୟା, କିଅବା ତୁମ୍ଭ ପ୍ରାଣ ସମାନ ମିତ୍ର ଗୋପନରେ କହେ, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ;8ତେବେ ତୁମ୍ଭେ ସେହି ଲୋକର କଥାରେ ସମ୍ମତ ହେବ ନାହିଁ, କି ତାହାର କଥା ଶୁଣିବ ନାହିଁ; କିଅବା ତାହା ପ୍ରତି ଚକ୍ଷୁ ଲଜ୍ଜା କରିବ ନାହିଁ, ଅବା ତାହାକୁ ଦୟା କରିବ ନାହିଁ, କି ତାହାକୁ ଲୁଚାଇ ରଖିବ ନାହିଁ।9ମାତ୍ର ତୁମ୍ଭେ ନିଶ୍ଚୟ ତାହାକୁ ବଧ କରିବ; ତାହାକୁ ବଧ କରିବା ପାଇଁ ତୁମ୍ଭ ହସ୍ତ ପ୍ରଥମେ ତାହା ଉପରେ ଉଠିବ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କ ହସ୍ତ ଉଠିବ।10ତାହାର ମରଣ ପର୍ଯ୍ୟନ୍ତ ତାହାକୁ ପ୍ରସ୍ତରାଘାତ କରିବ; ଯେହେତୁ ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରୁ ଭୁଲାଇ ନେବା ପାଇଁ ସେ ଚେଷ୍ଟା କଲା।11ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।12ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,13ଯେ କେତେକ ଦୁଷ୍ଟ ଲୋକ ତୁମ୍ଭ ମଧ୍ୟରୁ ବାହାରି, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ, ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;14ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟକର୍ମ କରାଯାଇଅଛି;15ତେବେ ତୁମ୍ଭେ ନିଶ୍ଚୟ ସେହି ନଗର ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କରିବ, ପୁଣି ନଗର, ତହିଁ ମଧ୍ୟସ୍ଥିତ ସମୁଦାୟ ଓ ତହିଁର ପଶୁମାନଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କରିବ;16ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେହି ସମସ୍ତ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।17ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;18ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।
1ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।2କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।
1ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ।2ଋଣକ୍ଷମାର ବ୍ୟବସ୍ଥା ଏହି ଯେ ପ୍ରତ୍ୟେକ ମହାଜନ ଆପଣା ପ୍ରତିବାସୀକୁୁ ଯେଉଁ ଋଣ ଦେଇଥାଏ, ତାହା ସେ କ୍ଷମା କରିବ; ସେ ଆପଣା ପ୍ରତିବାସୀ ଓ ଆପଣା ଭାଇଠାରୁ ଋଣ ଆଦାୟ କରିବ ନାହିଁ; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଋଣକ୍ଷମାର ଘୋଷଣା ହୋଇଅଛି।3ତୁମ୍ଭେ ବିଦେଶୀଠାରୁ ତାହା ଆଦାୟ କରି ପାରିବ; ମାତ୍ର ତୁମ୍ଭ ଭାଇଠାରେ ତୁମ୍ଭର ଯାହା କିଛି ଅଛି, ତୁମ୍ଭର ହସ୍ତ ତାହା କ୍ଷମା କରିବ।4ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ପାଳିବାକୁ ଆଦେଶ ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ରବ ଯତ୍ନପୂର୍ବକ ଶୁଣିବ;5ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ।6ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ।7ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ;8ମାତ୍ର ତୁମ୍ଭେ ତାହା ପ୍ରତି ନିଶ୍ଚୟ ଆପଣା ହସ୍ତ ମୁକ୍ତ କରିବ, ପୁଣି ଯାହା ସେ ଚାହେଁ, ତାହାର ପ୍ରୟୋଜନାନୁସାରେ ତୁମ୍ଭେ ତାହା ଯଥେଷ୍ଟ ରୂପେ ତାହାକୁ ନିଶ୍ଚୟ ଋଣ ଦେବ।9ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ, ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ।10ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ଯେଉଁ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ।11କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।12ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ।13ମାତ୍ର ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବା ବେଳେ ଖାଲି ହାତରେ ଯିବାକୁ ଦେବ ନାହିଁ।14ତୁମ୍ଭେ ଆପଣା ପଲରୁ, ଆପଣା ଖଳାରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ତାହାକୁ ଉଦାର ଭାବରେ ଯଥେଷ୍ଟ ଦାନ ଦେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବା ଅନୁସାରେ ତାହାକୁ ଦାନ କରିବ।15ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ବନ୍ଧାଦାସ ହୋଇଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମୁକ୍ତ କଲେ; ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।16ମାତ୍ର ତୁମ୍ଭ ନିକଟରେ ସୁଖରେ ରହିବାରୁ ସେ ଯଦି ତୁମ୍ଭକୁ ଓ ତୁମ୍ଭ ପରିବାରକୁ ସ୍ନେହ କରି କହେ, ମୁଁ ତୁମ୍ଭକୁ ଛାଡ଼ି ଯିବି ନାହିଁ;17ତେବେ ତୁମ୍ଭେ ଏକ ବିନ୍ଧଣୀ ନେଇ କବାଟରେ ତାହାର କର୍ଣ୍ଣ ବିନ୍ଧିବ, ତହିଁରେ ସେ ସଦାସର୍ବଦା ତୁମ୍ଭର ଦାସ ହୋଇ ରହିବ। ପୁଣି ତୁମ୍ଭେ ଆପଣା ଦାସୀ ପ୍ରତି ମଧ୍ୟ ତଦ୍ରୂପ କରିବ।18ତୁମ୍ଭେ ତାହାକୁ ମୁକ୍ତ କରି ବିଦାୟ କରିବା ବେଳେ ଏହା ତୁମ୍ଭ ଦୃଷ୍ଟିରେ କଠିନ ବୋଧ ନ ହେଉ; କାରଣ ସେ ଛଅ ବର୍ଷ ପର୍ଯ୍ୟନ୍ତ ଏକ ବେତନଜୀବୀର ଦ୍ୱିଗୁଣ ବେତନର ଦାସ୍ୟକର୍ମ କରିଅଛି; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସକଳ କାର୍ଯ୍ୟରେ ତୁମ୍ଭକୁ ଆଶୀର୍ବାଦ କରିବେ।
1ଆବୀବ୍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ରାତ୍ରି କାଳରେ ମିସରରୁ ବାହାର କରି ଆଣିଲେ।2ପୁଣି ସଦାପ୍ରଭୁ ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ।3ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୁଟି ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ।4ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ।5ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗରଦ୍ୱାର ଦେବେ, ତହିଁର କୌଣସି ଦ୍ୱାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ।6ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ।7ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ବୁକୁ ଫେରିଯିବ।8ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।
1ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁନ୍ତ କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ଘୃଣିତ ବସ୍ତୁ ଅଟେ।2ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର ଦିଅନ୍ତି, ତହିଁର କୌଣସି ନଗରଦ୍ୱାର ମଧ୍ୟରେ ଯଦି କୌଣସି ପୁରୁଷ କି ସ୍ତ୍ରୀ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ3ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ;4ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;5ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକୁ ନଗରଦ୍ୱାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ।6ପ୍ରାଣଦଣ୍ଡଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ।7ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
1ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ।2ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି।3ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ।4ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।5କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।6ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗରଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,7ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ।8ସେ ଆପଣା ପୈତୃକ-ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ।
1ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ,2ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ୍ କରିବ।3ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭେ ସେହି ଦେଶର ଭୂମି ତିନି ଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।4ଯେଉଁ ନରହତ୍ୟାକାରୀ ସେହି ସ୍ଥାନକୁ ପଳାଇ ବଞ୍ଚିପାରେ, ତାହାର କଥା ଏହି କେହି ଯେବେ ପୂର୍ବେ ହିଂସା ନ କରି ଆପଣା ପ୍ରତିବାସୀକୁ ଅଜ୍ଞାତସାରରେ ବଧ କରେ;5ଯଥା, କେହି ଆପଣା ପ୍ରତିବାସୀ ସଙ୍ଗରେ କାଠ ହାଣିବାକୁ ବନକୁ ଗଲା, ପୁଣି ଗଛ ହାଣିବା ପାଇଁ ତାହାର ହସ୍ତ କୁହ୍ରାଡ଼ି ଉଞ୍ଚାନ୍ତେ, କୁହ୍ରାଡ଼ି-ମୁଣ୍ଡ ବେଣ୍ଟରୁ ଖସି ପ୍ରତିବାସୀ ଉପରେ ପଡ଼ିଲା, ତହିଁରେ ସେ ମଲା; ଏପରି ଲୋକ ସେହି ନଗରମାନ ମଧ୍ୟରୁ ଏକ ନଗରକୁ ପଳାଇ ବଞ୍ଚିବ।6ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ଡ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା।7ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି।8ଆଉ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେ ତାହା ସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,9ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ବ୍ୟତୀତ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ;10ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ।11ମାତ୍ର କେହି ଯେବେ ଆପଣା ପ୍ରତିବାସୀକୁ ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;12ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ।13ତୁମ୍ଭର ଚକ୍ଷୁ ତାହାକୁ ଦୟା କରିବ ନାହିଁ, ମାତ୍ର ତୁମ୍ଭେ ଇସ୍ରାଏଲ ମଧ୍ୟରୁ ନିର୍ଦ୍ଦୋଷ ରକ୍ତପାତର ଅପରାଧ ଦୂର କରିବ, ତହିଁରେ ତୁମ୍ଭର ମଙ୍ଗଳ ହେବ।14ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବ କାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ।
1‘ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।2ଆଉ ତୁମ୍ଭେମାନେ ଯୁଦ୍ଧର ନିକଟବର୍ତ୍ତୀ ହେଲେ, ଯାଜକ ନିକଟକୁ ଆସି ଲୋକମାନଙ୍କୁ କହିବ,3ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ।4କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।5ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ପ୍ରତିଷ୍ଠା କରିବ।6ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ।7ଆଉ କେଉଁ ଲୋକ କୌଣସି ସ୍ତ୍ରୀକୁ ବାଗ୍ଦାନ କରି ତାହାକୁ ବିବାହ କରି ନାହିଁ ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତାହାକୁ ବିବାହ କରିବ।8ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।9ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କ ସହିତ କଥା ସମାପ୍ତ କଲା ଉତ୍ତାରେ ସେମାନେ ସୈନ୍ୟ ଉପରେ ସେନାପତିମାନଙ୍କୁ ନିଯୁକ୍ତ କରିବେ।10ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ।11ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ୱାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭର ଦାସ ହେବେ ଓ ତୁମ୍ଭର ସେବା କରିବେ।12ମାତ୍ର ଯଦି ସେ ତୁମ୍ଭ ସହିତ ସନ୍ଧି ନ କରି ତୁମ୍ଭ ସହିତ ଯୁଦ୍ଧ କରେ, ତେବେ ତୁମ୍ଭେ ସେହି ନଗର ଅବରୋଧ କରିବ।13ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେତେବେଳେ ତାହା ତୁମ୍ଭ ହସ୍ତରେ ସମର୍ପଣ କରିବେ, ସେତେବେଳେ ତୁମ୍ଭେ ତହିଁର ସମସ୍ତ ପୁରୁଷଙ୍କୁ ଖଡ୍ଗଧାରରେ ବଧ କରିବ।14ମାତ୍ର ତୁମ୍ଭେ ସ୍ତ୍ରୀମାନଙ୍କୁ, ବାଳକମାନଙ୍କୁ, ପଶୁମାନଙ୍କୁ ଓ ନଗରର ସର୍ବସ୍ୱ ଆପଣା ନିମନ୍ତେ ଲୁଟ ସ୍ୱରୂପ ଗ୍ରହଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଶତ୍ରୁମାନଙ୍କର ଯେଉଁ ଲୁଟ ତୁମ୍ଭଙ୍କୁ ଦିଅନ୍ତି, ତାହା ଭୋଜନ କରିବ।15ଯେଉଁ ଯେଉଁ ନଗର ଏହି ଗୋଷ୍ଠୀୟ ଲୋକମାନଙ୍କର ନୁହେଁ, ତୁମ୍ଭଠାରୁ ଅତି ଦୂରବର୍ତ୍ତୀ ଏପରି ସମସ୍ତ ନଗର ପ୍ରତି ଏହି ପ୍ରକାର କରିବ।16ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ।17ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ।18ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବାତାମାନଙ୍କ ଉଦ୍ଦେଶ୍ୟରେ ଯେଉଁ ସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିବ।19ଯେତେବେଳେ ତୁମ୍ଭେ କୌଣସି ନଗର ହସ୍ତଗତ କରିବା ପାଇଁ ଯୁଦ୍ଧ କରି ବହୁ କାଳ ତାହା ଅବରୋଧ କରିବ, ସେତେବେଳେ ତୁମ୍ଭେ କୁହ୍ରାଡ଼ି ଦ୍ୱାରା ସେଠାରେ ଥିବା ବୃକ୍ଷଗୁଡ଼ିକୁ ହାଣିବ ନାହିଁ; ତୁମ୍ଭେ ତହିଁରୁ ଭୋଜନ କରି ପାରିବ, ଏଣୁ ତାହା କାଟିବ ନାହିଁ; କାରଣ କ୍ଷେତ୍ରର ବୃକ୍ଷ ମନୁଷ୍ୟ ଜୀବନର ଆଧାର ହୋଇଥିବାରୁ ତାହା ତୁମ୍ଭ ସାକ୍ଷାତରେ ଅବରୁଦ୍ଧ ହେବ ନାହିଁ ?20କେବଳ ଯେଉଁ ବୃକ୍ଷ ଖାଦ୍ୟ ନିମନ୍ତେ ନୁହେଁ ବୋଲି ଜାଣ, ତାହା ତୁମ୍ଭେ ନଷ୍ଟ କରିବ ଓ କାଟିବ; ଆଉ ତୁମ୍ଭ ସହିତ ଯୁଦ୍ଧକାରୀ ନଗର ପରାଜିତ ହେବା ପର୍ଯ୍ୟନ୍ତ ତହିଁ ବିରୁଦ୍ଧରେ ଅବରୋଧକ ଉପାୟ ନିର୍ମାଣ କରିବ।
1ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯଦି କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ନ ଯାଏ,2ତେବେ ତୁମ୍ଭର ପ୍ରାଚୀନବର୍ଗ ଓ ବିଚାରକର୍ତ୍ତାମାନେ ବାହାରେ ଯାଇ ସେହି ହତ ଲୋକର ଚତୁପାର୍ଶ୍ୱସ୍ଥ କେଉଁ ନଗର କେତେ ଦୂର, ତାହା ମାପିବେ।3ତହିଁରେ ଯେଉଁ ନଗର ସେହି ହତ ଲୋକର ନିକଟସ୍ଥ ହେବ, ତହିଁର ପ୍ରାଚୀନବର୍ଗ ଗୋଠରୁ ଏପରି ଏକ ଗାଭୀ ନେବେ, ଯାହା ଦ୍ୱାରା କେବେ ଯୁଆଳି ବହନାଦି କୌଣସି କର୍ମ କରାଯାଇ ନାହିଁ।4ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ।5ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦ କରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ।6ତହିଁ ଉତ୍ତାରେ ହତ ଲୋକର ନିକଟସ୍ଥ ସେହି ନଗରର ସମସ୍ତ ପ୍ରାଚୀନବର୍ଗ ସେହି ତଳଭୂମିରେ ବେକଭଙ୍ଗା ଗାଭୀ ଉପରେ ଆପଣା ଆପଣା ହସ୍ତ ପ୍ରକ୍ଷାଳନ କରିବେ।7ଆଉ ସେମାନେ ଉତ୍ତର ଦେଇ କହିବେ, ଆମ୍ଭମାନଙ୍କ ହସ୍ତ ଏହି ରକ୍ତପାତ କରି ନାହିଁ, କିଅବା ଆମ୍ଭମାନଙ୍କ ଚକ୍ଷୁ ଏହା ଦେଖି ନାହିଁ।8ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଇସ୍ରାଏଲ ଲୋକଙ୍କୁ ମୁକ୍ତ କରିଅଛ, ସେମାନଙ୍କୁ କ୍ଷମା କର; ଆପଣା ଇସ୍ରାଏଲ ଲୋକ ମଧ୍ୟରେ ନିରପରାଧର ରକ୍ତପାତ-ଦୋଷ ରହିବାକୁ ଦିଅ ନାହିଁ। ତହିଁରେ ସେମାନଙ୍କ ପ୍ରତି ସେହି ରକ୍ତପାତ-ଦୋଷ କ୍ଷମା ହେବ;9ଏହିରୂପେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ଆପଣା ମଧ୍ୟରୁ ନିରପରାଧର ରକ୍ତପାତ-ଦୋଷ ଦୂର କରିବ।
1ତୁମ୍ଭେ ଆପଣା ଭାଇର ବଳଦ କି ମେଷ ବଣା ହେବାର ଦେଖିଲେ, ସେମାନଙ୍କ ବିଷୟରେ ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ଆପଣା ଭାଇ କତିକି ନିଶ୍ଚୟ ଫେରାଇ ଆଣିବ।2ପୁଣି ଯଦି ତୁମ୍ଭର ସେହି ଭାଇ ତୁମ୍ଭର ନିକଟବର୍ତ୍ତୀ ନ ଥାଏ, କିମ୍ବା ତୁମ୍ଭେ ଯଦି ତାହାକୁ ନ ଚିହ୍ନ, ତେବେ ତୁମ୍ଭେ ଆପଣା ଗୃହକୁ ସେହି ପଶୁ ଆଣିବ, ତୁମ୍ଭର ସେହି ଭାଇ ତାହାକୁ ଅନ୍ୱେଷଣ କରିବା ପର୍ଯ୍ୟନ୍ତ ତାହା ତୁମ୍ଭ ପାଖରେ ରହିବ, ତହିଁ ଉତ୍ତାରୁ ତୁମ୍ଭେ ତାହାକୁ ତାହା ଫେରାଇ ଦେବ।3ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେ କୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ।4ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ।5ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ।6ଯେବେ ପଥ ପାର୍ଶ୍ୱସ୍ଥ କୌଣସି ବୃକ୍ଷରେ କିଅବା ଭୂମିରେ ତୁମ୍ଭ ସମ୍ମୁଖରେ କୌଣସି ପକ୍ଷୀର ବସାରେ ଛୁଆ କି ଡିମ୍ବ ଥାଏ, ଆଉ ସେହି ଛୁଆ କି ଡିମ୍ବ ଉପରେ ପକ୍ଷିଣୀ ବସିଥାଏ, ତେବେ ତୁମ୍ଭେ ଛୁଆ ସଙ୍ଗରେ ପକ୍ଷିଣୀକୁ ଧରିବ ନାହିଁ।7ତୁମ୍ଭେ କୌଣସିମତେ ପକ୍ଷିଣୀକୁ ଛାଡ଼ି ଦେବ, ମାତ୍ର ତୁମ୍ଭେ ଆପଣା ନିମନ୍ତେ ଛୁଆମାନଙ୍କୁ ନେଇ ପାର, ତହିଁରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେ ଆପଣା ଦିନ ବଢ଼ାଇ ପାରିବ।8ତୁମ୍ଭେ ନୂତନ ଗୃହ ନିର୍ମାଣ କଲେ, ତହିଁର ଛାତରେ ଲୁହାର ବାଡ଼ ପ୍ରସ୍ତୁତ କରିବ, ଯେପରି ତହିଁ ଉପରୁ କୌଣସି ମନୁଷ୍ୟ ପଡ଼ିଗଲେ, ତୁମ୍ଭେ ଆପଣା ଗୃହ ଉପରେ ରକ୍ତପାତର ଅପରାଧ ବର୍ତ୍ତାଇବ ନାହିଁ।9ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ଜବତ ରୂପେ ନିଆଯିବ ନାହିଁ।10ତୁମ୍ଭେ ବଳଦ ଓ ଗଧ ଏକତ୍ର ଯୋଚି ଚାଷ କରିବ ନାହିଁ।11ତୁମ୍ଭେ ଲୋମ ଓ ମସିନା କୌଣସି ମିଶ୍ରିତ ସୂତ୍ରନିର୍ମିତ ବସ୍ତ୍ର ପିନ୍ଧିବ ନାହିଁ।12ତୁମ୍ଭେ ଆପଣା ଶରୀରର ଉତ୍ତରୀୟ ବସ୍ତ୍ରର ଚାରି ଅଞ୍ଚଳରେ ଝୁମ୍ପା ବନାଇବ।
1ଚୂର୍ଣ୍ଣକୋଷ କିଅବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।2ଜାରଜ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ତାହାର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।3ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।4କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍କୁ ବେତନ ଦେଲେ।5ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।6ତୁମ୍ଭେ ଯାବଜ୍ଜୀବନ ଚିରକାଳ ସେମାନଙ୍କର ଶାନ୍ତି ଓ ମଙ୍ଗଳ ଲୋଡ଼ିବ ନାହିଁ।7ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସ୍ରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ।8ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ।
1କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଅବିଶ୍ୱସ୍ତ ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ।2ପୁଣି ସେ ସ୍ତ୍ରୀ ତାହାର ଗୃହରୁ ବାହାରି ଗଲା ଉତ୍ତାରେ, ସେ ଯାଇ ଅନ୍ୟ ପୁରୁଷର ଭାର୍ଯ୍ୟା ହୋଇ ପାରିବ।3ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରି ଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ;4ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ୱାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ ଅଟେ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ।
1ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।2ପୁଣି ଯଦି ଦୋଷୀ ଲୋକ ପ୍ରହାରିତ ହେବାର ଯୋଗ୍ୟ ହୁଏ, ତେବେ ବିଚାରକର୍ତ୍ତା ତାହାକୁ ଶୁଆଇବ, ପୁଣି ତାହାର ଦୋଷ ଅନୁସାରେ ଗଣି ଗଣି ଆପଣା ସମ୍ମୁଖରେ ତାହାକୁ ପ୍ରହାର କରାଇବ।3ସେ ତାହାକୁ ଚାଳିଶ ପ୍ରହାର ଦେଇ ପାରିବ, ତହିଁରୁ ବଢ଼ିବ ନାହିଁ; ନୋହିଲେ, ଯେବେ ତାହା ବଢ଼େ ଓ ତହିଁରୁ ବହୁତ ପ୍ରହାର କରେ, ତେବେ ତୁମ୍ଭ ଭାଇ ତୁମ୍ଭ ଦୃଷ୍ଟିରେ ତୁଚ୍ଛଯୋଗ୍ୟ ହେବ।4ବଳଦ ବେଙ୍ଗଳାରେ ବୁଲିଲା ବେଳେ ତୁମ୍ଭେ ତାହାର ତୁଣ୍ଡି ବାନ୍ଧିବ ନାହିଁ।
1ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;2ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।3ପୁଣି ତୁମ୍ଭେ ତତ୍କାଳୀନ ଯାଜକ ନିକଟକୁ ଯାଇ ତାହାକୁ କହିବ, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ଉପସ୍ଥିତ ହୋଇଅଛୁ, ଏହା ଆଜି ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ପ୍ରକାଶ କରୁଅଛୁ।4ତହୁଁ ଯାଜକ ତୁମ୍ଭ ହସ୍ତରୁ ସେହି ଚାଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ।5ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ୍, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।6ତହିଁରେ ମିସ୍ରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କ୍ଳେଶ ଦେଇ କଠିନ ଦାସତ୍ୱ କରାଇଲେ।7ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଅତ୍ୟାଚାର ଦେଖିଲେ।8ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା, ବିସ୍ତୀର୍ଣ୍ଣ ବାହୁ ଦ୍ୱାରା, ମହାଭୟ ଓ ନାନା ଚିହ୍ନ ପୁଣି ଆଶ୍ଚର୍ଯ୍ୟ କର୍ମ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।9ଆଉ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଅଛନ୍ତି ଓ ଏହି ଦେଶ, ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଅଛନ୍ତି।10ଏବେ, ହେ ସଦାପ୍ରଭୁ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।” ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ।11ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁ ଯେଉଁ ମଙ୍ଗଳ କରିଅଛନ୍ତି, ସେହି ସବୁରେ ତୁମ୍ଭେ, ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ, ତୁମ୍ଭେ ସମସ୍ତେ ଆନନ୍ଦ କରିବ।12ତୃତୀୟ ବର୍ଷରେ, ଅର୍ଥାତ୍, ଦଶମାଂଶ-ବର୍ଷରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ୟାଦିର ଦଶମାଂଶ ଦେବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ଲେବୀୟକୁ, ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ତାହା ଦେବ, ତହିଁରେ ସେମାନେ ତୁମ୍ଭ ନଗରଦ୍ୱାର ମଧ୍ୟରେ ଭୋଜନ କରି ତୃପ୍ତ ହେବେ।13ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଏହା କହିବ, ମୋ’ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞା-ଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ।14ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।15ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆଶୀର୍ବାଦ କର।16ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭକୁ ଏହିସବୁ ବିଧି ଓ ଶାସନ ପାଳନ କରିବାକୁ ଆଜ୍ଞା ଦେଉଅଛନ୍ତି; ଏଥିପାଇଁ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହା ସବୁ ମାନିବ ଓ କରିବ,17ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ।18ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ;19ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ।
1ଏଥିଉତ୍ତାରେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ପାଳନ କର।”2ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।3ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ।4ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତର ସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।5ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ-ଅସ୍ତ୍ର ଉଞ୍ଚାଇବ ନାହିଁ।6ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;7ଆଉ ତୁମ୍ଭେ ମଙ୍ଗଳାର୍ଥକ ବଳିଦାନ କରି ସେଠାରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।8ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।9ଏଉତ୍ତାରେ ମୋଶା ଓ ଲେବୀୟ ଯାଜକମାନେ ସମସ୍ତ ଇସ୍ରାଏଲକୁ କହିଲେ, ହେ ଇସ୍ରାଏଲ, ନୀରବ ହୋଇ ଅବଧାନ କର, ଆଜି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଲୋକ ହେଲ।10ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।
1ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।2ଯଦି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ।3ତୁମ୍ଭେ ନଗରରେ ଧନ୍ୟ ହେବ ଓ କ୍ଷେତ୍ରରେ ଧନ୍ୟ ହେବ।4ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ।5ତୁମ୍ଭ ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଧନ୍ୟ ହେବ।6ତୁମ୍ଭେ ଗୃହକୁ ଆସିବା ବେଳେ ଧନ୍ୟ ଓ ଗୃହରୁ ବାହାରେ ଯିବା ବେଳେ ଧନ୍ୟ ହେବ।7ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ।8ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ।9ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ।10ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।11ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁମାନଙ୍କୁ ଫଳ ଦେଇ ଓ ତୁମ୍ଭ ଭୂମିରୁ ଫଳ ଦେଇ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ।12ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।13ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ମାନିବାକୁ ଓ କରିବାକୁ ମୁଁ ଆଜି ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ଯଦି ତୁମ୍ଭେ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ଯେଉଁ ବାକ୍ୟ ଆଜ୍ଞା କରୁଅଛି, ତୁମ୍ଭେ ତହିଁ ମଧ୍ୟରୁ କୌଣସି ବାକ୍ୟର ଦକ୍ଷିଣରେ କି ବାମରେ ଫେରି ଅନ୍ୟ ଦେବତାଗଣର ସେବା କରିବା ପାଇଁ ସେମାନଙ୍କ ଅନୁଗାମୀ ନ ହେବ,14ତେବେ ସଦାପ୍ରଭୁ ତୁମ୍ଭକୁ ମସ୍ତକ କରିବେ, ଲାଙ୍ଗୁଳ କରିବେ ନାହିଁ; ତୁମ୍ଭେ କେବଳ ଉପରିସ୍ଥ ହେବ, ପୁଣି ନୀଚସ୍ଥ ହେବ ନାହିଁ।
1ସଦାପ୍ରଭୁ ହୋରେବରେ ଇସ୍ରାଏଲ ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।2ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, “ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁ ସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,3ସେହି ମହା ମହା ପରଖ, ଚିହ୍ନ ଓ ମହତ୍ ଆଶ୍ଚର୍ଯ୍ୟ-କର୍ମ ସକଳ ତୁମ୍ଭର ଚକ୍ଷୁ ଦେଖିଅଛି,4ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।”5ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।6ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।7ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।8ପୁଣି, ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲୁ।9ଏନିମନ୍ତେ ତୁମ୍ଭେମାନେ ଏହି ନିୟମର ସକଳ ବାକ୍ୟ ମାନି ପାଳନ କର, ତହିଁରେ ତୁମ୍ଭେମାନେ ଯାହା ଯାହା କରିବ, ସେହି ସବୁରେ କୁଶଳତା ପ୍ରାପ୍ତ ହେବ।10ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ୱର ହୁଅନ୍ତି;11ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,12ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ13ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ।14ଆଉ ମୁଁ ଏହି ନିୟମ ଓ ଶପଥ କେବଳ ତୁମ୍ଭମାନଙ୍କ ସହିତ କରୁ ନାହିଁ;15ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କ ସଙ୍ଗେ ଆଜି ଏଠାରେ ଯେଉଁ ଲୋକ ଛିଡ଼ା ହେଉଅଛି, ଆଉ ମଧ୍ୟ ଯେଉଁ ଲୋକ ଏଠାରେ ନାହିଁ, (ସେ ସମସ୍ତଙ୍କ ସଙ୍ଗେ ମୁଁ ଏହି ନିୟମ କରୁଅଛି)।16କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ;17ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ, ସେମାନଙ୍କ କାଠ ଓ ପଥର ଓ ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ।18ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;19ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।20ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।21ପୁଣି ଏହି ବ୍ୟବସ୍ଥା ପୁସ୍ତକର ଲିଖିତ ନିୟମର ସମସ୍ତ ଅଭିଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ୍1 କରିବେ।22ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;23ଅର୍ଥାତ୍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);24ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି ? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ ?25ତହିଁରେ ଲୋକମାନେ କହିବେ, “ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ମିସର ଦେଶରୁ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିବା ସମୟରେ ସେମାନଙ୍କ ସହିତ ଯେଉଁ ନିୟମ କରିଥିଲେ, ତାହା ସେମାନେ ତ୍ୟାଗ କରିଅଛନ୍ତି।”26ଈଶ୍ୱର ଯେଉଁ ଦେବତାମାନଙ୍କୁ ନିଷିଦ୍ଧ କରିଥିଲେ ଏବଂ ସେମାନଙ୍କ ଦୃଷ୍ଟିରେ ଯେଉଁ ଦେବତାମାନେ ଅଜଣା ଥିଲେ, ସେମାନେ ଯାଇ ସେହି ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।27ଏହେତୁ ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ସେହି ଦେଶ ଉପରେ ବର୍ତ୍ତାଇବାକୁ ତହିଁ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।28ପୁଣି, ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ଡତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ଆଜିର ପରି ଅନ୍ୟ ଦେଶରେ ସେମାନଙ୍କୁ ନିକ୍ଷେପ କଲେ।29ଗୁପ୍ତ ବିଷୟ ସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟ ସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।
1ମୁଁ ତୁମ୍ଭ ସମ୍ମୁଖରେ ଏହି ଯେଉଁ ଆଶୀର୍ବାଦ ଓ ଅଭିଶାପ ଥୋଇଲି, ସେହି ସବୁ ଯେତେବେଳେ ତୁମ୍ଭ ପ୍ରତି ଘଟିବ, ସେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟକୁ ତୁମ୍ଭକୁ ତଡ଼ି ଦେଇଅଛନ୍ତି, ସେମାନଙ୍କ ମଧ୍ୟରେ ଥାଇ ଯେବେ ତୁମ୍ଭେ ସେହି ସବୁ ସ୍ମରଣ କରିବ;2ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;3ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।4ଯଦି ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ଡଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେଠାରୁ ମଧ୍ୟ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ।5ପୁଣି ତୁମ୍ଭ ପୂର୍ବପୁରୁଷମାନେ ଯେଉଁ ଦେଶ ଅଧିକାର କରିଥିଲେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶକୁ ତୁମ୍ଭକୁ ଆଣିବେ ଓ ତୁମ୍ଭେ ତାହା ଅଧିକାର କରିବ; ଆଉ ସେ ତୁମ୍ଭର ମଙ୍ଗଳ କରି ତୁମ୍ଭ ପୂର୍ବପୁରୁଷମାନଙ୍କ ଅପେକ୍ଷା ତୁମ୍ଭର ସଂଖ୍ୟା ଅଧିକ ବୃଦ୍ଧି କରିବେ।6ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।7ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହିସବୁ ଅଭିଶାପ ବର୍ତ୍ତାଇବେ।8ଆଉ ତୁମ୍ଭେ ଫେରି ଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।9ଯେବେ ତୁମ୍ଭେ ଏହି ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞା ଓ ବିଧିସବୁ ମାନିବାକୁ ତାହାଙ୍କ ରବରେ ଅବଧାନ କରିବ; ଯେବେ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ଆପଣା ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ଫେରିବ;10ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।11ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ କିଅବା ଦୂରବର୍ତ୍ତୀ ନୁହେଁ।12ତାହା ସ୍ୱର୍ଗରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସ୍ୱର୍ଗକୁ ଯାଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ ?13କିଅବା ତାହା ସମୁଦ୍ର ସେପାରିରେ ନାହିଁ ଯେ, ତୁମ୍ଭେ କହିବ, ଆମ୍ଭେମାନେ ଯେପରି ତାହା ପାଳନ କରିବୁ, ଏଥିପାଇଁ କିଏ ଆମ୍ଭମାନଙ୍କ ନିମନ୍ତେ ସମୁଦ୍ର ପାର ହୋଇ ତାହା ଆମ୍ଭମାନଙ୍କ ନିକଟକୁ ଆଣିବ ଓ ଆମ୍ଭମାନଙ୍କୁ ଶୁଣାଇବ ?14ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି।15ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଅଛି।16ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା, ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି, ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।17ମାତ୍ର ଯଦି ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;18ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ।19ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;20ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।
1ଏଥିଉତ୍ତାରେ ମୋଶା ଯାଇ ସମୁଦାୟ ଇସ୍ରାଏଲକୁ ଏହି କଥା କହିଲେ।2ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇ ଯିବ ନାହିଁ।”3ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଆପେ ତୁମ୍ଭର ଅଗ୍ରଗାମୀ ହୋଇ ପାର ହୋଇ ଯିବେ; ସେ ତୁମ୍ଭ ସମ୍ମୁଖରୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ନାଶ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରିବ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯିହୋଶୂୟ ତୁମ୍ଭର ଅଗ୍ରଗାମୀ ହୋଇ ପାର ହେବେ।4ପୁଣି ସଦାପ୍ରଭୁ ଇମୋରୀୟମାନଙ୍କ ସୀହୋନ ଓ ଓଗ୍ ନାମକ ରାଜାମାନଙ୍କୁ ନାଶ କରି ସେମାନଙ୍କ ପ୍ରତି ଓ ସେମାନଙ୍କ ଦେଶ ପ୍ରତି ଯେରୂପ କଲେ, ଏମାନଙ୍କ ପ୍ରତି ସେରୂପ କରିବେ।5ପୁଣି, ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେଉଁ ସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ।6ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।7ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କୁୁ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ।”8ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।9ଏଥିଉତ୍ତାରେ ମୋଶା ଏହି ବ୍ୟବସ୍ଥା ଲେଖି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟ ଯାଜକମାନଙ୍କୁ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗଙ୍କଠାରେ ସମର୍ପଣ କଲେ।10ପୁଣି, ମୋଶା ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣକ୍ଷମା ବର୍ଷର ନିରୂପିତ ସମୟରେ, ପତ୍ରକୁଟୀର ପର୍ବରେ,11ଯେତେବେଳେ ସମୁଦାୟ ଇସ୍ରାଏଲ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନରେ ତାହାଙ୍କ ସମ୍ମୁଖରେ ଉପସ୍ଥିତ ହେବେ, ସେତେବେଳେ ସମସ୍ତ ଇସ୍ରାଏଲ ସାକ୍ଷାତରେ ସେମାନଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ଏହି ବ୍ୟବସ୍ଥା ପାଠ କରିବ।”12ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପା’ନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ।13ତହିଁରେ ସେମାନଙ୍କ ଯେଉଁ ସନ୍ତାନଗଣ ଏସବୁ ଜାଣି ନାହାନ୍ତି, ସେମାନେ ତାହା ଶୁଣିବେ ଓ ଯେଉଁ ଦେଶ ଅଧିକାର କରିବାକୁ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରେ ଯେତେ କାଳ ପ୍ରାଣ ଧାରଣ କରିବ, ସେତେ କାଳ ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ଶିଖିବେ।
1ହେ ଆକାଶମଣ୍ଡଳ, କର୍ଣ୍ଣ ଦିଅ, ଆମ୍ଭେ କହିବା; ପୁଣି ପୃଥିବୀ ଆମ୍ଭ ମୁଖର ବାକ୍ୟ ଶ୍ରବଣ କରୁ;2ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।3କାରଣ ମୁଁ ସଦାପ୍ରଭୁଙ୍କ ନାମ ପ୍ରଚାର କରିବି; ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ମହିମା ଆରୋପ କର।4ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।5ସେମାନେ ତାହାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି, ସେମାନେ ତାହାଙ୍କର ସନ୍ତାନ ନୁହନ୍ତି, ମାତ୍ର ସନ୍ତାନମାନଙ୍କର କଳଙ୍କ; ସେମାନେ ବିପଥଗାମୀ ଓ କୁଟିଳ ବଂଶ।6ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି ? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।7ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ।8ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ୍ କଲେ, ସେତେବେଳେ ଇସ୍ରାଏଲ ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।9କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।10ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।11ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ;12ସଦାପ୍ରଭୁ ଏକାକୀ ତାହାକୁ ଗମନ କରାଇଲେ, ପୁଣି ତାହା ସହିତ କୌଣସି ବିଦେଶୀୟ ଦେବତା ନ ଥିଲା।13ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;14ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।15ମାତ୍ର ଯିଶୁରୁଣ1 ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।16ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।17ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।18ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ ଓ ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ଭୁଲି ଗଲ।19ସଦାପ୍ରଭୁ ତାହା ଦେଖିଲେ, ପୁଣି ତାହାଙ୍କର ପୁତ୍ର ଓ କନ୍ୟାମାନେ ତାହାଙ୍କର ବିରକ୍ତି ଜନ୍ମାଇବାରୁ ସେ ସେମାନଙ୍କୁ ଘୃଣା କଲେ।20ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ସେମାନଙ୍କର ଶେଷ ଦଶା କ’ଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ।21ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।22କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକି ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।23ଆମ୍ଭେ ସେମାନଙ୍କ ଉପରେ ଅନେକ ଅମଙ୍ଗଳ ଗଦା କରି ଥୋଇବା, ଆମ୍ଭେ ସେମାନଙ୍କ ଉପରେ ଆପଣା ବାଣସବୁ ବ୍ୟୟ କରିବା।24ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।25ବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧ ପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।26ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏକଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;27ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।28ଯେହେତୁ ସେମାନେ ଯୁକ୍ତିହୀନ-ଗୋଷ୍ଠୀ, ସେମାନଙ୍କର ବିବେଚନା ନାହିଁ।29ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏକଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।30ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥା’ନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥା’ନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ ?31କାରଣ ସେମାନଙ୍କର ଶୈଳ ଆମ୍ଭମାନଙ୍କ ଶୈଳ ତୁଲ୍ୟ ନୁହେଁ ବୋଲି ଆମ୍ଭମାନଙ୍କ ଶତ୍ରୁମାନେ ଆପେ ବିଚାରକର୍ତ୍ତା ହେଲେ ହେଁ (ଜାଣନ୍ତି)।32କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;33ସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ ଓ କାଳସର୍ପର କ୍ରୂର ବିଷ।34ଏହା କି ଆମ୍ଭ ନିକଟରେ ସଞ୍ଚିତ ହୋଇ ନାହିଁ ଓ ଆମ୍ଭ ଭଣ୍ଡାରରେ ମୁଦ୍ରାଙ୍କିତ ହୋଇ ରହି ନାହିଁ ?35ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।36ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।37ପୁଣି ସେ କହିବେ, ସେମାନଙ୍କ ଦେବତାମାନେ କାହାନ୍ତି ? ଯେଉଁ ଶୈଳରେ ସେମାନେ ଶରଣ ନେଲେ, ସେ କାହିଁ ?38ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି ? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ।39ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।40କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,41ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।42ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।43ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ।44ଏହିରୂପେ ମୋଶା ଓ ନୂନର ପୁତ୍ର ଯିହୋଶୂୟ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ଏହି ଗୀତର ସମସ୍ତ କଥା କହିଲେ।
1ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।2ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”3ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।4ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥା ଆଦେଶ କଲେ, ତାହା ଯାକୁବ-ସମାଜର ଅଧିକାର।5ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇସ୍ରାଏଲ ବଂଶ ଏକତ୍ର ହେବା ବେଳେ ସେ ଯିଶୁରୁଣରେ ରାଜା ଥିଲେ।6ରୁବେନ୍ ବଞ୍ଚିଥାଉ ଓ ନ ମରୁ; ତଥାପି ତାହାର ଲୋକ ସଂଖ୍ୟକ ହେଉନ୍ତୁ।7ଯିହୁଦା ପ୍ରତି ଆଶୀର୍ବାଦ ଏହି ସେ କହିଲେ, “ହେ ସଦାପ୍ରଭୁ, ଯିହୁଦାର ରବ ଶୁଣ ଓ ତାହାର ନିଜ ଲୋକଙ୍କ ନିକଟକୁ ତାହାକୁ ଆଣ; ସେ ନିଜ ହସ୍ତରେ ଆପଣା ପାଇଁ ଯୁଦ୍ଧ କଲା; ତାହାର ବିପକ୍ଷଗଣ ବିରୁଦ୍ଧରେ ତୁମ୍ଭେ ତାହାର ଉପକାରୀ ହେବ।”8ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍ ଓ ଉରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।”9ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”10ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।11ହେ ସଦାପ୍ରଭୁ, ତାହାର ସମ୍ପତ୍ତିକୁ ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗି ପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ।12ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।”13ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,14ପୁଣି, ସୂର୍ଯ୍ୟର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ ଓ ଚନ୍ଦ୍ରର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ,15ପୁରାତନ ପର୍ବତମାନର ଉତ୍ତମ ଦ୍ରବ୍ୟରେ ଓ ନିତ୍ୟସ୍ଥାୟୀ ଗିରିଗଣର ଉତ୍ତମ ଦ୍ରବ୍ୟରେ,16ଆଉ ପୃଥିବୀର ଓ ତତ୍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ୍ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ।17ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକି, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।18ସବୂଲୂନ ବିଷୟରେ ସେ କହିଲେ, “ହେ ସବୂଲୂନ, ତୁମ୍ଭେ ଆପଣା ଯାତ୍ରାରେ ଓ ହେ ଇଷାଖର, ତୁମ୍ଭେ ଆପଣା ତମ୍ବୁରେ ଆନନ୍ଦ କର;19ସେମାନେ ଲୋକମାନଙ୍କୁ ପର୍ବତକୁ ନିମନ୍ତ୍ରଣ କରିବେ; ସେଠାରେ ସେମାନେ ଧର୍ମବଳି ଉତ୍ସର୍ଗ କରିବେ; କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତ ଧନ ଭୋଗ କରିବେ।”20ପୁଣି, ଗାଦ୍ ବିଷୟରେ ସେ କହିଲେ, “ଯେ ଗାଦ୍କୁ ବିସ୍ତାର କରନ୍ତି, ସେ ଧନ୍ୟ; ସେ ସିଂହ ପରି ବାସ କରେ, ପୁଣି, ସେ ବାହୁ, ମସ୍ତକର ତାଳୁ ସୁଦ୍ଧା ବିଦୀର୍ଣ୍ଣ କରେ।”21ସେ ଆପଣା ପାଇଁ ପ୍ରଥମ ଅଂଶ ନିରୀକ୍ଷଣ କଲା; କାରଣ ସେଠାରେ ବ୍ୟବସ୍ଥାପକର (ଦତ୍ତ) ଅଂଶ ରକ୍ଷିତ ଥିଲା; ମାତ୍ର ସେ ଲୋକମାନଙ୍କ ପ୍ରଧାନବର୍ଗ ସହିତ ଆସିଲା; ସେ ସଦାପ୍ରଭୁଙ୍କ ନ୍ୟାୟକର୍ମ ଓ ଇସ୍ରାଏଲ ସହିତ ତାହାଙ୍କର ଶାସନ ସିଦ୍ଧ କଲା।22ପୁଣି, ସେ ଦାନ୍ ବିଷୟରେ କହିଲେ, “ଦାନ୍ ସିଂହଛୁଆ ସେ ବାଶନରୁ କୁଦା ମାରେ।”23ପୁଣି, ସେ ନପ୍ତାଲି ବିଷୟରେ କହିଲେ, “ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର।”24ପୁଣି, ସେ ଆଶେର ବିଷୟରେ କହିଲେ, “ଆଶେର ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ବୁଡ଼ାଉ।”25ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”26ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।27ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ି ଦେଲେ, ଆଉ ବିନାଶ କର ବୋଲି କହିଲେ।28“ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।29ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାରପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।”
1ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;2ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;3ଆଉ ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର-ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ।4ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।” 5ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।6ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବରସ୍ଥାନ କେହି ଜାଣେ ନାହିଁ।7ମରଣ କାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।8ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।9ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।10ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ11ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହିସବୁ ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ବିଷୟରେ,12ପୁଣି, ମୋଶା ସମସ୍ତ ବାହୁବଳ ଏବଂ ଯେଉଁ ସବୁ ଭୟାନକ କର୍ମ ସମଗ୍ର ଇସ୍ରାଏଲ ଦୃଷ୍ଟିରେ କରିଥିଲେ, ସେହି ସବୁ ତୁଳନାରେ ମୋଶାଙ୍କ ସଦୃଶ ଆଉ କୌଣସି ଭବିଷ୍ୟଦ୍ବକ୍ତା ସେହି ଦିନଠାରୁ ଇସ୍ରାଏଲ ମଧ୍ୟରେ ଉତ୍ପନ୍ନ ହୋଇ ନାହାନ୍ତି।
1ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ,2ଆମ୍ଭର ସେବକ ମୋଶା ମରିଅଛି, ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ।3ଯେ ଯେ ସ୍ଥାନରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେସବୁ ସ୍ଥାନ ମୋଶା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ।4ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍, ଫରାତ୍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।5ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।6ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।7ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେ ସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ।8ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।9ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।
1ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର। ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।2ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, ଦେଖ, ଆଜ ରାତ୍ର ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏହି ସ୍ଥାନକୁ ଆସିଅଛନ୍ତି।3ତହିଁରେ ଯିରୀହୋର ରାଜା ରାହାବ ନିକଟକୁ କହି ପଠାଇଲେ, ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସି ତୁମ୍ଭ ଗୃହରେ ପ୍ରବେଶ କରିଅଛନ୍ତି, ସେମାନଙ୍କୁ ବାହାର କରି ଆଣ, ଯେହେତୁ ସେମାନେ ସମସ୍ତ ଦେଶ ଅନୁସନ୍ଧାନ କରିବାକୁ ଆସିଅଛନ୍ତି।4ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, ହଁ, ସେହି ଲୋକମାନେ ମୋ’ କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ।5ମାତ୍ର ଅନ୍ଧକାର ହୁଅନ୍ତେ, ପ୍ରାୟ ନଗରଦ୍ୱାର ବନ୍ଦ କରିବା ସମୟରେ ସେହି ଲୋକମାନେ ବାହାରି ଗଲେ; ମାତ୍ର ସେମାନେ କେଉଁଆଡ଼େ ଗଲେ, ତାହା ମୁଁ ଜାଣେ ନାହିଁ; ଶୀଘ୍ର ସେମାନଙ୍କ ପଛେ ପଛେ ଗୋଡ଼ାଅ, ତେବେ ସେମାନଙ୍କୁ ଧରି ପାରିବ।6ମାତ୍ର ସେ ସ୍ତ୍ରୀ ସେମାନଙ୍କୁ ଛାତ ଉପରକୁ ନେଇ ଛାତ ଉପରେ ସଜାଇ ରଖିଥିବା ଆପଣା ମସିନାଝାଟିରେ ଲୁଚାଇ ରଖିଥିଲା।7ଏଣୁ ସେହି ଲୋକମାନେ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ; ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବାକ୍ଷଣେ ଲୋକମାନେ ନଗରଦ୍ୱାର ବନ୍ଦ କଲେ।8ଆଉ ଗୁପ୍ତଚରମାନେ ଶୟନ କରିବା ପୂର୍ବେ ସେ ସ୍ତ୍ରୀ ଛାତ ଉପରେ ସେମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିଲା,9ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।10କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;11ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି।12ଏଣୁ ଏବେ ବିନୟ କରୁଅଛି, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ମୋ’ ସଙ୍ଗେ ଏକ ଶପଥ କର, ମୁଁ ତୁମ୍ଭମାନଙ୍କ ପ୍ରତି ଦୟା କରିଅଛି, ଏହେତୁ ତୁମ୍ଭେମାନେ ମଧ୍ୟ ଯେ ମୋ’ ପିତୃକୁଳ ପ୍ରତି ଦୟା କରିବ, ଏ ବିଷୟରେ ମୋତେ ଏକ ସତ୍ୟ-ଚିହ୍ନ ଦିଅ।13ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।14ଏଥିରେ ସେମାନେ ତାହାକୁ କହିଲେ, ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା।15ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗର- ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।16ପୁଣି ସେ ସେମାନଙ୍କୁ କହିଲା, କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।17ତହିଁରେ ସେହି ଲୋକମାନେ ତାହାକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେ ବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା।18ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂରବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।19ତହିଁରେ ଯେକେହି ତୁମ୍ଭ ଗୃହ ଦ୍ୱାରରୁ ବାହାରି ଦାଣ୍ଡକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯଦି କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ।20ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ।21ତହିଁରେ ସେ କହିଲା, ତୁମ୍ଭେମାନେ ଯେପରି କହିଲ, ସେପରି ହେଉ। ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂରବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା।22ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବାଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ।23ଏଉତ୍ତାରେ ସେହି ଦୁଇ ଲୋକ ଫେରି ପର୍ବତରୁ ଓହ୍ଲାଇଲେ, ପୁଣି ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଗଲେ; ଆଉ ସେମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ କହିଲେ।24ଆହୁରି ସେମାନେ ଯିହୋଶୂୟଙ୍କୁ କହିଲେ, ସତ୍ୟ, ସଦାପ୍ରଭୁ ଏହି ସମସ୍ତ ଦେଶ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି, ଏହାଛଡ଼ା ସେ ଦେଶନିବାସୀ ସମସ୍ତେ ଆମ୍ଭମାନଙ୍କ ସମ୍ମୁଖରେ ତରଳି ଯାଉଅଛନ୍ତି।
1ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମ୍ରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।2ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ;3ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।4ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ1 ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇ ଯାଇ ନାହଁ।5ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।6ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର। ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।7ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।8ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।9ତହିଁରେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣକୁ କହିଲେ, ତୁମ୍ଭେମାନେ ଏହି ସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଶୁଣ।10ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।11ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି।12ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।13ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍, ଉର୍ଦ୍ଧ୍ୱ ସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।14ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।15ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ- ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର,16ଉର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।17ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବାଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।
1ଏହିରୂପେ ସମୁଦାୟ ଗୋଷ୍ଠୀ ସମ୍ପୂର୍ଣ୍ଣ ରୂପେ ଯର୍ଦ୍ଦନ ପାର ହେଲା ଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,2ତୁମ୍ଭେମାନେ ଲୋକମାନଙ୍କର ଏକ ଏକ ବଂଶ ମଧ୍ୟରୁ ଏକ ଏକ ଜଣ, ଏରୂପେ ବାରଗୋଟି ଜଣ ଗ୍ରହଣ କରି3ସେମାନଙ୍କୁ ଆଜ୍ଞା ଦେଇ କୁହ, ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାରଗୋଟି ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ।4ତେବେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣର ପ୍ରତ୍ୟେକ ବଂଶରୁ ଏକ ଏକ ଜଣ କରି ଯେଉଁ ବାର ଜଣ ନିରୂପଣ କରିଥିଲେ, ସେମାନଙ୍କୁ ଡାକିଲେ;5ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;6ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପ ହେବ, ପୁଣି ତୁମ୍ଭମାନଙ୍କର ଏସବୁ ପଥର କ’ଣ ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,7ତୁମ୍ଭେମାନେ ସେମାନଙ୍କୁ କହିବ, ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ ସନ୍ତାନଗଣ ପ୍ରତି ଅନନ୍ତ କାଳଯାଏ ସ୍ମରଣୀୟ ହେବ।8ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯିହୋଶୂୟଙ୍କର ଆଜ୍ଞାନୁସାରେ କର୍ମ କଲେ, ସଦାପ୍ରଭୁ ଯିହୋଶୂୟଙ୍କୁ ଯେପରି କହିଥିଲେ, ସେପରି ସେମାନେ ଇସ୍ରାଏଲ ସନ୍ତାନଗଣର ବଂଶର ସଂଖ୍ୟାନୁସାରେ ଯର୍ଦ୍ଦନ ମଧ୍ୟରୁ ବାରଗୋଟି ପ୍ରସ୍ତର ଉଠାଇ ଆପଣାମାନଙ୍କ ସଙ୍ଗେ ସେପାରିକି ନେଇ ବସା କରିବା ସ୍ଥାନରେ ରଖିଲେ।9ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।10ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ।11ଏହିରୂପେ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ।12ସେସମୟରେ ରୁବେନ୍ର ସନ୍ତାନଗଣ ଓ ଗାଦ୍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;13ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ପ୍ରାୟ ଚାଳିଶ ସହସ୍ର ଲୋକ ଯୁଦ୍ଧ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ-ପଦାକୁ ଗଲେ।14ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ।15ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,16ସାକ୍ଷ୍ୟ-ସିନ୍ଦୁକବାହୀ ଯାଜକମାନଙ୍କୁ ଯର୍ଦ୍ଦନରୁ ଉଠି ଆସିବାକୁ ଆଜ୍ଞା ଦିଅ।17ଏଣୁ ଯିହୋଶୂୟ ଯାଜକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯର୍ଦ୍ଦନରୁ ଉଠି ଆସ।18ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କଭୂମିକି ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ୱ ସ୍ୱ ସ୍ଥାନକୁ ଫେରି ଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା।19ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ।20ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍ଗଲ୍ରେ ସ୍ଥାପନ କଲେ।21ପୁଣି ସେ ଇସ୍ରାଏଲ ସନ୍ତାନଗଣକୁ କହିଲେ, ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,22ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ।23କାରଣ ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସୂଫ ସାଗର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;24(ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସର୍ବଦା ଭୟ କରି ପାରିବେ।
1ଏଥିଉତ୍ତାରେ ଆମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ ନଦୀର ଜଳ କିପରି ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମପାରିସ୍ଥିତ ଇମୋରୀୟ ରାଜାଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।
1(ସେହି ସମୟରେ ଇସ୍ରାଏଲ ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।)2ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହା- ବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।3ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।4ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ;5ଏଥିରେ ଯେତେବେଳେ ସେମାନେ ମହାଶବ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହାଜୟଧ୍ୱନିରେ ଜୟଧ୍ୱନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।6ତହୁଁ ନୂନର ପୁତ୍ର ଯିହୋଶୂୟ ଯାଜକମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ନିୟମ-ସିନ୍ଦୁକ ଘେନ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହନ୍ତୁ।7ଏଥିରେ ସେମାନେ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଅଗ୍ରସର ହୋଇ ନଗର ବେଷ୍ଟନ କର ଓ ସସଜ୍ଜ ଲୋକେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖବର୍ତ୍ତୀ ହୋଇ ଗମନ କରନ୍ତୁ।8ତେଣୁ ଯିହୋଶୂୟ ଲୋକମାନଙ୍କୁ କହିଲା ଉତ୍ତାରେ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ମହାଶବ୍ଦକାରୀ ତୂରୀ ବହି ବଜାଇ ବଜାଇ ଚାଲିଲେ ଓ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ପଛେ ପଛେ ଚଳିଲା।9ଆଉ ସସଜ୍ଜ ଲୋକମାନେ ତୂରୀବାଦକ ଯାଜକମାନଙ୍କ ଆଗେ ଆଗେ ଚାଲିଲେ, ପୁଣି ଯାଜକମାନେ ତୂରୀ ବଜାଇ ଯାଉ ଯାଉ ପଶ୍ଚାଦ୍ଗାମୀ ଲୋକମାନେ ସିନ୍ଦୁକର ପଛେ ପଛେ ଗମନ କଲେ।10ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ ଜୟଧ୍ୱନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ୱନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ୱନି କରିବ।11ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ।12ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।13ଆଉ ସାତ ଯାଜକ ମହାଶବ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ।14ଆଉ ଦ୍ୱିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକୁ ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ।15ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହିଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ।16ପୁଣି ଯାଜକମାନେ ସପ୍ତମ ଥର ତୂରୀ ବଜାଇବା ବେଳେ ଯିହୋଶୂୟ ଲୋକମାନଙ୍କୁ କହିଲେ, ଜୟଧ୍ୱନି କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏ ନଗର ଦେଲେ।17ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ; କେବଳ ରାହାବ ବେଶ୍ୟା, ସେ ଓ ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ, କାରଣ ସେ ଆମ୍ଭମାନଙ୍କ ପ୍ରେରିତ ଗୁପ୍ତଚରଙ୍କୁ ଲୁଚାଇ ରଖିଥିଲା।18ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।19ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହା ସବୁ ସଦାପ୍ରଭୁଙ୍କ ଭଣ୍ଡାରକୁ ଆସିବ।20ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହାଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।21ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।22ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ।23ଏଥିରେ ସେହି ଯୁବା ଗୁପ୍ତଚରମାନେ ଗଲେ, ପୁଣି ରାହାବକୁ ଓ ତାହାର ପିତା ଓ ତାହାର ମାତା ଓ ତାହାର ଭାଇମାନଙ୍କୁ, ପୁଣି ଯାହା ଯାହା ତାହାର ଥିଲା, ସେସବୁ ବାହାର କରି ଆଣିଲେ, ମଧ୍ୟ ସେମାନେ ତାହାର ଜ୍ଞାତି ସମସ୍ତଙ୍କୁ ବାହାର କରି ଆଣିଲେ; ଆଉ ସେମାନଙ୍କୁ ଇସ୍ରାଏଲ-ଛାଉଣି ବାହାରେ ରଖିଲେ।24ଆହୁରି ଲୋକମାନେ ନଗର ଓ ତନ୍ମଧ୍ୟସ୍ଥିତ ସକଳ ବସ୍ତୁ ଅଗ୍ନିରେ ଦଗ୍ଧ କଲେ; କେବଳ ରୂପା ଓ ସୁନା, ପୁଣି ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ରଖିଲେ।25ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ୱ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ୱେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଗୁପ୍ତଚରଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା।26ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; ସେ ଆପଣା ଜ୍ୟେଷ୍ଠପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।27ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା।
1ମାତ୍ର ଇସ୍ରାଏଲ ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।2ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ଵସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, ଉଠ, ଯାଇ ଦେଶ ଅନୁସନ୍ଧାନ କର; ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ।3ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରି ଆସି ତାଙ୍କୁ କହିଲେ, ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପ ମାତ୍ର।4ତେଣୁ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ସହସ୍ର ସେଠାକୁ ଗଲେ, ମାତ୍ର ସେମାନେ ଅୟ ନଗରସ୍ଥ ଲୋକମାନଙ୍କ ସମ୍ମୁଖରୁ ପଳାଇଲେ।5ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ୱାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା।6ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।7ପୁଣି ଯିହୋଶୂୟ କହିଲେ, ହାୟ ହାୟ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥା’ନ୍ତୁ !8ହେ ପ୍ରଭୁ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି।9କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କ’ଣ କରିବ?
1ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।2ତୁମ୍ଭେ ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କଲ, ଅୟ ଓ ତହିଁର ରାଜା ପ୍ରତି ସେରୂପ କରିବ; କେବଳ ତୁମ୍ଭେମାନେ ତହିଁର ଲୁଟଦ୍ରବ୍ୟ ଓ ପଶୁ ଆପଣାମାନଙ୍କ ନିମନ୍ତେ ନେବ; ତୁମ୍ଭେ ନଗରର ପଶ୍ଚାତ୍ ଆପଣାର ଏକ ଦଳ ସୈନ୍ୟ ଗୋପନ କରି ରଖ।3ତହୁଁ ଯିହୋଶୂୟ ଓ ସକଳ ସୈନ୍ୟ ଉଠି ଅୟକୁ ଯାତ୍ରା କଲେ; ପୁଣି ଯିହୋଶୂୟ ତିରିଶ ହଜାର ମହାବିକ୍ରମଶାଳୀ ଲୋକ ମନୋନୀତ କରି ରାତ୍ରିରେ ସେମାନଙ୍କୁ ପଠାଇଲେ।4ପୁଣି ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଦେଖ, ତୁମ୍ଭେମାନେ ନଗର ପ୍ରତିକୂଳରେ ନଗରର ପଛଭାଗରେ ଗୋପନରେ ରହିବ; ନଗରଠାରୁ ବହୁ ଦୂରକୁ ଯିବ ନାହିଁ, ମାତ୍ର ସମସ୍ତେ ପ୍ରସ୍ତୁତ ହୋଇଥିବ।5ତହିଁ ଉତ୍ତାରେ ମୁଁ ଓ ମୋର ସଙ୍ଗୀ ସମସ୍ତ ଲୋକ ନଗର ନିକଟକୁ ଯିବୁ, ତହିଁରେ ଯେତେବେଳେ ସେମାନେ ପୂର୍ବ ପରି ଆମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିବେ, ସେତେବେଳେ ଆମ୍ଭେମାନେ ସେମାନଙ୍କ ଆଗରୁ ପଳାଇବୁ।6ତହୁଁ ସେମାନେ ଆମ୍ଭମାନଙ୍କ ପଛେ ପଛେ ଆସିଲେ, ଆମ୍ଭେମାନେ ସେମାନଙ୍କୁ ନଗରରୁ କ୍ରମେ କ୍ରମେ ଦୂରକୁ ଆକର୍ଷଣ କରି ଆଣିବୁ; କାରଣ ସେମାନେ କହିବେ, ଏମାନେ ପୂର୍ବ ପରି ଆମ୍ଭମାନଙ୍କ ଆଗରୁ ପଳାଉଅଛନ୍ତି; ଏହିରୂପେ ଆମ୍ଭେମାନେ ସେମାନଙ୍କ ସମ୍ମୁଖରୁ ପଳାଇବୁ;7ତହୁଁ ତୁମ୍ଭେମାନେ ଗୋପନ-ସ୍ଥାନରୁ ଉଠି ନଗର ଅଧିକାର କରିବ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।8ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି।9ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।10ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ।11ପୁଣି ତାଙ୍କର ସଙ୍ଗୀ ସମସ୍ତ ସୈନ୍ୟ ଯାଇ ନିକଟବର୍ତ୍ତୀ ହୋଇ ନଗର ସମ୍ମୁଖରେ ଉପସ୍ଥିତ ହେଲେ ଓ ଅୟର ଉତ୍ତର ଦିଗରେ ଛାଉଣି ସ୍ଥାପନ କଲେ; ସେମାନଙ୍କର ଓ ଅୟର ମଧ୍ୟରେ ଏକ ଉପତ୍ୟକା ଥିଲା।12ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବେଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ।13ଏହିରୂପେ ସେମାନେ ନଗରର ଉତ୍ତର ଦିଗସ୍ଥ ସମସ୍ତ ଛାଉଣିକୁ ଓ ନଗରର ପଶ୍ଚିମ ଦିଗସ୍ଥ ଆପଣାମାନଙ୍କ ଗୁପ୍ତ ଦଳକୁ ରଖିଲେ; ପୁଣି ଯିହୋଶୂୟ ସେହି ରାତ୍ରି ତଳଭୂମି ମଧ୍ୟକୁ ଗମନ କଲେ।14ସେତେବେଳେ ଅୟର ରାଜା ତାହା ଦେଖନ୍ତେ, ସେ ଓ ତାଙ୍କର ସମସ୍ତ ଲୋକ ପ୍ରଭାତରେ ଶୀଘ୍ର ଉଠିଲେ ଓ ନଗରସ୍ଥ ଲୋକମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ବାହାରି ନିରୂପିତ ସମୟରେ ପଦାଭୂମି ସମ୍ମୁଖରେ ଉପସ୍ଥିତ ହେଲେ; ମାତ୍ର ତାଙ୍କ ବିରୁଦ୍ଧରେ ଏକ ଦଳ ସୈନ୍ୟ ନଗର ପଛେ ଗୋପନରେ ଅଛନ୍ତି ବୋଲି ସେ ଜାଣି ନ ଥିଲେ।15ଏଉତ୍ତାରେ ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେମାନଙ୍କ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ହେଲା ପରି ଦେଖାଇ ପ୍ରାନ୍ତର ପଥ ଦେଇ ପଳାୟନ କଲେ।16ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ।17ପୁଣି ଇସ୍ରାଏଲର ପଛରେ ଯେ ନ ଗଲା, ଏପରି ଜଣେ ହେଲେ ଅୟ କି ବେଥେଲ୍ରେ ଅବଶିଷ୍ଟ ନ ଥିଲା; ସମସ୍ତେ ନଗର ମୁକ୍ତ କରି ଇସ୍ରାଏଲ ପଛେ ପଛେ ଗୋଡ଼ାଇଲେ।18ସେତେବେଳେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଆପଣା ହସ୍ତସ୍ଥିତ ବର୍ଚ୍ଛା ଅୟ ନଗର ଆଡ଼େ ବିସ୍ତାର କର; କାରଣ ଆମ୍ଭେ ତାହା ତୁମ୍ଭ ହସ୍ତଗତ କରିବା। ତହିଁରେ ଯିହୋଶୂୟ ଆପଣା ହସ୍ତସ୍ଥିତ ବର୍ଚ୍ଛା ନଗର ଆଡ଼େ ବିସ୍ତାର କଲେ।19ସେ ହସ୍ତ ବିସ୍ତାର କରିବା ମାତ୍ରେ ଗୋପନରେ ଥିବା ସୈନ୍ୟଦଳ ଶୀଘ୍ର ଆପଣା ଆପଣା ସ୍ଥାନରୁ ଉଠି ଦୌଡ଼ିଯାଇ ନଗରରେ ପ୍ରବେଶ କରି ତାହା ହସ୍ତଗତ କଲେ ଓ ଶୀଘ୍ର ନଗରରେ ଅଗ୍ନି ଲଗାଇଲେ।20ଏ ଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ।21ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ।22ଆଉ ଅନ୍ୟ ଦଳ ନଗରରୁ ବାହାରି ସେମାନଙ୍କ ବିରୁଦ୍ଧରେ ଆସିଲେ; ଏହିରୂପେ ସେମାନେ ଏପାଖେ କେତେକ ଓ ସେପାଖେ କେତେକ ହୋଇ ଇସ୍ରାଏଲ ମଧ୍ୟରେ ପଡ଼ିଲେ; ତେଣୁ ଇସ୍ରାଏଲ ସେମାନଙ୍କୁ ଏପରି ସଂହାର କଲେ ଯେ, ସେମାନଙ୍କ ମଧ୍ୟରୁ କେହି ଅବଶିଷ୍ଟ ରହିଲା ନାହିଁ, କି କେହି ପଳାଇ ପାରିଲା ନାହିଁ।23ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ।24ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପର୍ଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରି ଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ।25ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।26କାରଣ ଅୟ ନିବାସୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଯାଏ ଯିହୋଶୂୟ ଆପଣାର ଯେଉଁ ହସ୍ତ ବର୍ଚ୍ଛା ଧରି ବିସ୍ତାର କରିଥିଲେ, ତାହା ସେ ସଙ୍କୁଚିତ କଲେ ନାହିଁ।27ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲୀୟ ଲୋକମାନେ କେବଳ ସେହି ନଗରର ପଶୁ ଓ ଲୁଟ ଦ୍ରବ୍ୟ ସବୁ ଆପଣାମାନଙ୍କ ନିମନ୍ତେ ଗ୍ରହଣ କଲେ।28ପୁଣି ଯିହୋଶୂୟ ଅୟ ନଗରକୁ ଅଗ୍ନିରେ ଦଗ୍ଧ କରି ଅନନ୍ତକାଳୀନ ଢିପି ଓ ଆଜିଯାଏ ଏକ ଶୂନ୍ୟସ୍ଥାନ କଲେ।29ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ୱାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି।
1ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ;2ତହିଁରେ ସେମାନେ ଏକ ମନରେ ଯିହୋଶୂୟ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଏକତ୍ର ହେଲେ।3ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍ ନିବାସୀମାନେ ଶୁଣିଲେ,4ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;5ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା।6ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”7ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟମାନଙ୍କୁ ଉତ୍ତର କଲେ, “କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ ?”8ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ ? ପୁଣି କେଉଁଠାରୁ ଆସିଅଛ ?”9ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”10ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍ ନିବାସୀ ବାଶନ-ରାଜା ଓଗ୍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।11ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ‘ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ।’”12ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି।13ପୁଣି ଏହି ଯେସବୁ ଦ୍ରାକ୍ଷାରସ-କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି।14ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ।15ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।16ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।17ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍ ଓ କଫୀରା ଓ ବେରୋତ ଓ କିରୀୟଥ୍-ଯିୟାରୀମ୍ ସେମାନଙ୍କ ନଗର ଥିଲା।18ମାତ୍ର ମଣ୍ଡଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ଡଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ।19ତହିଁରେ ଅଧିପତିଗଣ ସମସ୍ତ ମଣ୍ଡଳୀକି କହିଲେ, “ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ।”20ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ।21ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ଡଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ।22ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକ” ଏହା କହି କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ।23ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ୱରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ।24ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।25ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ।26ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ।27ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ଡଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ।
1ଏଥିଉତ୍ତାରେ ଯିହୋଶୂୟ ଅୟକୁ ହସ୍ତଗତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ପୁଣି ଯିରୀହୋ ଓ ତହିଁର ରାଜା ପ୍ରତି ଯେରୂପ କରିଥିଲେ, ସେରୂପ ଅୟ ଓ ତହିଁର ରାଜା ପ୍ରତି କରିଅଛନ୍ତି, ଆଉ ଗିବୀୟୋନ୍ ନିବାସୀମାନେ ଇସ୍ରାଏଲ ସହିତ ସନ୍ଧି କରି ସେମାନଙ୍କ ମଧ୍ୟବର୍ତ୍ତୀ ହୋଇଅଛନ୍ତି, ଏହିସବୁ କଥା ଯିରୂଶାଲମର ରାଜା ଅଦୋନିଷେଦକ ଶୁଣନ୍ତେ, ଲୋକମାନେ ଅତିଶୟ ଭୀତ ହେଲେ।2କାରଣ ଗିବୀୟୋନ୍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ।3ଏଣୁ ଯିରୂଶାଲମର ରାଜା ଅଦୋନିଷେଦକ ହିବ୍ରୋଣର ହୋହମ୍ ରାଜାର ଓ ଯର୍ମୂତର କିରାମ୍ ରାଜାର ଓ ଲାଖୀଶ୍ର ଯାଫୀୟ ରାଜାର ଓ ଇଗ୍ଲୋନ୍ର ଦବୀର ରାଜାର ନିକଟକୁ କହି ପଠାଇଲା,4ମୋ’ ନିକଟକୁ ଆସି ମୋର ସାହାଯ୍ୟ କର, ଆସ, ଆମ୍ଭେମାନେ ଗିବୀୟୋନୀୟ ଲୋକମାନଙ୍କୁ ଆଘାତ କରୁ; କାରଣ ସେମାନେ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ସହିତ ସନ୍ଧି କରିଅଛନ୍ତି।5ଏନିମନ୍ତେ ଯିରୂଶାଲମର ରାଜା, ହିବ୍ରୋଣର ରାଜା, ଯର୍ମୂତର ରାଜା, ଲାଖୀଶ୍ର ରାଜା ଓ ଇଗ୍ଲୋନ୍ର ରାଜା, ଇମୋରୀୟମାନଙ୍କ ଏହି ପାଞ୍ଚ ରାଜା ଆପଣା ଆପଣା ସମସ୍ତ ସୈନ୍ୟ ସହିତ ଏକତ୍ର ଉଠି ଯାଇ ଗିବୀୟୋନ୍ ସମ୍ମୁଖରେ ଛାଉଣି ସ୍ଥାପନ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।6ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।7ତହିଁରେ ଯିହୋଶୂୟ ଓ ତାଙ୍କ ସହିତ ସମସ୍ତ ଯୋଦ୍ଧା ଓ ମହାବିକ୍ରମଶାଳୀ ସମସ୍ତ ଲୋକ ଗିଲ୍ଗଲ୍ରୁ ଯାତ୍ରା କଲେ।8ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।9ତହୁଁ ଯିହୋଶୂୟ ଅକସ୍ମାତ୍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍ଗଲ୍ଠାରୁ ରାତ୍ରିଯାକ ଚାଲିଥିଲେ।10ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍ବିଗ୍ନ କଲେ ଓ ସେ ଗିବୀୟୋନ୍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟୀ ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।11ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।12ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବୀୟୋନ୍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍ର ତଳ ଭୂମିରେ (ସ୍ତବ୍ଧ ହୁଅ)।13ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।14ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।15ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍ଗଲ୍-ଛାଉଣିକୁ ନେଉଟି ଆସିଲେ।
1ଏଥିଉତ୍ତାରେ ହାସୋରର ରାଜା ଯାବୀନ୍ ସେହି ବିଷୟ ଶୁଣନ୍ତେ, ସେ ମାଦୋନର ରାଜା ଯୋବବ୍ ଓ ଶିମ୍ରୋଣର ରାଜା ଓ ଅକ୍ଷଫର ରାଜା ନିକଟକୁ,2ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ,3ଅର୍ଥାତ୍, ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପା ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ଲୋକ ପଠାଇଲେ।4ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ର ତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ।5ପୁଣି ଏ ସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ।6ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।7ପୁଣି ଯିହୋଶୂୟ ଓ ସମସ୍ତ ଯୋଦ୍ଧା ମେରୋମ୍ ଜଳାଶୟ ନିକଟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ଆସି ସେମାନଙ୍କୁ ଆକ୍ରମଣ କଲେ।8ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।9ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।10ସେହି ସମୟରେ ଯିହୋଶୂୟ ଫେରି ଆସି ହାସୋର ହସ୍ତଗତ କଲେ ଓ ତହିଁର ରାଜାକୁ ଖଡ୍ଗରେ ଆଘାତ କଲେ; ପୂର୍ବକାଳରେ ହାସୋର ସେହି ସବୁ ରାଜ୍ୟର ମସ୍ତକ ଥିଲା।11ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; ନିଃଶ୍ୱାସପ୍ରଶ୍ୱାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାସୋରକୁ ଅଗ୍ନିରେ ଦଗ୍ଧ କଲେ।12ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।13ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ; ତାହା ଯିହୋଶୂୟ ଦଗ୍ଧ କଲେ।14ଆଉ ଇସ୍ରାଏଲ ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।15ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ; ଆଉ ଯିହୋଶୂୟ ତଦନୁସାରେ କର୍ମ କଲେ; ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେସବୁ ମଧ୍ୟରୁ କୌଣସି କଥା ସେ ଅନ୍ୟଥା କଲେ ନାହିଁ।16ଏହିରୂପେ ଯିହୋଶୂୟ ସେହିସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;17ସେୟୀରଗାମୀ ହାଲକ୍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍ଗାଦ୍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।18ଯିହୋଶୂୟ ସେହି ରାଜାମାନଙ୍କ ସଙ୍ଗେ ଅନେକ ଦିନ ଯୁଦ୍ଧ କଲେ।19ଗିବୀୟୋନ୍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ।20କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।21ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।22ଇସ୍ରାଏଲ ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍ ଓ ଅସ୍ଦୋଦରେ କେହି କେହି ରହିଲେ।23ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଯିହୋଶୂୟ ସେସମସ୍ତ ଦେଶ ହସ୍ତଗତ କଲେ ଓ ଯିହୋଶୂୟ ପ୍ରତ୍ୟେକ ବଂଶର ବିଭାଗାନୁସାରେ ଅଧିକାର କରିବାକୁ ଇସ୍ରାଏଲଙ୍କୁ ତାହା ଦେଲେ। ତହୁଁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।
1ଇସ୍ରାଏଲ ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।2ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ସୀହୋନ ରାଜା, ସେ ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ3ଓ ପଦାଭୂମିସ୍ଥିତ କିନ୍ନେରତ୍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ।4ପୁଣି ବାଶନୀୟ ଓଗ୍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍ ଓ ଇଦ୍ରିୟୀରେ ବାସ କଲା,5ପୁଣି ସେ ହର୍ମୋଣ ପର୍ବତରେ ଓ ସଲଖାରେ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍ବୋନର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲୀୟଦର ଅର୍ଦ୍ଧ ଦେଶରେ କର୍ତ୍ତୃତ୍ୱ କଲେ।6ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ସନ୍ତାନଗଣ ଏମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁଙ୍କ ସେବକ ମୋଶା ସେହି ଦେଶ ଅଧିକାର କରିବା ପାଇଁ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲେ।
1ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତ-ବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।2ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;3ଅର୍ଥାତ୍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;4ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ ସୀଦୋନୀୟମାନଙ୍କ ଅଧୀନ ମୀୟାରା।5ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।6ଲିବାନୋନଠାରୁ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।7ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରି ଦିଅ।
1କିଣାନ ଦେଶରେ ଇସ୍ରାଏଲ ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ,2ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ଦେଲେ।3କାରଣ ମୋଶା ଯର୍ଦ୍ଦନ ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।4ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।5ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।
1ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ଵସ୍ଥ ସୀନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।2ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର1 ପ୍ରାନ୍ତଭାଗ, ଅର୍ଥାତ୍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ3ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସୀନ୍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।4ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।5ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା6ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।7ଏଉତ୍ତାରେ ସେହି ସୀମା ଆଖୋର୍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗିଲ୍ଗଲ୍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍-ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍-ରୋଗେଲ ନିକଟରେ ଥିଲା।8ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା।9ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍-ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।10ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।11ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।12ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।13ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।14ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ।15ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା।16ସେହି ସମୟରେ କାଲେବ କହିଲେ, ଯେଉଁ ଜନ କିରୀୟଥ୍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍ଷାର ବିବାହ ଦେବି।17ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ।18ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ?19ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ। ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।20ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।21ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍ସେଲ ଓ ଏଦର ଓ ଯାଗୁର22ଓ କୀନା ଓ ଦୀମୋନା ଓ ଅଦାଦା23ଓ କେଦଶ୍ ଓ ହାସୋର ଓ ଯିତ୍ନନ୍;24ସୀଫ୍ ଓ ଟେଲମ୍ ଓ ବାଲୋତ୍25ଓ ହାସୋର-ହଦତ୍ତା ଓ କରିୟୋଥ୍-ହିଷ୍ରୋଣ (ଅବା ହାସୋର;)26ଅମାମ୍ ଓ ଶେମା ଓ ମୋଲାଦା27ଓ ହତ୍ସର-ଗଦ୍ଦା ଓ ହିଷ୍ମୋନ୍ ଓ ବେଥ୍-ପେଲଟ28ଓ ହତ୍ସର-ଶୁୟାଲ୍ ଓ ବେର୍ଶେବା ଓ ବିଷିୟୋଥିୟା;29ବାଲା ଓ ଇୟୀମ୍ ଓ ଏତ୍ସମ୍;30ଇଲତୋଲଦ୍ ଓ କସୀଲ ଓ ହର୍ମା31ଓ ସିକ୍ଲଗ୍ ଓ ମଦ୍ମନ୍ନା ଓ ସନ୍ସନ୍ନା32ଓ ଲବାୟୋତ୍ ଓ ଶିଲହୀମ୍ ଓ ଐନ୍ ଓ ରିମ୍ମୋନ୍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର।33ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍ନା34ଓ ସାନୋହ ଓ ଐନ୍-ଗନ୍ନୀମ ଓ ତପୂହ ଓ ଐନମ୍;35ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା36ଓ ଶାରୟିମ୍ ଓ ଅଦୀଥୟିମ୍ ଓ ଗଦେରା ଓ ଗଦେରୋଥୟିମ୍; ଗ୍ରାମ ସମେତ ଏହି ଚଉଦ ନଗର।37ସନାନ୍ ଓ ହଦାଶା ଓ ମିଗ୍ଦଲଗାଦ38ଓ ଦିଲୀୟନ୍ ଓ ମିସ୍ପେ ଓ ଯକ୍ତେଲ;39ଲାଖୀଶ୍ ଓ ବସ୍କତ୍ ଓ ଇଗ୍ଲୋନ୍;40କେବ୍ବୋନ୍ ଓ ଲହମମ ଓ କିତୀଶ୍41ଓ ଗଦେରୋତ୍, ବେଥ୍-ଦାଗୋନ୍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।42ଲିବ୍ନା ଓ ଏଥର୍ ଓ ଆଶନ୍43ଓ ଯିପ୍ତହ ଓ ଅସ୍ନା ଓ ନତ୍ସୀବ୍;44କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର।45ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;46ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସ୍ଦୋଦ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ।47ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।48ପର୍ବତମୟ ଦେଶରେ ଶାମୀର୍ ଓ ଯତ୍ତୀର ଓ ସୋଖୋ;49ପୁଣି ଦନ୍ନା ଓ କିରୀୟଥ୍-ସନ୍ନା (ଏହାକୁ ଦବୀର କହନ୍ତି)50ଓ ଅନାବ ଓ ଇଷ୍ଟିମୋୟ ଓ ଆନୀମ୍51ଓ ଗୋଶନ ଓ ହୋଲୋନ୍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର।52ଅରାବ୍ ଓ ଦୂମା ଓ ଇଶୀୟନ୍53ଓ ଯାନୁମ୍ ଓ ବେଥ୍-ତ୍ତପୂହ ଓ ଅଫେକା54ଓ ହୁମ୍ଟା ଓ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।55ମାୟୋନ୍, କର୍ମିଲ ଓ ସୀଫ୍ ଓ ଯୁଟା56ଓ ଯିଷ୍ରିୟେଲ ଓ ଯଗ୍ଦୀୟାମ୍ ଓ ସାନୋହ;57କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର।58ହଲହୁଲ ଓ ବେଥ୍-ସୁର ଓ ଗଦୋର59ଓ ମାରତ୍ ଓ ବେଥ୍-ଅନୋତ୍ ଓ ଇଲ୍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର।60କିରୀୟଥ୍-ବାଲ (ଏହାକୁ କିରୀୟଥ୍-ଯିୟାରୀମ୍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।61ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍ ଓ ସକାଖା62ଓ ନିବ୍ଶନ୍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।63ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି।
1ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।2ତହୁଁ ସେ ସୀମା ବେଥେଲ୍ଠାରୁ ଲୂସ୍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍କୁ ଗଲା;3ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।4ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।5ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।6ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା।7ପୁଣି ଯାନୋହଠାରୁ ଅଟାରୋତ୍ ଓ ନାରା ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।8ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।9ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା।10ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ି ଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।
1ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା। ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା।2ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରୀୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ।3ମାତ୍ର ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ସଲଫାଦର ପୁତ୍ରସନ୍ତାନ ନ ଥିଲେ, କେବଳ କେତେକ କନ୍ୟା ଥିଲେ; ତାହାର କନ୍ୟାମାନଙ୍କ ନାମ ମହଲା ଓ ନୋୟା ଓ ହଗ୍ଲା ଓ ମିଲ୍କା ଓ ତିର୍ସା।4ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।5ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା।6କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା।7ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍ମଥତ୍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।8ତପୂହ ଦେଶ ମନଃଶିର ହେଲା; ମାତ୍ର ମନଃଶିର ସୀମାନ୍ତର୍ଗତ ତପୂହନଗର ଇଫ୍ରୟିମ-ସନ୍ତାନଗଣର ହେଲା।9ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା।10ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା।11ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।12ତଥାପି ମନଃଶିର ସନ୍ତାନଗଣ ସେହିସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।13ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପରାକ୍ରାନ୍ତ ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ି ଦେଲେ ନାହିଁ।
1ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।2ସେ ସମୟରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ।3ତହିଁରେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣକୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ?4ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ।5ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ ବଂଶ ରହିବେ।6ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।7କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ୱ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍ ଓ ରୁବେନ୍ ଓ ମନଃଶିର ଅର୍ଦ୍ଧ ବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି।8ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା।9ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ନଳାକାର ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକୁ ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ।10ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।
1ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା।2ସେମାନଙ୍କ ଅଧିକାରରେ ଏହିସବୁ ନଗର ଥିଲା, ଯଥା, ବେର୍ଶେବା ବା ଶେବଃ ଓ ମୋଲାଦା3ଓ ହତ୍ସର-ଶୁୟାଲ୍ ଓ ବାଲା ଓ ଏତ୍ସମ୍4ଓ ଇଲତୋଲଦ୍ ଓ ବଥୁଲ ଓ ହର୍ମା5ଓ ସିକ୍ଲଗ୍ ଓ ବେଥ୍-ମର୍କାବୋତ୍ ଓ ହତ୍ସରସୂଷୀମ୍6ଓ ବେଥ୍-ଲବାୟୋତ୍ ଓ ଶାରୁହନ୍; ଗ୍ରାମ ସମେତ ଏହି ତେର ନଗର।7ଐନ୍ ଓ ରିମ୍ମୋନ୍ ଓ ଏଥର୍ ଓ ଆଶନ୍; ଗ୍ରାମ ସମେତ ଏହି ଚାରି ନଗର8ଓ ବାଲତ୍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।9ଶିମୀୟୋନ-ସନ୍ତାନଗଣର ଏହି ଅଧିକାର ଯିହୁଦା ସନ୍ତାନଗଣର ଅଧିକାରର ଏକ ଅଂଶ ଥିଲା, କାରଣ ଯିହୁଦା ସନ୍ତାନଗଣର ଅଂଶ ସେମାନଙ୍କ ପାଇଁ ଅତି ଅଧିକ ଥିଲା; ଏହେତୁ ଶିମୀୟୋନ-ସନ୍ତାନଗଣ ସେମାନଙ୍କ ଅଧିକାର ମଧ୍ୟରେ ଅଧିକାର ପାଇଲେ।
1ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ;2ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର।3ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହିସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।4ଆଉ ତହିଁ ମଧ୍ୟରୁ କୌଣସି ନଗରକୁ ପଳାୟନକାରୀ ଲୋକ ନଗର ଦ୍ୱାରର ପ୍ରବେଶ-ସ୍ଥାନରେ ଠିଆ ହୋଇ ନଗରର ପ୍ରାଚୀନମାନଙ୍କ କର୍ଣ୍ଣଗୋଚରରେ ଆପଣାର କଥା କହିବ, ତହୁଁ ସେମାନେ ନଗର ମଧ୍ୟରେ ଆପଣାମାନଙ୍କ ନିକଟକୁ ତାହାକୁ ଆଣି ଆପଣାମାନଙ୍କ ମଧ୍ୟରେ ବାସ କରିବାକୁ ସ୍ଥାନ ଦେବେ।5ପୁଣି ରକ୍ତର ପ୍ରତିହନ୍ତା ତାହା ପଛେ ପଛେ ଗୋଡ଼ାଇଲେ, ସେମାନେ ନରହତ୍ୟାକାରୀକୁ ତାହା ହସ୍ତରେ ସମର୍ପଣ କରିବେ ନାହିଁ; କାରଣ ସେ ଅଜ୍ଞାତସାରରେ ଆପଣା ପ୍ରତିବାସୀକି ବଧ କରିଅଛି ଓ ସେ ପୂର୍ବରେ ତାହାକୁ ହିଂସା କରି ନ ଥିଲା।6ଏହି ନିମନ୍ତେ ସେ ବିଚାରାର୍ଥେ ମଣ୍ଡଳୀ ସାକ୍ଷାତରେ ଠିଆ ହେବାଯାଏ, ପୁଣି ସେହି ସମୟର ମହାଯାଜକର ମୃତ୍ୟୁୁ ହେବାଯାଏ ସେ ସେହି ନଗରରେ ବାସ କରିବ; ତହିଁ ଉତ୍ତାରୁ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ଆପଣା ନିଜର ସେହି ନଗରକୁ ଓ ଆପଣା ନିଜ ଗୃହକୁ ଫେରି ଆସିବ।7ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।8ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍ ବଂଶର ଗିଲୀୟଦରେ ରାମୋତ୍ ଓ ମନଃଶି ବଂଶର ବାଶନରେ ଗୋଲନ୍ ନିରୂପଣ କଲେ।9କେହି ଭ୍ରାନ୍ତିରେ ନରହତ୍ୟା କଲେ, ମଣ୍ଡଳୀ ସାକ୍ଷାତରେ ଠିଆ ହେବା ପର୍ଯ୍ୟନ୍ତ ସେହି ସ୍ଥାନକୁ ପଳାଇ ଯେପରି ରକ୍ତର ପ୍ରତିହନ୍ତାର ହସ୍ତରେ ନ ମରେ, ଏନିମନ୍ତେ ଇସ୍ରାଏଲ ସନ୍ତାନ ସମସ୍ତଙ୍କ ପାଇଁ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକ ପାଇଁ ଏସବୁ ନଗର ନିରୂପିତ ହେଲା।
1ଏଉତ୍ତାରେ ଲେବୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃଗୃହର ପ୍ରଧାନମାନଙ୍କ ନିକଟକୁ ଆସିଲେ;2ଆଉ ସେମାନେ କିଣାନ ଦେଶସ୍ଥ ଶୀଲୋ ନିକଟରେ ସେମାନଙ୍କୁ କହିଲେ, “ଆମ୍ଭମାନଙ୍କ ନିମନ୍ତେ ବସତି-ନଗର ଓ ପଶୁଗଣ ନିମନ୍ତେ ତହିଁର ତଳିଭୂମି ଦେବା ପାଇଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ।”3ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ଅଧିକାର ମଧ୍ୟରୁ ଲେବୀୟ ଲୋକମାନଙ୍କୁ ଏହି ନଗର ସମୁହ ଓ ତହିଁର ତଳିଭୂମି ଦେଲେ।4ତହୁଁ କହାତୀୟ ବଂଶ ନିମନ୍ତେ ବାଣ୍ଟ ଉଠିଲା, ଲେବୀୟମାନଙ୍କ ମଧ୍ୟରୁ ହାରୋଣ ଯାଜକର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଯିହୁଦା ବଂଶ ଓ ଶିମୀୟୋନ ବଂଶ ଓ ବିନ୍ୟାମୀନ୍ ବଂଶରୁ ତେର ନଗର ପାଇଲେ।5ପୁଣି କହାତର ଅବଶିଷ୍ଟ ସନ୍ତାନମାନେ ଗୁଲିବାଣ୍ଟ ଦ୍ୱାରା ଇଫ୍ରୟିମ ବଂଶର ସମସ୍ତ ବଂଶରୁ ଓ ଦାନ୍ ବଂଶ ଓ ମନଃଶିର ଅର୍ଦ୍ଧ ବଂଶରୁ ଦଶ ନଗର ପାଇଲେ।6ପୁଣି ଗେର୍ଶୋନର ସନ୍ତାନଗଣ ଗୁଲିବାଣ୍ଟ ଦ୍ୱାରା ଇଷାଖର ବଂଶର ସମସ୍ତ ବଂଶରୁ ଓ ଆଶେର ବଂଶ ଓ ନପ୍ତାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରୁ ତେର ନଗର ପାଇଲେ।7ଆଉ ମରାରି-ସନ୍ତାନଗଣ ଆପଣା ଆପଣା ବଂଶାନୁସାରେ ରୁବେନ୍ ବଂଶ ଓ ଗାଦ୍ ବଂଶ ଓ ସବୂଲୂନ ବଂଶରୁ ବାର ନଗର ପାଇଲେ।8ଏହିରୂପେ ଇସ୍ରାଏଲ ସନ୍ତାନଗଣ, ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।9ଆହୁରି ସେମାନେ ଯିହୁଦା-ସନ୍ତାନଗଣର ବଂଶରୁ ଓ ଶିମୀୟୋନ-ସନ୍ତାନଗଣର ବଂଶରୁ ଏହିସବୁ ନଗର ଦେଲେ, ଏଠାରେ ସେସବୁର ନାମ ଲିଖିତ ଅଛି।10ସେସବୁ ନଗର ଲେବୀ-ସନ୍ତାନ କହାତ ବଂଶୀୟ ହାରୋଣ-ସନ୍ତାନମାନଙ୍କର ହେଲା; କାରଣ ସେମାନଙ୍କର ପ୍ରଥମ ବାଣ୍ଟ ଥିଲା।11ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।12ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।13ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍ନା ଓ ତହିଁ ତଳିଭୂମି,14ଯତ୍ତୀର ଓ ତହିଁ ତଳିଭୂମି, ଇଷ୍ଟିମୋୟ ଓ ତହିଁ ତଳିଭୂମି,15ହୋଲୋନ୍ ଓ ତହିଁ ତଳିଭୂମି, ଦବୀର ଓ ତହିଁ ତଳିଭୂମି,16ଐନ୍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।17ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି,18ଅନାଥୋତ୍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର।19ହାରୋଣଙ୍କର ସନ୍ତାନ ଯାଜକମାନଙ୍କର ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ହେଲା।20ଆଉ କହାତର ଅବଶିଷ୍ଟ ସନ୍ତାନଗଣ, ଅର୍ଥାତ୍, କହାତ-ସନ୍ତାନ ଲେବୀୟମାନଙ୍କ ବଂଶସମୂହ ଇଫ୍ରୟିମ ବଂଶରୁ ଆପଣାମାନଙ୍କ ନଗର ବାଣ୍ଟ ପାଇଲେ।21ପୁଣି ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,22କିବ୍ସୟିମ୍ ଓ ତହିଁ ତଳିଭୂମି, ବେଥ୍-ହୋରଣ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।23ପୁଣି ଦାନ୍ ବଂଶରୁ ଇଲତ୍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,24ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।25ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍ ଓ ତହିଁ ତଳିଭୂମି, ଗାଥ୍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।26କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସୁଦ୍ଧା ତଳିଭୂମି ସମେତ ଦଶ ନଗର ହେଲା।27ପୁଣି ସେମାନେ ଲେବୀ ବଂଶୀୟ ଗେର୍ଶୋନ-ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶରୁ ବାଶନ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଗୋଲନ୍ ଓ ତହିଁ ତଳିଭୂମି, ଆଉ ବୀଷ୍ଟରା ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।28ପୁଣି ଇଷାଖର ବଂଶରୁ କିଶୀୟୋନ୍ ଓ ତହିଁ ତଳିଭୂମି, ଦାବରତ୍ ଓ ତହିଁ ତଳିଭୂମି,29ଯର୍ମୂତ ଓ ତହିଁ ତଳିଭୂମି, ଐନ୍-ଗନ୍ନୀମ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।30ଆଉ ଆଶେର ବଂଶରୁ ମିଶାଲ ଓ ତହିଁ ତଳିଭୂମି, ଅବଦୋନ୍ ଓ ତହିଁ ତଳିଭୂମି,31ହିଲକତ୍ ଓ ତହିଁ ତଳିଭୂମି, ରହୋବ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।32ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।33ଆପଣା ଆପଣା ବଂଶାନୁସାରେ ଗେର୍ଶୋନୀୟ ଲୋକମାନେ ସର୍ବସୁଦ୍ଧା ତଳିଭୂମି ସମେତ ତେର ନଗର ପାଇଲେ।34ଏଉତ୍ତାରେ ସେମାନେ ମରାରି-ସନ୍ତାନଗଣର ବଂଶାନୁସାରେ ଅବଶିଷ୍ଟ ଲେବୀୟ ଲୋକମାନଙ୍କୁ ସବୂଲୂନ ବଂଶରୁ ଯଗ୍ନିୟାମ ଓ ତହିଁ ତଳିଭୂମି, କାର୍ତ୍ତା ଓ ତହିଁ ତଳିଭୂମି,35ଦିମ୍ନା ଓ ତହିଁ ତଳିଭୂମି, ନହଲୋଲ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।36ପୁଣି ରୁବେନ୍ ବଂଶରୁ ବେତ୍ସର ଓ ତହିଁ ତଳିଭୂମି, ଯହସ ଓ ତହିଁ ତଳିଭୂମି,37କଦେମୋତ୍ ଓ ତହିଁ ତଳିଭୂମି, ମେଫାତ୍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।38ଆଉ ଗାଦ୍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି,39ହିଷ୍ବୋନ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ।40ଏରୂପେ ଲେବୀୟମାନଙ୍କ ଅବଶିଷ୍ଟ ବଂଶ, ଅର୍ଥାତ୍, ମରାରି-ସନ୍ତାନଗଣର ଆପଣା ଆପଣା ବଂଶାନୁସାରେ ଏହିସବୁ ନଗର ହେଲା; ସେମାନଙ୍କ ବାଣ୍ଟରେ ବାର ନଗର ପଡ଼ିଲା।41ଇସ୍ରାଏଲ ସନ୍ତାନଗଣର ଅଧିକାର ମଧ୍ୟରେ ସର୍ବସୁଦ୍ଧା ତଳିଭୂମି ସହିତ ଅଠଚାଳିଶ ନଗର ଲେବୀୟମାନଙ୍କର ହେଲା।42ଏହି ପ୍ରତ୍ୟେକ ନଗରର ଚାରିଆଡ଼େ ତଳିଭୂମି ଥିଲା; ଏରୂପେ ଏହି ସମସ୍ତ ନଗର ଥିଲା।
1ଏଥିଉତ୍ତାରେ ଯିହୋଶୂୟ ରୁବେନୀୟ ଓ ଗାଦୀୟ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଡାକି ସେମାନଙ୍କୁ କହିଲେ,2“ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେ ସବୁ ତୁମ୍ଭେମାନେ ପାଳନ କରିଅଛ; ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଦେଇଅଛୁ, ସେସବୁରେ ତୁମ୍ଭେମାନେ ଆମ୍ଭ ରବ ଶୁଣିଅଛ;3ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞା ପାଳନ କରିଅଛ।4ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କ ଭ୍ରାତୃଗଣକୁ ବିଶ୍ରାମ ଦେଇଅଛନ୍ତି; ଏ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଯର୍ଦ୍ଦନ ସେପାରିରେ ତୁମ୍ଭମାନଙ୍କ ଯେଉଁ ଅଧିକାର ଦେଇଅଛନ୍ତି, ତୁମ୍ଭେମାନେ ଏବେ ଆପଣାମାନଙ୍କୁ ସେହି ଅଧିକୃତ ଦେଶକୁ ଓ ଆପଣା ଆପଣା ତମ୍ବୁକୁ ଫେରିଯାଅ।5ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”6ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଆଶୀର୍ବାଦ କରି ବିଦାୟ କଲେ, ତହିଁରେ ସେମାନେ ଆପଣା ଆପଣା ତମ୍ବୁକୁ ପ୍ରସ୍ଥାନ କଲେ।7ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ,8“ତୁମ୍ଭେମାନେ ପ୍ରଚୁର ସମ୍ପତ୍ତି ଓ ପଲ ପଲ ପଶୁ, ରୂପା, ସୁନା ଓ ପିତ୍ତଳ ଓ ଲୁହା ଓ ଅପାର ବସ୍ତ୍ର ସଙ୍ଗେ ନେଇ ଆପଣା ଆପଣା ତମ୍ବୁକୁ ଫେରିଯାଅ; ଆପଣା ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ବିଭାଗ କର।”9ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ।
1ଏଥିଉତ୍ତାରେ ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା,2ଯେ ଯିହୋଶୂୟ ସମସ୍ତ ଇସ୍ରାଏଲଙ୍କୁ, ସେମାନଙ୍କ ପ୍ରାଚୀନବର୍ଗଙ୍କୁ ଓ ସେମାନଙ୍କ ପ୍ରଧାନମାନଙ୍କୁ, ପୁଣି ସେମାନଙ୍କ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ମୁଁ ବୃଦ୍ଧ ଓ ଗତବୟସ୍କ ହେଲି।3ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି।4ଦେଖ, ଯର୍ଦ୍ଦନ ଅବଧି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଯେସମସ୍ତ ଦେଶୀୟମାନଙ୍କୁ ମୁଁ ଉଚ୍ଛିନ୍ନ କରିଅଛି, ଆଉ ଯେଉଁ ଦେଶୀୟମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ଦେଶ ଅଧିକାର କରିବାକୁ ମୁଁ ତୁମ୍ଭମାନଙ୍କ ବଂଶାନୁସାରେ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ତୁମ୍ଭମାନଙ୍କୁ ଦେଲି।5ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବେ ଓ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ତଡ଼ି ଦେବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟାନୁସାରେ ସେମାନଙ୍କ ଦେଶ ଅଧିକାର କରିବ।6ଏନିମନ୍ତେ ତୁମ୍ଭେମାନେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥରେ ଲିଖିତ ସମସ୍ତ କଥା ମାନିବାକୁ ଓ କରିବାକୁ ସାହସିକ ହୁଅ, ତହିଁର ଦକ୍ଷିଣରେ କି ବାମରେ ନ ଫେର;7ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର।8ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ଥାଅ।9କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ।10ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।11ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତି ସାବଧାନ ହୋଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କର।12ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ ରଖି ତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି;13ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ିଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।14ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି।1 ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।15ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେ ସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।16ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”
1ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ।2ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପୂର୍ବ କାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;3ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମକୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍ହାକ ଦେଲୁ।4ଆଉ ଆମ୍ଭେ ଇସ୍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।5ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।6ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସ୍ରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।7ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସ୍ରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।8ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।9ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ୍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍କୁ ଡକାଇଲା।10ମାତ୍ର ଆମ୍ଭେ ବିଲୀୟମ୍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।11ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,12ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି1 ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।13ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।”
1ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ ?”2ତହୁଁ ସଦାପ୍ରଭୁ କହିଲେ, “ଯିହୁଦା ଯିବ; ଦେଖ, ଆମ୍ଭେ ତାହା ହସ୍ତରେ ସେହି ଦେଶ ସମର୍ପଣ କରିଅଛୁ।”3ତହିଁରେ ଯିହୁଦା ଆପଣା ଭ୍ରାତା ଶିମୀୟୋନକୁ କହିଲା, ଗୁଲିବାଣ୍ଟକ୍ରମେ ନିରୂପିତ ଆମ୍ଭ ଭାଗକୁ ଆସ, ଆମ୍ଭେମାନେ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା; ପୁଣି ଆମ୍ଭେ ମଧ୍ୟ ତୁମ୍ଭ ସଙ୍ଗେ ତୁମ୍ଭ ଭାଗକୁ ଯିବା। ତହିଁରେ ଶିମୀୟୋନ ତାହା ସଙ୍ଗେ ଗଲା।4ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।5ପୁଣି ସେମାନେ ବେଷକରେ ଅଦୋନୀବେଷକ୍ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।6ମାତ୍ର ଅଦୋନୀବେଷକ୍ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।7ଏଥିରେ ଅଦୋନୀବେଷକ୍ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।8ଏଥିଉତ୍ତାରେ ଯିହୁଦା ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।9ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।10ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନକୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍-ଅର୍ବ ଥିଲା।11ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍-ସେଫର ଥିଲା।12ପୁଣି କାଲେବ କହିଲେ, ଯେ କେହି କିରୀୟଥ୍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋ’ କନ୍ୟା ଅକ୍ଷାର ବିବାହ ଦେବି।13ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ।14ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକି ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ ?”15ତହୁଁ ସେ କହିଲା, ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ; ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।16ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ1 ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠି ଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।17ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା2 ହେଲା।18ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।19ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।20ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ।21ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ି ଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି।22ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବେଥେଲ୍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।23ସେତେବେଳେ ଯୋଷେଫ-ବଂଶ ବେଥେଲ୍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା।24ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।25ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।26ଏଥିଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୂସ୍ ରଖିଲା; ତହିଁର ସେହି ନାମ ଆଜି ପର୍ଯ୍ୟନ୍ତ ଅଛି।
1ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍ଗଲରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।2ଆଉ ତୁମ୍ଭେମାନେ ଏହି ଦେଶ-ନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭାଙ୍ଗି ପକାଇବ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ ?3ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।4ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।5ଏ ନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ1 ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
1ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ-ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ2ଓ ଇସ୍ରାଏଲ ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,3ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍-ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।4ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।5ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।6ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।
1ଏଥିଉତ୍ତାରେ ଏହୂଦଙ୍କର ମୃତ୍ୟୁୁ ପରେ, ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।2ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍-ନିବାସୀ ସୀଷରା ତାହାର ସେନାପତି ଥିଲା।3ଏଥିରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।4ସେସମୟରେ ଲପ୍ପିଦୋତର ଭାର୍ଯ୍ୟା ଦବୋରା ଭବିଷ୍ୟଦ୍ବକ୍ତ୍ରୀ ଇସ୍ରାଏଲର ବିଚାର କଲେ।5ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁରବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ।6ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍କୁ ଡକାଇ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ ?7ତହିଁରେ ଆମ୍ଭେ ଯାବୀନ୍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।8ତହୁଁ ବାରକ୍ ଦବୋରାଙ୍କୁ କହିଲା, ତୁମ୍ଭେ ଯେବେ ମୋ’ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋ’ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।9ତେବେ ସେ କହିଲେ, ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ। ଏ ଉତ୍ତାରେ ଦବୋରା ଉଠି ବାରକ୍ ସଙ୍ଗରେ କେଦଶକୁ ଗଲେ।10ପୁଣି ବାରକ୍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।11ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍ର ସନ୍ତାନମାନଙ୍କଠାରୁ ପୃଥକ୍ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ୍ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।12ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।13ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥ ଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ଠାରୁ କୀଶୋନ୍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା।14ସେତେବେଳେ ଦବୋରା ବାରକ୍କୁ କହିଲେ, ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇ ଯାଇ ନାହାନ୍ତି ? ତହିଁରେ ବାରକ୍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।15ତହୁଁ ସଦାପ୍ରଭୁ ବାରକ୍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗ ଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।16ମାତ୍ର ବାରକ୍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗ ଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।17ତଥାପି ସୀଷରା ପାଦଗତିରେ ପଳାଇ ସେହି କେନୀୟ ହେବରର ଭାର୍ଯ୍ୟା ଯାୟେଲର ତମ୍ବୁ ଆଡ଼କୁ ଗଲା; କାରଣ ସେସମୟରେ ହାସୋରର ରାଜା ଯାବୀନ୍ ଓ କେନୀୟ ହେବର-ବଂଶ ମଧ୍ୟରେ ଶାନ୍ତିଚୁକ୍ତି ଥିଲା।18ଏଥିରେ ଯାୟେଲ ସୀଷରାକୁ ଭେଟିବାକୁ ବାହାରେ ଯାଇ ତାହାକୁ କହିଲା, ହେ ମୋହର ପ୍ରଭୁ, ଭିତରକୁ ଆସନ୍ତୁ, ମୋହର ନିକଟକୁ ଆସନ୍ତୁ, ଭୟ ନ କରନ୍ତୁ; ତହିଁରେ ସେ ତାହା ଆଡ଼କୁ ଫେରି ତମ୍ବୁ ଭିତରକୁ ଯାଆନ୍ତେ, ସେ ଏକ କମ୍ବଳରେ ତାହାକୁ ଘୋଡ଼ାଇ ରଖିଲା;19ସେତେବେଳେ ସୀଷରା ତାହାକୁ କହିଲା, ମୋତେ ଟିକିଏ ଜଳ ପିଆଅନା; ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା।20ଏଉତ୍ତାରେ ସୀଷରା ତାହାକୁ କହିଲା, ତୁମ୍ଭେ ତମ୍ବୁ ଦ୍ୱାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ଏଠାରେ କୌଣସି ମନୁଷ୍ୟ ଅଛି କି ? ତେବେ ତୁମ୍ଭେ କହିବ, କେହି ନାହିଁ।21ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁ-ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକି ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।22ଆଉ ଦେଖ, ବାରକ୍ ସୀଷରାର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ଯାୟେଲ ତାହାକୁ ଭେଟିବା ପାଇଁ ବାହାରକୁ ଯାଇ କହିଲା, ଆସ, ତୁମ୍ଭେ ଯାହାକୁ ଖୋଜୁଅଛ, ମୁଁ ସେହି ମନୁଷ୍ୟକୁ ଦେଖାଇବି। ତହିଁରେ ସେ ତାହା ନିକଟକୁ ଆସିଲା; ଆଉ ଦେଖ, ସୀଷରା ମୃତ ହୋଇ ପଡ଼ିଅଛି, ଆଉ ତାହାର କର୍ଣ୍ଣ ମୂଳ ଭିତରେ ତମ୍ବୁ ମେଖ ରହିଅଛି।23ଏହିରୂପେ ପରମେଶ୍ୱର ସେହି ଦିନ କିଣାନୀୟ ରାଜା ଯାବୀନ୍ଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ନତ କଲେ।24ଏ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ କିଣାନୀୟ ରାଜା ଯାବୀନ୍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା।
1ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍ ଗାୟନ କରି କହିଲେ:
ଏଥିଉତ୍ତାରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା।
1ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଇସ୍ରାଏଲ ସନ୍ତାନଗଣ ତାହା କଲେ; ତହୁଁ ସଦାପ୍ରଭୁ ସେମାନଙ୍କୁ ସାତ ବର୍ଷ ପର୍ଯ୍ୟନ୍ତ ମିଦୀୟନୀୟମାନଙ୍କ ହସ୍ତରେ ସମର୍ପଣ କଲେ।2ତେଣୁ ମିଦୀୟନୀୟମାନଙ୍କ ହସ୍ତ ଇସ୍ରାଏଲ ବିରୁଦ୍ଧରେ ପ୍ରବଳ ହେଲା; ପୁଣି ମିଦୀୟନୀୟମାନଙ୍କ ସକାଶୁ ଇସ୍ରାଏଲ ସନ୍ତାନଗଣ ପର୍ବତସ୍ଥ ଗୋହିରୀ ଓ ଗୁମ୍ଫା ଓ ଦୁର୍ଗମ ସ୍ଥାନମାନଙ୍କରେ ବସା କଲେ।3ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି4ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ।5କାରଣ ସେମାନେ ଆପଣା ଆପଣା ପଶୁ ଓ ତମ୍ବୁ ଘେନି ଚଢ଼ି ଆସନ୍ତି, ସେମାନେ ପଙ୍ଗପାଳ ପରି ବହୁସଂଖ୍ୟକ ହୋଇ ଆସନ୍ତି, ସେମାନେ ଓ ସେମାନଙ୍କ ଓଟ ଉଭୟ ଅସଂଖ୍ୟ; ଆଉ ସେମାନେ ଦେଶକୁ ଉଚ୍ଛିନ୍ନ କରିବାକୁ ଆସନ୍ତି।6ଏଣୁ ଇସ୍ରାଏଲ ମିଦୀୟନ ସମ୍ମୁଖରେ ଅତି କ୍ଷୀଣ ହେଲେ; ପୁଣି ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।7ଏଥିରେ ଇସ୍ରାଏଲ ସନ୍ତାନଗଣ ମିଦୀୟନ ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ,8ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ;9ପୁଣି ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ହସ୍ତରୁ ଓ ଯେଉଁମାନେ ତୁମ୍ଭମାନଙ୍କୁ ଉପଦ୍ରବ କଲେ, ସେ ସମସ୍ତଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେଲୁ, ଆଉ ସେମାନଙ୍କ ଦେଶ ତୁମ୍ଭମାନଙ୍କୁ ଦେଲୁ;10ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।
1ଏଥିଉତ୍ତାରେ ଯିରୁବ୍ବାଲ୍, ଅର୍ଥାତ୍, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେ ସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା।2ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ।3ଏଣୁ ଏବେ ଏହା କର, ଯେ କେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର। ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ।4ତହୁଁ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ତଥାପି ବହୁତ ଲୋକ ଅଛନ୍ତି; ସେମାନଙ୍କୁ ଜଳ ନିକଟକୁ ଆଣ, ସେଠାରେ ଆମ୍ଭେ ତୁମ୍ଭ ନିମନ୍ତେ ସେମାନଙ୍କୁ ପରୀକ୍ଷା କରିବା; ତହିଁରେ ଆମ୍ଭେ ଯାହା ବିଷୟରେ ତୁମ୍ଭକୁ କହିବା, ଏ ତୁମ୍ଭ ସଙ୍ଗରେ ଯିବ, ସେ ତୁମ୍ଭ ସଙ୍ଗରେ ଯିବ; ପୁଣି ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିବା, ଏ ତୁମ୍ଭ ସଙ୍ଗରେ ଯିବ ନାହିଁ, ସେ ଯିବ ନାହିଁ।5ତେଣୁ ସେ ଲୋକମାନଙ୍କୁ ଜଳ ନିକଟକୁ ଆଣିଲେ; ତହିଁରେ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, କୁକ୍କୁର ପରି ଆପଣା ଜିହ୍ୱାରେ ଚାକୁ ଚାକୁ କରି ଜଳ ଖାଇବା ପ୍ରତ୍ୟେକ ଲୋକକୁ, ସେହିପରି ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିବା ପ୍ରତ୍ୟେକ ଲୋକକୁ ପୃଥକ୍ କର।6ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ।7ତହୁଁ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲି ଯାଆନ୍ତୁ।8ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେ ସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା।9ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।10ମାତ୍ର ତୁମ୍ଭେ ଯିବାକୁ ଭୟ କଲେ, ତୁମ୍ଭ ଦାସ ଫୁରାକୁ ସଙ୍ଗେ ନେଇ ଛାଉଣିକୁ ଓହ୍ଲାଇ ଯାଅ।11ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକୁ ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ। ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।12ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।13ପୁଣି ଗିଦିୟୋନ୍ ଉପସ୍ଥିତ ହେଲା ବେଳେ, ଦେଖ, ଜଣେ ଲୋକ ଆପଣା ସଙ୍ଗୀକି ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ-ରୁଟି ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।14ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, ଏହା ଇସ୍ରାଏଲୀୟ ଯୋୟାଶ୍ର ପୁତ୍ର ଗିଦିୟୋନ୍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।15ସେତେବେଳେ ଗିଦିୟୋନ୍ ସେହି ସ୍ୱପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ ଛାଉଣିକୁ ଫେରି ଆସି କହିଲେ, ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।16ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳଶ ଓ କଳଶ ମଧ୍ୟରେ ଦିହୁଡ଼ି ଦେଲେ।17ଆଉ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋ’ ପ୍ରତି ଦୃଷ୍ଟି ରଖି ମୋ’ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ।18ଯେତେବେଳେ ମୁଁ ଓ ଆମ୍ଭ ସଙ୍ଗୀ ସମସ୍ତେ ତୂରୀ ବଜାଇବୁ, ସେତେବେଳେ ତୁମ୍ଭେମାନେ ମଧ୍ୟ ସମୁଦାୟ ଛାଉଣିର ଚାରିଆଡ଼େ ତୂରୀ ବଜାଅ ଓ କୁହ, (ଖଡ୍ଗ) ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।19ଏଥିଉତ୍ତାରେ ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳଶ କଚାଡ଼ି ଭାଙ୍ଗି ପକାଇଲେ।20ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳଶ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।21ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ।22ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।23ଏଥିଉତ୍ତାରେ ନପ୍ତାଲି ଓ ଆଶେର ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।24ପୁଣି ଗିଦିୟୋନ୍ ଇଫ୍ରୟିମର ପର୍ବତମୟ ସମସ୍ତ ଦେଶର ଚାରିଆଡ଼େ ଏହି କଥା କହିବାକୁ ଦୂତ ପଠାଇଲେ, ମିଦୀୟନ ବିରୁଦ୍ଧରେ ଓହ୍ଲାଇ ଆସ ଓ ସେମାନଙ୍କ ଆଗେ ବେଥ୍ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କର; ତହିଁରେ ଇଫ୍ରୟିମର ସମସ୍ତ ଲୋକ ଏକତ୍ରିତ ହୋଇ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କଲେ।25ଏଥିରେ ସେମାନେ ଓରେବ୍1 ଓ ସେବ୍2 ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍କୁ ଓରେବ୍-ଶୈଳ ନିକଟରେ ବଧ କଲେ, ଆଉ ସେବ୍କୁ ସେମାନେ ସେବ୍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍ ଓ ସେବ୍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍ଙ୍କ ନିକଟକୁ ଆଣିଲେ।
1ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ ? ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ।2ଏଥିରେ ସେ ସେମାନଙ୍କୁ କହିଲେ, ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି ? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ ?3ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍ ଓ ସେବ୍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି ? ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା।4ଏଉତ୍ତାରେ ଗିଦିୟୋନ୍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳାନ୍ତ ହେଲେ ହେଁ ପଛେ ପଛେ ଗୋଡ଼ାଉଥାଆନ୍ତି।5ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୁଟି ଦିଅ; କାରଣ ସେମାନେ କ୍ଳାନ୍ତ ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି।6ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୁଟି ଦେବୁ ?7ତହିଁରେ ଗିଦିୟୋନ୍ କହିଲେ, ଏ ସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋ’ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ୱାରା ତୁମ୍ଭମାନଙ୍କ ମାଂସ ଚିରିବି।8ତହୁଁ ସେ ସେଠାରୁ ପନୂୟେଲକୁ ଉଠି ଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ।9ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, ମୁଁ କୁଶଳରେ ଫେରି ଆସିଲେ1 (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି।210ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ୍ଗଧାରୀ ଏକଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ।11ଏ ଉତ୍ତାରେ ଗିଦିୟୋନ୍ ନୋବହ ଓ ଯଗ୍ବିହର ପୂର୍ବଦିଗରେ ତମ୍ବୁ ନିବାସୀମାନଙ୍କ ପଥ ଦେଇ ଉଠି ଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।12ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ।13ତହୁଁ ଯୋୟାଶ୍ର ପୁତ୍ର ଗିଦିୟୋନ୍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ।14ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା।15ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, “ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ ?”16ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ୱାରା ସୁକ୍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ।17ପୁଣି ସେ ପନୂୟେଲ ଗଡ଼ ଭାଙ୍ଗି ପକାଇଲେ ଓ ନଗରସ୍ଥ ଲୋକମାନଙ୍କୁ ବଧ କଲେ।18ଆଉ ସେ ସେବହକୁ ଓ ସଲମୁନ୍ନକୁ କହିଲେ, ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କି ପ୍ରକାର ଲୋକ ? ତହିଁରେ ସେମାନେ ଉତ୍ତର କଲେ, ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।19ତେବେ ସେ କହିଲେ, ସେମାନେ ତ ମୋହର ଭାଇ, ମୋ’ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାଆନ୍ତ ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ।20ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, ଉଠ, ସେମାନଙ୍କୁ ବଧ କର, ମାତ୍ର ସେ ଯୁବା ଆପଣା ଖଡ୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା।21ତହିଁରେ ସେବହ ଓ ସଲମୁନ୍ନ କହିଲେ, ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ। ଏ ଉତ୍ତାରେ ଗିଦିୟୋନ୍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।
1ଏଥି ଉତ୍ତାରୁ ଯିରୁବ୍ବାଲ୍ର ପୁତ୍ର ଅବୀମେଲକ୍ ଶିଖିମରେ ଆପଣା ମାତାର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ ଓ ନିଜ ମାତାର ପିତୃଗୃହର ସମସ୍ତ ବଂଶକୁ କହିଲା;2ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ତୁମ୍ଭମାନଙ୍କ ପକ୍ଷରେ କି ଭଲ ? ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ।3ତହିଁରେ ତାହାର ମାତାର ଭାଇମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ ତାହାର ପକ୍ଷରେ ଏସବୁ କଥା କହନ୍ତେ, ଅବୀମେଲକ୍ର ପଶ୍ଚାଦ୍ଗାମୀ ହେବାକୁ ସେମାନଙ୍କ ମନ ମଙ୍ଗିଲା; କାରଣ ସେମାନେ କହିଲେ, ସେ ଆମ୍ଭମାନଙ୍କର ଭାଇ।4ପୁଣି ସେମାନେ ତାହାକୁ ବାଲ୍-ବରୀତର ମନ୍ଦିରରୁ ସତୁରି ଖଣ୍ଡ ରୂପା1 ଦେଲେ, ତହିଁରେ ଅବୀମେଲକ୍ ବେତନ ଦେଇ ଅଦରକାରୀ ଓ ଦୁଃସାହସୀ ଲୋକମାନଙ୍କୁ ରଖିଲା, ସେମାନେ ତାହାର ପଶ୍ଚାଦ୍ଗାମୀ ହେଲେ।5ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍ର କନିଷ୍ଠ ପୁତ୍ର ଯୋଥମ୍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା।6ପୁଣି, ଶିଖିମ ନିବାସୀ ଲୋକମାନେ ଓ ମିଲ୍ଲୋ ନିବାସୀ ସମସ୍ତେ ଏକତ୍ରିତ ହୋଇ ଯାଇ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନ୍ ବୃକ୍ଷ ମୂଳରେ ଅବୀମେଲକ୍କୁ ରାଜା କଲେ।7ତହୁଁ ଲୋକମାନେ ଯୋଥମ୍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚୈସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।8ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର;9ମାତ୍ର ଜୀତ ବୃକ୍ଷ ସେମାନଙ୍କୁ କହିଲା, ମୋହର ଯେଉଁ ତୈଳ ଘେନି ଲୋକମାନେ ମୋ’ ଦ୍ୱାରା ପରମେଶ୍ୱରଙ୍କର ଓ ମନୁଷ୍ୟର ଗୌରବ କରନ୍ତି, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି ?10ତହୁଁ ବୃକ୍ଷମାନେ ଡିମ୍ବିରି ବୃକ୍ଷକୁ କହିଲେ, ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।11ମାତ୍ର ଡିମ୍ବିରି ବୃକ୍ଷ ସେମାନଙ୍କୁ କହିଲା, ମୁଁ କି ଆପଣା ମିଷ୍ଟତା ଓ ଉତ୍ତମ ଫଳ ତ୍ୟାଗ କରି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି ?12ଏ ଉତ୍ତାରେ ବୃକ୍ଷମାନେ ଦ୍ରାକ୍ଷାଲତାକୁ କହିଲେ, ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।13ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ୱରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି ?14ତହୁଁ ବୃକ୍ଷଯାକ କଣ୍ଟକଲତାକୁ କହିଲେ, ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।15ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।16ଏବେ ତୁମ୍ଭେମାନେ ଅବୀମେଲକ୍କୁ ରାଜା କରିବାରେ ଯେବେ ସତ୍ୟ ଓ ସରଳ ବ୍ୟବହାର କରିଥାଅ ଓ ଯିରୁବ୍ବାଲ୍ ଓ ତାଙ୍କ ବଂଶ ପ୍ରତି ଭଲ ବ୍ୟବହାର କରିଥାଅ ଓ ତାଙ୍କର ହସ୍ତକୃତ କର୍ମାନୁସାରେ ତାଙ୍କ ପ୍ରତି ବ୍ୟବହାର କରିଥାଅ, (ତେବେ ଉତ୍ତମ);17କାରଣ ମୋର ପିତା ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିଥିଲେ ଓ ପ୍ରାଣପଣ କରି ମିଦୀୟନର ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କରିଥିଲେ;18ମାତ୍ର ତୁମ୍ଭେମାନେ ଆଜି ମୋର ପିତୃଗୃହ ବିରୁଦ୍ଧରେ ଉଠିଅଛ ଓ ତାଙ୍କର ସତୁରି ପୁତ୍ରଙ୍କୁ ଏକ ପ୍ରସ୍ତର ଉପରେ ବଧ କରିଅଛ ଓ ତାଙ୍କ ଦାସୀପୁତ୍ର ଅବୀମେଲକ୍ ତୁମ୍ଭମାନଙ୍କ ଭାଇ ହେବା ସକାଶୁ ତାହାକୁ ଶିଖିମ ନିବାସୀ ଲୋକମାନଙ୍କ ଉପରେ ରାଜା କରିଅଛ।19ଏହେତୁ ଯେବେ ଆଜି ତୁମ୍ଭେମାନେ ଯିରୁବ୍ବାଲ୍ ଓ ତାଙ୍କର ବଂଶ ସଙ୍ଗେ ସତ୍ୟ ଓ ସରଳ ବ୍ୟବହାର କରିଥାଅ, ତେବେ ଅବୀମେଲକ୍କୁ ଘେନି ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ଘେନି ଆନନ୍ଦ କରୁ।20ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍କୁ ଗ୍ରାସ କରୁ।21ଏ ଉତ୍ତାରେ ଯୋଥମ୍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍ ଭୟରେ ବେରରେ ଯାଇ ବାସ କଲା।
1ଅବୀମେଲକ୍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।2ପୁଣି ସେ ତେଇଶ ବର୍ଷ ଇସ୍ରାଏଲର ବିଚାର କଲେ; ତହିଁ ଉତ୍ତାରେ ସେ ମଲେ ଓ ଶାମୀରରେ କବର ପାଇଲେ।3ତାହା ଉତ୍ତାରେ ଗିଲୀୟଦୀୟ ଯାୟୀର ବିଚାରକର୍ତ୍ତା ହୋଇ ଉଠିଲେ, ସେ ବାଇଶ ବର୍ଷ ଇସ୍ରାଏଲର ବିଚାର କଲେ।4ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହିସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।5ଏ ଉତ୍ତାରେ ଯାୟୀର ମଲେ ଓ କାମୋନରେ କବର ପାଇଲେ।
1ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହା ବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।2ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ି ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।3ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।4କିଛି ଦିନ ପରେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଲାଗିଲେ।5ପୁଣି ଅମ୍ମୋନ-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ ଦେଶରୁ ଆଣିବାକୁ ଗଲେ।6ଆଉ ସେମାନେ ଯିପ୍ତହଙ୍କୁ କହିଲେ, ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।7ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ି ଦେଇ ନାହଁ ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଛ ବୋଲି ମୋର ନିକଟକୁ କାହିଁକି ଆସିଅଛ ?8ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ୱରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ।9ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ ତ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ୱରୂପ ହେବି ?10ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ।11ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ୱରୂପ ଓ ଶାସନକର୍ତ୍ତା କଲେ; ପୁଣି ଯିପ୍ତହ ମିସ୍ପାରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ।12ଏଥିଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, ମୋହର ବିରୁଦ୍ଧରେ ତୁମ୍ଭର କି ସମସ୍ୟା ଅଛି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ ?13ତହିଁରେ ଅମ୍ମୋନ-ସନ୍ତାନଗଣର ରାଜା ଯିପ୍ତହଙ୍କ ଦୂତମାନଙ୍କୁ କହିଲା, କାରଣ ଏହି, ଇସ୍ରାଏଲ ଯେତେବେଳେ ମିସରରୁ ବାହାର ହୋଇ ଆସିଲେ, ସେତେବେଳେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ଓ ଯର୍ଦ୍ଦନ ପର୍ଯ୍ୟନ୍ତ ମୋହର ଭୂମି ହରଣ କଲେ; ଏଣୁ ଏବେ ବିରୋଧ ନ କରି ତାହା ଫେରାଇ ଦିଅ।14ତହିଁରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ପୁନର୍ବାର ଦୂତ ପଠାଇ ତାହାକୁ କହିଲେ;15ଯିପ୍ତହ ଏହି କଥା କହେ, ମୋୟାବର ଭୂମି କିଅବା ଅମ୍ମୋନ-ସନ୍ତାନଗଣର ଭୂମି ଇସ୍ରାଏଲ ହରଣ କରି ନାହିଁ।16ମାତ୍ର ଇସ୍ରାଏଲ ମିସରରୁ ଆସିବା ବେଳେ ଇସ୍ରାଏଲ ସୂଫ ସାଗର ପର୍ଯ୍ୟନ୍ତ ପ୍ରାନ୍ତରରେ ଭ୍ରମଣ କଲା ଉତ୍ତାରେ କାଦେଶରେ ଉପସ୍ଥିତ ହେଲେ।17ସେତେବେଳେ ଇସ୍ରାଏଲ ଇଦୋମର ରାଜା ନିକଟକୁ ଦୂତ ପଠାଇ କହିଲେ, ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ମାତ୍ର ଇଦୋମର ରାଜା ଶୁଣିଲା ନାହିଁ। ପୁଣି ସେହି ପ୍ରକାର ସେ ମୋୟାବର ରାଜା ନିକଟକୁ କହି ପଠାଇଲେ; ସେ ମଧ୍ୟ ସମ୍ମତ ହେଲା ନାହିଁ; ତେଣୁ ଇସ୍ରାଏଲ କାଦେଶରେ ରହିଲେ।18ଏଥିଉତ୍ତାରେ ସେ ପ୍ରାନ୍ତର ଦେଇ ଯାଇ ଇଦୋମ ଦେଶ ଓ ମୋୟାବ ଦେଶ ଘୁରି ମୋୟାବ ଦେଶର ପୂର୍ବଦିଗ ଦେଇ ଆସି ଅର୍ଣ୍ଣୋନର ସେପାରିରେ ଛାଉଣି ସ୍ଥାପନ କଲେ; ମାତ୍ର ସେମାନେ ମୋୟାବ-ସୀମା ଭିତରେ ପ୍ରବେଶ କଲେ ନାହିଁ, କାରଣ ଅର୍ଣ୍ଣୋନ ମୋୟାବର ସୀମା ଥିଲା।19ପୁଣି ଇସ୍ରାଏଲ ହିଷ୍ବୋନର ଇମୋରୀୟ ରାଜା ସୀହୋନ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।20ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା।21ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନକୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ।22ସେମାନେ ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ।23ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କରିଅଛନ୍ତି, ଏବେ ତୁମ୍ଭେ କି ସେସବୁ ଅଧିକାର କରିବ ?24ତୁମ୍ଭର କମୋଶ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।25କୁହ ଦେଖି, ତୁମ୍ଭେ କି ମୋୟାବ ରାଜା ସିପ୍ପୋରର ପୁତ୍ର ବାଲାକ୍ଠାରୁ କିଛି ଅଧିକ ? ସେ କି ଇସ୍ରାଏଲ ସଙ୍ଗେ କେବେ ବିବାଦ କରିଥିଲେ ? ଅବା ସେ କି କେବେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲେ ?26ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍ବୋନ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପନଗରରେ, ଆଉ ଅର୍ଣ୍ଣୋନ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ ?27ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋ’ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।
1ଏଥିଉତ୍ତାରେ ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।2ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, ଅମ୍ମୋନ ସନ୍ତାନଗଣ ସହିତ ମୋହର ଓ ମୋ’ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।3ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋ’ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ ?4ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।5ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ ? ଯେବେ ସେ କହିଲା, ନା;6ତେବେ ସେମାନେ ତାହାକୁ କହିଲେ, କହ ତ “ଶିବ୍ବୋଲେତ୍” ତହିଁରେ ସେ କହିଲା, “ସିବ୍ବୋଲେତ୍”, କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ।7ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ। ଏଥିଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ।
1ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ।2ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।3ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।4ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;5କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ1 ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।6ଏ ଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକି କହିଲା, ପରମେଶ୍ୱରଙ୍କର ଏକ ଲୋକ ମୋ’ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;7ମାତ୍ର ସେ ମୋତେ କହିଲେ, ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,8ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, ହେ ପ୍ରଭୁ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।9ତହୁଁ ପରମେଶ୍ୱର ମାନୋହର ରବ ଶୁଣିଲେ; ପୁଣି ସେ ସ୍ତ୍ରୀ କ୍ଷେତ୍ରରେ ବସିଥିବା ବେଳେ ପରମେଶ୍ୱରଙ୍କ ଦୂତ ପୁନର୍ବାର ତାହା ନିକଟକୁ ଆସିଲେ; ମାତ୍ର ତାହାର ସ୍ୱାମୀ ମାନୋହ ତାହା ସଙ୍ଗରେ ନ ଥିଲା।10ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକି ସମ୍ବାଦ ଦେଇ କହିଲା, ଦେଖ, ସେଦିନ ଯେଉଁ ଲୋକ ମୋ’ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।11ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ ? ସେ କହିଲେ, “ହଁ, ମୁଁ ସେହି।”12ତହୁଁ ମାନୋହ କହିଲା, ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ ?13ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ।14ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।15ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳିଛୁଆଟିଏ ପ୍ରସ୍ତୁତ କରିବାଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ।16ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର। ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା।17ଏଥିଉତ୍ତାରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ଆପଣଙ୍କର ନାମ କଅଣ ? ଆପଣଙ୍କ ବାକ୍ୟ ସଫଳ ହେଲେ, ଆମ୍ଭେମାନେ ଆପଣଙ୍କର ଗୌରବ କରିବୁ।18ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ ?19ତହିଁରେ ମାନୋହ ସେହି ଛେଳିଛୁଆ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୈଳ ଉପରେ ଉତ୍ସର୍ଗ କଲା। ତହୁଁ ଦୂତ ଆଶ୍ଚର୍ଯ୍ୟ ପ୍ରକାର କର୍ମ କଲେ, ଆଉ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ।20ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଉର୍ଦ୍ଧ୍ୱଗମନ କଲେ। ସେ ସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁମାଡ଼ି ପଡ଼ିଲେ।21ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା।22ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।23ମାତ୍ର ତାହାର ଭାର୍ଯ୍ୟା ତାହାକୁ କହିଲା, ଯେବେ ଆମ୍ଭମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥାଆନ୍ତା, ତେବେ ସେ ଆମ୍ଭମାନଙ୍କ ହସ୍ତରୁ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଗ୍ରହଣ କରି ନ ଥାଆନ୍ତେ, ଅବା ସେ ଏସବୁ ବିଷୟ ଆମ୍ଭମାନଙ୍କୁ ଦେଖାଇ ନ ଥାଆନ୍ତେ, କିଅବା ଏ ସମୟରେ ଏପରି କଥା ଶୁଣାଇ ନ ଥାଆନ୍ତେ।24ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍ଶୋନ୍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।25ପୁଣି ସଦାପ୍ରଭୁଙ୍କ ଆତ୍ମା ସରାୟ ଓ ଇଷ୍ଟାୟୋଲ ମଧ୍ୟବର୍ତ୍ତୀ ମହନୀ-ଦାନ୍ରେ2 ତାହାକୁ ଚଳାଇବାକୁ ଲାଗିଲେ।
1ଏଥିଉତ୍ତାରେ ଶାମ୍ଶୋନ୍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ଅବିବାହିତ ସ୍ତ୍ରୀ ଲୋକକୁ ଦେଖିଲା।2ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।3ତେବେ ତାହାର ପିତା ଓ ମାତା ତାହାକୁ କହିଲେ, ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ ? ତହିଁରେ ଶାମ୍ଶୋନ୍ ଆପଣା ପିତାକୁ କହିଲା, ତାହାକୁ ମୋ’ ପାଇଁ ଆଣ; ସେ ମୋ’ ଦୃଷ୍ଟିରେ ପସନ୍ଦ।4ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେ ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।5ଏଥିଉତ୍ତାରେ ଶାମ୍ଶୋନ୍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।6ତହୁଁ ସଦାପ୍ରଭୁଙ୍କ ଆତ୍ମା ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ଶାମ୍ଶୋନ୍ ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତାଙ୍କୁ କହିଲା ନାହିଁ।7ଏଥିଉତ୍ତାରେ ଶାମ୍ଶୋନ୍ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ସ୍ତ୍ରୀ ଦୃଷ୍ଟିରେ ପସନ୍ଦ ହେଲା।8ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି।9ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।10ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍ଶୋନ୍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।11ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ।12ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।13ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ। ଆଉ ସେମାନେ ତାହାକୁ କହିଲେ, ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।14ତହିଁରେ ସେ ସେମାନଙ୍କୁ କହିଲା, ଖାଦକଠାରୁ ଖାଦ୍ୟ ଓ ବଳବାନଠାରୁ ମିଷ୍ଟତା ନିର୍ଗତ ହେଲା। ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ।15ତହୁଁ ଚତୁର୍ଥ ଦିନରେ1 ସେମାନେ ଶାମ୍ଶୋନ୍ର ଭାର୍ଯ୍ୟାକୁ କହିଲେ, ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକି ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା ? ନୁହେଁ ?16ତହିଁରେ ଶାମ୍ଶୋନ୍ର ଭାର୍ଯ୍ୟା ତାହାକୁ ଧରି କାନ୍ଦି କହିଲା, ତୁମ୍ଭେ କେବଳ ମୋତେ ଘୃଣା କରୁଅଛ, କିଛି ପ୍ରେମ କରୁ ନାହଁ; ତୁମ୍ଭେ ମୋ’ ଲୋକଙ୍କ ସନ୍ତାନମାନଙ୍କୁ ଗୋଟିଏ ପ୍ରହେଳିକା କହିଅଛ, ମାତ୍ର ତାହା ମୋତେ ବୁଝାଇ ଦେଇ ନାହଁ। ତହିଁରେ ସେ ତାହାକୁ କହିଲା, ଦେଖ, ମୁଁ ଆପଣା ପିତା କି ମାତାକୁ ବୁଝାଇ ଦେଇ ନାହିଁ, ଆଉ କି ତୁମ୍ଭକୁ ବୁଝାଇ ଦେବି ?17ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍ଶୋନ୍ ସପ୍ତମ ଦିନରେ ତାହା ତାହାକୁ ବୁଝାଇ ଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା।18ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, ମଧୁଠାରୁ ଆଉ ମିଷ୍ଟ କଅଣ ? ଓ ସିଂହଠାରୁ ବଳବାନ କିଏ ? ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।219ଏଥିଉତ୍ତାରେ ସଦାପ୍ରଭୁଙ୍କ ଆତ୍ମା ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟ ଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା।20ମାତ୍ର ଶାମ୍ଶୋନ୍ ଯାହାକୁ ଆପଣାର ବନ୍ଧୁ ପରି କରିଥିଲା, ତାହାକୁ ତାହାର ଭାର୍ଯ୍ୟା ଦିଆଗଲା।
1ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍ଶୋନ୍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି। ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ।2ପୁଣି ତାହାର ପିତା କହିଲା, ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତାନ୍ତ ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର।3ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି।4ତହୁଁ ଶାମ୍ଶୋନ୍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା।5ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା ଦ୍ରାକ୍ଷାକ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା।6ସେତେବେଳେ ପଲେଷ୍ଟୀୟମାନେ ପଚାରିଲେ, ଏହା କିଏ କରିଅଛି ? ତହିଁରେ ଲୋକମାନେ କହିଲେ, ତିମ୍ନୀୟର ଜୁଆଁଇ ଶାମ୍ଶୋନ୍, ଯେହେତୁ ସେ ତାହାର ଭାର୍ଯ୍ୟାକୁ ନେଇ ତାହାର ମିତ୍ରକୁ ଦେଲା। ଏଥିରେ ପଲେଷ୍ଟୀୟମାନେ ଆସି ସେହି ସ୍ତ୍ରୀକୁ ଓ ତାହାର ପିତାକୁ ଅଗ୍ନିରେ ଦଗ୍ଧ କଲେ।7ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷାନ୍ତ ହେବି।8ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍ ଶୈଳର ସୁଡ଼ଙ୍ଗରେ ବାସ କଲା।9ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ।10ତହିଁରେ ଯିହୁଦାର ଲୋକମାନେ ପଚାରିଲେ, ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ ? ସେମାନେ କହିଲେ, ଶାମ୍ଶୋନ୍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ।11ଏଥିରେ ଯିହୁଦାର ତିନି ହଜାର ଲୋକ ଐଟମ୍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍ଶୋନ୍କୁ କହିଲେ, ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ ? ପୁଣି ସେ ସେମାନଙ୍କୁ କହିଲା, ସେମାନେ ମୋ’ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି।12ତହିଁରେ ସେମାନେ ତାହାକୁ କହିଲେ, ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ। ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର।13ପୁଣି ସେମାନେ ତାହାକୁ କହିଲେ, ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ। ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ।14ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ୱନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ଶକ୍ତିର ସହ ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା।15ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ୱାରା ଏକ ହଜାର ଲୋକଙ୍କୁ ବଧ କଲା।16ତହୁଁ ଶାମ୍ଶୋନ୍ କହିଲା:- “ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା।”17ଏହା କହିବାର ଶେଷ କଲା ଉତ୍ତାରେ ସେ ଆପଣା ହସ୍ତରୁ ଗଧ ଥୋମଣି ପକାଇଦେଲା; ପୁଣି ସେହି ସ୍ଥାନର ନାମ ରାମତ୍-ଲିହୀ1 ହେଲା।18ଏଥିଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହାଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।19ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍-ହକ୍କୋରୀ2 ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି।20ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।
1ଏଥିଉତ୍ତାରେ ଶାମ୍ଶୋନ୍ ଘସା1 ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।2ତହିଁରେ ଶାମ୍ଶୋନ୍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।3ମାତ୍ର ଶାମ୍ଶୋନ୍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗର ଦ୍ୱାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ-ଶୃଙ୍ଗକୁ ଘେନି ଗଲା।4ଏ ଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକୁ ପ୍ରେମ କଲା, ତାହାର ନାମ ଦଲୀଲା।5ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟମୁଦ୍ରା2 ଦେବୁ।6ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ ?7ତହିଁରେ ଶାମ୍ଶୋନ୍ ତାହାକୁ କହିଲା, ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୁଟା କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।8ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୁଟା କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା।9ସେ ସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।10ଏଥିଉତ୍ତାରେ ଦଲୀଲା ଶାମ୍ଶୋନ୍କୁ କହିଲା, ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ ?11ତହିଁରେ ସେ ତାହାକୁ କହିଲା, ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକର ସମାନ ହୋଇଯିବି।12ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ସେ ସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।13ତେବେ ଦଲୀଲା ଶାମ୍ଶୋନ୍କୁ କହିଲା, ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ। ତହିଁରେ ସେ ତାହାକୁ କହିଲା, ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତବେଣୀ ବୁଣିବ, ତେବେ ହୋଇ ପାରେ।14ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା।15ଏଣୁ ସେ ତାହାକୁ କହିଲା, ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ତୁମ୍ଭେ ମୋତେ ପ୍ରେମ କରୁଛ ବୋଲି କିପରି କହୁଅଛ ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ।16ଏହିରୂପେ ସେ ନିତି ନିତି କଥାରେ ତାହାକୁ ଅନୁରୋଧ କରି ଏପରି ବ୍ୟସ୍ତ କଲା ଯେ, ତାହାର ଆତ୍ମା ମରଣ ପାଇଁ ଅସ୍ଥିର ହେଲା।17ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋ’ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।18ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି, ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ;19ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।20ତହୁଁ ସେ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି। ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।21ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।22ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା।
1ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା।2ସେ ଆପଣା ମାତାକୁ କହିଲା, ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା1 ନିଆ ଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି; ତହିଁରେ ତାହାର ମାତା କହିଲା, ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ହେଉ।3ଏଥିରେ ସେ ସେହି ଏଗାର ଶହ ଖଣ୍ଡ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, ଗୋଟିଏ ଖୋଦିତ ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତାନ୍ତ ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।4ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।5ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା।6ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।7ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।8ପୁଣି ସେ ଯେଉଁଠାରେ ସ୍ଥାନ ପାଇପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥଲିହିମ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।9ତହିଁରେ ମୀଖା ତାହାକୁ ପଚାରିଲା, ତୁମ୍ଭେ କେଉଁଠାରୁ ଆସିଲ ? ସେ ଉତ୍ତର କଲା, ମୁଁ ବେଥଲିହିମ ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି।10ତହିଁରେ ମୀଖା ତାହାକୁ କହିଲା, ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ଡ ରୂପା2 ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି। ତହିଁରେ ସେ ଲେବୀୟ ଲୋକ ଗଲା।11ପୁଣି ସେ ଲେବୀୟ ଲୋକ ସେହି ମନୁଷ୍ୟ ସଙ୍ଗେ ବାସ କରିବାକୁ ସମ୍ମତ ହେଲା; ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା।12ଏଥିଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା।13ତହିଁରେ ମୀଖା କହିଲା, ମୁଁ ଜାଣେ, ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ମୋହର ଯାଜକ ହେବା ପାଇଁ ମୁଁ ଜଣେ ଲେବୀୟକୁ ପାଇଲି।
1ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା।2ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, ଯାଇ ଦେଶ ଅନୁସନ୍ଧାନ କର; ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।3ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା ? ତୁମ୍ଭେ ଏଠାରେ କଅଣ କରୁଅଛ ? ଓ ତୁମ୍ଭର ଏଠାରେ କଅଣ ଅଛି ?4ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।5ତହୁଁ ସେମାନେ ତାହାକୁ କହିଲେ, ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।6ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।7ଏ ଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କି ରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି1 ସହିତ ସେମାନଙ୍କର ସମ୍ପର୍କ ନ ଥିଲା।8ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର ?9ତହିଁରେ ସେମାନେ କହିଲେ, ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ।10ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।11ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ।12ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍-ଯିୟାରୀମ୍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍ର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍-ଯିୟାରୀମର ପଛରେ ଅଛି।13ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।14ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କ’ଣ ତୁମ୍ଭେମାନେ ଜାଣ ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।15ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳବାର୍ତ୍ତା ପଚାରିଲେ।16ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର ପ୍ରବେଶ ସ୍ଥାନରେ ଛିଡ଼ା ହୋଇ ରହିଲେ।17ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେ ସମୟରେ ଯାଜକ ଦ୍ୱାର ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା।18ଆଉ ସେହି ଲୋକମାନେ ମୀଖା ଗୃହକୁ ଯାଇ ଖୋଦିତ ପ୍ରତିମା, ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଆଣନ୍ତେ, ଯାଜକ ସେମାନଙ୍କୁ କହିଲା, ତୁମ୍ଭେମାନେ କଅଣ କରୁଅଛ ?19ତହିଁରେ ସେମାନେ ତାହାକୁ କହିଲେ, ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ ?20ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଦିତ ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା।21ଏଥିଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ।22ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍ ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ।23ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ। ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ ?24ତହିଁରେ ସେ କହିଲା, ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି ? ଆହୁରି କହୁଛ, ତୁମ୍ଭର କଅଣ ହେଲା ?25ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।26ଏ ଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା।27ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।28ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ2 ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏ ଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।29ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା।30ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବାଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।31ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ।
1ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥଲିହିମ ଯିହୁଦାରୁ ଏକ ଉପପତ୍ନୀ ଗ୍ରହଣ କଲା।2ପୁଣି ତାହାର ଉପପତ୍ନୀ ତାହା ବିରୁଦ୍ଧରେ କ୍ରୋଧ1 କରି ତାହା ନିକଟରୁ ବାହାରି ଯାଇ ବେଥଲିହିମ ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା।3ଏଥିଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକି ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା।4ଏହେତୁରୁ ଲେବୀୟ ଲୋକର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ।5ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରୁ ଆପଣା ବାଟରେ ଯିବ।6ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲେବୀୟ ଲୋକକୁ କହିଲା, ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର।7ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ୱଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା।8ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ; ଏଥିରେ ସେ ଦୁହେଁ ଭୋଜନ କଲେ।9ଏଥିଉତ୍ତାରେ ସେ ଲେବୀୟ ପୁରୁଷ ଓ ତାହାର ଉପପତ୍ନୀ ଓ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ କହିଲା, ଦେଖ, ଏବେ ତ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅନ୍ତ ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ।10ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପତ୍ନୀ ଥିଲେ।11ସେମାନେ ଯିବୂଷର ନିକଟବର୍ତ୍ତୀ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ।12ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।13ପୁଣି ସେ ଆପଣା ଦାସକୁ କହିଲା, ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା।14ତେଣୁ ସେମାନେ ଆପଣା ପଥରେ ଚାଲିଗଲେ; ପୁଣି ବିନ୍ୟାମୀନ୍ର ଅଧିକାରସ୍ଥ ଗିବୀୟାର ନିକଟବର୍ତ୍ତୀ ହେବା ବେଳେ ସୂର୍ଯ୍ୟ ଅସ୍ତ ହେଲା।15ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ି ଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ଡରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା।16ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟା କାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନ୍ ବଂଶୀୟ ଥିଲେ।17ପୁଣି ସେ ଲୋକ ଅନାଇ ନଗରର ଦାଣ୍ଡରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, ତୁମ୍ଭେ କେଉଁଠାକୁ ଯାଉଅଛ ? ପୁଣି କେଉଁଠାରୁ ଆସିଅଛ ?18ତହିଁରେ ସେ ତାହାକୁ କହିଲା, ଆମ୍ଭେମାନେ ବେଥଲିହିମ-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥଲିହିମ ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ।19ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋ’ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।20ତହୁଁ ସେହି ବୃଦ୍ଧ ଲୋକ କହିଲା, ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ଡରେ ରୁହ ନାହିଁ।21ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ।22ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।23ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର।24ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପତ୍ନୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର।25ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ଲେବୀୟ ପୁରୁଷ ଆପଣା ଉପପତ୍ନୀ କି ଧରି ବାହାରକୁ ସେମାନଙ୍କ ନିକଟକୁ ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀ ସହିତ ଶାରୀରିକ ସମ୍ବନ୍ଧ କଲେ ଓ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିସାରା ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ।26ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ୱାମୀ ରହୁଥିବା ଲୋକର ଗୃହଦ୍ୱାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା।27ଏଥିଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ୱାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ୱାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପତ୍ନୀ ସେହି ସ୍ତ୍ରୀ ଗୃହଦ୍ୱାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ୱାରବନ୍ଧ ଉପରେ ଅଛି।28ତହୁଁ ସେ ତାହାକୁ କହିଲା, ଉଠ, ଚାଲ ଆମ୍ଭେମାନେ ଯିବା; ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେହୀ ଲେବୀୟ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା।29ଏଥିଉତ୍ତାରେ ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ଡେ ଛୁରୀ ନେଇ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ଡରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା।30ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, ଇସ୍ରାଏଲ ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ଏ ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ ଓ କୁହ।
1ଏଥିଉତ୍ତାରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ଡଳୀ ଏକ ମନୁଷ୍ୟ ପରି ମିସ୍ପାରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ।2ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ୍ଗଧାରୀ ପଦାତିକ ଉପସ୍ଥିତ ହେଲେ।3(ତହୁଁ ଇସ୍ରାଏଲ ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ ସନ୍ତାନଗଣ ପଚାରିଲେ, ଏହି ଦୁଷ୍ଟତା କିପ୍ରକାରେ ହେଲା ? ତାହା ଆମ୍ଭମାନଙ୍କୁ କୁହ।4ତହିଁରେ ସେହି ହତ ସ୍ତ୍ରୀର ଲେବୀୟ ଉପପତି ଉତ୍ତର ଦେଇ କହିଲା, ମୁଁ ଓ ମୋର ଉପପତ୍ନୀ ରାତ୍ରିକ୍ଷେପଣ ନିମନ୍ତେ ବିନ୍ୟାମୀନ୍ର ଅଧିକାରସ୍ଥ ଗିବୀୟାକୁ ଆସିଥିଲୁ।5ପୁଣି ଗିବୀୟାର ଲୋକମାନେ ମୋ’ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।6ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।7ଦେଖ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ।8ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।9ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ବିରୁଦ୍ଧରେ ଯିବୁ;10ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍ର ଅଧିକାରସ୍ଥ ଗିବୀୟାକୁ1 ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।11ଏହିରୂପେ ଇସ୍ରାଏଲୀୟ ସମସ୍ତ ଲୋକ ଏକ ମନୁଷ୍ୟ ପରି ଯୁକ୍ତ ହୋଇ ସେହି ନଗର ବିରୁଦ୍ଧରେ ଏକତ୍ରିତ ହେଲେ।12ଏଥିଉତ୍ତାରେ ଇସ୍ରାଏଲ ବଂଶ ବିନ୍ୟାମୀନ୍ର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି ?13ଏବେ ତୁମ୍ଭେମାନେ ସେହି ଗିବୀୟାର ଦୁଷ୍ଟ ଲୋକମାନଙ୍କୁ2 ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା। ମାତ୍ର ବିନ୍ୟାମୀନ୍ ଆପଣା ଭ୍ରାତା ଇସ୍ରାଏଲ ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।14ପୁଣି ଇସ୍ରାଏଲ ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ୍-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ।15ସେହିଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍ ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।16ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନୋହି ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।17ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା।18ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଉଠି ବେଥେଲ୍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ ? ସଦାପ୍ରଭୁ କହିଲେ, ଯିହୁଦା ପ୍ରଥମେ ଯିବ।19ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରଭାତରେ ଉଠି ଗିବୀୟା ବିରୁଦ୍ଧରେ ଛାଉଣି ସ୍ଥାପନ କଲେ।20ପୁଣି ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସଙ୍ଗେ ଯୁଦ୍ଧ କରିବାକୁ ବାହାରିଲେ ଓ ଇସ୍ରାଏଲୀୟ ଲୋକମାନେ ଗିବୀୟା ନିକଟରେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ।21ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ଗିବୀୟାରୁ ବାହାରି ସେହିଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ।22ତହିଁ ଉତ୍ତାରେ ଇସ୍ରାଏଲୀୟ ଲୋକମାନେ ଆପଣାମାନଙ୍କୁ ଆଶ୍ୱାସ ଦେଇ ପ୍ରଥମ ଦିନ ଯେଉଁ ସ୍ଥାନରେ ଆପଣାମାନଙ୍କୁ ସଜାଇଥିଲେ, ପୁନର୍ବାର ସେହି ସ୍ଥାନରେ ଯୁଦ୍ଧ ସଜାଇଲେ।23ପୁଣି ଇସ୍ରାଏଲ ସନ୍ତାନଗଣ ଉଠି ଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା ? ତହିଁରେ ସଦାପ୍ରଭୁ କହିଲେ, ତାହା ବିରୁଦ୍ଧରେ ଯାଅ।24ଏ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଦ୍ୱିତୀୟ ଦିନ ବିନ୍ୟାମୀନ୍ ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ।25ପୁଣି ବିନ୍ୟାମୀନ୍ ସେହି ଦ୍ୱିତୀୟ ଦିନ ସେମାନଙ୍କ ବିରୁଦ୍ଧରେ ଗିବୀୟାରୁ ବାହାରି ଇସ୍ରାଏଲ ସନ୍ତାନଗଣର ଅଠର ହଜାର ଲୋକଙ୍କୁ ପୁନର୍ବାର ସଂହାର କରି ଭୂମିରେ ନିପାତ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।26ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।27ସେହି ସମୟରେ ପରମେଶ୍ୱରଙ୍କ ନିୟମ ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।28ଏହେତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା ? ସଦାପ୍ରଭୁ କହିଲେ, ଯାଅ; ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।29ତହୁଁ ଇସ୍ରାଏଲ ଗିବୀୟାର ଚତୁର୍ଦ୍ଦିଗରେ ଲୋକ ଛକି ବସାଇ ରଖିଲା।30ଏଥିଉତ୍ତାରେ ତୃତୀୟ ଦିନ ଇସ୍ରାଏଲ ସନ୍ତାନଗଣ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଉଠି ଗଲେ ଓ ପୂର୍ବ ପରି ଗିବୀୟା ନିକଟରେ ଆପଣାମାନଙ୍କୁ ସଜାଇଲେ।31ତହୁଁ ବିନ୍ୟାମୀନ୍-ସନ୍ତାନଗଣ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନଗରଠାରୁ ଦୂରକୁ ଆକର୍ଷିତ ହେଲେ; ପୁଣି ପୂର୍ବ ସମୟ ପରି ଲୋକମାନଙ୍କୁ ଆଘାତ ଓ ବଧ କରିବାକୁ ଲାଗିଲେ; ଆଉ ବେଥେଲ୍ ଆଡ଼େ ଓ କ୍ଷେତ୍ର ଦେଇ ଗିବୀୟା ଆଡ଼େ ଯିବା ଦୁଇ ସଡ଼କରେ ସେମାନେ ଊଣାଧିକ ଇସ୍ରାଏଲୀୟ ତିରିଶ ଲୋକଙ୍କୁ ବଧ କଲେ।32ତହୁଁ ବିନ୍ୟାମୀନ୍-ସନ୍ତାନମାନେ କହିଲେ, ଏମାନେ ତ ପୂର୍ବ ପରି ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି। ମାତ୍ର ଇସ୍ରାଏଲ ସନ୍ତାନଗଣ କହିଲେ, ଆମ୍ଭେମାନେ ପଳାଇ ନଗରରୁ ସଡ଼କକୁ ସେମାନଙ୍କୁ ଆକର୍ଷଣ କରିନେଉ।33ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।34ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ।35ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନ୍କୁ ଆଘାତ କଲେ; ତହିଁରେ ଇସ୍ରାଏଲ ସନ୍ତାନଗଣ ସେହିଦିନ ବିନ୍ୟାମୀନ୍ର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।36ଏହିରୂପେ ବିନ୍ୟାମୀନ୍-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନ୍କୁ ସ୍ଥାନ ଛାଡ଼ିଦେଲେ।37ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।38ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା।39ଏହେତୁ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧ ବେଳେ ମୁଖ ଫେରାଇଲେ, ତହୁଁ ବିନ୍ୟାମୀନ୍ ଇସ୍ରାଏଲର ଲୋକମାନଙ୍କୁ ଆଘାତ କରି ଊଣାଧିକ ତିରିଶ ଜଣଙ୍କୁ ବଧ କଲେ; କାରଣ ସେମାନେ କହିଲେ, ପ୍ରଥମ ଯୁଦ୍ଧରେ ଯେପରି, ଏବେ ମଧ୍ୟ ସେପରି, ନିଶ୍ଚୟ ଏମାନେ ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।40ମାତ୍ର ଯେତେବେଳେ ନଗରରୁ ସ୍ତମ୍ଭାକାରରେ ଧୂମ ମେଘ ଉଠିବାକୁ ଲାଗିଲା, ସେତେବେଳେ ବିନ୍ୟାମୀନୀୟ ଲୋକମାନେ ପଛକୁ ଅନାଇଲେ, ଆଉ ଦେଖ, ସମୁଦାୟ ନଗରର ଧୂମ ଆକାଶକୁ ଉଠୁଅଛି।41ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ଅବାକ୍ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ।42ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆସିଥିବା ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।43ସେମାନେ ବିନ୍ୟାମୀନୀୟ ଲୋକମାନଙ୍କୁ ଚାରିଆଡ଼ୁ ଘେରିଲେ ଓ ସେମାନଙ୍କୁ ଗୋଡ଼ାଇ ସେମାନଙ୍କ ବିଶ୍ରାମ ସ୍ଥାନରେ ସୂର୍ଯ୍ୟୋଦୟ ଆଡ଼େ ଗିବୀୟା ସମ୍ମୁଖସ୍ଥ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିରେ ଦଳି ପକାଇଲେ।44ତହିଁରେ ବିନ୍ୟାମୀନ୍ର ଅଠର ହଜାର ଲୋକ ହତ ହେଲେ; ସେ ସମସ୍ତେ ବୀର ଥିଲେ।45ଏଉତ୍ତାରେ ସେମାନେ ଫେରି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ; ତହୁଁ ଏମାନେ ସଡ଼କରେ ପାଞ୍ଚ ହଜାର ଲୋକଙ୍କୁ ଗୋଟାଇ ସାଉଣ୍ଟି ମାରିଲେ; ପୁଣି ଗିଦୀୟୋମ୍ ପର୍ଯ୍ୟନ୍ତ ସେମାନଙ୍କ ପଛେ ଲାଗି ରହି ସେମାନଙ୍କର ଦୁଇ ହଜାର ଲୋକଙ୍କୁ ବଧ କଲେ।46ଏହିରୂପେ ସେହିଦିନ ବିନ୍ୟାମୀନ୍ର ଖଡ୍ଗଧାରୀ ପଚିଶ ହଜାର ଲୋକ ହତ ହେଲେ; ସେ ସମସ୍ତେ ବୀର ଥିଲେ।47ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ ଓ ରିମ୍ମୋନ୍ ଶୈଳରେ ଚାରି ମାସ ରହିଲେ।48ଏଥିଉତ୍ତାରେ ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସନ୍ତାନଗଣର ବିରୁଦ୍ଧରେ ଫେରି ସମୁଦାୟ ନଗର ଓ ପଶୁ ଓ ଯାହା କିଛି ପାଇଲେ, ସେସବୁକୁ ଖଡ୍ଗଧାରରେ ଆଘାତ କଲେ; ଆହୁରି ସେମାନେ ଯେତେ ନଗର ପାଇଲେ, ସେସବୁରେ ଅଗ୍ନି ଲଗାଇଲେ।
1ଇସ୍ରାଏଲୀୟ ଲୋକମାନେ ମିସ୍ପାରେ ଶପଥ କରି କହିଥିଲେ, ଆମ୍ଭମାନଙ୍କର କେହି ବିନ୍ୟାମୀନ୍ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ।2ତେଣୁ ଲୋକମାନେ ବେଥେଲ୍କୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟନ୍ତ ରୋଦନ କଲେ।3ଆଉ ସେମାନେ କହିଲେ, ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା ?4ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।5ପୁଣି ଇସ୍ରାଏଲ ସନ୍ତାନମାନେ କହିଲେ, ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି ? କାରଣ ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, ସେ ଅବଶ୍ୟ ହତ ହେବ, ଏହା କହି ସେମାନେ ମହା ଶପଥ କରିଥିଲେ।6ପୁଣି ଇସ୍ରାଏଲ ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ୍ ପାଇଁ ଅନୁତାପ କରି କହିଲେ, ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା।7ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା ? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ।8ପୁଣି ସେମାନେ କହିଲେ, ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ-ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି ? ତହିଁରେ ଦେଖ, ଯାବେଶ ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।9କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ।10ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର।11ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।12ତହୁଁ ସେମାନେ ଯାବେଶ ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ।13ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍ ଶୈଳସ୍ଥିତ ବିନ୍ୟାମୀନ୍ ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।14ସେ ସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ।15ଏହେତୁ ସଦାପ୍ରଭୁ ଇସ୍ରାଏଲ ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ।16ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା ?17ଆହୁରି ସେମାନେ କହିଲେ, ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନ୍ର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ।18ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣାମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେ କେହି ବିନ୍ୟାମୀନ୍କୁ କନ୍ୟା ଦେବ, ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ ସନ୍ତାନଗଣ ଶପଥ କରିଅଛନ୍ତି।19ଆହୁରି ସେମାନେ କହିଲେ, ଦେଖ, ବେଥେଲ୍ର ଉତ୍ତର ଦିଗରେ, ବେଥେଲ୍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ।20ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ;21ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲି ଯାଅ।22ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ି ଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ସେମାନଙ୍କୁ ତୁମ୍ଭମାନଙ୍କ କନ୍ୟାଗଣ ବିବାହ ନିମନ୍ତେ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।23ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରି ଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ।24ତହୁଁ ଇସ୍ରାଏଲ ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ।25ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା।
1ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ।2ସେ ଲୋକର ନାମ ଏଲିମେଲକ ଓ ତାହାର ସ୍ତ୍ରୀଙ୍କ ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କ ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥଲିହିମ-ଯିହୁଦାର ଇଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।3ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।4ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ବିବାହ କଲେ, ଜଣକର ସ୍ତ୍ରୀର ନାମ ଅର୍ପା, ଅନ୍ୟ ଜଣର ନାମ ରୂତ; ପୁଣି ସେମାନେ ପ୍ରାୟ ଦଶ ବର୍ଷ ଯାଏ ସେଠାରେ ବାସ କଲେ।5ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା।
1ନୟମୀର ସ୍ୱାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଜଣେ ଧନୀ ଓ ପ୍ରଭାବଶାଳୀ ବ୍ୟକ୍ତି ଥିଲା।2ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।”3ଏଥିରେ ସେ ଯାଇ କ୍ଷେତ୍ରରେ ଉପସ୍ଥିତ ହୋଇ ଶସ୍ୟକଟାଳିମାନଙ୍କର ପଛେ ପଛେ ବଳକା ଶସ୍ୟ ସଂଗ୍ରହ କରିବାକୁ ଲାଗିଲା; ଆଉ ଘଟଣାକ୍ରମେ ସେ ଏଲିମେଲକ ବଂଶୀୟ ବୋୟଜର କ୍ଷେତ୍ରଖଣ୍ଡରେ ପହଁଞ୍ଚିଲା।4ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”5ତେବେ ବୋୟଜ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ନିଜ ଯୁବାକୁ ପଚାରିଲା, “ଏହି ଯୁବତୀଟି କାହାର ?”6ତହିଁରେ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, “ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି।”7ଆଉ ସେ ମୋତେ କହିଲା, ମୁଁ ବିନତି କରୁଅଛି, ଶସ୍ୟକଟାଳିମାନଙ୍କର ପଛେ ପଛେ ବିଡ଼ାର ମଧ୍ୟେ ମଧ୍ୟେ ବଳକା ଶସ୍ୟ ସଂଗ୍ରହ କରିବାକୁ ମୋତେ ଦିଅ; ଏଣୁ ସେ ଆସି ସକାଳରୁ ଏପର୍ଯ୍ୟନ୍ତ ଏଠାରେ ରହିଅଛି; କେବଳ ଅଳ୍ପ ସମୟ ସେ ଗୃହରେ ବସି ରହିଥିଲା।”8ତହିଁରେ ବୋୟଜ ରୂତକୁ କହିଲା, “ଆହେ ମୋହର କନ୍ୟା, ମୋର କଥା କି ଶୁଣୁ ନାହଁ ? ତୁମ୍ଭେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ।9ଶସ୍ୟକଟାଳିମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଛେ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର।”10ଏଥିରେ ସେ ମୁହଁମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, “ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି ?”11ବୋୟଜ ତାହାକୁ ଉତ୍ତର ଦେଇ କହିଲା, “ତୁମ୍ଭ ସ୍ୱାମୀର ମୃତ୍ୟୁୁ ଉତ୍ତାରେ ତୁମ୍ଭେ ନିଜ ଶାଶୁ ପ୍ରତି ଯେରୂପ ବ୍ୟବହାର କରିଅଛ, ପୁଣି ନିଜ ପିତା ଓ ନିଜ ମାତା ଓ ନିଜ ଜନ୍ମଦେଶ ତ୍ୟାଗ କରି ପୂର୍ବେ ଯେଉଁମାନଙ୍କୁ ଜାଣିଲ ନାହିଁ, ଏପରି ଲୋକଙ୍କ ନିକଟକୁ ଆସିଅଛ, ଏହିସବୁ କଥା ମୋତେ ସମ୍ପୂର୍ଣ୍ଣ ରୂପେ କୁହା ଯାଇଅଛି।12ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”13ଏଥିରେ ସେ କହିଲା, “ହେ ମୋହର ପ୍ରଭୁ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ୱନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି କରୁଣାର କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।”14ଭୋଜନ ସମୟରେ ବୋୟଜ ତାହାକୁ କହିଲା, “ତୁମ୍ଭେ ଏଠାକୁ ଆସି ରୁଟି ଭୋଜନ କର ଓ ନିଜ ରୁଟିଖଣ୍ଡ ଅମ୍ଳରସରେ ବୁଡ଼ାଅ,” ତହିଁରେ ସେ ଶସ୍ୟକଟାଳିମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ବଳକା ରଖିଲା।15ତହୁଁ ସେ ବଳକା ଶସ୍ୟ ସଂଗ୍ରହ କରିବାକୁ ଉଠନ୍ତେ, ବୋୟଜ ତାହାର ଯୁବାଗଣକୁ ଆଜ୍ଞା ଦେଇ କହିଲା, “ଏହାକୁ ବିଡ଼ା ମଧ୍ୟରେ ସୁଦ୍ଧା ସାଉଣ୍ଟିବାକୁ ଦିଅ, ପୁଣି ତାହାକୁ ଲଜ୍ଜା ଦିଅ ନାହିଁ।16ପୁଣି ଏହା ପାଇଁ ବିଡ଼ାରୁ କିଛି କିଛି ପକାଇ ଯାଅ, ସେ ତାହା ସାଉଣ୍ଟୁ, ଆଉ ତାହାକୁ ଧମକାଅ ନାହିଁ।”17ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା1 ଯବ ହେଲା।18ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ବଳକା ରଖିଥିଲା ତାହା ମଧ୍ୟ ବାହାର କରି ତାହାକୁ ଦେଲା।19ତହୁଁ ତାହାର ଶାଶୁ ତାହାକୁ ପଚାରିଲା, “ତୁମ୍ଭେ ଆଜି କେଉଁଠାରେ ବଳକା ଶସ୍ୟ ସଂଗ୍ରହ କଲ ? ଓ କେଉଁଠାରେ କର୍ମ କଲ ? ଯେ ତୁମ୍ଭର ପରିଚୟ ନେଲା, ସେ ଧନ୍ୟ ହେଉ।” ତେଣୁ ସେ ଯାହା ପାଖରେ କର୍ମ କରିଥିଲା, ତାହା ଶାଶୁକୁ ଜଣାଇ କହିଲା, “ଯାହା ପାଖରେ ଆଜି କର୍ମ କଲି, ତାହାର ନାମ ବୋୟଜ।”20ଏଥିରେ ନୟମୀ ନିଜ ପୁତ୍ରବଧୂକୁ କହିଲା, “ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ।” ନୟମୀ ଆହୁରି କହିଲା, “ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ବ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।”21ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ମୋହର ସବୁ ଶସ୍ୟକାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋ’ ଯୁବାମାନଙ୍କ ସଙ୍ଗରେ ଥାଅ।”22ତହିଁରେ ନୟମୀ ନିଜ ପୁତ୍ରବଧୂ ରୂତକୁ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ।”23ଏଣୁ ଯବ ଓ ଗହମ ଶସ୍ୟକାଟିବା ସମାପ୍ତି ପର୍ଯ୍ୟନ୍ତ ସେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ନିଜ ଶାଶୁ ସହିତ ବାସ କଲା।
1ଏଥିଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, “ଆହେ ମୋହର କନ୍ୟା, ଯେଉଁଥିରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ ?2ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।3ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ନିଜ (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ନିଜର ପରିଚୟ ଦିଅ ନାହିଁ।4ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନ ସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ-ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ସେ ଜଣାଇବ।”5ସେ ଉତ୍ତର କଲା, “ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି।”6ଏଣୁ ସେ ସେହି ଖଳାକୁ ଯାଇ ନିଜ ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା।7ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା।8ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ ?”9ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ,1 କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”10ସେ କହିଲା, “ଆହେ ମୋହର କନ୍ୟା,” ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।11ଏଣୁ ଆହେ ମୋହର କନ୍ୟା, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;12ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋ’ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି।13ଏହି ରାତ୍ରି ଥାଅ; ସକାଳେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ସକାଳ ପର୍ଯ୍ୟନ୍ତ ଶୟନ କର।”14ତହିଁରେ ରୂତ ସକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା କାରଣ ବୋୟଜ କହିଲା, “ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ।”15ସେ ଆହୁରି କହିଲା, “ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର,” ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର2 ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା।16ତହୁଁ ରୂତ ନିଜ ଶାଶୁ ନିକଟକୁ ଆସନ୍ତେ, ସେ କହିଲା, “ଆହେ ଆମ୍ଭର କନ୍ୟା, କଅଣ ହେଲା ?” ତହିଁରେ ସେ ନିଜ ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜଣାଇଲା।17ପୁଣି ଆହୁରି କହିଲା, “ଶାଶୁ ନିକଟକୁ ମୁକ୍ତ ହସ୍ତରେ ନ ଯାଅ” ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି।18ତହୁଁ ତାହାର ଶାଶୁ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା,” ଏ ବିଷୟ କ’ଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସମାପ୍ତ ନ କରି ବିଶ୍ରାମ କରିବ ନାହିଁ।”
1ଏଥିଉତ୍ତାରେ ବୋୟଜ ନଗର ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।2ତହୁଁ ସେ ନଗରସ୍ଥ ଦଶ ଜଣ ପ୍ରାଚୀନଙ୍କୁ ନେଇ କହିଲା, “ତୁମ୍ଭେମାନେ ଏଠାରେ ବସ,” ତେଣୁ ସେମାନେ ବସିଲେ।3ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକି କହିଲା, “ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ଡ ଥିଲା, ତାହା ମୋୟାବ ଦେଶରୁ ଫେରି ଆସିଥିବା ନୟମୀ ବିକ୍ରୟ କରୁଅଛି।4ଏଣୁ ମୁଁ ତୁମ୍ଭକୁ ଏହା ଜଣାଇବାକୁ ମନସ୍ଥ କଲି, ତୁମ୍ଭେ ନଗରଦ୍ୱାରରେ ଉପସ୍ଥିତ ଲୋକମାନଙ୍କ ସାକ୍ଷାତରେ ଓ ଆମ୍ଭ ବଂଶୀୟ ପ୍ରାଚୀନଗଣର ସାକ୍ଷାତରେ ତାହା କ୍ରୟ କର। ଯେବେ ତୁମ୍ଭେ ମୁକ୍ତ କରିବ, ତେବେ କର, ମାତ୍ର ଯେବେ ନ କରିବ, ତେବେ ମୋତେ ଜଣାଅ, ମୁଁ ଜାଣିବାକୁ ଚାହେଁ; ଯେହେତୁ ତୁମ୍ଭେ ମୁକ୍ତ କଲେ ଆଉ କେହି କରି ନ ପାରେ, ମାତ୍ର ତୁମ୍ଭ ଉତ୍ତାରୁ ମୁଁ ଅଛି। ତହିଁରେ ସେ କହିଲା, “ମୁଁ ତାହା ମୁକ୍ତ କରିବି।”5ତେବେ ବୋୟଜ କହିଲା, “ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ସ୍ତ୍ରୀ ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।”6ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”7ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା।8ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା।9ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।10ଆହୁରି ନିଜ ଭ୍ରାତୃଗଣ ମଧ୍ୟରୁ ଓ ନିଜ ବସତିସ୍ଥାନର ଦ୍ୱାରରୁ ସେହି ମୃତ ବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ସ୍ତ୍ରୀ ମୋୟାବ ଦେଶୀୟା ରୂତକୁ ନିଜ ସ୍ତ୍ରୀ ରୂପେ ଲାଭ କଲି ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।”11ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର1 ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।”12ସଦାପ୍ରଭୁ ଏହି ଯୁବତୀ ଦ୍ୱାରା ତୁମ୍ଭକୁ ଯେଉଁ ସନ୍ତାନ ଦେବେ, ତାହା ଦ୍ୱାରା ତୁମ୍ଭର ବଂଶ ତାମର ଗର୍ଭରେ ଯିହୁଦାର ଜନ୍ମିତ ପେରସର ବଂଶ ତୁଲ୍ୟ ହେଉ।”
1ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍କାନା, ସେ ସୂଫର ବୃଦ୍ଧ-ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର;2ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।3ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସଦାପ୍ରଭୁଙ୍କ ଯାଜକ ଥିଲେ।4ପୁଣି, ଇଲ୍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ର କନ୍ୟା ସମସ୍ତଙ୍କୁ ଅଂଶ ଦେଲା;5ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।6ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।7ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।8ଏଥିରେ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ ? କାହିଁକି ଖାଉ ନାହଁ ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି ? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ ?9ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।10ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।11ପୁଣି, ସେ ଏକ ମାନତ ମନାଶି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୁ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।12ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।13ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ।14ତହିଁରେ ଏଲି ତାହାକୁ କହିଲେ, ତୁମ୍ଭେ କେତେ କାଳ ମତ୍ତ ହୋଇଥିବ ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।15ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୁ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।16ଆପଣା ଦାସୀକୁ ବେକାର ସ୍ତ୍ରୀ1 ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।17ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।18ତହୁଁ ସେ କହିଲା, ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ। ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷର୍ଣ୍ଣ ନୋହିଲା।
1ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।2ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।3ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।4ବୀରମାନଙ୍କର ଧନୁ ଭଙ୍ଗାଯାଇଅଛି ଓ ଝୁଣ୍ଟି ପଡ଼ିବା ଲୋକମାନଙ୍କର କଟି ବଳରେ ବନ୍ଧାଯାଇଅଛି।5ଯେଉଁମାନେ ପରିତୃପ୍ତ ଥିଲେ, ସେମାନେ ଆପେ ଖାଦ୍ୟ ନିମନ୍ତେ ବେତନଜୀବୀ ହୋଇଅଛନ୍ତି ଓ ଯେଉଁମାନେ କ୍ଷୁଧିତ ଥିଲେ, ସେମାନେ ବିଶ୍ରାମ ପାଇଅଛନ୍ତି; ହଁ, ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ଯାହାର ଅନେକ ସନ୍ତାନସନ୍ତତି ଥିଲେ, ସେ ନିସ୍ତେଜ ହେଉଅଛି।6ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।7ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।8ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।9ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ;1 ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।10ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।11ଏଉତ୍ତାରେ ଇଲ୍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା।
1ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।2ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ3ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ,4ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, ମୁଁ ଏଠାରେ ଅଛି।5ପୁଣି, ସେ ଏଲିଙ୍କ ନିକଟକୁ ଧାଇଁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ସେ କହିଲେ, ମୁଁ ଡାକି ନାହିଁ; ଫେରିଯାଇ ଶୁଅ। ତହୁଁ ସେ ଯାଇ ଶୋଇଲେ;6ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।7ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।8ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।9ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୁ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି। ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।10ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।11ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।12ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହିଦିନ ସଫଳ କରିବା।13ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶାପଗ୍ରସ୍ତ1 କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ।14ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।15ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ୱାର ଫିଟାଇଲେ। ପୁଣି, ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ।16ପୁଣି, ହେ ମୋହର ପୁତ୍ର ଶାମୁୟେଲ, ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, ମୁଁ ଏଠାରେ ଅଛି।17ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ ? ବିନୟ କରୁଅଛି, ମୋ’ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋ’ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।18ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।19ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ2 କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।20ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ।21ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।
1ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।2ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।3ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା1 ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।4ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।5ପୁଣି, ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।6ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।7ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, ପରମେଶ୍ୱର ଛାଉଣିକୁ ଆସିଅଛନ୍ତି। ଆହୁରି ସେମାନେ କହିଲେ, ହାୟ ହାୟ ! ପୂର୍ବରେ ଏପରି କେବେ ହୋଇ ନାହିଁ।8ହାୟ ହାୟ ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ ? ଏହି ଦେବଗଣ ପ୍ରାନ୍ତରରେ ସର୍ବ ପ୍ରକାର ଆଘାତ ଦ୍ୱାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ।9ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।10ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।11ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ହତ ହେଲେ।
1ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍-ଏଜରରୁ ଅସ୍ଦୋଦକୁ ଯାଇଥିଲେ।2ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ।3ତହିଁ ପରଦିନ ଅସ୍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।4ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।5ଏହେତୁ ଦାଗୋନ୍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍ ମନ୍ଦିରକୁ ଆସନ୍ତି, ସେମାନଙ୍କ ମଧ୍ୟରୁ କେହି ଆଜି ପର୍ଯ୍ୟନ୍ତ ଅସ୍ଦୋଦସ୍ଥିତ ଦାଗୋନ୍ର ଦ୍ୱାରବନ୍ଧ ମାଡ଼ନ୍ତି ନାହିଁ।6ମାତ୍ର ଅସ୍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।7ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।8ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା ? ତହିଁରେ ସେମାନେ ଉତ୍ତର କଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍କୁ ନିଆଯାଉ। ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।9ପୁଣି, ସେମାନେ ତାହା ନେଇ ଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।10ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।11ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇ ଦିଅ, ତାହା ସ୍ୱସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ; କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।12ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।
1ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।2ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱସ୍ଥାନକୁ ପଠାଇବା ? ଏହା ଆମ୍ଭମାନଙ୍କୁ ଜଣାଅ।3ତହିଁରେ ସେମାନେ କହିଲେ, ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇ ଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।4ତହୁଁ ସେମାନେ ପଚାରିଲେ, ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା ? ଏଥିରେ ସେମାନେ କହିଲେ, ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ୱର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା।5ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ।6ଯେପରି ମିସ୍ରୀୟମାନେ ଓ ଫାରୋ ଆପଣାମାନଙ୍କ ହୃଦୟ ଭାରୀ କରିଥିଲେ, ସେପରି ତୁମ୍ଭେମାନେ କାହିଁକି ଆପଣମାନଙ୍କ ହୃଦୟ ଭାରୀ କରୁଅଛ ? ସେ ସେମାନଙ୍କ ମଧ୍ୟରେ ଆପଣା ମହାଶକ୍ତି ପ୍ରକାଶ କରନ୍ତେ, ସେମାନେ କି ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ ଓ ଲୋକମାନେ କି ପ୍ରସ୍ଥାନ କଲେ ନାହିଁ ?7ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ;8ପୁଣି, ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ୱର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ୱରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇ ଦିଅ।9ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।10ତହିଁରେ ଲୋକମାନେ ସେପରି କଲେ; ପୁଣି, ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକୁ ଘରେ ବନ୍ଦ କଲେ।11ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ୱର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ।12ତହୁଁ ସେହି ଗାଭୀମାନେ ସଳଖ ପଥ ଧରି ବେଥ୍-ଶେମଶକୁ ଯିବା ବାଟରେ ଗଲେ; ସେମାନେ ଯାଉ ଯାଉ ହମ୍ବାରବ ପକାଇ ସଡ଼କରେ ଗଲେ, ଦକ୍ଷିଣକୁ କି ବାମକୁ ଫେରିଲେ ନାହିଁ; ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବେଥ୍-ଶେମଶ ସୀମା ପର୍ଯ୍ୟନ୍ତ ଗଲେ।13ସେହି ସମୟରେ ବେଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି, ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ।14ଏଉତ୍ତାରେ ସେହି ଶଗଡ଼ ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ।15ପୁଣି, ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ୱର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବେଥ୍-ଶେମଶର ଲୋକମାନେ ସେହିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ।16ତହୁଁ ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି ତାହା ଦେଖି ସେହି ଦିନ ଇକ୍ରୋଣକୁ ଫେରି ଆସିଲେ।17ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;18ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀରବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ।19ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ1 ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ।20ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ ?21ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।
1ଏଥିଉତ୍ତାରେ କିରୀୟଥ୍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ।
1ଏଥିଉତ୍ତାରେ ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ।2ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ୱିତୀୟର ନାମ ଅବୀୟ; ଏମାନେ ବେର୍ଶେବାରେ ବିଚାରକର୍ତ୍ତା ଥିଲେ।3ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟ ଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।4ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;5ପୁଣି, ସେମାନେ ତାଙ୍କୁ କହିଲେ, ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।6ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।7ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।8ଆମ୍ଭେ ସେମାନଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ ସେମାନେ ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବଗଣର ସେବା କରି ଯେସମସ୍ତ କର୍ମ କରିଅଛନ୍ତି, ତଦନୁସାରେ ସେମାନେ ତୁମ୍ଭ ପ୍ରତି ମଧ୍ୟ କରୁଅଛନ୍ତି।9ଏହେତୁ ଏବେ ସେମାନଙ୍କ ରବରେ କର୍ଣ୍ଣପାତ କର; ତଥାପି ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ସ୍ପଷ୍ଟ ସାକ୍ଷ୍ୟ ଦିଅ ଓ ସେମାନଙ୍କ ଉପରେ ଯେ ରାଜତ୍ୱ କରିବେ, ସେହି ରାଜାର ବିଧି ସେମାନଙ୍କୁ ଜଣାଅ।10ଏଉତ୍ତାରେ ଯେଉଁମାନେ ଶାମୁୟେଲଙ୍କୁ ରାଜା ମାଗିଥିଲେ, ସେହି ଲୋକମାନଙ୍କୁ ସେ ସଦାପ୍ରଭୁଙ୍କର ସମସ୍ତ କଥା ଜଣାଇଲେ।11ଆହୁରି ସେ କହିଲେ, ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ।12ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶତ୍ପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।13ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ।14ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।15ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।16ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ1 ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।17ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।18ପୁଣି, ସେ ସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।19ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;20ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।21ଏଥିରେ ଶାମୁୟେଲ ଲୋକମାନଙ୍କର ସମସ୍ତ କଥା ଶୁଣି ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ତାହା କହିଲେ।22ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର। ଏଉତ୍ତାରେ ଶାମୁୟେଲ ଇସ୍ରାଏଲ-ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।
1ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।2ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଉର୍ଦ୍ଧ୍ୱକୁ ଉଚ୍ଚ ଥିଲେ।3ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ।4ତେଣୁ ସେ ଇଫ୍ରୟିମ ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରୁ ସେ ବିନ୍ୟାମୀନ୍ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ।5ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, ଆସ ଆମ୍ଭେମାନେ ଫେରି ଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।6ତହିଁରେ ସେ ତାଙ୍କୁ କହିଲା, ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।7ତେବେ ଶାଉଲ ଆପଣା ଯୁବାକୁ କହିଲେ, ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା ? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି ?8ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, ଦେଖ, ଆମ୍ଭ ହାତରେ ଏକ ଶେକଲ1 ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।9(ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ; କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।10ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, ଭଲ କହିଲ; ଆସ, ଆମ୍ଭେମାନେ ଯାଉ। ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।11ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କୁ ଦେଖି ପଚାରିଲେ, ଏଠାରେ ଦର୍ଶକ ଅଛନ୍ତି କି ?12ତହିଁରେ ସେମାନେ ଉତ୍ତର ଦେଇ କହିଲେ, ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;13ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକି ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।14ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।15ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,16କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ-ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।17ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।18ସେତେବେଳେ ଶାଉଲ ନଗରଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।19ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକୁ ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହା ସବୁ ତୁମ୍ଭକୁ ଜଣାଇବି।20ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ ?21ତହୁଁ ଶାଉଲ ଉତ୍ତର କରି କହିଲେ, ମୁଁ କି ଇସ୍ରାଏଲ- ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ ?22ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ।23ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।24ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, ଦେଖ ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି। ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।25ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ।2
1ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ1 ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି ?2ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍ର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି ?3ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳି ଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;4ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।5ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିବେ;6ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।7ଏହି ସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।8ମାତ୍ର ତୁମ୍ଭେ ମୋର ଆଗେ ଗିଲ୍ଗଲ୍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।9ଏଥିଉତ୍ତାରେ ସେ ଶାମୁୟେଲଙ୍କ ନିକଟରୁ ଯିବା ପାଇଁ ପିଠି ଫେରାନ୍ତେ, ପରମେଶ୍ୱର ତାଙ୍କର ଅନ୍ୟ ଅନ୍ତଃକରଣ କରିଦେଲେ ଓ ସେହିଦିନ ସେସମସ୍ତ ଚିହ୍ନ ଘଟିଲା।10ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।11ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, କୀଶ୍ର ପୁତ୍ର ପ୍ରତି କଅଣ ଘଟିଲା ? ଶାଉଲ ହିଁ କି ଭବିଷ୍ୟଦ୍-ବକ୍ତାମାନଙ୍କ ମଧ୍ୟରେ ଜଣେ ?12ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, ଆଚ୍ଛା, ସେମାନଙ୍କ ପିତା କିଏ ? ଏହିହେତୁ ‘ଶାଉଲ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ’ ଏହି କଥା ଏକ ପ୍ରବାଦ ହୋଇ ଉଠିଲା।13ତହୁଁ ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକୁ ଗଲେ।14ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, ତୁମ୍ଭେମାନେ କେଉଁଠାକୁ ଯାଇଥିଲ ? ସେ କହିଲେ, ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।15ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କ’ଣ କହିଲେ, ମୋତେ କୁହ।16ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କହିଲେ। ମାତ୍ର ରାଜତ୍ୱର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।
1ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା।2ତହୁଁ ଅମ୍ମୋନୀୟ ନାହଶ୍ ସେମାନଙ୍କୁ ଉତ୍ତର କଲା, ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ୱାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି।3ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ।4ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହିସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।5ଏହି ସମୟରେ ଦେଖ, ଶାଉଲ କ୍ଷେତ୍ରରୁ ବଳଦମାନଙ୍କ ପଛେ ଆସୁ ଆସୁ ଉପସ୍ଥିତ ହେଲେ; ଆଉ ଶାଉଲ ପଚାରିଲେ, ଲୋକମାନଙ୍କର କଅଣ ହେଲା ଯେ, ସେମାନେ ରୋଦନ କରୁଅଛନ୍ତି ? ତହିଁରେ ସେମାନେ ଯାବେଶର ଲୋକମାନଙ୍କ କଥା ତାଙ୍କୁ ଜଣାଇଲେ।6ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା।7ତହୁଁ ସେ ଏକ ହଳ ବଳଦ ନେଇ ଖଣ୍ଡ ଖଣ୍ଡ କରି କାଟିଲେ ଓ ଦୂତମାନଙ୍କ ହସ୍ତରେ ଇସ୍ରାଏଲ ସୀମାର ସର୍ବତ୍ର ତାହା ପଠାଇ କହିଲେ, ଯେ କେହି ବାହାରି ଶାଉଲ ଓ ଶାମୁୟେଲଙ୍କର ପଶ୍ଚାଦ୍ଗମନ ନ କରେ, ତାହାର ବଳଦମାନଙ୍କ ପ୍ରତି ଏହିପରି କରାଯିବ। ତହୁଁ ସଦାପ୍ରଭୁଙ୍କଠାରୁ ଲୋକମାନଙ୍କ ଉପରେ ଆଶଙ୍କା ପଡ଼ନ୍ତେ, ସେମାନେ ଏକ ମନୁଷ୍ୟ ପରି ବାହାର ହୋଇ ଆସିଲେ।8ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ।9ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରାବେଳେ ତୁମ୍ଭେମାନେ ଉଦ୍ଧାର ପାଇବ; ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ।10ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍କୁ) କହିଲେ, କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।11ପରଦିନ ଶାଉଲ ଲୋକମାନଙ୍କୁ ତିନି ଦଳ କଲେ; ତେଣୁ ସେମାନେ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟମାନଙ୍କ ଛାଉଣି ମଧ୍ୟକୁ ଯାଇ ଖରାବେଳ ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ; ତହିଁରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ଏପରି ଛିନ୍ନଭିନ୍ନ ହେଲେ ଯେ, ସେମାନଙ୍କର ଦୁଇ ଜଣ ଏକତ୍ର ରହିଲେ ନାହିଁ।12ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, କିଏ କହୁଥିଲା କି, ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ ? ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା।13ମାତ୍ର ଶାଉଲ କହିଲେ, ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।14ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଗିଲ୍ଗଲ୍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା।15ତହିଁରେ ସମସ୍ତ ଲୋକ ଗିଲ୍ଗଲ୍କୁ ଗଲେ ଓ ସେହି ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।
1ଏଥିଉତ୍ତାରେ ଶାମୁୟେଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, ଦେଖ, ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ତୁମ୍ଭମାନଙ୍କର ସେହି ରବ ଶୁଣିଲି ଓ ତୁମ୍ଭମାନଙ୍କ ଉପରେ ଏକ ଜଣକୁ ରାଜା କଲି।2ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି, ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି।3ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।4ତହିଁରେ ସେମାନେ କହିଲେ, ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ।5ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି; ତହିଁରେ ସେମାନେ କହିଲେ, ସାକ୍ଷୀ ଅଛନ୍ତି।6ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।7ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।8ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।9ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।10ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍ ଦେବଗଣର ଓ ଅଷ୍ଟାରୋତ୍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।11ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲକୁ1 ଓ ବଦାନକୁ2 ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।12ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।13ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।14ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;15ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ।16ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।17ଆଜି କି ଗହମ କାଟିବା ସମୟ ନୁହେଁ ? ସଦାପ୍ରଭୁ ଯେପରି ମେଘଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।18ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହିଦିନ ମେଘଗର୍ଜ୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।19ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।20ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;21ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।22ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।23ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।24କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।25ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।
1ଶାଉଲ ତିରିଶ ବର୍ଷ ବୟସରେ ଇସ୍ରାଏଲ ଉପରେ ରାଜତ୍ୱ କଲେ।2ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍ମସ୍ରେ ଓ ବେଥେଲ୍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।3ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, ଏବ୍ରୀୟ ଲୋକମାନେ ଶୁଣନ୍ତୁ।4ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍ଗଲ୍ରେ ଏକତ୍ର ହେଲେ।5ଏଉତ୍ତାରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ପଲେଷ୍ଟୀୟମାନଙ୍କର ତିରିଶ ସହସ୍ର ରଥ ଓ ଛଅ ସହସ୍ର ଅଶ୍ୱାରୋହୀ ଓ ସମୁଦ୍ର ତୀରସ୍ଥ ବାଲୁକାର ନ୍ୟାୟ ଲୋକସମୂହ ଏକତ୍ର ହେଲେ; ସେମାନେ ଆସି ମିକ୍ମସ୍ରେ ବେଥ୍-ଆବନର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।6ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ଫାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।7ଏହି ସମୟରେ ଏବ୍ରୀୟମାନଙ୍କର କେତେକ ଲୋକ ଯର୍ଦ୍ଦନ ପାର ହୋଇ ଗାଦ୍ ଓ ଗିଲୀୟଦ ଦେଶକୁ ଯାଇଥିଲେ; ମାତ୍ର ଶାଉଲ ଏଯାଏ ଗିଲ୍ଗଲ୍ରେ ଥିଲେ, ଆଉ ସମସ୍ତ ଲୋକ ଥରଥର ହୋଇ ତାଙ୍କର ପଶ୍ଚାଦ୍ଗାମୀ ହେଲେ।
1ଏକ ଦିନ ଶାଉଲଙ୍କର ପୁତ୍ର ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେପାଖସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟକୁ ଯାଉ। ମାତ୍ର ସେ ଆପଣା ପିତାକୁ ଏହା ଜଣାଇଲା ନାହିଁ।2ସେସମୟରେ ଶାଉଲ ଗିବୀୟାର ପ୍ରାନ୍ତଭାଗରେ ମିଗ୍ରୋଣସ୍ଥ ଡାଳିମ୍ବ ବୃକ୍ଷ ମୂଳରେ ଥିଲେ; ପୁଣି, ଊଣାଧିକ ଛଅ ଶହ ଲୋକ ତାଙ୍କ ସଙ୍ଗରେ ଥିଲେ;3ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।4ପୁଣି, ଯୋନାଥନ ଯେଉଁ ଘାଟୀ ଦେଇ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟକୁ ଯିବାକୁ ଚେଷ୍ଟା କଲା, ତହିଁର ମଧ୍ୟସ୍ଥଳରେ ଏକପାଖେ ଦନ୍ତାକାର ଏକ ଶୈଳ ଓ ଅନ୍ୟ ପାଖେ ଦନ୍ତାକାର ଏକ ଶୈଳ ଥିଲା; ତହିଁର ଏକର ନାମ ବୋତ୍ସେସ ଓ ଅନ୍ୟର ନାମ ସେନି।5ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦନ୍ତ ଉତ୍ତରଆଡ଼ ମିକ୍ମସ୍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।6ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।7ତହିଁରେ ତାହାର ଅସ୍ତ୍ରବାହକ କହିଲା, ତୁମ୍ଭ ମନରେ ଯାହା ଅଛି, ସବୁ କର; ଚାଲ, ଦେଖ ଆମ୍ଭେ ତୁମ୍ଭ ମନ ପରି ତୁମ୍ଭ ସଙ୍ଗରେ ଅଛୁ।8ତେବେ ଯୋନାଥନ କହିଲା, ଦେଖ, ଆମ୍ଭେମାନେ ସେହି ଲୋକମାନଙ୍କ ଆଡ଼କୁ ଯାଇ ସେମାନଙ୍କ ନିକଟରେ ଆପଣାମାନଙ୍କୁ ଦେଖାଇବା।9ଯେବେ ସେମାନେ ଆମ୍ଭମାନଙ୍କୁ କହିବେ, ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ କତିକି ଆସିବା; ତେବେ ଆମ୍ଭେମାନେ ଆପଣା ଆପଣା ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ନିକଟକୁ ଉଠି ଯିବା ନାହିଁ।10ମାତ୍ର ଆମ୍ଭମାନଙ୍କ ନିକଟକୁ ଉଠି ଆସ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ।11ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।12ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା। ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, ମୋ’ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି।13ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠି ଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା।14ଯୋନାଥନ ଓ ତାହାର ଅସ୍ତ୍ରବାହକର କୃତ ଏହି ପ୍ରଥମ ହତ୍ୟାରେ ପ୍ରାୟ ଅର୍ଦ୍ଧ ଏକର ଭୂମିରେ ଊଣାଧିକ କୋଡ଼ିଏ ଜଣ ହତ ହେଲେ।15ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।16ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗି ଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।17ତେଣୁ ଶାଉଲ ଆପଣା ସଙ୍ଗୀ ଲୋକମାନଙ୍କୁ କହିଲେ, ଏବେ ଗଣନା କରି ଦେଖିଲ, ଆମ୍ଭମାନଙ୍କ ମଧ୍ୟରୁ କିଏ ଯାଇଛି ? ତହିଁରେ ସେମାନେ ଗଣନା କରନ୍ତେ, ଦେଖ, ଯୋନାଥନ ଓ ତାହାର ଅସ୍ତ୍ରବାହକ ନାହାନ୍ତି।18ତହୁଁ ଶାଉଲ ଅହୀୟକୁ କହିଲେ, ପରମେଶ୍ୱରଙ୍କ ସିନ୍ଦୁକ ଏଠାକୁ ଆଣ, କାରଣ, ସେସମୟରେ ପରମେଶ୍ୱରଙ୍କ ସିନ୍ଦୁକ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେଠାରେ ଥିଲା।19ପୁଣି, ଶାଉଲ ଯାଜକ ସଙ୍ଗେ କଥା କହିବା ବେଳେ ଏପରି ହେଲା ଯେ, ପଲେଷ୍ଟୀୟମାନଙ୍କ ଛାଉଣିରେ ଆହୁରି ଆହୁରି କୋଳାହଳ ବଢ଼ିବାକୁ ଲାଗିଲା; ତହିଁରେ ଶାଉଲ ଯାଜକକୁ କହିଲେ, କର୍ମ ବନ୍ଦ କର।20ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଛି ଓ ମହାକୋଳାହଳ ହେଉଅଛି।21ଆହୁରି, ଯେଉଁ ଏବ୍ରୀୟମାନେ ଚାରିଆଡ଼ସ୍ଥ ଦେଶରୁ ପଲେଷ୍ଟୀୟମାନଙ୍କ ଛାଉଣିକୁ ଯାଇ ପୂର୍ବ ପରି ସେମାନଙ୍କ ସହିତ ଥିଲେ, ସେମାନେ ମଧ୍ୟ ଶାଉଲ ଓ ଯୋନାଥନ ସହିତ ଥିବା ଇସ୍ରାଏଲ ଲୋକମାନଙ୍କ ସଙ୍ଗୀ ହେବା ପାଇଁ ଫେରି ଆସିଲେ।22ସେହିପରି ଯେଉଁ ଇସ୍ରାଏଲ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ଲୁଚି ରହିଥିଲେ, ସେସମସ୍ତେ ମଧ୍ୟ ପଲେଷ୍ଟୀୟମାନଙ୍କ ପଳାୟନ ସମ୍ବାଦ ଶୁଣି ଯୁଦ୍ଧସ୍ଥଳରେ ସେମାନଙ୍କ ପଛେ ପଛେ ଦୌଡ଼ି ଲାଗି ରହିଲେ।23ଏହିରୂପେ ସଦାପ୍ରଭୁ ସେହିଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା।
1ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।2ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।3ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।4ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,5ତହୁଁ ଶାଉଲ ଅମାଲେକ ନଗରକୁ ଆସି ଉପତ୍ୟକାରେ ଛକି ବସିଲେ।6ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ। ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରି ଗଲେ।7ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ।8ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।9ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।
1ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।2ତହିଁରେ ଶାମୁୟେଲ କହିଲେ, ମୁଁ କିପରି ଯାଇ ପାରିବି ? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ। ଆଉ ସଦାପ୍ରଭୁ କହିଲେ, ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ।3ପୁଣି, ଯିଶୀକି ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା, ପୁଣି, ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ।4ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥଲିହିମରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, ଆପଣଙ୍କ ଆଗମନ କୁଶଳ ?5ସେ କହିଲେ, କୁଶଳ; ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋ’ ସଙ୍ଗେ ବଳିଦାନ କରିବାକୁ ଆସ। ଏଉତ୍ତାରେ ସେ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।6ପୁଣି, ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ୍ ପ୍ରତି ଦୃଷ୍ଟି କରି କହିଲେ, ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ।7ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;8ଏଉତ୍ତାରେ ଯିଶୀ ଅବୀନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି।9ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି।10ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକି କହିଲେ, ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।11ଏଉତ୍ତାରେ ଶାମୁୟେଲ ଯିଶୀକି କହିଲେ, ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି ? ସେ କହିଲା, କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି। ତହିଁରେ ଶାମୁୟେଲ ଯିଶୀକୁ କହିଲେ, ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।12ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।13ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।
1ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।2ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।3ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି, ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।4ଏଥିରେ ଗାଥ୍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।5ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ1 ପରିମିତ ପିତ୍ତଳର ଥିଲା।6ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା।7ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ2 ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।8ଆଉ ସେ ଛିଡ଼ା ହୋଇ ଇସ୍ରାଏଲର ସୈନ୍ୟଶ୍ରେଣୀ ଆଡ଼େ ଡାକି ସେମାନଙ୍କୁ କହିଲା, ତୁମ୍ଭେମାନେ କାହିଁକି ଯୁଦ୍ଧ ସାଜିବା ପାଇଁ ବାହାର ହୋଇ ଆସିଅଛ ? ମୁଁ କି ସେହି ପଲେଷ୍ଟୀୟ ଲୋକ ନୁହେଁ ? ଓ ତୁମ୍ଭେମାନେ କି ଶାଉଲର ଦାସ ନୁହଁ ? ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମୋହର କତିକି ଓହ୍ଲାଇ ଆସୁ।9ସେ ଯେବେ ମୋ’ ସଙ୍ଗେ ଯୁଦ୍ଧ କରି ପାରିବ ଓ ମୋତେ ବଧ କରିବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କର ଦାସ ହେବୁ; ମାତ୍ର ଯେବେ ମୁଁ ତାହାକୁ ପାରିବି ଓ ବଧ କରିବି, ତେବେ ତୁମ୍ଭେମାନେ ଆମ୍ଭମାନଙ୍କର ଦାସ ହେବ ଓ ଆମ୍ଭମାନଙ୍କର ଦାସ୍ୟକର୍ମ କରିବ।10ଆହୁରି ସେ ପଲେଷ୍ଟୀୟ କହିଲା, ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।11ପୁଣି, ଶାଉଲ ଓ ସମୁଦାୟ ଇସ୍ରାଏଲ ସେହି ପଲେଷ୍ଟୀୟର ଏହି ସକଳ କଥା ଶୁଣନ୍ତେ, ସେମାନେ ହତାଶ ହେଲେ ଓ ଅତିଶୟ ଭୟ କଲେ।12ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।13ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।14କେବଳ ବଡ଼ ତିନି ଜଣ ଶାଉଲଙ୍କର ଅନୁଗାମୀ ହୋଇଥିଲେ।15ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯା’ଆସ କରୁଥାଆନ୍ତି।16ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।17ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା3 ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନି ଯାଅ।18ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନି ଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।19ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।20ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି, ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।21ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ।22ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ି ଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।23ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ।24ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।25ତହୁଁ ଇସ୍ରାଏଲ ଲୋକମାନେ କହିଲେ, ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କ’ଣ ତୁମ୍ଭେମାନେ ଦେଖିଲ ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।26ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ’ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ?27ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ।28ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍ ଶୁଣିଲା; ତହିଁରେ ଇଲୀୟାବ୍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, ତୁ କାହିଁକି ଏଠିକି ଆସିଲୁ ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ ? ମୁଁ ତୋ’ ଗର୍ବ ଓ ତୋ’ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।29ଏଥିରେ ଦାଉଦ କହିଲେ, ମୁଁ ଏବେ କଅଣ କଲି ? ଏଥିରେ କି କୌଣସି କାରଣ ନାହିଁ ?30ପୁଣି, ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।31ଦାଉଦଙ୍କର ଏହିସବୁ କଥା ଶୁଣାଯା’ନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ।32ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।33ତହିଁରେ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।34ତହୁଁ ଦାଉଦ ଶାଉଲଙ୍କୁ କହିଲେ, ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନି ଗଲେ,35ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତା’ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋ’ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ।36ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।37ଆହୁରି ଦାଉଦ କହିଲେ, ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ। ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।38ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।39ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ। ଏଣୁ ଦାଉଦ ତାହା କାଢ଼ି ରଖିଲେ।40ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।41ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।42ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।43ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋ’ ପାଖକୁ ଆସିଛୁ ? ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।44ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୋ’ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।45ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋ’ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।46ଆଜିଦିନ ସଦାପ୍ରଭୁ ତୁମ୍ଭକୁ ମୋ’ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।47ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।48ଏଉତ୍ତାରେ ସେହି ପଲେଷ୍ଟୀୟ ଉଠି ଦାଉଦଙ୍କ ସଙ୍ଗେ ଭେଟିବାକୁ ଆସି ନିକଟବର୍ତ୍ତୀ ହୁଅନ୍ତେ, ଦାଉଦ ଶୀଘ୍ର ସେହି ପଲେଷ୍ଟୀୟ ସହିତ ଭେଟିବାକୁ ସୈନ୍ୟଶ୍ରେଣୀ ଆଡ଼େ ଦୌଡ଼ିଲେ।49ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯା’ନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।50ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।51ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।52ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍ ନଗର4 ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍ ପଥରେ ଗାଥ୍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।53ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।54ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।55ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍ନରକୁ କହିଲେ; ଅବ୍ନର, ଏ ଯୁବା କାହାର ପୁଅ ? ଅବ୍ନର କହିଲା, ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।56ତହିଁରେ ରାଜା କହିଲେ, ପଚାର, ଏ ଭେଣ୍ଡିଆଟି କାହାର ପୁଅ ?57ଆଉ ଦାଉଦ ପଲେଷ୍ଟୀୟକୁ ବଧ କରି ପଲେଷ୍ଟୀୟର ମସ୍ତକ ହସ୍ତରେ ଧରି ଫେରି ଆସିବା ବେଳେ ଅବ୍ନର ତାଙ୍କୁ ନେଇ ଶାଉଲଙ୍କ ସମ୍ମୁଖକୁ ଆଣିଲା।58ତହୁଁ ଶାଉଲ ତାଙ୍କୁ ପଚାରିଲେ, ହେ ଯୁବକ, ତୁମ୍ଭେ କାହାର ପୁଅ ? ଦାଉଦ ଉତ୍ତର ଦେଲେ, ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।
1ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।2ପୁଣି, ଶାଉଲ ସେହି ଦିନ ତାଙ୍କୁ ଗ୍ରହଣ କରି ତାଙ୍କର ପିତୃଗୃହକୁ ଆଉ ଯିବାକୁ ଦେଲେ ନାହିଁ।3ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ।4ପୁଣି, ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ୍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା।5ଆଉ ଶାଉଲ ଦାଉଦଙ୍କୁ ଯେକୌଣସି ସ୍ଥାନକୁ ପଠାନ୍ତି, ସେ ସେଠାକୁ ଯାଇ ବୁଦ୍ଧିରେ କାର୍ଯ୍ୟ କରନ୍ତି, ଏହେତୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ସମସ୍ତ ଲୋକଙ୍କ ଦୃଷ୍ଟିରେ ଓ ଶାଉଲଙ୍କ ଦାସମାନଙ୍କ ଦୃଷ୍ଟିରେ ମଧ୍ୟ ଉତ୍ତମ ଦେଖାଗଲା।
1ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।2ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;3ପୁଣି, ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି।4ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;5କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦକୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ ?6ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।7ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ।8ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।9ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,10ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।11ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।12ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।13ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।14ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, ସେ ପୀଡ଼ିତ ଅଛନ୍ତି।15ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, ତାହାକୁ ଶଯ୍ୟାରେ ମୋ’ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।16ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।17ଏଣୁ ଶାଉଲ ମୀଖଲକୁ କହିଲେ, ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋ’ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା ? ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, ସେ ମୋତେ କହିଲେ, ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି ?18ଏଥି ମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହା ସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।19ଏଉତ୍ତାରେ ଶାଉଲଙ୍କୁ ଜଣାଇ ଦିଆଗଲା, ଦେଖ, ଦାଉଦ ରାମାସ୍ଥିତ ନାୟୋତରେ ଅଛନ୍ତି।20ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।21ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।22ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି ? ଏଥିରେ ଜଣେ କହିଲା, ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।23ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।24ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ ?
1ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି ? ମୋହର ଅପରାଧ କଅଣ ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି ?2ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋ’ଠାରୁ ଏହି କଥା କାହିଁକି ଗୋପନ କରିବେ ? ସେପରି ନୁହେଁ।3ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହା ହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।4ତେବେ ଯୋନାଥନ ଦାଉଦଙ୍କୁ କହିଲା, ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି।5ତହୁଁ ଦାଉଦ ଯୋନାଥନକୁ କହିଲେ, ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି।6ଯେବେ ତୁମ୍ଭ ପିତା ମୋ’ ବିଷୟ କିଛି ପଚାରିବେ, ତେବେ କହିବ, ଦାଉଦ ଆପଣା ନଗର ବେଥଲିହିମକୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ।7ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି।8ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇ ଯିବ ?9ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋ’ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ ?10ତହୁଁ ଦାଉଦ ଯୋନାଥନକୁ କହିଲେ, ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ ?11ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ। ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ।12ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି ?13ତୁମ୍ଭର ଅମଙ୍ଗଳ କରିବା ମୋ’ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ।14ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋ’ ପ୍ରତି ପ୍ରକାଶ କରିବ;15କେବଳ ତାହା ନୁହେଁ, ସଦାକାଳ ମୋ’ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ।16ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ।17ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।18ପୁଣି, ଯୋନାଥନ ତାଙ୍କୁ କହିଲା, କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ।19ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ।20ପୁଣି, ମୁଁ ଲକ୍ଷ୍ୟ କରିବା ଛଳରେ ତହିଁର ପାର୍ଶ୍ୱକୁ ତିନି ତୀର ମାରିବି।21ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ଯାଇ ତୀର ଖୋଜ। ମୁଁ ଯେବେ ସେହି ବାଳକକୁ କହେ, ଦେଖ, ତୀର ତୁମ୍ଭ ଏପାଖରେ ଅଛି, ତାହା ନେଇ ଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ।22ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲି ଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ।23ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋ’ ମଧ୍ୟରେ ସାକ୍ଷୀ ରହିଲେ।24ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ।25ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା1 ଓ ଅବ୍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା।26ତଥାପି ସେହିଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ।27ମାତ୍ର ଅମାବାସ୍ୟାର ପର ଦିବସ ଦ୍ୱିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, ଯିଶୀର ପୁତ୍ର କାହିଁକି ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ ?28ତହୁଁ ଯୋନାଥନ ଶାଉଲଙ୍କୁ ଉତ୍ତର କଲା, ଦାଉଦ ବେଥଲିହିମକୁ ଯିବା ପାଇଁ ମୋତେ ବହୁତ କହିଲା,29ଆଉ ସେ କହିଲା, ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି। ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି ମୋର ଭାଇମାନଙ୍କୁ ଦେଖିବା ପାଇଁ ମୋତେ ଛାଡ଼ିଦିଅ। ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ।30ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କ’ଣ ମୁଁ ଜାଣୁ ନାହିଁ ?31କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋ’ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋ’ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।32ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, ସେ କାହିଁକି ହତ ହେବ ? ସେ କଅଣ କରିଅଛି ?33ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ୱାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ୱାରା ସ୍ଥିରୀକୃତ ହୋଇଅଛି।34ଏହେତୁ ଯୋନାଥନ ପ୍ରଚଣ୍ଡ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ୱିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା।35ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରି ଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା।36ପୁଣି, ସେ ଆପଣା ବାଳକକୁ କହିଲା, ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ି ଯାଇ ଖୋଜ୍। ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା।37ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, ତୀର ତୋ’ ସେପାଖରେ ଅଛି ପରା ?38ଆହୁରି ଯୋନାଥନ ବାଳକକୁ ଡାକି କହିଲା, ଚଞ୍ଚଳ ଦୌଡ଼୍, ରହ ନା। ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।39ମାତ୍ର ସେ ବାଳକ କିଛି ଜାଣିଲା ନାହିଁ; କେବଳ ଯୋନାଥନ ଓ ଦାଉଦ ସେ କଥା ଜାଣିଲେ।40ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, ଯା, ଏସବୁ ନଗରକୁ ନେ।41ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକ ଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ।42ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋ’ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ। ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।
1ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି ?2ଏଥିରେ ଦାଉଦ ଅହୀମେଲକ୍ ଯାଜକକୁ କହିଲେ, ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ; ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି।3ଏବେ ତୁମ୍ଭ ହସ୍ତରେ କଅଣ ଅଛି ? ପାଞ୍ଚଟି ରୁଟି, ଅବା ଯାହା କିଛି ଅଛି, ତାହା ମୋ’ ହସ୍ତରେ ଦିଅ।4ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, ମୋ’ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।5ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ ?6ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।7ସେହିଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।8ପୁଣି, ଦାଉଦ ଅହୀମେଲକ୍କୁ କହିଲେ, ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ୍ଗ ନାହିଁ ? କାରଣ ମୁଁ ଆପଣା ଖଡ୍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା।9ତହିଁରେ ଯାଜକ କହିଲା, ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ। ତହୁଁ ଦାଉଦ କହିଲେ ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।
1ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।2ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ।3ଏଥିଉତ୍ତାରେ ଦାଉଦ ସେଠାରୁ ମୋୟାବ ଦେଶସ୍ଥ ମିସ୍ପେକୁ ଗଲେ; ପୁଣି, ସେ ମୋୟାବର ରାଜାକୁ କହିଲେ, ମୁଁ ବିନୟ କରୁଅଛି, ପରମେଶ୍ୱର ମୋ’ ପ୍ରତି କଅଣ କରିବେ, ତାହା ମୁଁ ଜାଣିବା ପର୍ଯ୍ୟନ୍ତ ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ଆସି ରହିବାକୁ ଦିଅ।4ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ।5ଏଥି ମଧ୍ୟରେ ଭବିଷ୍ୟଦ୍ବକ୍ତା ଗାଦ୍ ଦାଉଦଙ୍କୁ କହିଲା, ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ। ତେବେ ଦାଉଦ ପ୍ରସ୍ଥାନ କରି ହେରତ୍ ବଣରେ ଉପସ୍ଥିତ ହେଲେ।
1ଏଥିଉତ୍ତାରେ ଲୋକମାନେ ଦାଉଦଙ୍କୁ ଜଣାଇ କହିଲେ, ଦେଖ, ପଲେଷ୍ଟୀୟମାନେ କିୟୀଲା ନଗର ବିରୁଦ୍ଧରେ ଯୁଦ୍ଧ କରି ଖଳାରୁ ଶସ୍ୟ ଲୁଟୁଅଛନ୍ତି।2ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି ? ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।3ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା ?4ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।5ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।6ଯେତେବେଳେ ଅହୀମେଲକ୍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା।7ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, ପରମେଶ୍ୱର ତାହାକୁ ମୋ’ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।8ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।9ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, ଏଠାକୁ ଏଫୋଦ ଆଣ।10ତେବେ ଦାଉଦ କହିଲେ, ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋ’ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।11କିୟୀଲା ନିବାସୀମାନେ କ’ଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କ’ଣ ଶାଉଲ ଆସିବେ ? ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ। ତହିଁରେ ସଦାପ୍ରଭୁ କହିଲେ, ସେ ଆସିବ।12ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋ’ ଲୋକମାନଙ୍କୁ କ’ଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ।13ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ। ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷାନ୍ତ ହେଲେ।
1ଏଥିଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି।2ତହୁଁ ଶାଉଲ ସମୁଦାୟ ଇସ୍ରାଏଲ ମଧ୍ୟରୁ ତିନି ହଜାର ବଛା ଲୋକ ନେଇ ଦାଉଦ ଓ ତାଙ୍କର ଲୋକମାନଙ୍କୁ ବନ୍ୟ ଛାଗର ଶୈଳ ସବୁରେ ଖୋଜିବାକୁ ଗଲେ।3ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା1 ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ।4ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ। ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।5ମାତ୍ର ଶାଉଲଙ୍କର ବସ୍ତ୍ରଧଡ଼ି କାଟିବାରୁ ପଛେ ଦାଉଦଙ୍କର ଅନ୍ତଃକରଣ ତାଙ୍କୁ ଆଘାତ କଲା।6ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।7ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ।8ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, ହେ ମୋହର ପ୍ରଭୁ, ମହାରାଜ। ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ।9ଆଉ ଦାଉଦ ଶାଉଲଙ୍କୁ କହିଲେ, ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି ?10ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ଫା ମଧ୍ୟରେ କିପରି ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।11ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗା ଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋ’ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋ’ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ।12ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।13ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।14ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି ? ଆପଣ କାହା ପଛରେ ଗୋଡ଼ାଇ ଅଛନ୍ତି ? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ଡାଉଁଶ ପଛରେ।15ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି, ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ।16ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, ଆମ୍ଭର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର ରବ ? ତହୁଁ ଶାଉଲ ରବ ଉଠାଇ ରୋଦନ କଲେ।17ପୁଣି, ସେ ଦାଉଦଙ୍କୁ କହିଲେ, ତୁମ୍ଭେ ମୋ’ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ।18ତୁମ୍ଭେ ମୋ’ ପ୍ରତି କିପରି ଉତ୍ତମ ବ୍ୟବହାର କରିଅଛ, ତାହା ଆଜି ପ୍ରକାଶ କରିଅଛ; କାରଣ ସଦାପ୍ରଭୁ ମୋତେ ତୁମ୍ଭ ହସ୍ତରେ ଦେଲେ ହେଁ ତୁମ୍ଭେ ମୋତେ ବଧ କଲ ନାହିଁ।19ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କ’ଣ ତାକୁ ଭଲରେ ଯିବାକୁ ଦେବ ? ଏଣୁ ଆଜି ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।20ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।21ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋ’ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋ’ ନାମ ଲୋପ କରିବ ନାହିଁ।22ତହିଁରେ ଦାଉଦ ଶାଉଲଙ୍କ ନିକଟରେ ଶପଥ କଲେ। ଏଉତ୍ତାରେ ଶାଉଲ ଗୃହକୁ ଗଲେ; ମାତ୍ର ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗମ ସ୍ଥାନକୁ ଆରୋହୀ ଗଲେ।
1ଏଥିଉତ୍ତାରେ ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି, ଦାଉଦ ଉଠି ପାରଣ1 ପ୍ରାନ୍ତରକୁ ଗଲେ।
1ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, ଦାଉଦ କ’ଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।2ଏଥିରେ ଶାଉଲ ଉଠି ସୀଫ୍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍ ପ୍ରାନ୍ତରକୁ ଗଲେ।3ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।4ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।5ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍ର ପୁତ୍ର ଅବ୍ନରର ଶୟନ-ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।6ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, ମୋ’ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ ? ତହିଁରେ ଅବୀଶୟ କହିଲା, ମୁଁ ତୁମ୍ଭ ସଙ୍ଗେ ଯିବି।7ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।8ସେତେବେଳେ ଅବୀଶୟ ଦାଉଦଙ୍କୁ କହିଲେ, ପରମେଶ୍ୱର ଆଜି ଆପଣଙ୍କ ଶତ୍ରୁକୁ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ଏଣୁ ଏବେ ଏହି ବର୍ଚ୍ଛାରେ ତାହାକୁ ଆଘାତ କରି ଏକାଥରକେ ଭୂମିରେ ବିଦ୍ଧ କରିବାକୁ ମୋତେ ଅନୁମତି ଦେଉନ୍ତୁ, ମୁଁ ତାହାକୁ ଦୁଇ ଥର ଆଘାତ କରିବି ନାହିଁ।9ଏଥିରେ ଦାଉଦ ଅବୀଶୟକୁ କହିଲେ, ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ ?10ଆହୁରି ଦାଉଦ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।11ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋ’ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା।12ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।13ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।14ଆଉ ଦାଉଦ ଲୋକମାନଙ୍କୁ ଓ ନେର୍ର ପୁତ୍ର ଅବ୍ନରକୁ ଡାକି କହିଲେ, ହେ ଅବ୍ନର, ତୁମ୍ଭେ କ’ଣ ଉତ୍ତର ଦେବ ନାହିଁ ? ତେବେ ଅବ୍ନର ଉତ୍ତର ଦେଇ କହିଲା, ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ ?15ଏଥିରେ ଦାଉଦ ଅବ୍ନରକୁ କହିଲେ, ତୁମ୍ଭେ କି ଜଣେ ପୁରୁଷ ନୁହଁ ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି ? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା।16ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ ?17ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, ହେ ମୋର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର ରବ ? ତହିଁରେ ଦାଉଦ କହିଲେ, ମୋହର ରବ, ମୋହର ପ୍ରଭୁ, ମହାରାଜ।18ଆହୁରି ସେ କହିଲେ, ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି ? ମୁଁ କଅଣ କରିଅଛି ? ଅବା ମୋ’ ହାତରେ କେଉଁ ମନ୍ଦତା ଅଛି ?19ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାଆନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ଯାଅ ଅନ୍ୟ ଦେବଗଣର ସେବା କର।20ଏହେତୁ ଏବେ ସଦାପ୍ରଭୁଙ୍କ ଛାମୁରୁ ଦୂରରେ ମୋହର ରକ୍ତ ଭୂମିରେ ପତିତ ନ ହେଉ।1 କାରଣ ଯେପରି କେହି ପର୍ବତରେ ତିତ୍ତିର ପକ୍ଷୀ ପଛେ ମୃଗୟା କରେ, ସେପରି ଇସ୍ରାଏଲର ରାଜା ଗୋଟିଏ ଡାଉଁଶର ଅନ୍ୱେଷଣରେ ବାହାର ହୋଇ ଆସିଅଛନ୍ତି।21ଏଥିରେ ଶାଉଲ କହିଲେ, ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।22ତହିଁରେ ଦାଉଦ ଉତ୍ତର ଦେଇ କହିଲେ, ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।23ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।24ଏହେତୁ ଦେଖନ୍ତୁ, ଆଜି ଯେପରି ମୋ’ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।25ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ। ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରି ଗଲେ।
1ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।2ଏଉତ୍ତାରେ ଦାଉଦ ଓ ତାଙ୍କ ସଙ୍ଗରେ ଥିବା ଛଅ ଶହ ଲୋକ ଉଠି ପାର ହୋଇ ମୋୟାବର ପୁତ୍ର ଆଖୀଶ୍ ନାମକ ଗାଥ୍ର ରାଜା ନିକଟକୁ ଗଲେ।3ପୁଣି, ଦାଉଦ ଓ ତାଙ୍କର ଲୋକମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପରିବାର ସହିତ ଆଖୀଶ୍ ନିକଟରେ ଗାଥ୍ ନଗରରେ ବାସ କଲେ, ବିଶେଷତଃ ଦାଉଦ ଓ ଯିଷ୍ରିୟେଲୀୟା ଅହୀନୋୟମ୍ ଓ ନାବଲର ଭାର୍ଯ୍ୟା କର୍ମିଲୀୟା ଅବୀଗଲ ନାମ୍ନୀ ତାଙ୍କର ଏହି ଦୁଇ ଭାର୍ଯ୍ୟା ସେଠାରେ ବାସ କଲେ।4ଏଣୁ ଦାଉଦ ଗାଥ୍କୁ ପଳାଇଅଛି, ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ପୁନର୍ବାର ତାଙ୍କର ଆଉ ଅନ୍ୱେଷଣ କଲେ ନାହିଁ।5ଏଥିଉତ୍ତାରେ ଦାଉଦ ଆଖୀଶ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ମୋହର ବାସ ନିମନ୍ତେ ଦେଶର ଲୋକମାନେ କୌଣସି ନଗରରେ ମୋତେ ସ୍ଥାନ ଦେଉନ୍ତୁ; କାହିଁକି ଆପଣଙ୍କ ଦାସ ଆପଣଙ୍କ ସହିତ ରାଜଧାନୀରେ ବାସ କରିବ ?6ତହିଁରେ ଆଖୀଶ୍ ସେହି ଦିନ ତାହାକୁ ସିକ୍ଲଗ୍ ନଗର ଦେଲା; ଏହି ହେତୁ ଆଜି ପର୍ଯ୍ୟନ୍ତ ସିକ୍ଲଗ୍ ଯିହୁଦା ରାଜାମାନଙ୍କ ଅଧିକାରରେ ଅଛି।7ଦାଉଦ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ଦିନର ସଂଖ୍ୟା ସମ୍ପୂର୍ଣ୍ଣ ଏକ ବର୍ଷ ଚାରି ମାସ ଥିଲା।8ଏଥି ମଧ୍ୟରେ ଦାଉଦ ଓ ତାଙ୍କର ଲୋକମାନେ ଯାଇ ଗଶୂରୀୟ ଓ ଗିଷରୀୟ ଓ ଅମାଲେକୀୟ ଲୋକମାନଙ୍କୁ ଆକ୍ରମଣ କରୁଥାଆନ୍ତି; କାରଣ ଶୂରର ସନ୍ନିକଟ ଓ ମିସର ପର୍ଯ୍ୟନ୍ତ ଯେଉଁ ଦେଶ, ତହିଁ ମଧ୍ୟରେ ପୂର୍ବକାଳରୁ ସେମାନେ ବାସ କରୁଥିଲେ।9ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି।10ଏଥିରେ ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ ବୋଲି ଆଖୀଶ୍ ପଚାରନ୍ତେ, ଦାଉଦ କହନ୍ତି, ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।11ପୁଣି, ଦାଉଦ ଏପରି କରନ୍ତି ଓ ପଲେଷ୍ଟୀୟମାନଙ୍କ ଦେଶରେ ବାସ କରିବା ସମୟାବଧି ଏପରି କରିବାର ତାଙ୍କର ରୀତି ହୋଇଅଛି, ଏହି କଥା କେହି ଅବା ଆମ୍ଭମାନଙ୍କ ବିରୁଦ୍ଧରେ କହିବ ବୋଲି ଭାବି ଦାଉଦ ଗାଥ୍କୁ ଆଣିବା ପାଇଁ ପୁରୁଷ କି ସ୍ତ୍ରୀ କାହାକୁ ଜୀବିତ ରଖନ୍ତି ନାହିଁ।12ଏହେତୁ ଆଖୀଶ୍ ଦାଉଦଙ୍କୁ ବିଶ୍ୱାସ କରି କହିଲା, ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।
1ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ। ଏଣୁ ଆଖୀଶ୍ ଦାଉଦଙ୍କୁ କହିଲା, ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋ’ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ।2ତହିଁରେ ଦାଉଦ ଆଖୀଶ୍କୁ କହିଲେ, ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ। ତେଣୁ ଆଖୀଶ୍ ଦାଉଦଙ୍କୁ କହିଲା, ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।
1ସେହି ସମୟରେ ପଲେଷ୍ଟୀୟମାନେ ଆପଣାମାନଙ୍କ ସୈନ୍ୟସାମନ୍ତ ସକଳ ଅଫେକରେ ଏକତ୍ର କଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ନିର୍ଝର ନିକଟରେ ଛାଉଣି ସ୍ଥାପନ କଲେ।2ଏଥିରେ ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶତ ଶତ ଓ ସହସ୍ର ସହସ୍ର ସୈନ୍ୟ ନେଇ କ୍ରମେ କ୍ରମେ ଅଗ୍ରସର ହେଲେ; ଆଉ ଦାଉଦ ଓ ତାଙ୍କର ଲୋକମାନେ ଆଖୀଶ୍ ସହିତ ପଛେ ପଛେ ଅଗ୍ରସର ହେଲେ।3ତହିଁରେ ପଲେଷ୍ଟୀୟ ଅଧିପତିମାନେ କହିଲେ, ଏହି ଏବ୍ରୀୟମାନେ ଏଠାରେ କଅଣ କରୁଅଛନ୍ତି ? ତହୁଁ ଆଖୀଶ୍ ପଲେଷ୍ଟୀୟ ଅଧିପତିମାନଙ୍କୁ କହିଲେ, ଏ କ’ଣ ଇସ୍ରାଏଲର ରାଜା ଶାଉଲଙ୍କର ଦାସ ଦାଉଦ ନୁହେଁ ? ସେ ଏତେ ଦିନ ଓ ଏତେ ବର୍ଷ ହେଲା ମୋ’ ସଙ୍ଗରେ ଅଛି ଓ ମୋହର ପକ୍ଷ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ମୁଁ ତାହାଠାରେ କୌଣସି ଦୋଷ ପାଇ ନାହିଁ।4ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ ?5ଏଇଟା କି ସେହି ଦାଉଦ ନୁହେଁ, ଯାହାର ବିଷୟ ଲୋକମାନେ ନୃତ୍ୟ କରୁ କରୁ ପରସ୍ପର ଗାନ କରି କହିଥିଲେ; ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ ?6ଏଥିରେ ଆଖୀଶ୍ ଦାଉଦଙ୍କୁ ଡାକି କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେ ସରଳ ଲୋକ ଓ ମୋ’ ସହିତ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଗମନାଗମନ ମୋ’ ଦୃଷ୍ଟିରେ ଉତ୍ତମ; କାରଣ ତୁମ୍ଭେ ମୋ’ କତିକି ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ତୁମ୍ଭଠାରେ କୌଣସି ମନ୍ଦତା ପାଇ ନାହିଁ; ତଥାପି ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।7ଏଣୁ ଏବେ ଫେର ଓ କୁଶଳରେ ଯାଅ, ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ନ କର।8ତହୁଁ ଦାଉଦ ଆଖୀଶ୍କୁ କହିଲେ, ମାତ୍ର ମୁଁ କଅଣ କଲି ? ଓ ମୁଁ ଆପଣଙ୍କ ସମ୍ମୁଖରେ ଥିବା ଦିନାବଧି ଆଜି ପର୍ଯ୍ୟନ୍ତ ଆପଣଙ୍କ ଏହି ଦାସଠାରେ ଆପଣ କ’ଣ ପାଇଲେ ଯେ, ମୁଁ ଯାଇ ମୋ’ ପ୍ରଭୁ ରାଜାଙ୍କ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବି ନାହିଁ ?9ଏଥିରେ ଆଖୀଶ୍ ଦାଉଦଙ୍କୁ ଉତ୍ତର ଦେଇ କହିଲା, ମୁଁ ଜାଣେ, ତୁମ୍ଭେ ମୋ’ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।10ଏହେତୁ ତୁମ୍ଭେ ଓ ତୁମ୍ଭ ସହିତ ଆଗତ ତୁମ୍ଭ ପ୍ରଭୁର ଦାସମାନେ ଅତି ପ୍ରଭାତରେ ଉଠ ଓ ଅତି ପ୍ରଭାତରେ ଉଠିଲାକ୍ଷଣି ଆଲୁଅ ହେଲେ ପ୍ରସ୍ଥାନ କର।11ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ପ୍ରଭାତରେ ପ୍ରସ୍ଥାନ କରି ପଲେଷ୍ଟୀୟମାନଙ୍କ ଦେଶକୁ ଫେରି ଯିବା ପାଇଁ ଶୀଘ୍ର ଉଠିଲେ। ଆଉ ପଲେଷ୍ଟୀୟମାନେ ଯିଷ୍ରିୟେଲକୁ ଗମନ କଲେ।
1ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।2ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।3ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।4ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।5ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।6ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।7ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, ମୋ’ କତିକି ଟିକିଏ ଏଫୋଦ ଆଣିଲ। ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।8ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି ? ତହିଁରେ ସେ ତାଙ୍କୁ କହିଲେ, ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନୋହି ସମସ୍ତଙ୍କୁ ଉଦ୍ଧାର କରିବ।9ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍ ପରିତ୍ୟକ୍ତ ଲୋକମାନେ ରହିଗଲେ।10ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳାନ୍ତ ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ।11ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସ୍ରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;12ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳପାନ କରି ନ ଥିଲା।13ଏଥିରେ ଦାଉଦ ତାହାକୁ ପଚାରିଲେ, ତୁମ୍ଭେ କାହାର ଲୋକ ? ଓ ତୁମ୍ଭେ କେଉଁଠାରୁ ଆସିଅଛ ? ତହୁଁ ସେ କହିଲା, ମୁଁ ଜଣେ ମିସ୍ରୀୟ ଯୁବା ଓ ଏକ ଅମାଲେକୀୟ ଲୋକର ଦାସ; ପୁଣି, ତିନି ଦିନ ହେଲା ମୁଁ ପୀଡ଼ିତ ହେବାରୁ ମୋହର ମୁନିବ ମୋତେ ଛାଡ଼ି ଚାଲିଗଲା।14ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।15ତହିଁରେ ଦାଉଦ ତାହାକୁ କହିଲେ, ତୁମ୍ଭେ କ’ଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ ? ତହୁଁ ସେ କହିଲା, ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ୱରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।16ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।17ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।18ପୁଣି, ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ।19ପୁଣି, ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ।20ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି, ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ।21ଏଉତ୍ତାରେ ଅତି କ୍ଳାନ୍ତ ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି, ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ।22ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟ ଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।23ଏଥିରେ ଦାଉଦ ସେମାନଙ୍କୁ କହିଲେ, ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।24ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।25ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।26ଏଉତ୍ତାରେ ଦାଉଦ ସିକ୍ଲଗ୍ରେ ଉପସ୍ଥିତ ହୁଅନ୍ତେ, ସେ ବେଥେଲ୍ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍ ଓ ଯତ୍ତୀର27ଓ ଅରୋୟେର ଓ ଶିଫ୍ମୋତ୍ ଓ ଇଷ୍ଟିମୋୟ;28ରାଖଲ ଓ ଯିରହମେଲୀୟମାନଙ୍କ ନଗର ଓ କେନୀୟମାନଙ୍କ ନଗର29ଓ ହର୍ମା ଓ କୋରାଶନ ଓ ଅଥାକ୍30ଓ ହିବ୍ରୋଣ ଓ ଯେ ଯେ ସ୍ଥାନରେ ଦାଉଦଙ୍କର ଓ ତାଙ୍କ ଲୋକମାନଙ୍କର ଗମନାଗମନ ହୋଇଥିଲା,31ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟୀ।
1ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।2ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ।3ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ।4ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।5ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।6ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକ ସଙ୍ଗରେ ମଲେ।7ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।8ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।9ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।10ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।11ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ,12ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।13ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।
1ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧକରି ଫେରି ସିକ୍ଲଗ୍ ନଗରରେ ଦୁଇ ଦିନ ରହିଲେ।2ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।3ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”4ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”5ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ ?”6ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।7ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, “ଏଠାରେ ମୁଁ ଅଛି।”8ତେଣୁ ସେ ମୋତେ କହିଲେ, “ତୁମ୍ଭେ କିଏ ?” ମୁଁ ଉତ୍ତର କଲି, “ମୁଁ ଜଣେ ଅମାଲେକୀୟ ଲୋକ।”9ତେବେ ସେ ମୋତେ କହିଲେ, “ବିନୟ କରୁଅଛି, ମୋ’ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋ’ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।”10ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋ’ ସ୍ୱାମୀଙ୍କ କତିକି ଆଣିଅଛି।11ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;12ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ1 ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।13ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।”14ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି ?”15ଏଥିରେ ଦାଉଦ ଯୁବାମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ପାଖକୁ ଯାଇ ତାକୁ ଆକ୍ରମଣ କର।” ତହିଁରେ ସେ ତାକୁ ଆଘାତ କରନ୍ତେ, ସେ ଅମାଲେକୀୟ ମଲା।16ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”
1ଏଥିଉତ୍ତାରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ କ’ଣ ଯିହୁଦାର କୌଣସି ଏକ ନଗରକୁ ଯିବି” ? ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ।” ପୁଣି ଦାଉଦ କହିଲେ, “ମୁଁ କେଉଁ ସହରକୁ ଯିବି ?” ସେ କହିଲେ “ହିବ୍ରୋଣକୁ।”2ଏଣୁ ଦାଉଦ ଓ ତାଙ୍କର ଦୁଇ ଭାର୍ଯ୍ୟା ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ସେହି ସ୍ଥାନକୁ ଗଲେ।3ଆଉ ଦାଉଦ ମଧ୍ୟ ଆପଣା ସଙ୍ଗୀମାନଙ୍କୁ ପୁଣି ସେମାନଙ୍କର ପରିବାରବର୍ଗଙ୍କୁ ନେଲେ; ତହିଁରେ ସେମାନେ ହିବ୍ରୋଣର ନଗରମାନରେ ବାସ କଲେ।4ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଗିଲୀୟଦ ଅଞ୍ଚଳର ଯାବେଶ୍ ନଗରର ଲୋକମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ।5ତହିଁରେ ଦାଉଦ ଯାବେଶ୍-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।6ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।7ଏହେତୁ ଏବେ ତୁମ୍ଭମାନଙ୍କ ହସ୍ତ ସବଳ ହେଉ ଓ ତୁମ୍ଭେମାନେ ସାହସିକ ହୁଅ; କାରଣ ତୁମ୍ଭମାନଙ୍କ ରାଜା ଶାଉଲ ମରିଅଛନ୍ତି, ମଧ୍ୟ ଯିହୁଦା ବଂଶ ଆପଣା ଉପରେ ମୋତେ ରାଜାଭିଷିକ୍ତ କରିଅଛନ୍ତି।”
1ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।2ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ;3ପୁଣି ଦ୍ୱିତୀୟ ପୁତ୍ର କିଲାବ୍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର।4ପୁଣି ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; ପୁଣି ପଞ୍ଚମ ଶଫଟୀୟ, ସେ ଅବିଟଲର ପୁତ୍ର।5ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାର ପୁତ୍ର; ହିବ୍ରୋଣରେ ଦାଉଦଙ୍କର ଏହିସବୁ ପୁତ୍ର ଜାତ ହେଲେ।6ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।7ମାତ୍ର ଶାଉଲଙ୍କର ଏକ ଉପପତ୍ନୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି ଈଶ୍ବୋଶତ ଅବ୍ନରକୁ କହିଲା, “ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପତ୍ନୀ ସହିତ ସହବାସ କଲ ?”8ତେବେ ଅବ୍ନର ଈଶ୍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋ’ ଉପରେ ଆରୋପ କରୁଅଛ ?9ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ,10ସଦାପ୍ରଭୁ ଦାଉଦଙ୍କ ବିଷୟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ଯଦି ମୁଁ ତାଙ୍କ ପ୍ରତି ନ କରେ, ତେବେ ପରମେଶ୍ୱର ଅବ୍ନରକୁ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”11ତହିଁରେ ସେ ଅବ୍ନରକୁ ଗୋଟିଏ କଥା ଉତ୍ତର ଦେଇ ପାରିଲା ନାହିଁ, କାରଣ ସେ ତାହାକୁ ଭୟ କଲା।12ଏଉତ୍ତାରେ ଅବ୍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର ? ଆହୁରି କହିଲା, ‘ଆପଣ ମୋ’ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋ’ ହସ୍ତ ଆପଣଙ୍କର ସହାୟ ହେବ।’”13ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋ’ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋ’ ମୁଖ ଦେଖି ପାରିବ ନାହିଁ।”14ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।”15ତହିଁରେ ଈଶ୍ବୋଶତ ଲୋକ ପଠାଇ ଲୟିଶର ପୁତ୍ର ପଲ୍ଟୀୟେଲ ନାମକ ତାହାର ସ୍ୱାମୀ ନିକଟରୁ ମୀଖଲକୁ ନେଲା।16ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍ନର ତାହାକୁ କହିଲା, “ଯାଅ ଗୃହକୁ ଫେରି ଯାଅ,” ତହୁଁ ସେ ଫେରି ଗଲା।17ଏଥିଉତ୍ତାରେ ଅବ୍ନର ଇସ୍ରାଏଲର ପ୍ରାଚୀନବର୍ଗ ସହିତ ଏରୂପ କଥାବାର୍ତ୍ତା କଲା, “ପୂର୍ବରେ ତୁମ୍ଭେମାନେ ଆପଣାମାନଙ୍କ ଉପରେ ରାଜା ହେବା ପାଇଁ ଦାଉଦଙ୍କୁ ଚାହିଁ ଥିଲ;18ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।”19ଆଉ ଅବ୍ନର ବିନ୍ୟାମୀନ୍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା।20ଏରୂପେ ଅବ୍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।21ଏଉତ୍ତାରେ ଅବ୍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।
1ଆଉ ଶାଉଲଙ୍କର ପୁତ୍ର ଈଶ୍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ।2ପୁଣି ଶାଉଲଙ୍କର ପୁତ୍ର ଈଶ୍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍ ବଂଶଜାତ ବେରୋତୀୟ ରିମ୍ମୋନ୍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍ର ଅଧିକାରରେ ଗଣିତ;3ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ବାସ କରୁଅଛନ୍ତି।)4ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ି ଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍।5ଏଥିଉତ୍ତାରେ ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।6ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇ ଗଲେ।7(ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରାବା ନାମକ ଅର୍ଥାତ୍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ।8ଏଉତ୍ତାରେ ସେମାନେ ଈଶ୍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ୱେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ଆମ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି।”9ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋ’ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,10ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେକରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍ଠାରେ ବଧ କଲି।11ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି ?”12ତହିଁରେ ଦାଉଦ ଆପଣା ଯୁବାମାନଙ୍କୁ ଆଜ୍ଞା ଦିଅନ୍ତେ, ସେମାନେ ସେମାନଙ୍କୁ ବଧ କଲେ, ଆଉ ସେମାନଙ୍କର ହସ୍ତ ଓ ପାଦ ଛେଦନ କରି ହିବ୍ରୋଣର ପୁଷ୍କରିଣୀ ନିକଟରେ ଟଙ୍ଗାଇ ଦେଲେ। ମାତ୍ର ସେମାନେ ଈଶ୍ବୋଶତର ମସ୍ତକ ନେଇ ହିବ୍ରୋଣରେ ଅବ୍ନର-କବରରେ କବର ଦେଲେ।
1ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।2ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ୱ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।”3ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।4ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ୱ କଲେ।5ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।6ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସି ପାରିବ ନାହିଁ।”7ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼କୁ ଅଧିକାର କଲେ; ଯାହା ଦାଉଦ-ନଗର ହେଲା।8ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ଛୋଟା ଓ ଅନ୍ଧମାନଙ୍କୁ ବଧ କରୁ। ଏହେତୁ ଲୋକେ କହନ୍ତି, ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସି ପାରିବ ନାହିଁ।”9ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।10ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।11ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।12ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।13ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ର କନ୍ୟା ଜାତ ହେଲେ।14ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା :- ଶମ୍ମୂୟ ଓ ଶୋବବ୍ ଓ ନାଥନ ଓ ଶଲୋମନ15ଓ ୟିଭର ଓ ଇଲୀଶୂୟ ଓ ନେଫଗ୍ ଓ ଯାଫୀୟ16ଓ ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍।
1ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଚ୍ଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ।2ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।3ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।4ଆଉ ସେମାନେ ପର୍ବତସ୍ଥ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ସିନ୍ଦୁକ ସହିତ ତାହା ଆଣିଲେ; ଅହୀୟୋ ସିନ୍ଦୁକର ଆଗେ ଆଗେ ଚାଲିଲା।5ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।
1ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ2ରାଜା ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ଏବେ ମୁଁ ଏରସ କାଷ୍ଠରେ ନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ପରମେଶ୍ୱରଙ୍କ ସିନ୍ଦୁକ ପରଦା ପଛରେ ବାସ କରୁଅଛି।”3ତହିଁରେ ନାଥନ ରାଜାଙ୍କୁ କହିଲେ, “ଯାଅ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ସଦାପ୍ରଭୁ ତୁମ୍ଭ ସଙ୍ଗରେ ଅଛନ୍ତି।”4ଏଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,5“ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି,’ ତୁମ୍ଭେ କି ଆମ୍ଭ ନିମନ୍ତେ ବସତିଗୃହ ନିର୍ମାଣ କରିବ ?6ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ବୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ।7ଆମ୍ଭେ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେଉଁ ସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକ ଇସ୍ରାଏଲକୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା ଦେଇଥିଲୁ, ଇସ୍ରାଏଲର ଏପରି କୌଣସି ବଂଶକୁ, ତୁମ୍ଭେମାନେ କାହିଁକି ଆମ୍ଭ ନିମନ୍ତେ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କି ଆମ୍ଭେ କହିଅଛୁ ?”8ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ;9ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାନ ଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ମହାନାମ କରିବା।10ପୁଣି ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା, ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଶାସିତ ହେବେ ନାହିଁ;11କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।12ତୁମ୍ଭର ଦିନ ପୂର୍ଣ୍ଣ ହେଲେ ଓ ତୁମ୍ଭେ ଆପଣା ପିତୃଲୋକମାନଙ୍କ ସଙ୍ଗରେ ଶୟନ କଲେ, ଆମ୍ଭେ ତୁମ୍ଭ ଔରସଜାତ ବଂଶକୁ ତୁମ୍ଭ ଉତ୍ତାରେ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।13ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା।14ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।15ମାତ୍ର ତୁମ୍ଭ ସମ୍ମୁଖରୁ ଦୂରୀକୃତ ଶାଉଲଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଆମ୍ଭର ଦୟା ଦୂର ହେବ ନାହିଁ।16ପୁଣି ତୁମ୍ଭ ବଂଶ ଓ ତୁମ୍ଭ ରାଜତ୍ୱ ତୁମ୍ଭ ସମ୍ମୁଖରେ ଅନନ୍ତ କାଳ ସ୍ଥିରୀକୃତ ହେବ; ତୁମ୍ଭର ସିଂହାସନ ଅନନ୍ତ କାଳସ୍ଥାୟୀ ହେବ।”17ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ସମ୍ୱନ୍ଧରେ କଥା କହିଲେ।
1ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।2ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।3ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।4ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।5ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।6ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।7ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।8ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ।9ଏଥିଉତ୍ତାରେ ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,10ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମ୍କୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା। ପୁଣି ଯୋରାମ୍ ଆପଣା ସଙ୍ଗେ ରୂପା, ସୁନା, ଓ ପିତ୍ତଳର ପାତ୍ର ନେଇ ଆସିଥିଲା।11ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ,12ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।13ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରି ଆସି ବଡ଼ ନାମ ପାଇଲେ।14ପୁଣି ସେ ଇଦୋମ ଦେଶରେ ପ୍ରହରୀଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।15ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।16ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା;17ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା;18ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା1 ଥିଲେ।
1ଏଥିଉତ୍ତାରେ ଦାଉଦ ପଚାରିଲେ, “ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି ?”2ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।”3ତହିଁରେ ରାଜା ପଚାରିଲେ, “ମୁଁ ଯାହା ପ୍ରତି ପରମେଶ୍ୱରଙ୍କ ଦୟା ପ୍ରକାଶ କରି ପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି ?” ଏଥିରେ ସୀବଃ ରାଜାଙ୍କୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା।”4ତହୁଁ ରାଜା ତାହାକୁ ପଚାରିଲେ, “ସେ କେଉଁଠାରେ ଅଛି ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି।”5ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ।6ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।”7ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”8ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ ?”9ତେବେ ରାଜା ଶାଉଲଙ୍କର ଦାସ ସୀବଃକୁ ଡାକି କହିଲେ, “ମୁଁ ତୁମ୍ଭ କର୍ତ୍ତାର ପୁତ୍ରକୁ ଶାଉଲଙ୍କର ଓ ତାଙ୍କ ବଂଶର ସର୍ବସ୍ୱ ଦେଲି।10ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ।11ତେବେ ସୀବଃ ରାଜାଙ୍କୁ କହିଲା, “ଆମ୍ଭ ପ୍ରଭୁ ମହାରାଜ ଆପଣା ଦାସକୁ ଯେଉଁ ସବୁ ଆଜ୍ଞା ଦେଉଅଛନ୍ତି, ତଦନୁସାରେ ଆପଣଙ୍କ ଦାସ କରିବ।” ମଫୀବୋଶତ୍ ବିଷୟରେ ରାଜା କହିଲେ, “ସେ ଏକ ରାଜପୁତ୍ର ପରି ଆମ୍ଭ ମେଜରେ ଭୋଜନ କରିବ।”12ସେହି ମଫୀବୋଶତ୍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀକା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍ର ଦାସ ହେଲେ।13ଏହିରୂପେ, ମଫୀବୋଶତ୍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ଯଦିଓ ତାହାର ଦୁଇ ପାଦ ଛୋଟା ଥିଲା।
1ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍ ତାହାର ବଦଳରେ ରାଜା ହେଲା।2ତହିଁରେ ଦାଉଦ କହିଲେ, “ହାନୂନ୍ର ପିତା ନାହଶ ଯେପରି ମୋ’ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍ ପ୍ରତି ଦୟା ପ୍ରକାଶ କରିବି।” ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ।3ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି ? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ ?”4ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।5ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”6ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।7ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।8ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।9ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।10ପୁଣି ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭାଇ ଅବୀଶୟ ହସ୍ତରେ ସମର୍ପଣ କଲା; ତହିଁରେ ସେ ସେମାନଙ୍କୁ ନେଇ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ସୈନ୍ୟ ସଜାଇଲା।11ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।12ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”13ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।14ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।15ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।16ପୁଣି ହଦଦେଷର ଲୋକ ପଠାଇ ଫରାତ୍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।17ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯା’ନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।18ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ୱାରୂଢ଼ ସୈନ୍ୟ1 ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।19ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ଶାନ୍ତିର ଚୁକ୍ତି କରି ସେମାନଙ୍କର ଦାସ ହେଲେ। ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ।
1ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ।2ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।3ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କ’ଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍ଶେବା ନୁହେଁ ?”4ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା।5ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, “ମୁଁ ଗର୍ଭବତୀ ହୋଇଅଛି।”6ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋ’ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା।7ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳ ବାର୍ତ୍ତା ଓ ଲୋକମାନଙ୍କର କୁଶଳ ବାର୍ତ୍ତା ଓ ଯୁଦ୍ଧର କୁଶଳ ବାର୍ତ୍ତା ପଚାରିଲେ।8ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।”1 ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତା’ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା।9ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ।10ଏଥିରେ ଊରୀୟ ଆପଣା ଗୃହକୁ ଯାଇ ନାହିଁ, ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କ’ଣ ଯାତ୍ରାରୁ ଆସି ନାହଁ ? ଆପଣା ଗୃହକୁ କାହିଁକି ଗଲ ନାହିଁ ?”11ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋ’ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କ’ଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି ? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏକଥା କରିବି ନାହିଁ।”12ଏଥିରେ ଦାଉଦ ଊରୀୟକୁ କହିଲେ, “ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି।” ତହୁଁ ଊରୀୟ ସେ ଦିନ ଓ ପର ଦିନ ଯିରୂଶାଲମରେ ରହିଲା।13ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।14ଏଣୁ ଦାଉଦ ସକାଳେ ଯୋୟାବ ନିକଟକୁ ପତ୍ର ଲେଖି ଊରୀୟ ହାତରେ ତାହା ପଠାଇଲେ।15ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।”16ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା।17ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା।18ତେବେ ଯୋୟାବ ବାର୍ତ୍ତାବାହକଙ୍କୁ ପଠାଇ ଦାଉଦଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା;19ପୁଣି ତାହାଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେ ରାଜାଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା ଉତ୍ତାରେ,20ଯଦି ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, ‘କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କ’ଣ ତୁମ୍ଭେମାନେ ଜାଣିଲ ନାହିଁ ?21ଯିରୁବ୍ବେଶତର ପୁତ୍ର ଅବୀମେଲକ୍କୁ କିଏ ମାରିଲା ? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କ’ଣ ତେବେସରେ ମଲା ନାହିଁ ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”22ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେହିସବୁ ଦାଉଦଙ୍କୁ ଯାଇ ଜଣାଇଲା।23ସେହି ଦୂତ ଦାଉଦଙ୍କୁ କହିଲା, “ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ।24ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।”25ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେନ୍ତ ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”26ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା।27ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।
1ଏଥିଉତ୍ତାରେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।2ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ଓ ପଲ ଥିଲା;3ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।4ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।”5ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁୁର ଯୋଗ୍ୟ;6ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”7ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ;8ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ପୁଣି ଇସ୍ରାଏଲ ଓ ଯିହୁଦା ବଂଶ ମଧ୍ୟ ତୁମ୍ଭକୁ ଦେଲୁ; ଆଉ ଯଦି ଏହା ଅଳ୍ପ ହୋଇଥା’ନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥା’ନ୍ତୁ।9ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।10ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’11ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।12ତୁମ୍ଭେ ଏହା ଗୋପନରେ କଲ, ମାତ୍ର ଆମ୍ଭେ ଏହି କର୍ମ ସମୁଦାୟ ଇସ୍ରାଏଲ ଆଗରେ ଓ ପ୍ରକାଶ୍ୟରେ କରିବା।’”13ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।14ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”15ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା।
1ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।2ପୁଣି ଅମ୍ନୋନ ଆପଣା ଭଉଣୀ ତାମର ଲାଗି ଏପରି ଆକୁଳ ହେଲା ଯେ, ସେ ପୀଡ଼ିତ ହେଲା; କାରଣ ତାମର ଅନୂଢ଼ା ଥିଲା ଓ ତାହା ପ୍ରତି କିଛି କରିବାକୁ ଅମ୍ନୋନକୁ କଷ୍ଟକର ବୋଧ ହେଲା।3ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍ ଅତି ଚତୁର।4ଏଣୁ ଯୋନାଦବ୍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କ’ଣ ତାହା କହିବ ନାହିଁ ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”5ଏଥିରେ ଯୋନାଦବ୍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ମୋହର ଭଗିନୀ ତାମରକୁ ମୋ’ ନିକଟକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋ’ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”6ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋ’ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋ’ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।”7ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧିଦିଅ।”8ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ରୁଟି ପ୍ରସ୍ତୁତ କରି ତାହା ସେକିଲା।9ପୁଣି ସେ ପାତ୍ର ନେଇ ତାହା ଆଗରେ ତାହା ଦେଲା, ମାତ୍ର ସେ ଭୋଜନ କରିବାକୁ ମନା କଲା। ଆଉ ଅମ୍ନୋନ ସେବକଙ୍କୁ କହିଲା, “ଆମ୍ଭ ନିକଟରୁ ସମସ୍ତଙ୍କୁ ବାହାର କରିଦିଅ।” ତହିଁରେ ସମସ୍ତେ ତାହା ନିକଟରୁ ବାହାରି ଗଲେ।10ତହୁଁ ଅମ୍ନୋନ ତାମରକୁ କହିଲା, “ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି।” ଏଥିରେ ତାମର ଆପଣା ପ୍ରସ୍ତୁତ ରୁଟି ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା।11ପୁଣି ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ, ସେ ତାମରକୁ ଧରି କହିଲା, “ଆସ, ମୋ’ ଭଉଣୀ, ମୋ’ ସଙ୍ଗରେ ଶୁଅ।”12ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; “କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ୍।” ତୁମ୍ଭେ ଏହି ମୂଢ଼କର୍ମ ନ କର !13ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି ? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”14ତଥାପି ଅମ୍ନୋନ ତାହାର ରବ ଶୁଣିଲା ନାହିଁ; ମାତ୍ର ଆପେ ତାହା ଅପେକ୍ଷା ବଳବାନ ହେବାରୁ ତାହାକୁ ବଳାତ୍କାର କରି ତାହା ସଙ୍ଗେ ଶୟନ କଲା।15ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତା’ଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ୍, ଯା।16ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋ’ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ !” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା।17ଏଥିରେ ଅମ୍ନୋନ ଆପଣା ସେବାକାରୀ ଯୁବାକୁ ଡାକି କହିଲା, “ତାମରକୁ ଆମ୍ଭ ନିକଟରୁ ବାହାର କରି କବାଟରେ ଅର୍ଗଳ ଦିଅ।”18ତାମର ଦେହରେ ଲମ୍ବା ଅଙ୍ଗରଖା ଥିଲା, କାରଣ ଅନୂଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧୁଥିଲେ। ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ କବାଟରେ ଅର୍ଗଳ ଦେଲା।19ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା।20ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ କହିଲା, “ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ବଳାତ୍କାର କରିଅଛି ? ହେଉ, ଆମ୍ଭ ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ।” ତହିଁରେ ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା।21ମାତ୍ର ଦାଉଦ ରାଜା ଏହିସବୁ କଥା ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲେ।22ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।
1ଏଥିଉତ୍ତାରେ ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ହୃଦୟ ଅବଶାଲୋମ ଆଡ଼େ ଅଛି।2ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;3ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ। ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା।4ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”5ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା ?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋ’ ସ୍ୱାମୀ ମରିଯାଇଅଛି।6ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।7ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ‘ଆପଣା ଭାଇକୁ ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ,’ ପୁଣି ଉତ୍ତରାଧିକାରୀଙ୍କୁ ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକୀ ଥିବା ନିଆଁ ଲିଭାଇ ଦେବେ ଓ ପୃଥିବୀରୁ ମୋ’ ସ୍ୱାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ।”8ଏଥିରେ ରାଜା ସେହି ସ୍ତ୍ରୀଙ୍କୁ କହିଲେ, “ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି।”9ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୁ, ମହାରାଜ, ଏ ଅପରାଧଟି ମୋ’ ଉପରେ ଓ ମୋ’ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ।”10ତହିଁରେ ରାଜା କହିଲେ, “କେହି ଯେବେ ତୁମ୍ଭକୁ କିଛି କହେ, ତାଙ୍କୁ ମୋ’ ନିକଟକୁ ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ।”11ତହିଁରେ ସେ ସ୍ତ୍ରୀ କହିଲେ, “ରକ୍ତର ପ୍ରତିହନ୍ତା (ନାଶକ) ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋ’ ପୁତ୍ରକୁ ଉଚ୍ଛିନ୍ନ କରିବେ। ତହୁଁ ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।”12ସେତେବେଳେ ସେହି ସ୍ତ୍ରୀ କହିଲା, “ଆପଣଙ୍କ ଦାସୀଙ୍କୁ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଗୋଟିଏ କଥା କହିବାକୁ ଦେଉନ୍ତୁ;” ସେ କହିଲେ, “କୁହ।”13ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି ?” ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି।14ଆମ୍ଭେମାନେ ତ ନିତାନ୍ତ ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; କିନ୍ତୁ ପରମେଶ୍ୱର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଂକଳ୍ପ କରନ୍ତି।15ଏବେ ମୁଁ ଯେ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଏହି କଥା ନିବେଦନ କରିବାକୁ ଆସିଲି, ତହିଁର କାରଣ ଏହି ଯେ, ଲୋକମାନେ ମୋର ଭୟ ଜନ୍ମାଇଲେ; ତହିଁରେ ଆପଣଙ୍କ ଦାସୀ କହିଲା, ‘ମୁଁ ଏବେ ମହାରାଜଙ୍କୁ କହିବି; ହୋଇପାରେ, ମହାରାଜ ଆପଣା ଦାସୀର ନିବେଦନାନୁସାରେ କରିବେ।16ଯେଉଁ ଲୋକ ମୋତେ ଓ ମୋ’ ପୁତ୍ରକୁ ଏକତ୍ର ପରମେଶ୍ୱରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀଙ୍କୁ ରକ୍ଷା କରିବାକୁ ମନୋଯୋଗ କରିବେ।’17ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”18ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକୁ କହିଲେ, “ଭଲ, ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋ’ଠାରୁ ଗୋପନ କରିବ ନାହିଁ।” ତହୁଁ ସେହି ସ୍ତ୍ରୀ କହିଲା, “ମୋର ପ୍ରଭୁ ମହାରାଜ କହନ୍ତୁ।”19ଏଥିରେ ରାଜା କହିଲେ, “ଏସମସ୍ତ କଥାରେ କି ତୁମ୍ଭ ସଙ୍ଗେ ଯୋୟାବର ହାତ ନାହିଁ ?” ସେହି ସ୍ତ୍ରୀ ଉତ୍ତର ଦେଇ କହିଲା, “ହେ ମୋର ପ୍ରଭୁ, ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୋ’ ପ୍ରଭୁ ମହାରାଜ ଯାହା କହିଅଛନ୍ତି, ତହିଁର ଡାହାଣକୁ କି ବାମକୁ ଫେରିବାକୁ କାହାରି ଆୟତ୍ତ ନାହିଁ; କାରଣ ଆପଣଙ୍କ ଦାସ ଯୋୟାବ ମୋତେ ଆଦେଶ କରି ଆପଣଙ୍କ ଦାସୀଙ୍କୁ ଏହି ସମସ୍ତ କଥା ଶିଖାଇଅଛନ୍ତି।20କଥାକୁ ଏପରି ବୁଲାଇ କହିବାକୁ ଆପଣଙ୍କ ଦାସ ଯୋୟାବ ଏହା କରିଅଛନ୍ତି; ଯାହା ହେଉ, ମୋର ପ୍ରଭୁ ପୃଥିବୀର ସମସ୍ତ ବିଷୟ ଜାଣିବା ପାଇଁ ପରମେଶ୍ୱରଙ୍କ ଦୂତଙ୍କ ଜ୍ଞାନ ପ୍ରମାଣେ ଜ୍ଞାନବାନ ଅଟନ୍ତି।”21ଏଥିଉତ୍ତାରେ ରାଜା ଯୋୟାବକୁ କହିଲେ, “ଆଚ୍ଛା, ଦେଖ, ମୁଁ ଏହି କଥା କରିବି, ଏଣୁ ଯାଅ, ସେ ଯୁବା ଅବଶାଲୋମକୁ ପୁନର୍ବାର ଆଣ।”22ତହିଁରେ ଯୋୟାବ ମୁହଁ ମାଡ଼ି ପ୍ରଣାମ କରି ରାଜାଙ୍କର ଧନ୍ୟବାଦ କଲା; ଆଉ ଯୋୟାବ କହିଲା, “ହେ ମୋହର ପ୍ରଭୁ, ମହାରାଜ, ମୁଁ ଯେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ଆପଣଙ୍କ ଦାସ ଆଜି ଜାଣିଲା, ଯେହେତୁ ମହାରାଜ ଆପଣା ଦାସର ନିବେଦନାନୁସାରେ କଲେ ।”23ତହୁଁ ଯୋୟାବ ଉଠି ଗଶୂରକୁ ଯାଇ ଅବଶାଲୋମକୁ ଯିରୂଶାଲମକୁ ଆଣିଲା।24ଆଉ ରାଜା କହିଲେ, “ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ।” ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।25ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ପ୍ରଶଂସନୀୟ ସୌନ୍ଦର୍ଯ୍ୟ ପୁରୁଷ କେହି ନ ଥିଲା; ତାହାର ତଳିପାରୁ ମସ୍ତକର ଅଗ୍ରଭାଗ ପର୍ଯ୍ୟନ୍ତ ତାହାଠାରେ କୌଣସି ଖୁଣ ନ ଥିଲା।26ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ1 ପରିମିତ ହୁଏ।27ସେହି ଅବଶାଲୋମର ତିନି ପୁତ୍ର ଓ ଗୋଟିଏ କନ୍ୟା ଜାତ ହୋଇଥିଲେ; କନ୍ୟାର ନାମ ତାମର ଥିଲା, ସେ ପରମାସୁନ୍ଦରୀ।28ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।29ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।30ଏହେତୁ ସେ ଆପଣା ଦାସମାନଙ୍କୁ କହିଲା, “ଦେଖ, ଆମ୍ଭ କ୍ଷେତ୍ର ପାଖରେ ଯୋୟାବର କ୍ଷେତ୍ର ଅଛି, ସେ ତହିଁରେ ଯବ କରିଅଛି; ଯାଅ, ତହିଁରେ ନିଆଁ ଲଗାଇ ଦିଅ।” ତହୁଁ ଅବଶାଲୋମର ଦାସମାନେ ସେହି କ୍ଷେତ୍ରରେ ନିଆଁ ଲଗାଇ ଦେଲେ।31ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋ’ କ୍ଷେତ୍ରରେ ନିଆଁ ଲଗାଇଲେ ?”32ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ‘ତୁମ୍ଭେ ଏଠାକୁ ଆସ, “ମୁଁ କାହିଁକି ଗଶୂରରୁ ଆସିଲି ? ଏକଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥା’ନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋ’ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।’”33ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମକୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମକୁ ଚୁମ୍ବନ କଲେ।
1ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ୱମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଅଙ୍ଗରକ୍ଷକ ରଖିଲା।2ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ୱାରର ପଥ ପାର୍ଶ୍ୱରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାର ଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, “ତୁମ୍ଭେ କେଉଁ ନଗରର ଲୋକ ?” ତହିଁରେ ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,3‘ଅବଶାଲୋମ ତାହାକୁ କହେ, “ଦେଖ, ତୁମ୍ଭ କଥା ଉତ୍ତମ ଓ ଯଥାର୍ଥ; ମାତ୍ର ତୁମ୍ଭ କଥା ଶୁଣିବାକୁ ରାଜାଙ୍କର କୌଣସି ଲୋକ ନିଯୁକ୍ତ ନାହିଁ।”4ଅବଶାଲୋମ ଆହୁରି କହେ, “ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋ’ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି।”5ଆହୁରି କେହି ପ୍ରଣାମ କରିବା ପାଇଁ ତାହା ନିକଟକୁ ଆସିଲେ, ସେ ଆପଣା ହାତ ବଢ଼ାଇ ତାହାକୁ ଧରି ଚୁମ୍ବନ କରେ।6ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା।7ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ।8କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ କରି କହିଅଛି, ‘ଯଦି ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’”9ତହିଁରେ ରାଜା ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ସେ ଉଠି ହିବ୍ରୋଣକୁ ଗଲା।10ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ଅବଶାଲୋମ ହିବ୍ରୋଣରେ ରାଜା ହେଲେ ବୋଲି କହିବ।”11ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ।12ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।
1ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।2ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।”3ତେବେ ରାଜା କହିଲେ, “ତୁମ୍ଭ ପ୍ରଭୁର ପୁତ୍ର କାହିଁ ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ‘ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ।’”4ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୁ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”
1ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି।2ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।3ଆଉ ଯେପରି ଜଣେ ସ୍ତ୍ରୀ ବିବାହ ପରେ ସ୍ୱାମୀଙ୍କ ନିକଟକୁ ଆସେ; ସେହିପରି ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ ନିକଟକୁ ଫେରାଇ ଆଣିବି; ତହିଁରେ ସମସ୍ତ ଲୋକ ତୁମ ଅଧିନରେ ଶାନ୍ତିରେ ରହିବେ।”4ସେତେବେଳେ ଏହି କଥା ଅବଶାଲୋମର ଓ ଇସ୍ରାଏଲୀୟ ସମସ୍ତ ପ୍ରାଚୀନବର୍ଗର ଦୃଷ୍ଟିରେ ପସନ୍ଦ ହେଲା।5ତେବେ ଅବଶାଲୋମ କହିଲା, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କ’ଣ କହେ, ତାହା ମଧ୍ୟ ଶୁଣିବା।”6ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି ? ଯଦି ନ କରିବା, ତେବେ ତୁମ୍ଭେ କୁହ।”7ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।”8ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।9ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରି ଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ‘ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି।’10ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତାନ୍ତ ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି।11ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ୱୟଂ ଯୁଦ୍ଧକୁ ଯାଉନ୍ତୁ।12ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେହି ସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ।13ଆହୁରି ଯଦି ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକି ଟାଣି ନେବୁ।”14ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।15ଏଥିଉତ୍ତାରେ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, “ଅବଶାଲୋମଙ୍କୁ ଓ ଇସ୍ରାଏଲର ପ୍ରାଚୀନଗଣଙ୍କୁ ଅହୀଥୋଫଲ ଏହିପରି ଭାବରେ ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏହିପରି ଭାବରେ ମନ୍ତ୍ରଣା ଦେଲି।16ଏହେତୁ ଏବେ ଶୀଘ୍ର ଲୋକ ପଠାଇ ଦାଉଦଙ୍କୁ ଜଣାଇ କୁହ, ‘ପ୍ରାନ୍ତରସ୍ଥ ଘାଟୀ ନିକଟରେ ଆଜି ରାତ୍ରି ଯାପନ କର ନାହିଁ, ମାତ୍ର କୌଣସି-ମତେ ପାର ହୋଇ ଚାଲି ଯାଅ; ନୋହିଲେ ମହାରାଜା ଓ ତାଙ୍କ ସଙ୍ଗୀ ଲୋକ ସମସ୍ତେ ସଂହାରିତ ହେବେ।’”17ସେହି ସମୟରେ ଯୋନାଥନ ଓ ଅହୀମାସ୍ ଐନ୍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥା’ନ୍ତି।18ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ।19ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ।20ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, “ଅହୀମାସ୍ ଓ ଯୋନାଥନ କାହାନ୍ତି ?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରି ଗଲେ।21ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇ ଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି।”22ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟ ପୁର୍ବରୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ।23ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।24ଏଥି ମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।25ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାକୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ1 ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।26ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲୀୟଦ ଦେଶରେ ଛାଉଣି ସ୍ଥାପନ କଲେ।27ଏଥିଉତ୍ତାରେ ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ28ଶଯ୍ୟା, ପାନପାତ୍ର, ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ, ଯବ, ମଇଦା, ଭଜାଶସ୍ୟ, ଶିମ, ମସୁର ଓ ଭଜା ବିରି29ପୁଣି ମଧୁ, ଦହି, ମେଷ ଓ ଗୋ-ଛେନା ଆଣିଲେ; ତହୁଁ ଦାଉଦ ଓ ତାଙ୍କ ସହିତ ଥିବା ଲୋକମାନେ ଖାଇଲେ; କାରଣ ସେମାନେ କହିଲେ, “ଲୋକମାନେ ପ୍ରାନ୍ତରରେ କ୍ଷୁଧିତ ଓ କ୍ଳାନ୍ତ ଓ ତୃଷିତ ହୋଇଥିବେ।”
1ଏଥିଉତ୍ତାରେ ଦାଉଦ ଆପଣା ସୈନ୍ୟମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତିଗଣଙ୍କୁ ନିଯୁକ୍ତ କଲେ।2ପୁଣି ଦାଉଦ ଯୋୟାବ ହସ୍ତରେ ସୈନ୍ୟମାନଙ୍କର ତୃତୀୟାଂଶ ଓ ଯୋୟାବର ଭ୍ରାତା, ସରୁୟାର ପୁତ୍ର ଅବୀଶୟ ହସ୍ତରେ ତୃତୀୟାଂଶ ଓ ଗାଥୀୟ ଇତ୍ତୟ ହସ୍ତରେ ତୃତୀୟାଂଶ ସମର୍ପଣ କରି ପଠାଇଲେ। ଆଉ ରାଜା ଲୋକମାନଙ୍କୁ କହିଲେ, “ମୁଁ ନିଜେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ନିଶ୍ଚୟ ଯିବି।”3ମାତ୍ର ଲୋକମାନେ କହିଲେ, “ଆପଣ ଆମ ସଙ୍ଗେ ଯୁଦ୍ଧକୁ ଯିବେ ନାହିଁ; କାରଣ ଆମ୍ଭେମାନେ ପଳାଇଲେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; କିଅବା ଆମ୍ଭମାନଙ୍କର ଅର୍ଦ୍ଧେକ ମଲେ ହେଁ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; ମାତ୍ର ଆପଣ ଆମ୍ଭମାନଙ୍କ ଦଶ ହଜାର ସମାନ; ଏହେତୁ ନଗରରୁ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆପଣ ପ୍ରସ୍ତୁତ ରହିଲେ ଭଲ।”4ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ବରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରି ଗଲେ।5ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋ’ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।6ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।7ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।8ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।9ଆଉ ଅବଶାଲୋମ ଅକସ୍ମାତ୍ ଦାଉଦଙ୍କର ସୈନ୍ୟମାନଙ୍କୁ ଭେଟିଲା। ସେହି ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା।10ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି !”11ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା1 ଓ ଏକ କଟିବନ୍ଧନ ଦେଇଥା’ନ୍ତି।”12ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା2 ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମକୁ ସ୍ପର୍ଶ କରିବ ନାହିଁ।’13ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥା’ନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥା’ନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”14ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।15ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।16ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା।17ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।18ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋ’ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନ ଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।
1ଏଥିଉତ୍ତାରେ କେହି ଯୋୟାବକୁ କହିଲା, “ଦେଖ, ରାଜା ଅବଶାଲୋମ ନିମନ୍ତେ ରୋଦନ ଓ ଶୋକ କରୁଅଛନ୍ତି।”2ଏଣୁ ସେହି ଦିବସର ଜୟ ସକଳ ସୈନ୍ୟମାନଙ୍କ ପ୍ରତି ଶୋକଜନକ ହେଲା; କାରଣ ରାଜା ଆପଣା ପୁତ୍ର ବିଷୟରେ ରୋଦନ କରୁଅଛନ୍ତି, ଏହା ଲୋକମାନେ ସେହି ଦିନ ଶୁଣିଲେ।3ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ସୈନ୍ୟମାନେ ନଗରରେ ପ୍ରବେଶ କଲେ।4ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚୈଃସ୍ୱରରେ କାନ୍ଦି କହିଲେ, “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।”5ଏଉତ୍ତାରେ ଯୋୟାବ ଗୃହ ଭିତରକୁ ରାଜାଙ୍କ ନିକଟକୁ ଆସି କହିଲା, “ଯେଉଁମାନେ ଆଜି ଆପଣଙ୍କ ଜୀବନ ଓ ଆପଣଙ୍କ ପୁତ୍ରକନ୍ୟାଗଣର ଜୀବନ ଓ ଭାର୍ଯ୍ୟାମାନଙ୍କ ଜୀବନ ଓ ଆପଣଙ୍କ ଉପପତ୍ନୀମାନଙ୍କ ଜୀବନ ରକ୍ଷା କଲେ, ଆପଣ ଆଜି ନିଜର ସେହି ସମସ୍ତ ଦାସଙ୍କୁ ଲଜ୍ଜିତ କରିଅଛନ୍ତି;6କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି। ଯେହେତୁ ଆପଣ ଆଜି ଜଣାଇ ଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯଦି ଅବଶାଲୋମ ବଞ୍ଚିଥା’ନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥା’ନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା।7ଏଣୁ ଏବେ ଉଠି ବାହାରକୁ ଯାଇ ଆପଣା ଦାସମାନଙ୍କୁ ଦୟାରେ କଥା କହନ୍ତୁ; କାରଣ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି, ଯଦି ଆପଣ ବାହାରକୁ ନ ଯା’ନ୍ତି, ତେବେ ଏହି ରାତ୍ରି ଆପଣଙ୍କ ସହିତ ଜଣେ ହେଁ ରହିବ ନାହିଁ; ଆଉ ଆପଣଙ୍କ ଯୌବନକାଳ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି, ସେ ସବୁରୁ ହିଁ ଏହି ଅମଙ୍ଗଳ ଆପଣଙ୍କ ପ୍ରତି ଅଧିକ ହେବ।”8ତହିଁରେ ରାଜା ଉଠି ନଗର ଦ୍ୱାରରେ ବସିଲେ। ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, “ଦେଖ, ରାଜା ନଗର ଦ୍ୱାରରେ ବସିଅଛନ୍ତି;” ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ। ଏଥି ମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ପଳାଇ ଯାଇଥିଲେ।
1ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”2ତହିଁରେ ସମଗ୍ର ଇସ୍ରାଏଲ ଲୋକ ଦାଉଦଙ୍କର ପଶ୍ଚାତ୍ଗମନରୁ ଫେରି ବିଖ୍ରିିର ପୁତ୍ର ଶେବଃର ପଶ୍ଚାତ୍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ।3ଏଉତ୍ତାରେ ଦାଉଦ ଯିରୂଶାଲମର ଆପଣା ପ୍ରାସାଦକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପତ୍ନୀଙ୍କୁ ପ୍ରାସାଦ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହିତ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବିଧବା ପରି ରହିଲେ।4ଏଉତ୍ତାରେ ରାଜା ଅମାସାଙ୍କୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋ’ଠାରେ ଏକତ୍ର କର ଓ ତୁମ୍ଭେ ମଧ୍ୟ ଉପସ୍ଥିତ ହୁଅ।”5ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ରାଜାଙ୍କ ଦତ୍ତ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା।6ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀରବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”7ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ଯିରୂଶାଲମରୁ ବାହାରି ବିଖ୍ରିିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ।8ସେମାନେ ଗିବୀୟୋନ୍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା।9ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।10ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।11ଏଥି ମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।”12ସେସମୟରେ ଅମାସା ରାସ୍ତା ମଧ୍ୟରେ ଆପଣା ରକ୍ତରେ ଲଟ୍ପଟ୍ ହୋଇ ପଡ଼ିଥିଲା। ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାଙ୍କୁ ରାସ୍ତାରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇଦେଲା।13ଅମାସା ରାସ୍ତାରୁ ବାହର କରାଯା’ନ୍ତେ, ସମସ୍ତ ଲୋକ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ।14ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍ ଓ ବେଥ୍ମାଖା ଓ ସମସ୍ତ ବେରୀମ୍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ।15ପୁଣି ସେମାନେ ଆସି ବେଥ୍ମାଖାସ୍ଥିତ ଆବେଲ୍ରେ ଶେବଃଙ୍କୁ ଆକ୍ରମଣ କଲେ ଓ ନଗର ନିକଟରେ ଓ ଗଡ଼-ପାଚେରୀ ନିକଟରେ ଏକ ଢିପିନିର୍ମିତ ହେଲା; ତହିଁରେ ଯୋୟାବର ସହିତ ଥିବା ସମସ୍ତ ସୈନ୍ୟ ପାଚେରୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ।16ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, “ଶୁଣ, ଶୁଣ ! ମୁଁ ବିନୟ କରୁଅଛି, ଯୋୟାବକୁ ଏହି ସ୍ଥାନକୁ ଆସିବାକୁ କୁହ, ଯେପରି ମୁଁ ତାଙ୍କ ସହିତ କଥାବାର୍ତ୍ତା କରିପାରେ।”17ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, “ଆପଣ କ’ଣ ଯୋୟାବ ?” ସେ ଉତ୍ତର କଲା, “ହଁ।” ତେବେ ସେ ସ୍ତ୍ରୀ ତାହାକୁ କହିଲା, “ଆପଣା ଦାସୀର କଥା ଶୁଣନ୍ତୁ।” ସେ ଉତ୍ତର କଲା, “ମୁଁ ଶୁଣୁଅଛି।”18ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥା’ନ୍ତି, ‘ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ।19ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ ?”20ଏଥିରେ ଯୋୟାବ ଉତ୍ତର କରି କହିଲା, “ଏହା ଦୂର ହେଉ, ମୁଁ ଯେ ଗ୍ରାସ କରିବି କି ବିନାଶ କରିବି, ତାହା ମୋ’ଠାରୁ ଦୂର ହେଉ।21କଥା ସେପରି ନୁହେଁ; ମାତ୍ର ବିଖ୍ରିିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାଙ୍କୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି।” ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, “ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ।”22ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା। ତହୁଁ ଲୋକମାନେ ବିଖ୍ରିିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ। ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ଗଲେ। ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ ନିକଟକୁ ଫେରିଗଲା।23ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା।24ଆଉ ଅଦୋନୀରାମ୍1 ବେଠିକର୍ମକାରୀଙ୍କ ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ,25ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;26ପୁଣି ଯାୟୀରୀୟ ଈରା ମଧ୍ୟ ଦାଉଦଙ୍କର ଯାଜକ ଥିଲା।
1ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”2ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)3ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି ?”4ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”5ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,6ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”7ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।8ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ9ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ।10ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।11ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।12ସେତେବେଳେ ଦାଉଦ ଯାଇ ଯାବେଶ୍-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ୍-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।13ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।14ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।
1ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;2ସେ କହିଲେ, “ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,3ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।4ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।5କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।6ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା।7ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।8ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।9ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।10ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।11ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ।12ସେ ଅନ୍ଧକାରକୁ, ଅର୍ଥାତ୍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।13ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।14ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ।15ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।16ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।17ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।18ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋ’ଠାରୁ ଅତି ବଳବାନ ଥିଲେ।19ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ।20ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋ’ଠାରେ ସନ୍ତୁଷ୍ଟ ହେଲେ।21ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।22କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ୱରଙ୍କୁ ତ୍ୟାଗ କଲି ନାହିଁ।23ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ।24ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି।25ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ।26ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ।27ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।28ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।29ହେ ସଦାପ୍ରଭୁ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ।30କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ।31ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ।32ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର ? ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ ?33ପରମେଶ୍ୱର ମୋହର ଦୃଢ଼ ଆଶ୍ରୟ; ସେ ସିଦ୍ଧ ଲୋକଙ୍କୁ ଆପଣା ପଥରେ କଢ଼ାଇ ନିଅନ୍ତି।34ସେ ମୋ’ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋ’ର ଉଚ୍ଚସ୍ଥଳୀରେ ବସାନ୍ତି।35ସେ ମୋ’ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ।36ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।37ତୁମ୍ଭେ ମୋ’ ତଳେ ମୋର ପାଦ-ରଖିବା ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।38ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।39ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି।40ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ; ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।41ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋ’ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି।42ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।43ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।44ତୁମ୍ଭେ ମଧ୍ୟ ମୋ’ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ।45ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ; ସେମାନେ ମୋ’ ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେଲେ।46ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।47ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋ’ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।48ସେହି ପରମେଶ୍ୱର ମୋ’ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋ’ ତଳେ ନତ କରନ୍ତି।49ପୁଣି ସେ ମୋ’ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।50ଏହେତୁ ହେ ସଦାପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସାଗାନ କରିବି।51ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତ କାଳ ଦୟା ପ୍ରକାଶ କରନ୍ତି।”
1ଯିଶୀର ପୁତ୍ର ଦାଉଦ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ୱରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ଦାଉଦଙ୍କର ଶେଷ କଥା ଏହି;2“ମୋ’ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋ’ ଜିହ୍ୱାରେ ଥିଲା।3ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ‘ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।4ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରୁ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ।5ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି ? ସେ ମୋ’ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି ? ସେ କି ମୋର ରକ୍ଷା କରିବେ ନାହିଁ ?6ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;7ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।”
1ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”2ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”3ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋ’ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋ’ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁ ଅଛନ୍ତି ?”4ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।5ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;6ତହିଁ ଉତ୍ତାରୁ ସେମାନେ ଗିଲୀୟଦକୁ ଓ ତହତୀମ୍ହଦ୍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।7ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେର୍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରି ଗଲେ।8ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ।9ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।10ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୁ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”11ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,12“ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।”’”13ତହୁଁ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି1 ବର୍ଷ ଦୁର୍ଭିକ୍ଷ ହେବ ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ ? ଏହା ବୁଝ, ଆଉ ମୋ’ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”14ତହିଁରେ ଦାଉଦ ଗାଦ୍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”15ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ।16ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।17ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋ’ ବିରୁଦ୍ଧରେ ଓ ମୋ’ ପିତୃଗୃହର ବିରୁଦ୍ଧରେ ହେଉ।”18ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”19ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟାନୁସାରେ ଉଠିଗଲେ।20ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।21ପୁଣି ଅରୌଣା ପଚାରିଲା, “ମୋ’ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”22ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋ’ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;23ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”24ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ୧୨ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।25ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।
1ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।2ଏଥିପାଇଁ, ତାଙ୍କ ଦାସମାନେ ତାଙ୍କୁ କହିଲେ, ଆମ୍ଭମାନଙ୍କ ପ୍ରଭୁ ମହାରାଜଙ୍କ ନିମନ୍ତେ ଗୋଟିଏ ଯୁବତୀ କନ୍ୟା ଅନ୍ୱେଷଣ କରାଯାଉ ଓ ସେ ମହାରାଜଙ୍କ ଛାମୁରେ ଠିଆ ହୋଇ ସେବା କରୁ; ଆଉ ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯେପରି ଉଷ୍ଣତା ପାଇବେ, ଏଥିପାଇଁ ସେ ଆପଣଙ୍କ କୋଳରେ ଶୟନ କରୁ।3ତହିଁରେ ଲୋକମାନେ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସୁନ୍ଦରୀ କନ୍ୟାର ଅନ୍ୱେଷଣ କରି ଶୁନେମୀୟା ଅବୀଶଗ ନାମକ ଏକ କନ୍ୟାକୁ ପାଇ ରାଜାଙ୍କ ନିକଟକୁ ଆଣିଲେ।4ସେହି ଯୁବତୀ ଅତି ସୁନ୍ଦରୀ ଥିଲା ଓ ସେ ରାଜାଙ୍କର ସେବା ଓ ପରିଚର୍ଯ୍ୟା କଲା; ମାତ୍ର ରାଜା ତାହାର ସହବାସ କଲେ ନାହିଁ।
1ଏଥିଉତ୍ତାରେ ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ,2“ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି;1 ଏହେତୁ ତୁମ୍ଭେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର।3ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହିସବୁରେ ଯେପରି କୁଶଳପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥାଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;4ତହିଁରେ ସଦାପ୍ରଭୁ ମୋ’ ବିଷୟରେ ଯାହା କହିଅଛନ୍ତି, ଯଥା, ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।”5ଆହୁରି ସରୁୟାର ପୁତ୍ର ଯୋୟାବ ମୋ’ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍ର ପୁତ୍ର ଅବ୍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା।6ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ୱକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ।7ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋ’ ନିକଟକୁ ଆସିଥିଲେ।8ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, “ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ।9ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ୱକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ।”
1ଏଥିଉତ୍ତାରେ ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ।2ମାତ୍ର, ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେହି ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା।3ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।4ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।5ଗିବୀୟୋନ୍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।”6ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।7ଏବେ ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭେ ମୋ’ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।8ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି।9ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ ?”10ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ।11ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;12ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।13ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।14ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”15ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।
1ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ।2ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।3ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ4ଓ ଯିହୋୟାଦାର ପୁତ୍ର ବନାୟ ସେନାପତି ଥିଲା; ପୁଣି, ସାଦୋକ ଓ ଅବୀୟାଥର ଯାଜକ ଥିଲେ;5ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।6ପୁଣି, ଅହୀଶାର୍ ଗୃହାଧ୍ୟକ୍ଷ ଥିଲା ଓ ଅବ୍ଦର ପୁତ୍ର ଅଦୋନୀରାମ୍ ବେଠିକର୍ମର ଅଧ୍ୟକ୍ଷ ଥିଲା।7ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।8ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍-ହୂର।9ମାକସ୍, ଶାଲବୀମ୍, ବେଥ୍-ଶେମଶ୍ ଓ ଏଲୋନ-ବେଥ୍-ହାନନ୍ରେ ବିନ୍-ଦେକର;10ଅରୁବୋତରେ ବିନ୍-ହେଷଦ୍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;11ସମୁଦାୟ ଦୋର ଉପପର୍ବତରେ ବିନ୍-ଅବୀନାଦବ୍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍ ଥିଲା।12ତାନକ୍, ମଗିଦ୍ଦୋ, ବେଥ୍-ଶାନ୍ ଠାରୁ ଆବେଲ୍-ମହୋଲା ଓ ଯକମୀୟାମ୍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନ୍ରେ ଅହୀଲୂଦର ପୁତ୍ର ବାନା।13ରାମୋତ୍-ଗିଲୀୟଦରେ ବିନ୍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;14ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍।15ନପ୍ତାଲିରେ ଅହୀମାସ୍; ସେ ଶଲୋମନଙ୍କର କନ୍ୟା ବାସମତ୍କୁ ବିବାହ କରିଥିଲା।16ଆଶେର ଓ ବାଲୋତ୍ରେ1 ହୂଶୟର ପୁତ୍ର ବାନା।17ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍;18ବିନ୍ୟାମୀନ୍ରେ ଏଲାର ପୁତ୍ର ଶିମୀୟି;19ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।
1ଏଥିଉତ୍ତାରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍ର ପ୍ରିୟପାତ୍ର ଥିଲେ।2ଏଣୁ ଶଲୋମନ ହୂରମ୍ ନିକଟକୁ ଏହି କଥା କହି ପଠାଇଲେ,3ଆପଣ ଜାଣନ୍ତି, ମୋ’ ପିତା ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରି ପାରିଲେ ନାହିଁ, କାରଣ ସଦାପ୍ରଭୁ (ଶତ୍ରୁମାନଙ୍କୁ) ତାଙ୍କର ପଦତଳସ୍ଥ କରିବା ପର୍ଯ୍ୟନ୍ତ ତାଙ୍କ ଚାରି ଆଡ଼େ ଯୁଦ୍ଧ ଘେରିଥିଲା।4ମାତ୍ର ଏବେ ସଦାପ୍ରଭୁ ମୋ’ ପରମେଶ୍ୱର ଚତୁର୍ଦ୍ଦିଗରେ ମୋତେ ବିଶ୍ରାମ ଦେଇଅଛନ୍ତି; ବିପକ୍ଷ କେହି ନାହିଁ, ବା ବିପଦ-ଘଟଣା କିଛି ନାହିଁ।5ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଥିଲେ, “ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।”6ଏଣୁ ଏବେ ମୋ’ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋ’ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।7ସେତେବେଳେ ହୂରମ୍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।”8ଏଉତ୍ତାରେ ହୂରମ୍ ଶଲୋମନଙ୍କ ନିକଟକୁ କହି ପଠାଇଲା, ଆପଣ ମୋ’ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି।9ମୋ’ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋ’ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋ’ ବାଞ୍ଛା ସଫଳ କରିବେ।10ଏହିରୂପେ ହୂରମ୍ ଶଲୋମନଙ୍କର ସମସ୍ତ ବାଞ୍ଛାନୁସାରେ ତାଙ୍କୁ ଏରସ ଓ ଦେବଦାରୁ କାଷ୍ଠ ଦେଲା।11ପୁଣି, ଶଲୋମନ ହୂରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ1 ଓ କୋଡ଼ିଏ ହଜାର ମହଣ ପେଷା ତେଲ2 ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍କୁ ଦେଲେ।12ପୁଣି, ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ ଶଲୋମନଙ୍କୁ ଜ୍ଞାନ ଦେଲେ; ଆଉ ହୂରମ୍ ଓ ଶଲୋମନଙ୍କ ମଧ୍ୟରେ ସନ୍ଧି ଥିଲା ଓ ସେ ଦୁହେଁ ପରସ୍ପର ନିୟମ କଲେ।13ଏଥିଉତ୍ତାରେ ଶଲୋମନ ରାଜା ସମୁଦାୟ ଇସ୍ରାଏଲ ମଧ୍ୟରୁ ବେଠିକର୍ମ ନିମନ୍ତେ ଲୋକ ସଂଗ୍ରହ କଲେ; ତହିଁରେ ତିରିଶ ହଜାର ଲୋକ ସଂଗୃହୀତ ହେଲେ।14ପୁଣି, ସେ ପାଳି ଅନୁସାରେ ମାସକୁ ଦଶ ହଜାର ଲୋକ ଲିବାନୋନକୁ ପଠାଇଲେ; ସେମାନେ ମାସେ ଲେଖାଏଁ ଲିବାନୋନରେ ଓ ଦୁଇ ମାସ ଲେଖାଏଁ ଘରେ ରହିଲେ ଓ ଅଦୋନୀରାମ୍ ବେଠିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।15ପୁଣି, ଶଲୋମନଙ୍କର ସତୁରି ହଜାର ଭାରବାହକ ଓ ପର୍ବତରେ ଅଶୀ ହଜାର ପଥର-କଟାଳୀ ଥିଲେ।16ଏହାଛଡ଼ା କର୍ମକାରୀ ଲୋକମାନଙ୍କ ଉପରେ ଶଲୋମନଙ୍କର ତିନି ହଜାର ତିନି ଶହ ପ୍ରଧାନ କାର୍ଯ୍ୟାଧ୍ୟକ୍ଷ ନିଯୁକ୍ତ ଥିଲେ।17ପୁଣି, ପ୍ରସ୍ତୁତ ପ୍ରସ୍ତରରେ ଗୃହର ଭିତ୍ତିମୂଳ ସ୍ଥାପନ କରିବା ନିମନ୍ତେ ସେମାନେ ରାଜାଜ୍ଞାରେ ବୃହତ ପ୍ରସ୍ତର ଓ ମୂଲ୍ୟବାନ ପ୍ରସ୍ତର ଖୋଳିଲେ।18ଆଉ ଶଲୋମନଙ୍କର, ହୂରମ୍ର ରାଜମିସ୍ତ୍ରୀମାନେ ଓ ଗିବ୍ଲୀୟ ଲୋକମାନେ ସେସବୁର ଗଠନ କଲେ, ଏହିରୂପେ ସେମାନେ ଗୃହ-ନିର୍ମାଣ ନିମନ୍ତେ କାଷ୍ଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।
1ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ୱର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ।2ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।3ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।4ପୁଣି, ଗୃହ ନିମନ୍ତେ ସେ ବନ୍ଦ ଜାଲିଝରକା ନିର୍ମାଣ କଲେ।5ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍, ମନ୍ଦିର ଓ ମହା ପବିତ୍ର ସ୍ଥାନ ର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।6ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା। କାରଣ, କଡ଼ିକାଠ ଯେପରି ଗୃହର କାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହର କାନ୍ଥର ବାହାର ଭାଗରେ ଆଧାର କଲେ।7ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି କଟାଳି, କୌଣସି ଲୌହାସ୍ତ୍ରର ଶବ୍ଦ ଶୁଣା ନ ଗଲା।8ମଧ୍ୟମ କୋଠରିମାନର ଦ୍ୱାର ଗୃହର ଦକ୍ଷିଣ ଭାଗରେ ଥିଲା; ପୁଣି, ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକୁ ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକୁ ଚଢ଼ି ଗଲେ।9ଏହିରୂପେ ସେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କଲେ, ଏରସ କାଷ୍ଠର କଡ଼ି ଓ ପଟାରେ ଗୃହ ଆଚ୍ଛାଦନ କଲେ।10ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ୱାରା ଗୃହ ଉପରେ ସେହିସବୁର ଭାର ରହିଲା।11ଏଥିଉତ୍ତାରେ ଶଲୋମନଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,12ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।13ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।14ଏହିରୂପେ ଶଲୋମନ ଗୃହ ନିର୍ମାଣ କରି ତାହା ସମାପ୍ତ କଲେ।15ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।16ପୁଣି, ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହା ପବିତ୍ର ସ୍ଥାନ , ଅର୍ଥାତ୍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।17ତହିଁରେ ଗୃହ, ଅର୍ଥାତ୍, ମହା ପବିତ୍ର ସ୍ଥାନ ର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା।18ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛି ମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।19ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହା ପବିତ୍ର ସ୍ଥାନ ପ୍ରସ୍ତୁତ କଲେ।20ଆଉ ସେହି ମହା ପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।21ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ମହା ପବିତ୍ର ସ୍ଥାନ ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ।22ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହା ପବିତ୍ର ସ୍ଥାନ ର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।23ପୁଣି, ସେ ମହା ପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।24ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା।25ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ।26ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ମଧ୍ୟ ସେହିପରି ଥିଲା।27ପୁଣି, ସେ ସେହି କିରୂବଦ୍ୱୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି, ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା।28ତହୁଁ ସେ କିରୂବମାନଙ୍କୁ ସୁବର୍ଣ୍ଣରେ ମଡ଼ାଇଲେ।29ପୁଣି, ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।30ଆହୁରି ଗୃହ-ଚଟାଣର ଭିତର ବାହାର ସୁବର୍ଣ୍ଣରେ ମଡ଼ାଇଲେ।31ଆଉ, ସେ ମହା ପବିତ୍ର ସ୍ଥାନ ର ପ୍ରବେଶ-ଦ୍ୱାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା।32ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନର ଆକୃତି ଖୋଦାଇଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ।33ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ୱାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ;34ଆଉ, ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା।35ପୁଣି, ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ।36ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।37ଚତୁର୍ଥ ବର୍ଷର ସିବ୍ ମାସରେ ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପିତ ହେଲା।38ପୁଣି, ଏକାଦଶ ବର୍ଷର ବୂଲ ନାମକ ଅଷ୍ଟମ ମାସରେ ନିରୂପିତ ଆକୃତି ଅନୁସାରେ ସମୁଦାୟ ଅଂଶରେ ଗୃହର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଏରୂପେ ତାହା ନିର୍ମାଣ କରିବାରେ ତାଙ୍କୁ ସାତ ବର୍ଷ ଲାଗିଲା।
1ଏଥିଉତ୍ତାରେ ଶଲୋମନ ତେର ବର୍ଷ ଆପଣା ଗୃହ ନିର୍ମାଣ କରିବାରେ ଲାଗି ଆପଣାର ସମୁଦାୟ ଗୃହ ସମାପ୍ତ କଲେ।2କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।3ଆଉ, ସ୍ତମ୍ଭମାନର ଉପରିସ୍ଥିତ ପଞ୍ଚଚାଳିଶ କଡ଼ି ଉପରେ ଏରସ କାଷ୍ଠର ଛାତ କଲେ; ଧାଡ଼ିକେ ପନ୍ଦର ଲେଖାଏଁ।4ପୁଣି, ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।5ଖିଡ଼ିକିର ସମସ୍ତ ଦ୍ୱାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।6ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।7ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।8ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।9ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା।10ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।11ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।12ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।
1ଏଥିଉତ୍ତାରେ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶ ସମୂହର ପ୍ରଧାନବର୍ଗଙ୍କୁ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣଙ୍କର ପିତୃଗୃହାଧିପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।2ତହିଁରେ ଏଥାନୀମ ନାମକ ସପ୍ତମ ମାସରେ ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ଶଲୋମନ ରାଜାଙ୍କ ନିକଟରେ ଏକତ୍ର ହେଲେ।3ପୁଣି, ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ।4ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ।5ତହୁଁ ରାଜା ଶଲୋମନ ଓ ତାଙ୍କ ସହିତ ତାଙ୍କ ନିକଟରେ ଏକତ୍ରିତ ସମଗ୍ର ଇସ୍ରାଏଲ ମଣ୍ଡଳୀ ସିନ୍ଦୁକ ସମ୍ମୁଖରେ ମେଷ ଓ ଗୋରୁ ବଳିଦାନ କଲେ, ତାହା ବାହୁଲ୍ୟ ହେତୁ ଅସଂଖ୍ୟ ଓ ଅପରିମେୟ ଥିଲା।6ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ୱସ୍ଥାନକୁ, ଅର୍ଥାତ୍, ଗୃହର ମହା ପବିତ୍ର ସ୍ଥାନ ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ।7କାରଣ, କିରୂବମାନେ ସିନ୍ଦୁକର ସ୍ଥାନ ଉପରେ ଆପଣାମାନଙ୍କ ପକ୍ଷ ବିସ୍ତାର କରିଥିଲେ, ପୁଣି, କିରୂବମାନେ ସିନ୍ଦୁକ ଓ ତହିଁ ସାଙ୍ଗୀ ଉପର ଆଚ୍ଛାଦନ କରିଥିଲେ।8ଆଉ ସେହି ସାଙ୍ଗୀ ଏତେ ଦୀର୍ଘ ଥିଲା ଯେ, ତହିଁର ଅଗ୍ରଭାଗ ମହା ପବିତ୍ର ସ୍ଥାନ ସମ୍ମୁଖସ୍ଥ ପବିତ୍ର ସ୍ଥାନରୁ ଦେଖାଗଲା; ମାତ୍ର ବାହାରେ ଦେଖାଗଲା ନାହିଁ। ଆଜି ପର୍ଯ୍ୟନ୍ତ ତାହା ସେଠାରେ ଅଛି।9ଇସ୍ରାଏଲ ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର-ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା।10ଆଉ, ଯାଜକମାନେ ପବିତ୍ର ସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା;11ତହିଁରେ ସେହି ମେଘ ସକାଶୁ ଯାଜକମାନେ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେଲା।12ତହୁଁ ଶଲୋମନ କହିଲେ, “ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି।13ମୁଁ ନିଶ୍ଚୟ ତୁମ୍ଭ ପାଇଁ ଏକ ବସତିଗୃହ, ତୁମ୍ଭର ଅନନ୍ତ କାଳ ବାସ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିଅଛି।”
1ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେଉଁ ସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ,2ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବୀୟୋନ୍ରେ ଦର୍ଶନ ଦେଇଥିଲେ, ସେପରି ଦ୍ୱିତୀୟ ଥର ତାଙ୍କୁ ଦର୍ଶନ ଦେଲେ।3ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।4ଆଉ ଆମ୍ଭେ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯଦି ତୁମ୍ଭେ ଆପଣା ପିତା ଦାଉଦ ପରି ଏକାନ୍ତ ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି, ଆମ୍ଭ ବିଧି ଓ ଶାସନ ପାଳନ କରିବ;5ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ହେବ ନାହିଁ, ଏହି ଯେଉଁ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନନ୍ତ କାଳ ସ୍ଥିର କରିବା।6ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;7ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;8ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ ?9ତହିଁରେ ଲୋକମାନେ ଉତ୍ତର କରିବେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।”
1ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ।2ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ।3ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ; ରାଜାଙ୍କର ବୋଧଗମ୍ୟ କୌଣସି ବିଷୟ ନ ଥିଲା, ସେ ତାହାକୁ ସବୁ କହିଲେ।4ପୁଣି, ଶିବାର ରାଣୀ ଶଲୋମନଙ୍କର ସମସ୍ତ ଜ୍ଞାନ, ତାଙ୍କର ନିର୍ମିତ ଗୃହ,5ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।6ତହୁଁ ସେ ରାଜାଙ୍କୁ କହିଲେ, “ମୁଁ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲି, ତାହା ସତ୍ୟ।7ତଥାପି ମୁଁ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ସେକଥା ବିଶ୍ୱାସ ନ କଲି; ଆଉ ଦେଖନ୍ତୁ, ଅର୍ଦ୍ଧେକ ମୋତେ କୁହାଯାଇ ନ ଥିଲା; ମୁଁ ଯେଉଁ ସୁଖ୍ୟାତି ଶୁଣିଲି, ତଦପେକ୍ଷା ଆପଣଙ୍କ ଜ୍ଞାନ ଓ ଐଶ୍ୱର୍ଯ୍ୟ ଅଧିକ।8ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କ ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଛିଡ଼ା ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।9ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”10ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା, ଆଉ ଅତି ପ୍ରଚୁର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେତେ ସୁଗନ୍ଧି ଦ୍ରବ୍ୟ ଦେଲା, ସେତେ ବହୁଳ ପରିମାଣରେ ଆଉ କେବେ ଆସି ନାହିଁ।11ଆଉ ହୂରମ୍ର ଯେଉଁ ଯେଉଁ ଜାହାଜରେ ଓଫୀରରୁ ସୁନା ଆସିଲା, ସେହି ସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା।12ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଦେଖା ଯାଇ ନାହିଁ।13ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ। ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।
1ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;2ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ କହିଥିଲେ, ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ; ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।3ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।4କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ବିଦେଶୀୟ ଦେବତାଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା।5ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍ର ଓ ଅମ୍ମୋନୀୟମାନଙ୍କ ମିଲ୍କମ୍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍ଗାମୀ ହେଲେ।6ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ।7ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ମୋଲକ୍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।8ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ।9ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ10ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।11ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, “ତୁମ୍ଭ ଦ୍ୱାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା।12ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।13ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା।”
1ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।2ଏଥି ମଧ୍ୟରେ ନବାଟର ପୁତ୍ର ସେହି ଯେ ଯାରବୀୟାମ ଶଲୋମନ ରାଜାଙ୍କର ଛାମୁରୁ ପଳାଇ ମିସରରେ ଏଯାଏ ଥିଲେ, ସେ ତାଙ୍କର ମୃତ୍ୟୁୁ ସମ୍ବାଦ ପାଇଲେ; ସେ ମିସରରେ ବାସ କରୁଥିବା ବେଳେ ଲୋକମାନେ ତାଙ୍କୁ ଡକାଇ ପଠାଇଲେ।3ତହିଁରେ ଯାରବୀୟାମ ଓ ଇସ୍ରାଏଲର ସମସ୍ତ ସମାଜ ରିହବୀୟାମଙ୍କ ନିକଟକୁ ଆସି ଏହି କଥା କହିଲେ,4“ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ।”5ତହୁଁ ସେ ସେମାନଙ୍କୁ କହିଲେ, “ଏବେ ଯାଅ, ତିନି ଦିନ ଉତ୍ତାରେ ପୁନର୍ବାର ମୋ’ ନିକଟକୁ ଆସ।” ତହିଁରେ ଲୋକମାନେ ଚାଲିଗଲେ।6ଏଥିଉତ୍ତାରେ ରିହବୀୟାମ ରାଜା ଆପଣା ପିତା ଶଲୋମନଙ୍କର ଜୀବନ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ, ସେମାନଙ୍କ ସହିତ ପରାମର୍ଶ କରି କହିଲେ, “ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ପରାମର୍ଶ ଦେଉଅଛ ?”7ତେବେ ସେମାନେ ତାଙ୍କୁ କହିଲେ, “ତୁମ୍ଭେ ଯେବେ ଆଜି ଏହି ଲୋକମାନଙ୍କର ସେବକ ହେବ ଓ ସେମାନଙ୍କର ସେବା କରି ସେମାନଙ୍କୁ ଉତ୍ତର ଦେବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।”8ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।9ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ମୋତେ କହୁଛନ୍ତି, ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇ ଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭଙ୍କୁ କି ପରାମର୍ଶ ଦେଉଅଛ ?10ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, “ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ; ମୋର କନିଷ୍ଠ ଅଙ୍ଗୁଳି ମୋ’ ପିତାଙ୍କ କଟିଠାରୁ ମୋଟ।”11ଏଥିପାଇଁ ମୋ’ ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋ’ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।12ତୃତୀୟ ଦିନରେ ମୋ’ ନିକଟକୁ ପୁଣି, ଆସ ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ ଓ ସମସ୍ତ ଲୋକ ରିହବୀୟାମଙ୍କ ନିକଟକୁ ଆସିଲେ।13ତହିଁରେ ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ରାଜା ଲୋକମାନଙ୍କୁ କଟୁ ଉତ୍ତର ଦେଲେ;14ପୁଣି, ଯୁବାମାନଙ୍କ ପରାମର୍ଶନୁସାରେ ଲୋକମାନଙ୍କୁ କହିଲେ, “ମୋ’ ପିତା ତୁମ୍ଭମାନଙ୍କ ଉପରେ ଭାରୀ ଯୁଆଳି ଥୋଇଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କ ଯୁଆଳି ଆହୁରି ଭାରୀ କରିବି; ମୋ’ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”15ଏହିରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ଦ୍ୱାରା ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ସଦାପ୍ରଭୁଙ୍କ ଆଡ଼ୁ ଘଟିଲା।
1ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍ରେ ଉପସ୍ଥିତ ହେଲା।2ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”3ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”4ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।5ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡି ହୋଇ ପଡ଼ିଲା।6ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋ’ ପାଇଁ ପ୍ରାର୍ଥନା କର। ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।7ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋ’ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”8ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,”9କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ।10ତହୁଁ ସେ ଅନ୍ୟ ପଥରେ ଗଲା, ଯେଉଁ ପଥରେ ବେଥେଲ୍କୁ ଆସିଥିଲା, ସେ ପଥରେ ସେ ଫେରିଲା ନାହିଁ।
1ସେହି ସମୟରେ ଯାରବୀୟାମଙ୍କର ପୁତ୍ର ଅବୀୟ ପୀଡ଼ିତ ହେଲା।2ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋ’ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍ବକ୍ତା ସେଠାରେ ଅଛି।3ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”4ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।5ଏଥି ମଧ୍ୟରେ ସଦାପ୍ରଭୁ ଅହୀୟଙ୍କୁ କହିଲେ, “ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ।”6ଆଉ ସେ ଦ୍ୱାର ଦେଇ ଆସିବା ବେଳେ ଏପରି ହେଲା ଯେ, ଅହୀୟ ତାହାର ପାଦ-ଶବ୍ଦ ଶୁଣି କହିଲା, “ହେ ଯାରବୀୟାମଙ୍କର ଭାର୍ଯ୍ୟା, ତୁମ୍ଭେ ଭିତରକୁ ଆସ; କାହିଁକି ତୁମ୍ଭେ ଆପଣାକୁ ଅନ୍ୟ ପରି ଦେଖାଉଅଛ ? ମୁଁ ଦୁଃସହନୀୟ ସମ୍ବାଦ ଦେବା ପାଇଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି।7ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ;8ଓ ଦାଉଦ-ବଂଶଠାରୁ ରାଜ୍ୟ ଚିରି ନେଇ ତୁମ୍ଭକୁ ଦେଲୁ; ତଥାପି ଆମ୍ଭ ଦାସ ଦାଉଦ, ଯେ ଆମ୍ଭ ଆଜ୍ଞାସବୁ ପାଳନ କଲା ଓ ଆମ୍ଭ ଦୃଷ୍ଟିରେ ଯାହା ଭଲ, କେବଳ ତାହା କରିବା ପାଇଁ ଆପଣା ସର୍ବାନ୍ତଃକରଣ ସହିତ ଆମ୍ଭର ଅନୁଗତ ହେଲା, ତାହା ପରି ତୁମ୍ଭେ ହୋଇ ନାହଁ;9ମାତ୍ର ତୁମ୍ଭ ପୂର୍ବରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ତୁମ୍ଭେ ଅଧିକ କୁକର୍ମ କରିଅଛ, ପୁଣି, ଆମ୍ଭକୁ ବିରକ୍ତ କରିବା ପାଇଁ ତୁମ୍ଭେ ଯାଇ ଆପଣା ନିମନ୍ତେ ଅନ୍ୟ ଦେବଗଣ ଓ ଛାଞ୍ଚରେ ଢଳା ପ୍ରତିମାମାନ ନିର୍ମାଣ କରିଅଛ ଓ ଆମ୍ଭକୁ ଆପଣା ପଛଆଡ଼େ ପକାଇ ଦେଇଅଛ;10ଏହେତୁ ଦେଖ, ଆମ୍ଭେ ଯାରବୀୟାମ-ବଂଶ ପ୍ରତି ଅମଙ୍ଗଳ ଘଟାଇବା, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଯାରବୀୟାମଠାରୁ ଲୋପ କରିବା ଓ ଯେପରି କୌଣସି ମନୁଷ୍ୟ ମଇଳା ସମ୍ପୂର୍ଣ୍ଣ ଯିବା ପର୍ଯ୍ୟନ୍ତ ଝାଡୁ କରେ, ସେପରି ଆମ୍ଭେ ଯାରବୀୟାମ ଗୃହକୁ ନିଃଶେଷରେ ବିନାଶ କରିବା।11ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।12ଏନିମନ୍ତେ ତୁମ୍ଭେ ଉଠି ଆପଣା ଗୃହକୁ ଯାଅ; ନଗରରେ ତୁମ୍ଭ ପାଦ ପଡ଼ିଲା କ୍ଷଣେ ବାଳକ ମରିବ।13ପୁଣି, ତାହା ନିମନ୍ତେ ସମୁଦାୟ ଇସ୍ରାଏଲ ଶୋକ କରି ତାହାକୁ କବର ଦେବେ; ମାତ୍ର ଯାରବୀୟାମ ସମ୍ପର୍କୀୟର କେବଳ ସେ ହିଁ କବର ପାଇବ; କାରଣ ଯାରବୀୟାମ-ବଂଶ ମଧ୍ୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ତାହାରିଠାରେ କିଛି ସଦ୍ଭାବ ଦେଖାଯାଇଅଛି।14ଆହୁରି ସଦାପ୍ରଭୁ ଆପଣା ପାଇଁ ଇସ୍ରାଏଲ ଉପରେ ଏକ ରାଜା ଉତ୍ପନ୍ନ କରିବେ, ସେ ସେହିଦିନ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବ; ମାତ୍ର କଅଣ ? ଏବେ ତାହା ଘଟିବ।15କାରଣ ସଦାପ୍ରଭୁ ଜଳରେ ହଲିଲା ନଳ ପରି ଇସ୍ରାଏଲକୁ ଆଘାତ କରିବେ; ପୁଣି, ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ନଦୀ ସେପାରିରେ ସେମାନଙ୍କୁ ଛିନ୍ନଭିନ୍ନ କରିବେ; ଯେହେତୁ ସେମାନେ ଆପଣାମାନଙ୍କର ଆଶେରା ମୂର୍ତ୍ତିମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।16ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହିସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।17ଏଉତ୍ତାରେ ଯାରବୀୟାମଙ୍କର ଭାର୍ଯ୍ୟା ଉଠି ଚାଲିଗଲା ଓ ତିର୍ସାରେ ଉପସ୍ଥିତ ହେଲା; ଆଉ ସେ ଗୃହର ଦ୍ୱାରବନ୍ଧ ନିକଟରେ ପହଞ୍ଚିଲା କ୍ଷଣେ ବାଳକ ମଲା।”18ତହିଁରେ ସଦାପ୍ରଭୁ ଆପଣା ଦାସ ଅହୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେପରି କହିଥିଲେ, ତଦନୁସାରେ ସମସ୍ତ ଇସ୍ରାଏଲ ତାହାକୁ କବର ଦେଲେ ଓ ତାହା ପାଇଁ ଶୋକ କଲେ।
1ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଵର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ଵ କରିବାକୁ ଲାଗିଲେ।2ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ଵ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।3ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।4ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ।5କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।6ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା।7ପୁଣି, ଅବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କି ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।8ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।
1ଏଥିଉତ୍ତାରେ ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,2ଯେପରି ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଅଛ ଓ ଆପଣା ଲୋକ ଇସ୍ରାଏଲକୁ ପାପ କରାଇଅଛ ଓ ସେମାନଙ୍କ ପାପ ଦ୍ୱାରା ଆମ୍ଭକୁ ବିରକ୍ତ କଲ;3ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା।4ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।5ବାଶାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କ୍ରିୟା ଓ ପରାକ୍ରମ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?6ଏଥିଉତ୍ତାରେ ବାଶାଙ୍କ ମୃତ୍ୟୁ ପରେ, ସେ ତିର୍ସାରେ କବର ପାଇଲେ ଓ ତାହାଙ୍କ ପୁତ୍ର ଏଲା ତାହାଙ୍କ ପଦରେ ରାଜ୍ୟ କଲେ।7ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ।
1ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ’ ବାକ୍ୟାନୁସାରେ ହେବ।”2ଏଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,3ଯଥା, ତୁମ୍ଭେ ଏଠାରୁ ଯାଇ ପୂର୍ବଦିଗକୁ ଫେରି ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍ ନଦୀ ନିକଟରେ ଆପଣାକୁ ଲୁଚାଅ।4ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।5ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ-ସମ୍ମୁଖସ୍ଥ କରୀତ୍ ନଦୀ ନିକଟକୁ ଯାଇ ବାସ କଲେ।6ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।7ପୁଣି, ଦେଶରେ ବୃଷ୍ଟି ନୋହିବାରୁ କିଛି କାଳ ଉତ୍ତାରେ ନଦୀ ଶୁଷ୍କ ହୋଇଗଲା।
1ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।2ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।3ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।4ପୁଣି, ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକଶତ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା )।5ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟ ଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”6ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟ ଆଡ଼େ ଗଲା।7ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କ’ଣ ମୋ’ ପ୍ରଭୁ ଏଲୀୟ ?”8ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।”9ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି ?”10ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋ’ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ସେ ଏଠାରେ ନାହିଁ ବୋଲି ସେମାନେ କହିଲେ, “ସେ ସେହି ରାଜ୍ୟ ଓ ଗୋଷ୍ଠୀକି ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।”11ଏବେ ଆପଣ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।12ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।13ଈଷେବଲ୍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କ’ଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ ?14ତଥାପି ଆପଣ ଏବେ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି; ତହିଁରେ ସେ ମୋତେ ବଧ କରିବେ।15ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”16ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ।17ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କ’ଣ ତୁମ୍ଭେ ?”18ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍ ଦେବଗଣର ଅନୁଗାମୀ ହୋଇଅଛ।19ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍ର ମେଜରେ ଭୋଜନକାରୀ ବାଲ୍ର ଚାରିଶହ ପଚାଶ ଭବିଷ୍ୟଦ୍ବକ୍ତାଙ୍କୁ ଓ ଆଶେରାର ଚାରିଶହ ଭବିଷ୍ୟଦ୍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋ’ ନିକଟରେ ଏକତ୍ର କର।”
1ଏଥିଉତ୍ତାରେ ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗରେ ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍କୁ ଜଣାଇଲେ।2ତହିଁରେ ଈଷେବଲ୍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”3ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।4ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୁ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”5ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”6ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନ ପାନ କରି ପୁନର୍ବାର ଶୟନ କଲେ।7ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।”8ତହୁଁ ସେ ଉଠି ଭୋଜନ ପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।
1ଏଥିଉତ୍ତାରେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କଲା; ପୁଣି, ତାହା ସଙ୍ଗେ ବତିଶ ରାଜା, ଆଉ ଅଶ୍ୱ ଓ ରଥମାନ ଥିଲେ; ପୁଣି, ସେ ଯାଇ ଶମରୀୟା ଅବରୋଧ କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲା।2ଆଉ ନଗର ମଧ୍ୟକୁ ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଦୂତଗଣ ପଠାଇ ତାଙ୍କୁ କହିଲା, “ବିନ୍ହଦଦ୍ ଏହି କଥା କହନ୍ତି,3ତୁମ୍ଭର ରୂପା ଓ ତୁମ୍ଭର ସୁନା ମୋହର ଅଟେ, ତୁମ୍ଭର ଭାର୍ଯ୍ୟା ଓ ତୁମ୍ଭର ସନ୍ତାନମାନେ, ମଧ୍ୟ ସର୍ବୋତ୍ତମ ଯେତେ, ମୋହର ଅଟନ୍ତି।”4ଏଥିରେ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ହେ ମୋହର ପ୍ରଭୁ, ମହାରାଜ, ଆପଣଙ୍କ ବାକ୍ୟାନୁସାରେ ମୁଁ ଓ ମୋର ସର୍ବସ୍ୱ ହିଁ ଆପଣଙ୍କର।”5ଏଉତ୍ତାରେ ଦୂତମାନେ ପୁନର୍ବାର ଆସି କହିଲେ, “ବିନ୍ହଦଦ୍ ଏହି କଥା କହନ୍ତି, ତୁମ୍ଭେ ଆପଣା ରୂପା, ଆପଣା ସୁନା, ଆପଣା ଭାର୍ଯ୍ୟା ଓ ଆପଣା ସନ୍ତାନମାନଙ୍କୁ ମୋ’ ହସ୍ତରେ ସମର୍ପଣ କର ବୋଲି ମୁଁ ତୁମ୍ଭକୁ କହି ପଠାଇଲି;6ମାତ୍ର କାଲି ପ୍ରାୟ ଏହି ସମୟରେ ମୁଁ ତୁମ୍ଭ ନିକଟକୁ ଆପଣା ଦାସମାନଙ୍କୁ ପଠାଇବି, ଆଉ ସେମାନେ ତୁମ୍ଭ ଗୃହ ଓ ତୁମ୍ଭ ଦାସମାନଙ୍କ ଗୃହ ଅନୁସନ୍ଧାନ କରିବେ; ପୁଣି, ତୁମ୍ଭ ଦୃଷ୍ଟିରେ ଯାହା ଯାହା ମନୋହର, ତାହାସବୁ ସେମାନେ ହାତରେ ଧରି ନେଇଯିବେ।”7ତେବେ ଇସ୍ରାଏଲର ରାଜା ଦେଶର ସମସ୍ତ ପ୍ରାଚୀନବର୍ଗଙ୍କୁ ଡକାଇ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ବିଚାର କରି ଦେଖ, ଏ ଲୋକ କି ପ୍ରକାରେ ଅନିଷ୍ଟ ଚେଷ୍ଟା କରୁଅଛି; କାରଣ ସେ ମୋ’ ଭାର୍ଯ୍ୟା ଓ ସନ୍ତାନଗଣ ପାଇଁ, ପୁଣି, ମୋହର ରୂପା ଓ ସୁନା ପାଇଁ ଲୋକ ପଠାନ୍ତେ, ମୁଁ ତାହାକୁ ମନା କଲି ନାହିଁ।”8ଏଥିରେ ସମସ୍ତ ପ୍ରାଚୀନବର୍ଗ ଓ ସମୁଦାୟ ଲୋକ ତାଙ୍କୁ କହିଲେ, “ଆପଣ ତାହାର କଥାରେ କର୍ଣ୍ଣ ନ ଦେଉନ୍ତୁ, ଅବା ସମ୍ମତ ନ ହେଉନ୍ତୁ।”9ଏହେତୁ ସେ ବିନ୍ହଦଦ୍ର ଦୂତମାନଙ୍କୁ କହିଲେ, “ମୋହର ପ୍ରଭୁ ମହାରାଜଙ୍କୁ କୁହ, ଆପଣ ପ୍ରଥମେ ଆପଣା ଦାସ ନିକଟକୁ ଯହିଁ ପାଇଁ ପଠାଇଥିଲେ, ସେସବୁ ମୁଁ କରିବି; ମାତ୍ର ଏହି କାର୍ଯ୍ୟ ମୁଁ କରି ପାରିବି ନାହିଁ।” ତହୁଁ ଦୂତମାନେ ପ୍ରସ୍ଥାନ କରି ତାହାକୁ ସମ୍ବାଦ ଦେଲେ।10ଏଉତ୍ତାରେ ବିନ୍ହଦଦ୍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋ’ ପଶ୍ଚାତ୍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”11ତହୁଁ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ତାହାକୁ କୁହ, ଯେ ସଜ୍ଜା ପରିଧାନ କରେ, ସେ ସଜ୍ଜା ତ୍ୟାଗ କରିବା ଲୋକ ତୁଲ୍ୟ ଦର୍ପ ନ କରୁ।”12ବିନ୍ହଦଦ୍ ଓ ରାଜାମାନେ କୁଟୀରରେ ପାନ କରୁଥିବା ସମୟରେ ସେ ଏହି ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲା, “ଆପଣାମାନଙ୍କୁ ସଜାଅ।” ତହୁଁ ସେମାନେ ନଗର ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ।13ଏଥି ମଧ୍ୟରେ ଦେଖ, ଜଣେ ଭବିଷ୍ୟଦ୍ବକ୍ତା ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଏହି ସମସ୍ତ ମହାଜନତା ଦେଖିଅଛ ? ଦେଖ, ଆମ୍ଭେ ଆଜି ତାହା ତୁମ୍ଭ ହସ୍ତରେ ସମର୍ପଣ କରିବା, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜ୍ଞାତ ହେବ।”14ତହିଁରେ ଆହାବ ପଚାରିଲେ, “କାହା ଦ୍ୱାରା ?” ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କ ଦ୍ୱାରା। ତେବେ ସେ ପଚାରିଲେ, “କିଏ ଯୁଦ୍ଧ ଆରମ୍ଭ କରିବ ?” ତହିଁରେ ସେ ଉତ୍ତର କଲେ, “ତୁମ୍ଭେ।”15ତହୁଁ ସେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କୁ ଗଣନା କଲେ, ସେମାନେ ଦୁଇଶହ ବତିଶ ଜଣ ହେଲେ, ପୁଣି, ସେମାନଙ୍କ ଉତ୍ତାରେ ସମୁଦାୟ ଲୋକଙ୍କୁ, ଅର୍ଥାତ୍, ସମଗ୍ର ଇସ୍ରାଏଲ-ସନ୍ତାନଙ୍କୁ ଗଣନା କରନ୍ତେ, ସାତ ସହସ୍ର ଜଣ ହେଲେ।16ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍ହଦଦ୍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।17ଏହି ସମୟରେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକେ ପ୍ରଥମେ ବାହାରିଲେ; ତହିଁରେ ବିନ୍ହଦଦ୍ ଲୋକ ପଠାନ୍ତେ, ସେମାନେ ତାହାକୁ ସମ୍ବାଦ ଦେଇ କହିଲେ, “ଶମରୀୟାରୁ ଲୋକେ ଆସିଅଛନ୍ତି।”18ତହୁଁ ସେ କହିଲା, “ସେମାନେ ସନ୍ଧି ପାଇଁ ଆସିଥିଲେ, ସେମାନଙ୍କୁ ଜୀବିତ ଧର, ପୁଣି, ଯୁଦ୍ଧ ପାଇଁ ଆସିଥିଲେ ମଧ୍ୟ ସେମାନଙ୍କୁ ଜୀବିତ ଧର।”19ଏଥି ମଧ୍ୟରେ ପ୍ରଦେଶର ଅଧିପତିମାନଙ୍କ ସେହି ଯୁବାମାନେ ଓ ସେମାନଙ୍କ ପଶ୍ଚାତ୍ଗାମୀ ସୈନ୍ୟଦଳ ନଗରରୁ ବାହାରିଲେ।20ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିଯୋଦ୍ଧାକୁ ବଧ କଲେ; ତହିଁରେ ଅରାମୀୟମାନେ ପଳାଇଲେ ଓ ଇସ୍ରାଏଲ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ପୁଣି, ଅରାମର ରାଜା ବିନ୍ହଦଦ୍ ଅଶ୍ୱାରୋହୀମାନଙ୍କ ସହିତ ଏକ ଅଶ୍ୱ ଆରୋହଣ କରି ରକ୍ଷା ପାଇଲା।21ଏଥିରେ ଇସ୍ରାଏଲର ରାଜା ବାହାରକୁ ଯାଇ ଅଶ୍ୱ ଓ ରଥସକଳ ଆଘାତ କଲେ ଓ ଅରାମୀୟମାନଙ୍କୁ ମହାସଂହାରରେ ବଧ କଲେ।22ଏଉତ୍ତାରେ ସେହି ଭବିଷ୍ୟଦ୍ବକ୍ତା ଇସ୍ରାଏଲର ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଯାଅ, ଆପଣାକୁ ସବଳ କର ଓ ଯାହା କରୁଅଛ, ତାହା ବିଚାର କରି ଦେଖ; କାରଣ ଆସନ୍ତା ବର୍ଷ ଅରାମର ରାଜା ପୁନର୍ବାର ତୁମ୍ଭ ବିରୁଦ୍ଧରେ ଆସିବ।”
1ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।2ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋ’ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”3ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।”4ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।5ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁନାହଁ ?”6ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା-ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”7ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍ ତାଙ୍କୁ କହିଲା, “ତୁମ୍ଭେ କ’ଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁନାହଁ ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”8ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।9ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚ ସ୍ଥାନରେ ବସାଅ;10ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।11ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ।12ସେମାନେ ଉପବାସର ଘୋଷଣା କଲେ ଓ ନାବୋତକୁ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ବସାଇଲେ।13ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।14ତହିଁ ଉତ୍ତାରେ ସେମାନେ ଈଷେବଲ୍ ନିକଟକୁ କହି ପଠାଇଲେ, ନାବୋତ ପ୍ରସ୍ତରାଘାତରେ ମରିଅଛି।15ଏଥିରେ ଈଷେବଲ୍, ପ୍ରସ୍ତରାଘାତରେ ନାବୋତର ମରିଥିବା ବିଷୟ ଶୁଣନ୍ତେ, ଈଷେବଲ୍ ଆହାବଙ୍କୁ କହିଲା, “ଉଠ, ଯିଷ୍ରିୟେଲୀୟ ନାବୋତ ରୂପା-ମୁଦ୍ରାରେ ତୁମ୍ଭକୁ ଯେଉଁ ଦ୍ରାକ୍ଷାକ୍ଷେତ୍ର ଦେବାକୁ ମନା କଲା, ତାହା ଅଧିକାରରେ ଆଣ; କାରଣ ନାବୋତ ଜୀବିତ ନାହିଁ, ମାତ୍ର ମଲାଣି।”16ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ।
1ଏଥିଉତ୍ତାରେ ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷାନ୍ତ ରହିଲେ।2ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।3ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କ’ଣ ତୁମ୍ଭେମାନେ ଜାଣ ନାହିଁ ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”4ପୁଣି, ସେ ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କ’ଣ ଯୁଦ୍ଧ କରିବା ପାଇଁ ମୋ’ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ ?” ତହିଁରେ ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”5ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”6ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରିଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି ?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”7ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କି କେହି ଏଠାରେ ନାହିଁ ?”8ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ’ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”9ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷକୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”10ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ-ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବକ୍ତା ସମସ୍ତେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ।11ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”12ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୁପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”13ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”14ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”15ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା ?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”16ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି ?”17ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି,” ଆଉ ସଦାପ୍ରଭୁ କହିଲେ, “ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”18ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ ?”19ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”20ତହିଁରେ ସଦାପ୍ରଭୁ କହିଲେ, “ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ ?” ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।21ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, “ମୁଁ ତାହାକୁ ଫୁସଲାଇବି।”22ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?” ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।23ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”24ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋ’ଠାରୁ କେଉଁ ବାଟେ ଗଲେ ?”25ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”26ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍ର ଓ ରାଜପୁତ୍ର ଯୋୟାଶ୍ର ନିକଟକୁ ଫେରାଇ ନେଇଯାଅ;27ପୁଣି, କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ1 ।”28ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋ’ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
1ଏଥିଉତ୍ତାରେ ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବ ଦେଶ ଇସ୍ରାଏଲ ବିରୁଦ୍ଧରେ ବିଦ୍ରୋହ ଆଚରଣ କଲେ।2ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର।”3ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ ?”4ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।5ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ ?”6ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରି ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।”7ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କିପ୍ରକାର ଲୋକ ?”8ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍ବୀୟ ଏଲୀୟ।”9ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ତଳକୁ ଆସ।”10ତହୁଁ ଏଲୀୟ ସେହି ପଚାଶପତିକି ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।11ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ଶୀଘ୍ର ତଳକୁ ଆସ।”12ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।13ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁ ପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋ’ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ।14ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କୁ ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋ’ ପ୍ରାଣ ବହୁମୂଲ୍ୟ ହେଉ।”15ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।16ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”17ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଯିହୋରାମ୍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।18ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?
1ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନି ଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ।2ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍କୁ ଗଲେ।3ସେତେବେଳେ ବେଥେଲ୍ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭ ଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କ’ଣ ଜାଣୁଅଛ ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”4ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।5ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭ ଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କ’ଣ ଜାଣୁଅଛ ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”6ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।7ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।8ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।9ପୁଣି ସେମାନେ ପାର ହୋଇ ଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋ’ ଉପରେ ବର୍ତ୍ତୁ।”10ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।”11ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ୍ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।12ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।13ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।14ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି ?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।
1ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ବାର ବର୍ଷ ରାଜ୍ୟ କଲେ।2ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ମାତ୍ର ତାଙ୍କର ପିତା ଓ ତାଙ୍କର ମାତା ତୁଲ୍ୟ ନୁହେଁ; କାରଣ ସେ ଆପଣା ପିତୃନିର୍ମିତ ବାଲ୍ର ସ୍ତମ୍ଭ ଦୂର କରି ଦେଲେ।3ତଥାପି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ସେ ଆସକ୍ତ ହେଲେ ଓ ତାହା ଛାଡ଼ିଲେ ନାହିଁ।4ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ।5ମାତ୍ର ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା।6ସେହି ସମୟରେ ଯିହୋରାମ୍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ।7ତହୁଁ ଯିହୋରାମ୍ ଯାଇ ଯିହୁଦାର ରାଜା ଯିହୋଶାଫଟ୍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ମୋୟାବର ରାଜା ମୋ’ ବିରୁଦ୍ଧରେ ଦ୍ରୋହାଚରଣ କରିଅଛି; ତୁମ୍ଭେ କ’ଣ ମୋୟାବ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋ’ ସଙ୍ଗେ ଯିବ ?” ତହୁଁ ସେ କହିଲେ, “ମୁଁ ଯିବି; ମୁଁ ତୁମ୍ଭ ପରି, ମୋ’ ଲୋକ ତୁମ୍ଭ ଲୋକ ପରି, ମୋ’ ଅଶ୍ୱ ତୁମ୍ଭ ଅଶ୍ୱ ପରି। ”8ଆଉ ଯିହୋରାମ୍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା ?” ତହୁଁ ଯିହୋଶାଫଟ୍ ଉତ୍ତର କଲେ, “ଇଦୋମ ପ୍ରାନ୍ତର ପଥ ଦେଇ।”9ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।10ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”11ମାତ୍ର ଯିହୋଶାଫଟ୍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍ବକ୍ତା କ’ଣ ଏଠାରେ ନାହାନ୍ତି ?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”12ତେବେ ଯିହୋଶାଫଟ୍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି।” ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ୍ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ।13ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କ’ଣ କରିବାର ଅଛି ? ତୁମ୍ଭ ପିତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”14ପୁଣି ଇଲୀଶାୟ କହିଲେ, “ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟ୍ଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭ ଆଡ଼େ ଅନାନ୍ତି ନାହିଁ, କି ତୁମ୍ଭକୁ ଦେଖନ୍ତି ନାହିଁ।15ତଥାପି ଏବେ ମୋ’ ନିକଟକୁ ଏକ ବାଦ୍ୟକର ଆଣ।” ତହୁଁ ବାଦ୍ୟକର ଆସି ବାଦ୍ୟ ବଜାନ୍ତେ, ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା।16ତହିଁରେ ସେ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଏହି ଉପତ୍ୟକାକୁ ଖାତରେ ପୂର୍ଣ୍ଣ କର।’17କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ବାୟୁ ଦେଖିବ ନାହିଁ, ଅବା ତୁମ୍ଭେମାନେ ବୃଷ୍ଟି ଦେଖିବ ନାହିଁ, ତଥାପି ସେହି ଉପତ୍ୟକା ଜଳରେ ପରିପୂର୍ଣ୍ଣ ହେବ; ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଗୋମେଷାଦି ଓ ତୁମ୍ଭମାନଙ୍କ ପଶୁ ସମସ୍ତେ ପାନ କରିବ।’18ଆହୁରି ସଦାପ୍ରଭୁଙ୍କ ଦୃଷ୍ଟିରେ ଏହା କେବଳ କ୍ଷୁଦ୍ର ବିଷୟ; ସେ ମୋୟାବୀୟମାନଙ୍କୁ ମଧ୍ୟ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।19ପୁଣି ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀରବେଷ୍ଟିତ ନଗର ଓ ପ୍ରତ୍ୟେକ ଉତ୍ତମ ନଗର ଉଚ୍ଛିନ୍ନ କରିବ ଓ ପ୍ରତ୍ୟେକ ଉତ୍ତମ ବୃକ୍ଷ କାଟି ପକାଇବ ଓ ଜଳ-ନିର୍ଝରସକଳ ବନ୍ଦ କରିବ ଓ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡ ପ୍ରସ୍ତରରେ ନାଶ କରିବ।”20ଏଥିଉତ୍ତାରେ ପ୍ରାତଃ କାଳୀନ ନୈବେଦ୍ୟ ଉତ୍ସର୍ଗ କରିବା ସମୟରେ ଦେଖ, ଇଦୋମର ପଥ ଦେଇ ଜଳ ଆସିଲା ଓ ଜଳରେ ଦେଶ ପୂର୍ଣ୍ଣ ହେଲା।21ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ।22ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ।23ତେବେ ସେମାନେ କହିଲେ, “ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତି; ଏହେତୁ ହେ ମୋୟାବ, ଲୁଟିବାକୁ ଯାଅ।”24ତହୁଁ ସେମାନେ ଇସ୍ରାଏଲର ଛାଉଣିରେ ଉପସ୍ଥିତ ହୁଅନ୍ତେ, ଇସ୍ରାଏଲୀୟମାନେ ଉଠି ମୋୟାବୀୟମାନଙ୍କୁ ଆଘାତ କଲେ, ତେଣୁ ସେମାନେ ସେମାନଙ୍କ ସମ୍ମୁଖରୁ ପଳାଇଲେ; ପୁଣି ଇସ୍ରାଏଲୀୟମାନେ ମୋୟାବୀୟମାନଙ୍କୁ ଆଘାତ କରି କରି ଦେଶ ଭିତରକୁ ଅଗ୍ରସର ହେଲେ।25ଆଉ ସେମାନେ ନଗରସବୁ ଭାଙ୍ଗି ପକାଇଲେ ଓ ପ୍ରତି ଜଣ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡରେ ପ୍ରସ୍ତର ପକାଇ ତାହା ପୂର୍ଣ୍ଣ କଲେ ଓ ସେମାନେ ଜଳ-ନିର୍ଝରସକଳ ବନ୍ଦ କରିଦେଲେ ଓ ଉତ୍ତମ ବୃକ୍ଷସବୁ କାଟି ପକାଇଲେ; ଶେଷରେ ସେମାନେ କେବଳ କୀର୍-ହେର୍ସତରେ ତହିଁର ପ୍ରସ୍ତରସବୁ ଛାଡ଼ିଲେ; ତଥାପି ଛାଟିଣିଧାରୀମାନେ ତହିଁ ଚତୁର୍ଦ୍ଦିଗକୁ ଯାଇ ତାହା ଆଘାତ କଲେ।26ସେ ସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।27ତହୁଁ ସେ ଆପଣା ଉତ୍ତରାଧିକାରୀ ଜ୍ୟେଷ୍ଠ ପୁତ୍ରକୁ ନେଇ ପ୍ରାଚୀର ଉପରେ ହୋମବଳି ରୂପେ ତାହାକୁ ଉତ୍ସର୍ଗ କଲା। ତହିଁରେ ଇସ୍ରାଏଲ ବିରୁଦ୍ଧରେ ମହାକୋପ ଉପସ୍ଥିତ ହେଲା; ଏଥିଉତ୍ତାରେ ସେମାନେ ତାହା ନିକଟକୁ ପ୍ରସ୍ଥାନ କରି ସେମାନଙ୍କ ନିଜ ଦେଶକୁ ଫେରିଗଲେ।
1ଭବିଷ୍ୟଦ୍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋ’ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”2ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କ’ଣ କରିବି ? ମୋତେ କୁହ; ଘରେ ତୁମ୍ଭର କ’ଣ ଅଛି ?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।”3ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍, ଶୂନ୍ୟ ପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।4ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।”5ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।6ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋ’ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା।7ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନଯାପନ କର।” ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ;
1ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।2ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍ର ଭାର୍ଯ୍ୟାର ସେବା କରୁଥିଲା।3ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋ’ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”4ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”5ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣ ମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।6ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇ ଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।”7ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋ’ ନିକଟକୁ ପଠାଇଅଛି ? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”8ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ ? ସେ ଏବେ ମୋ’ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍ବକ୍ତା ଅଛି, ଏହା ସେ ଜାଣିବ।”9ଏଣୁ ନାମାନ୍ ଆପଣା ଅଶ୍ୱ ଓ ରଥ ଇତ୍ୟାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା।10ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”11ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋ’ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।12ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି ?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।13ଏଥିରେ ତାହାର ଦାସମାନେ ନାମାନ୍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାଆନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”14ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
1ଏକ ସମୟରେ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ।2ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭେମାନେ ଯର୍ଦ୍ଦନକୁ ଯାଇ ପ୍ରତି ଜଣ ସେଠାରୁ ଏକ ଏକ କଡ଼ିକାଠ ନେଇ ଆପଣାମାନଙ୍କ ବସତି ନିମନ୍ତେ ସେଠାରେ ଏକ ସ୍ଥାନ ନିର୍ମାଣ କରୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେମାନେ ଯାଅ।”3ତହୁଁ ଜଣେ କହିଲା, “ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ମୁଁ ଯିବି।”4ତହୁଁ ସେ ସେମାନଙ୍କ ସଙ୍ଗରେ ଗଲେ। ପୁଣି ସେମାନେ ଯର୍ଦ୍ଦନରେ ଉପସ୍ଥିତ ହୁଅନ୍ତେ, କାଠ କାଟିଲେ।
1ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ1 ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”2ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କ’ଣ ଏ କଥା ହୋଇ ପାରିବ ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”
1ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।”2ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା।3ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା।4ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।”5ତହିଁରେ ଇଲୀଶାୟ କିପରି ମୃତ ଲୋକକୁ ପୁନର୍ଜୀବିତ କରିଥିଲେ, ଏହା ଗିହେଜୀ ରାଜାଙ୍କୁ କହିବା ବେଳେ, ଦେଖ, ଯେଉଁ ସ୍ତ୍ରୀର ପୁତ୍ରକୁ ସେ ପୁନର୍ଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ନିକଟରେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରୁଅଛି। ଏଥିରେ ଗିହେଜୀ କହିଲା, “ହେ ମୋର ପ୍ରଭୁ, ମହାରାଜ, ଏ ସେହି ସ୍ତ୍ରୀ ଓ ତାହାର ପୁତ୍ର, ଯାହାକୁ ଇଲୀଶାୟ ପୁନର୍ଜୀବିତ କରିଥିଲେ।”6ତହୁଁ ରାଜା ସେହି ସ୍ତ୍ରୀକୁ ପଚାରନ୍ତେ, ସେ ତାଙ୍କୁ ଜଣାଇଲା। ତହିଁରେ ରାଜା ତାହା ନିମନ୍ତେ ଏକ କର୍ମଚାରୀକୁ ନିଯୁକ୍ତ କରି କହିଲେ, “ଏହାର ଯେଉଁ ସର୍ବସ୍ୱ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା, ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର କ୍ଷେତ୍ରୋତ୍ପନ୍ନ ସମସ୍ତ ଫଳ ଏହାକୁ ଫେରାଇଦିଅ।”
1ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍ବକ୍ତା ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍-ଗିଲୀୟଦକୁ ଯାଅ।2ପୁଣି ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ନିମ୍ଶିଙ୍କର ପୌତ୍ର ଯିହୋଶାଫଟ୍ଙ୍କର ପୁତ୍ର ଯେହୂଙ୍କର ଅନ୍ୱେଷଣ କର ଓ ଭିତରକୁ ଯାଇ ତାଙ୍କର ଭ୍ରାତୃଗଣ ମଧ୍ୟରୁ ତାଙ୍କୁ ଉଠାଇ ଏକ ଭିତର କୋଠରିକୁ ନେଇଯାଅ।3ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”4ତହିଁରେ ସେ ଯୁବା, ଅର୍ଥାତ୍, ସେହି ଯୁବା ଭବିଷ୍ୟଦ୍ବକ୍ତା ରାମୋତ୍-ଗିଲୀୟଦକୁ ଗଲେ।5ଆଉ ସେ ଉପସ୍ଥିତ ହେବା ବେଳେ ଦେଖ, ସେନାପତିମାନେ ବସିଅଛନ୍ତି; ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ ମୋହର ଏକ କାର୍ଯ୍ୟ ଅଛି।” ତହୁଁ ଯେହୂ କହିଲେ, “ଆମ୍ଭ ସମସ୍ତଙ୍କ ମଧ୍ୟରୁ କାହାଠାରେ ?” ତହିଁରେ ସେ କହିଲେ, “ହେ ସେନାପତି, ତୁମ୍ଭଠାରେ।”6ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।7ପୁଣି ଆମ୍ଭେ ଯେପରି ଈଷେବଲ୍ ହସ୍ତରୁ ଆମ୍ଭ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ରକ୍ତର ଓ ସଦାପ୍ରଭୁଙ୍କ ଦାସସମୂହର ରକ୍ତର ପରିଶୋଧ ନେବୁ, ଏଥିପାଇଁ ତୁମ୍ଭେ ଆପଣା ପ୍ରଭୁ ଆହାବର ବଂଶକୁ ଆଘାତ କରିବ।8କାରଣ ଆହାବର ସମୁଦାୟ ବଂଶ ବିନଷ୍ଟ ହେବେ ଓ ଆମ୍ଭେ ଇସ୍ରାଏଲ ମଧ୍ୟରେ ଆହାବ ସମ୍ପର୍କୀୟ ପ୍ରତ୍ୟେକ ପୁଂସନ୍ତାନକୁ ଓ ବଦ୍ଧ କି ମୁକ୍ତ ଲୋକକୁ ଉଚ୍ଛିନ୍ନ କରିବା।9ଆଉ ଆମ୍ଭେ ଆହାବ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବା।10ପୁଣି କୁକ୍କୁରମାନେ ଈଷେବଲ୍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।11ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା ?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।”12ଏଥିରେ ସେମାନେ କହିଲେ, “ଏ ମିଛ; ଏବେ ଆମ୍ଭମାନଙ୍କୁ କୁହ।” ତହୁଁ ଯେହୂ କହିଲେ, “ସେ ମୋତେ ଏପରି ଏପରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।’”13ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”
1ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା,2“ତୁମ୍ଭମାନଙ୍କ ପ୍ରଭୁର ପୁତ୍ରଗଣ ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ପୁଣି ରଥ ଓ ଅଶ୍ୱଗଣ, ମଧ୍ୟ ଏକ ପ୍ରାଚୀରବେଷ୍ଟିତ ନଗର ଓ ଅସ୍ତ୍ରଶସ୍ତ୍ର ତୁମ୍ଭମାନଙ୍କର ହସ୍ତଗତ ଅଛି।3ଏହେତୁ ତୁମ୍ଭମାନଙ୍କ ନିକଟରେ ଏହି ପତ୍ର ଉପସ୍ଥିତ ହେବା ମାତ୍ରେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରଗଣ ମଧ୍ୟରୁ ସର୍ବାପେକ୍ଷା ଉତ୍ତମ ଓ ଉପଯୁକ୍ତ ଜଣକୁ ବାଛ ଓ ତାହାକୁ ତାହାର ପିତାର ସିଂହାସନରେ ବସାଅ ଓ ତୁମ୍ଭେମାନେ ଆପଣା ପ୍ରଭୁର ବଂଶ ପକ୍ଷରେ ଯୁଦ୍ଧ କର।”4ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା ?”5ଏହେତୁ ଗୃହାଧ୍ୟକ୍ଷ ଓ ନଗରାଧ୍ୟକ୍ଷ, ମଧ୍ୟ ପ୍ରାଚୀନମାନେ ଓ ସନ୍ତାନଗଣର ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ ଓ ଆପଣ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିବେ, ଆମ୍ଭେମାନେ ତାହାସବୁ କରିବୁ; ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ; ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା ଆପଣ କରନ୍ତୁ।”6ତହୁଁ ଯେହୂ ଦ୍ୱିତୀୟ ଥର ସେମାନଙ୍କ ନିକଟକୁ ପତ୍ର ଲେଖିଲେ, ଯଥା, “ଯଦି ତୁମ୍ଭେମାନେ ମୋହର ପକ୍ଷ ଓ ଯଦି ତୁମ୍ଭେମାନେ ମୋ’ କଥାରେ ମନୋଯୋଗ କରିବ, ତେବେ ତୁମ୍ଭେମାନେ ଆପଣା ପ୍ରଭୁର ପୁତ୍ରମାନଙ୍କ ମସ୍ତକ ଘେନି1 ଆସନ୍ତା କାଲି ଏହି ସମୟରେ ଯିଷ୍ରିୟେଲକୁ ମୋ’ ନିକଟକୁ ଆସ।” ସେହି ସତୁରି ଜଣ ରାଜପୁତ୍ର ଆପଣାମାନଙ୍କ ପ୍ରତିପାଳକ ନଗରସ୍ଥ ପ୍ରଧାନ ଲୋକଙ୍କ ସଙ୍ଗରେ ଥିଲେ।7ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ।8ଏଥିରେ ଜଣେ ଦୂତ ଆସି ଯେହୂଙ୍କୁ ଜଣାଇ କହିଲା, “ସେମାନେ ରାଜପୁତ୍ରମାନଙ୍କ ମସ୍ତକ ଆଣିଅଛନ୍ତି।” ତହିଁରେ ସେ କହିଲେ, “ଦ୍ୱାର ପ୍ରବେଶ ସ୍ଥାନରେ ଦୁଇ ଗଦା କରି ପ୍ରାତଃକାଳ ପର୍ଯ୍ୟନ୍ତ ସେସବୁ ରଖ।”9ଏଥିଉତ୍ତାରେ ପ୍ରାତଃକାଳରେ ଯେହୂ ବାହାରକୁ ଯାଇ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରାନ୍ତ କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା ?10ଏବେ ଜାଣ ଯେ, ସଦାପ୍ରଭୁ ଆହାବ ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ୱାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି।”11ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ, ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ, ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ, ଓ ତାଙ୍କର ଯାଜକମାନଙ୍କୁ ବଧ କଲେ। ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, “ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ି ଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣର ବଦଳ ହେବ।”
1ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।2ମାତ୍ର ଯୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକି ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ।3ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।4ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଶତପତିମାନଙ୍କୁ ଅଣାଇ ସଦାପ୍ରଭୁଙ୍କ ଗୃହକୁ ଆପଣା ନିକଟକୁ ନେଲା; ଆଉ ସେ ସେମାନଙ୍କ ସହିତ ନିୟମ କରି ସଦାପ୍ରଭୁଙ୍କ ଗୃହରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ରଙ୍କୁ ଦେଖାଇଲା।5ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମଦିନରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ,6ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ।7ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ।8ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେ କେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ। ”9ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।10ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା।11ତହୁଁ ଗୃହର ଦକ୍ଷିଣ ପାର୍ଶ୍ଵରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।12ସେତେବେଳେ ସେ ରାଜପୁତ୍ର ଯୋୟାଶ୍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”13ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା।14ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ !” ବୋଲି ଡାକ ପକାଇଲା।15ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇ ଯାଅ ଓ ଯେ ତାହାର ପଶ୍ଚାଦ୍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”16ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା।
1ଯେହୂଙ୍କ ରାଜତ୍ଵର ସପ୍ତମ ବର୍ଷରେ ଯୋୟାଶ୍ ରାଜତ୍ଵ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ସିବୀୟା, ସେ ବେର୍ଶେବା ନିବାସିନୀ ଥିଲେ।2ଯିହୋୟାଦା ଯାଜକ ଯୋୟାଶ୍ଙ୍କୁ ଯେତେ ଦିନ ଶିକ୍ଷା ଦେଲା, ସେତେ ଦିନ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।3ତଥାପି ଉଚ୍ଚସ୍ଥଳୀସକଳ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।4ଏଥିଉତ୍ତାରେ ଯୋୟାଶ୍ ଯାଜକମାନଙ୍କୁ କହିଲେ, “ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ,5ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନଃନିର୍ମାଣ କରନ୍ତୁ।”6ମାତ୍ର ଯୋୟାଶ୍ ରାଜାଙ୍କ ରାଜତ୍ଵର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନଃନିର୍ମାଣ କରି ନ ଥିଲେ।7ତହିଁରେ ଯୋୟାଶ୍ ରାଜା ଯିହୋୟାଦା ଯାଜକକୁ ଓ ଅନ୍ୟ ଯାଜକମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଗୃହର ଭଗ୍ନସ୍ଥାନସବୁ କାହିଁକି ପୁନଃନିର୍ମାଣ କରୁନାହଁ ? ଏହେତୁ ତୁମ୍ଭେମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ, ମାତ୍ର ଗୃହର ଭଗ୍ନସ୍ଥାନ ନିମନ୍ତେ ତାହା ସମର୍ପଣ କର।”8ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ ନ କରିବାକୁ ସମ୍ମତ ହେଲେ।9ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା; ପୁଣି ଦ୍ୱାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ।10ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ।11ପୁଣି ସେମାନେ ସେହି ପରିମିତ ମୁଦ୍ରା ସଦାପ୍ରଭୁଙ୍କ ଗୃହର କର୍ମକାରକ ଅଧ୍ୟକ୍ଷମାନଙ୍କ ହସ୍ତରେ ଦେଲେ; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀ ସୂତ୍ରଧର ଓ ଗାନ୍ଥକ12ଓ ରାଜମିସ୍ତ୍ରୀ ଓ ପ୍ରସ୍ତର ଖୋଦକମାନଙ୍କୁ, ଆଉ ସଦାପ୍ରଭୁଙ୍କ ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବାକୁ ଓ ଗୃହର ପୁନଃନିର୍ମାଣ କରିବାକୁ ପ୍ରୟୋଜନୀୟ ସର୍ବପ୍ରକାର ବ୍ୟୟ ପାଇଁ ତାହା ଦେଲେ।13ମାତ୍ର ସଦାପ୍ରଭୁଙ୍କ ଗୃହକୁ ଆନୀତ ସେହି ମୁଦ୍ରା ଦ୍ୱାରା ସଦାପ୍ରଭୁଙ୍କ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ଡ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର, କିଅବା ରୌପ୍ୟ ପାତ୍ର ନିର୍ମିତ ହେଲା ନାହିଁ।14କାରଣ ସେମାନେ କର୍ମକାରୀମାନଙ୍କୁ ସେହି ମୁଦ୍ରା ଦେଇ ତଦ୍ଦ୍ୱାରା ସଦାପ୍ରଭୁଙ୍କ ଗୃହ ପୁନଃନିର୍ମାଣ କଲେ।15ମାତ୍ର ସେମାନେ କର୍ମକାରୀମାନଙ୍କୁ ଦେବା ପାଇଁ ଯେଉଁମାନଙ୍କ ହସ୍ତରେ ମୁଦ୍ରା ସମର୍ପଣ କଲେ, ସେମାନଙ୍କଠାରୁ ହିସାବ ନେଲେ ନାହିଁ; କାରଣ ସେମାନେ ବିଶ୍ୱସ୍ତ ଭାବରେ କର୍ମ କଲେ।16ଦୋଷାର୍ଥକ ବଳି ଓ ପାପାର୍ଥକ ବଳିର ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଗଲା ନାହିଁ, ତାହା ଯାଜକମାନଙ୍କର ହେଲା।17ସେସମୟରେ ଅରାମର ରାଜା ହସାୟେଲ ଯାତ୍ରା କରି ଗାଥ୍ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲା; ତହିଁ ଉତ୍ତାରେ ହସାୟେଲ ଯିରୂଶାଲମ ଆଡ଼କୁ ଯିବା ପାଇଁ ମୁଖ କଲା।18ତହିଁରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍ ଓ ଯିହୋରାମ୍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ଓ ରାଜଗୃହସ୍ଥ ଭଣ୍ଡାରରେ ପ୍ରାପ୍ତ ସମସ୍ତ ସ୍ୱର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରି ଗଲା।19ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?20ଏଥିଉତ୍ତାରେ ତାଙ୍କର ଦାସମାନେ ଉଠି ଚକ୍ରାନ୍ତ କରି ସିଲ୍ଲାକୁ ଯିବା ପଥରେ ମିଲ୍ଲୋ ନାମକ ଗୃହରେ ଯୋୟାଶ୍ଙ୍କୁ ବଧ କଲେ।21ଶିମୀୟତର ପୁତ୍ର ଯୋଷାଖର୍ ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ ନଗରରେ ଯୋୟାଶ୍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ।
1ଯିହୁଦାର ଅହସୀୟ ରାଜାଙ୍କର ପୁତ୍ର ଯୋୟାଶ୍ଙ୍କ ରାଜତ୍ଵର ତେଇଶ ବର୍ଷରେ ଯେହୂଙ୍କର ପୁତ୍ର ଯିହୋୟାହସ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ସତର ବର୍ଷ ରାଜ୍ୟ କଲେ।2ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ପୁଣି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପର ଅନୁଗାମୀ ହେଲେ; ଯିହୋୟାହସ୍ ତହିଁରୁ ବିମୁଖ ହେଲେ ନାହିଁ।3ଏଥିରେ ସଦାପ୍ରଭୁଙ୍କ କ୍ରୋଧ ଇସ୍ରାଏଲ ବିରୁଦ୍ଧରେ ପ୍ରଜ୍ୱଳିତ ହୁଅନ୍ତେ; ସେ ଅରାମର ରାଜା ହସାୟେଲ ହସ୍ତରେ ଓ ହସାୟେଲର ପୁତ୍ର ବିନ୍ହଦଦ୍ ହସ୍ତରେ ସେମାନଙ୍କୁ ନିତ୍ୟ ସମର୍ପଣ କଲେ।4ପୁଣି ଯିହୋୟାହସ୍ ସଦାପ୍ରଭୁଙ୍କ ନିକଟରେ ନିବେଦନ କରନ୍ତେ, ସଦାପ୍ରଭୁ ତାଙ୍କ ପ୍ରତି ମନୋଯୋଗ କଲେ; କାରଣ ଅରାମର ରାଜା ଇସ୍ରାଏଲ ପ୍ରତି କିପରି ଅତ୍ୟାଚାର କଲା, ସେମାନଙ୍କର ସେହି ଅତ୍ୟାଚାର ସେ ଦେଖିଲେ।5ଯେହେତୁ ଅରାମର ରାଜା ଲୋକମାନଙ୍କ ମଧ୍ୟରୁ କେବଳ ପଚାଶ ଜଣ ଅଶ୍ୱାରୂଢ଼ ଓ ଦଶ ରଥ ଓ ଦଶ ସହସ୍ର ପଦାତିକ ଛଡ଼ା ଯିହୋୟାହସ୍ ନିମନ୍ତେ ଆଉ କାହାକୁ ଅବଶିଷ୍ଟ ନ ରଖି ସେମାନଙ୍କୁ ବିନଷ୍ଟ ଓ ମର୍ଦ୍ଦିତ ଧୂଳି ତୁଲ୍ୟ କରିଥିଲା।6ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ।7ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହିସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।8ଏହି ଯିହୋୟାହସ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?9ଏଥିଉତ୍ତାରେ ଯିହୋୟାହସ୍ଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ, ପୁଣି ତାଙ୍କର ପୁତ୍ର ଯୋୟାଶ୍ ତାଙ୍କର ପଦରେ ରାଜ୍ୟ କଲେ।
1ଇସ୍ରାଏଲର ରାଜା ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।2ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।3ପୁଣି ଅମତ୍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ।4ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।5ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।6ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ।7ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।8ସେହି ସମୟରେ ଅମତ୍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”9ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥି ମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।10ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ ?”11ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।12ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।13ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର ଦ୍ୱାର ଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।14ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ।15ଏହି ଯୋୟାଶ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?16ଏଥିଉତ୍ତାରେ ଯୋୟାଶ୍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ୍ ତାଙ୍କ ପଦରେ ରାଜ୍ୟ କଲେ।17ପୁଣି ଇସ୍ରାଏଲର ରାଜା ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ।18ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କ’ଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?19ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।20ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ ନଗରରେ କବର ପାଇଲେ।21ଏଥିଉତ୍ତାରେ ଯିହୁଦାର ସମସ୍ତ ଲୋକ ଷୋଳ ବର୍ଷ ବୟସ୍କ ଅସରୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କ ପଦରେ ରାଜା କଲେ।22ରାଜା ଅମତ୍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
1ଇସ୍ରାଏଲର ରାଜା ଯାରବୀୟାମ୍ଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।2ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।3ପୁଣି ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।4ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।5ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ୍ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।6ଏହି ଅସରୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?7ଏଥିଉତ୍ତାରେ ଅସରୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ।
1ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍ଙ୍କର ପୁତ୍ର ଆହସ୍ ରାଜତ୍ଵ କରିବାକୁ ଆରମ୍ଭ କଲେ।2ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।3ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ।4ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।5ସେତେବେଳେ ଅରାମର ରାଜା ରତ୍ସୀନ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।6ସେହି ସମୟରେ ଅରାମର ରାଜା ରତ୍ସୀନ, ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି।7ଏଥିରେ ଆହସ୍ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋ’ ବିରୁଦ୍ଧରେ ଉଠୁଅଛନ୍ତି।”8ପୁଣି ଆହସ୍ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ।9ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍ ନଗରକୁ ନେଇଗଲା ଓ ରତ୍ସୀନକୁ ବଧ କଲା।10ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍-ପିଲେସର୍କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।11ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା।12ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ।13ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।14ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।15ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋ’ ପାଇଁ ରହିବ।”16ଏହିରୂପେ ଊରୀୟ ଯାଜକ ଆହସ୍ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା।17ପୁଣି ଆହସ୍ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ର ରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ।18ଆଉ ସେମାନେ ବିଶ୍ରାମଦିନ ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବର୍ହିଦ୍ୱାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ।19ଏହି ଆହସ୍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?20ଏଥିଉତ୍ତାରେ ଆହସ୍ ମୃତ୍ୟୁବରଣ କଲେ ଓ ଦାଉଦ ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।
1ଯିହୁଦାର ରାଜା ଆହସ୍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ।2ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ।3ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।4ଏଥିଉତ୍ତାରେ ଅଶୂରର ରାଜା ହୋଶେୟଙ୍କଠାରେ ଚକ୍ରାନ୍ତ ଭାବ ଦେଖିଲା; କାରଣ ସେ ମିସରର ସୋ ରାଜା ନିକଟକୁ ଦୂତଗଣ ପଠାଇଲେ, ପୁଣି ଅଶୂରର ରାଜାକୁ ଯେପରି ବର୍ଷକୁ ବର୍ଷ ଦର୍ଶନୀ ଦେଉଥିଲେ, ସେପରି ଆଉ ଦେଲେ ନାହିଁ; ଏଣୁ ଅଶୂରର ରାଜା ତାଙ୍କୁ ରୁଦ୍ଧ କରି କାରାଗାରରେ ବନ୍ଦ କଲା।
1ଇସ୍ରାଏଲର ରାଜା ଏଲାଙ୍କ ପୁତ୍ର ହୋଶେୟଙ୍କ ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ରାଜା ଆହସ୍ଙ୍କର ପୁତ୍ର ହିଜକୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ।2ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ।3ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।4ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।5ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ।6କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ।7ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।8ସେ ଘସା ଓ ତହିଁର ସୀମା ପର୍ଯ୍ୟନ୍ତ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ସଂହାର କଲେ।9ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା।10ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କ ରାଜତ୍ଵର ଷଷ୍ଠ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା।11ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।12କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା-ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।
1ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।2ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍କୁ ଓ ଶିବ୍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ।3ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ‘ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।4ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”5ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।6ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।7ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
1ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।’”2ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,3“ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।4ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,5ଯଥା, “ଫେରି ଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।6ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।’”7ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।8ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।”9ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।”10ତହିଁରେ ହିଜକୀୟ ଉତ୍ତର କଲେ, “ଛାୟା ଆଗକୁ ଦଶ ପାହୁଣ୍ଡ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ଡ ଫେରିଯାଉ।”11ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍ଙ୍କର ସୂର୍ଯ୍ୟଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।
1ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା।2ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।3କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ରାଜା ଆହାବ ଯେପରି କରିଥିଲେ, ସେପରି ସେ ବାଲ୍ ନିମନ୍ତେ ଯଜ୍ଞବେଦିମାନ ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।4ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।5ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ।6ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।7ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା।8ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯଦି ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ।”9ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ।10ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଏହି କଥା କହିଲେ,11“ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି।”12ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।13ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟ ପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।14ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ।15କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ସେମାନେ ଆପଣା ପିତୃଗଣ ମିସରରୁ ବାହାରି ଆସିବାର ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭକୁ ବିରକ୍ତ କରିଅଛନ୍ତି।”16ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।17ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?18ଏଥିଉତ୍ତାରେ ମନଃଶି ମୃତ୍ୟୁବରଣ କଲେ ଓ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍, ଉଷର ଉଦ୍ୟାନରେ କବର ପ୍ରାପ୍ତ ହେଲେ। ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ।
1ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।2ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ।
1ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।2ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।3ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।4ପୁଣି ରାଜା ଯୋଶୀୟ ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍ର ଓ ଆଶେରା ମୂର୍ତ୍ତିର ଓ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍କୀୟ ମହାଯାଜକକୁ ଓ ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବେଥେଲ୍କୁ ନେଇଗଲେ।5ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ।6ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।7ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ।8ପୁଣି ଯୋଶୀୟ ଯିହୁଦାର ନାନା ନଗରରୁ ସମସ୍ତ ଯାଜକଙ୍କୁ ଆଣିଲେ ଓ ଗେବା ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯେ ଯେ ସ୍ଥାନରେ ଯାଜକମାନେ ଧୂପ ଜ୍ୱଳାଇଥିଲେ, ସେସବୁ ଉଚ୍ଚସ୍ଥଳୀ ଅଶୁଚି କଲେ। ପୁଣି ସେ ନଗର ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ, ନଗରଅଧ୍ୟକ୍ଷ ଯିହୋଶୂୟର ଦ୍ୱାର ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ନଗର ଦ୍ୱାରର ଉଚ୍ଚସ୍ଥଳୀସକଳ ଭାଙ୍ଗି ପକାଇଲେ।9ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ।10ପୁଣି କେହି ଯେପରି ମୋଲକ୍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍ ନାମକ ସ୍ଥାନକୁ ଅଶୁଚି କଲେ।11ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।12ଆଉ ଯିହୁଦାର ରାଜାମାନେ ଆହସ୍ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡି ଦେଲେ।13ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍କମ୍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।14ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।15ଆହୁରି ବେଥେଲ୍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।16ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ।17ତହୁଁ ସେ ପଚାରିଲେ, “ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ ?” ଏଥିରେ ନଗରର ଲୋକମାନେ ଉତ୍ତର କଲେ, “ପରମେଶ୍ୱରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବେଥେଲ୍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ତାହା ତାଙ୍କର କବର।”18ତେବେ ରାଜା ଯୋଶୀୟ କହିଲେ, “ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ।” ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍ବକ୍ତାଙ୍କର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ।19ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବେଥେଲ୍ରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ।20ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ।21ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।”22ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାର କର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା।23ମାତ୍ର ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଏହି ନିସ୍ତାର ପର୍ବ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ପାଳନ କରାଗଲା।24ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।25ଆଉ ଯୋଶୀୟଙ୍କ ପରି ଯେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ମୋଶାଙ୍କର ସକଳ ବ୍ୟବସ୍ଥାନୁସାରେ ସଦାପ୍ରଭୁଙ୍କ ପ୍ରତି ଫେରିଲେ, ଏପରି କୌଣସି ରାଜା ତାଙ୍କର ପୂର୍ବେ ନ ଥିଲେ, କିଅବା ଯୋଶୀୟଙ୍କ ପରି କେହି ତାଙ୍କ ଉତ୍ତାରେ ଉଦିତ ହେଲେ ନାହିଁ।26ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ଡ ମହାକୋପରୁ ଫେରିଲେ ନାହିଁ।27ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”
1ଯିହୋୟାକୀମ୍ଙ୍କ ରାଜତ୍ଵ ସମୟରେ ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।2ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।3ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ,4ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।5ଏହି ଯିହୋୟାକୀମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କ’ଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?6ଏଥିଉତ୍ତାରେ ଯିହୋୟାକୀମ୍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ।7ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମିସ୍ରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।
1ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।2ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।3ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।4ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥଦେଇ ଚାଲିଗଲେ।5ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।6ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।7ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।8ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଊଣାଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।9ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।10ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।11ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।12ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ି ଗଲା।13ଆହୁରି କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ର ରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।14ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।15ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।16ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ର ରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।17ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।
1ଆଦମ, ଶେଥ, ଈନୋଶ;2କୟିନାନ, ମହଲଲେଲ, ଯେରଦ;3ହନୋକ, ମଥୂଶେଲହ, ଲେମକ;4ନୋହ, ଶେମ, ହାମ ଓ ଯେଫତ୍।5ଯେଫତ୍ର ସନ୍ତାନ ଗୋମର, ମାଗୋଗ୍, ମାଦୟ, ଯବନ, ତୁବଲ୍, ମେଶକ୍ ଓ ତୀରସ୍ ଥିଲେ।6ପୁଣି, ଗୋମରର ସନ୍ତାନ ଅସ୍କିନସ୍, ଦୀଫତ୍ ଓ ତୋଗର୍ମା ଥିଲେ।7ଆଉ, ଯବନର ସନ୍ତାନ ଇଲୀଶା, ତର୍ଶୀଶ୍, କିତ୍ତୀମ ଓ ରୋଦାନିମ୍ ଥିଲେ।8ହାମର ସନ୍ତାନ କୂଶ, ମିସର, ପୂଟ୍ ଓ କିଣାନ ଥିଲେ।9ପୁଣି, କୂଶର ସନ୍ତାନ ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଥିଲେ। ରୟମାର ସନ୍ତାନ ଶିବା ଓ ଦଦାନ।10ଆଉ, କୂଶ ନିମ୍ରୋଦ୍କୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା।11ମିସର ଲୁଦୀୟ, ଅନାମୀୟ, ଲହାବୀୟ, ନପ୍ତୂହୀୟ,12ପଥ୍ରୋଷୀୟ, ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା।13ପୁଣି, କିଣାନ ଆପଣା ପ୍ରଥମଜାତ ସୀଦୋନକୁ, ଏବଂ ହେତ୍କୁ ଜାତ କଲା;14ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ,15ହିବ୍ବୀୟ, ଅର୍କୀୟ, ସିନୀୟ,16ଅର୍ବଦୀୟ, ସମାରୀୟ ଓ ହମାତୀୟମାନଙ୍କୁ ଜାତ କଲା।17ଶେମର ସନ୍ତାନଗଣ; ଏଲମ୍, ଅଶୂର, ଅର୍ଫକ୍ଷଦ, ଲୁଦ୍, ଅରାମ, ଊଷ୍, ହୂଲ, ଗେଥର ଓ ମେଶକ୍।18ପୁଣି, ଅର୍ଫକ୍ଷଦ ଶେଲହକୁ ଜାତ କଲା ଓ ଶେଲହ ଏବରକୁ ଜାତ କଲା।19ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍।20ପୁଣି, ଯକ୍ତନ୍ ଅଲ୍ମୋଦଦ, ଶେଲଫ୍, ହତ୍ସର୍ମାବତ୍, ଯେରହ,21ହଦୋରାମ, ଊଷଲ, ଦିକ୍ଲା,22ଓବଲ, ଅବୀମାୟେଲ୍, ଶିବା,23ଓଫୀର, ହବୀଲା ଓ ଯୋବବ୍କୁ ଜାତ କଲା। ଏମାନେ ଯକ୍ତନ୍ର ସନ୍ତାନ।24ଶେମ, ଅର୍ଫକ୍ଷଦ, ଶେଲହ;25ଏବର, ପେଲଗ୍, ରୀୟୂ;26ସରୁଗ, ନାହୋର, ତେରହ27ଅବ୍ରାମ, ଅର୍ଥାତ୍ ଅବ୍ରହାମ।28ଅବ୍ରହାମଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାୟେଲ।29ଏମାନଙ୍କର ବଂଶାବଳୀ ଏହି; ଇଶ୍ମାୟେଲର ପ୍ରଥମ ଜାତ ନବାୟୋତ୍; ତହିଁ ଉତ୍ତାରେ କେଦାର, ଅଦ୍ବେଲ, ମିବ୍ସମ୍, ମିଶ୍ମା ଓ ଦୂମା, ମସା;30ହଦଦ୍ ଓ ତେମା, ଯିଟୁର, ନାଫୀଶ୍ ଓ କେଦମା;31ଏମାନେ ଇଶ୍ମାୟେଲର ସନ୍ତାନ ଥିଲେ।32ଅବ୍ରହାମଙ୍କର ଉପପତ୍ନୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍, ଯକ୍ଷନ୍, ମଦାନ୍, ମିଦୀୟନ, ଯିଶ୍ବକ ଓ ଶୂହକୁ ଜାତ କଲା। ଆଉ ଯକ୍ଷନ୍ର ସନ୍ତାନ ଶିବା ଓ ଦଦାନ।33ଆଉ ମିଦୀୟନର ସନ୍ତାନ ଐଫା, ଏଫର, ହନୋକ, ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ।34ପୁଣି, ଅବ୍ରହାମ ଇସ୍ହାକକୁ ଜାତ କଲେ। ସେହି ଇସ୍ହାକର ପୁତ୍ର ଏଷୌ ଓ ଇସ୍ରାଏଲ।35ଏଷୌର ସନ୍ତାନ ଇଲୀଫସ୍, ରୁୟେଲ ଓ ଯିୟୂଶ୍ ଓ ଯାଲମ୍ ଓ କୋରହ।36ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍, ସଫୀ ଓ ଗୟିତମ୍, କନସ୍ ଓ ତିମ୍ନା ଓ ଅମାଲେକ।37ରୁୟେଲର ସନ୍ତାନ ନହତ୍, ସେରହ, ଶମ୍ମ ଓ ମିସା।38ଆଉ ସେୟୀରର ସନ୍ତାନ ଲୋଟନ୍, ଶୋବଲ୍, ସିବୀୟୋନ୍, ଅନା, ଦିଶୋନ୍, ଏତ୍ସର ଓ ଦୀଶନ୍।39ଲୋଟନ୍ର ସନ୍ତାନ ହୋରି, ହୋମମ୍ ଓ ତିମ୍ନା ଲୋଟନ୍ର ଭଗିନୀ ଥିଲା।40ଶୋବଲ୍ର ସନ୍ତାନ ଅଲୀୟନ୍, ମାନହତ୍, ଏବଲ୍, ଶଫୀ ଓ ଓନମ୍। ଆଉ ସିବୀୟୋନ୍ର ପୁତ୍ର ଅୟା ଓ ଅନା।41ଅନାର ପୁତ୍ର ଦିଶୋନ୍। ଆଉ ଦିଶୋନ୍ର ପୁତ୍ର ହମ୍ରଣ, ଇଶବନ୍, ଯିତ୍ରନ୍ ଓ କରାଣ।42ଏତ୍ସରର ପୁତ୍ର ବିଲ୍ହନ୍ ଓ ସାବନ୍, ଯାକନ୍। ଦୀଶନ୍ର ପୁତ୍ର ଊଷ୍ ଓ ଅରାନ୍।43ଇସ୍ରାଏଲ ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ୱ କରିଥିଲେ; ବିୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍ହାବା ଥିଲା।44ଯେତେବେଳେ ବେଲାଙ୍କ ମୃତ୍ୟୁୁ ହେଲା, ଆଉ ବେଲାଙ୍କ ମୃତ୍ୟୁୁ ହୁଅନ୍ତେ ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ତାଙ୍କର ପଦରେ ରାଜ୍ୟ କଲେ।45ଆଉ ଯୋବବ୍ ମରନ୍ତେ, ତୈମନ୍ ଦେଶୀୟ ହୂଶମ୍ ତାଙ୍କର ପଦରେ ରାଜ୍ୟ କଲେ।46ପୁଣି, ହୂଶମ୍ ମଲା ଉତ୍ତାରେ ବଦଦର ପୁତ୍ର ଯେଉଁ ହଦଦ୍ ମୋୟାବ-ପଦାରେ ମିଦୀୟନକୁ ପରାସ୍ତ କରିଥିଲେ, ସେ ତାଙ୍କ ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ଅବୀତ୍ ଥିଲା।47ଆଉ ହଦଦ୍ ମରନ୍ତେ, ମସ୍ରେକା ନିବାସୀ ସମ୍ଳ ତାଙ୍କର ପଦରେ ରାଜ୍ୟ କଲେ।48ପୁଣି, ସମ୍ଳ ମରନ୍ତେ, (ଫରାତ୍) ନଦୀ ନିକଟସ୍ଥ ରହୋବୋତ୍ ନିବାସୀ ଶୌଲ ତାଙ୍କର ପଦରେ ରାଜ୍ୟ କଲେ।49ପୁଣି, ଶୌଲ ମଲା ଉତ୍ତାରେ ଅକ୍ବୋରର ପୁତ୍ର ବାଲ୍ହାନନ୍ ତାଙ୍କର ପଦରେ ରାଜ୍ୟ କଲେ।50ଆଉ ବାଲ୍ହାନନ୍ ମରନ୍ତେ, ହଦଦ୍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାଉ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ।51ଏଥିଉତ୍ତାରେ ହଦଦ୍ ମଲେ। ଏମାନେ ଇଦୋମର ରାଜା ଥିଲେ, ଯଥା, ରାଜା ତିମ୍ନା, ରାଜା ଅଲୀୟା1 , ରାଜା ଯିଥେତ୍,52ରାଜା ଅହଲୀବାମା, ରାଜା ଏଲା, ରାଜା ପୀନୋନ୍;53ରାଜା କନସ୍, ରାଜା ତୈମନ୍, ରାଜା ମିବ୍ସର୍;54ରାଜା ମଗ୍ଦୀୟେଲ, ରାଜା ଈରମ୍। ଏମାନେ ଇଦୋମର ରାଜା ଥିଲେ।
1ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୂନ;2ଦାନ୍, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍ ଓ ଆଶେର।3ଯିହୁଦାର ପୁତ୍ରଗଣ; ଯଥା ଏର୍ ଓ ଓନନ୍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍ଶୂୟାଠାରୁ ଜାତ ହୋଇଥିଲେ। ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ।4ପୁଣି, ଯିହୁଦାର ପୁତ୍ରବଧୂ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା। ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ।5ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ।6ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍ ଓ ହେମନ ଓ କଲ୍କୋଲ୍ ଓ ଦେରା; ସମୁଦାୟ ପାଞ୍ଚ ଜଣ।7କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା।8ପୁଣି, ଏଥନ୍ର ପୁତ୍ର ଅସରୀୟା।9ଆଉ ହିଷ୍ରୋଣର ଔରସଜାତ ପୁତ୍ର ଯିରହମେଲ ଓ ରାମ୍ ଓ କାଲୁବାୟ,10ପୁଣି, ରାମ୍ ଅମ୍ମୀନାଦବକୁ ଜାତ କଲା; ପୁଣି, ଅମ୍ମୀନାଦବ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନ୍କୁ ଜାତ କଲା।11ଆଉ ନହଶୋନ୍ ସଲ୍ମାକୁ ଜାତ କଲା ଓ ସଲ୍ମା ବୋୟଜକୁ ଜାତ କଲା;12ବୋୟଜ ଓବେଦ୍କୁ ଜାତ କଲା, ଓବେଦ୍ ଯିଶୀକୁ ଜାତ କଲା।13ପୁଣି, ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବ୍କୁ ଓ ଦ୍ୱିତୀୟ ଅବୀନାଦବକୁ ଓ ତୃତୀୟ ଶିମୀୟକୁ;14ଚତୁର୍ଥ ନଥନେଲକୁ, ପଞ୍ଚମ ରଦ୍ଦୟକୁ;15ଷଷ୍ଠ ଓତ୍ସମକୁ, ସପ୍ତମ ଦାଉଦଙ୍କୁ ଜାତ କଲା;16ପୁଣି, ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ। ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ, ଏ ତିନି ସରୁୟାର ପୁତ୍ର।17ପୁଣି, ଅବୀଗଲ ଅମାସାକୁ ଜାତ କଲା; ଏହି ଅମାସାର ପିତା ଇଶ୍ମାୟେଲୀୟ ଯେଥର ଥିଲା।18ଆଉ ହିଷ୍ରୋଣର ପୁତ୍ର କାଲେବ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍ ଓ ଅର୍ଦୋନ୍, ଏମାନେ ଅସୂବାର ପୁତ୍ର।19ପୁଣି, ଅସୂବା ମଲା ଉତ୍ତାରେ କାଲେବ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା।20ପୁଣି, ହୂର ଊରିକୁ ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା।21ଏଥିଉତ୍ତାରେ ହିଷ୍ରୋଣ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକୁ ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା।22ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା।23ଆଉ ଗଶୂର ଓ ଅରାମ୍ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ। ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ।24ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା।25ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍, ତହିଁ ଉତ୍ତାରେ ବୂନା, ଓରଣ, ଓତ୍ସମ୍ ଓ ଅହୀୟ।26ପୁଣି, ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମ୍ର ମାତା।27ଆଉ ଯିରହମେଲର ପ୍ରଥମଜାତ ରାମ୍ର ପୁତ୍ର ମାଷ୍, ଯାମୀନ୍ ଓ ଏକର।28ଆଉ ଓନମ୍ର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍ ଓ ଅବୀଶୂର।29ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ୍ ଓ ସେ ତାହାର ଔରସରେ ଅହବାନ୍ ଓ ମୋଲୀଦକୁ ଜାତ କଲା।30ପୁଣି, ନାଦବ୍ର ପୁତ୍ର ସେଲଦ୍ ଓ ଅପ୍ପୟିମ୍; ମାତ୍ର ସେଲଦ୍ ନିଃସନ୍ତାନ ହୋଇ ମଲା।31ଆଉ ଅପ୍ପୟିମ୍ର ପୁତ୍ର ଈଶୀ, ପୁଣି, ଈଶୀର ପୁତ୍ର ଶେଶନ୍। ଶେଶନ୍ର ପୁତ୍ର ଅହଲୟ।32ପୁଣି, ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ; ଯେଥର ନିଃସନ୍ତାନ ହୋଇ ମଲା।33ପୁଣି, ଯୋନାଥନର ପୁତ୍ର ପେଲତ୍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ।34ଶେଶନ୍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ। ପୁଣି, ଶେଶନ୍ର ଜଣେ ମିସ୍ରୀୟ ଦାସ ଥିଲା, ତାହାର ନାମ ଯାର୍ହା।35ଆଉ ଶେଶନ୍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରେ ଅତ୍ତୟକୁ ଜାତ କଲା।36ପୁଣି, ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦ୍କୁ ଜାତ କଲା,37ସାବଦ୍ ଇଫ୍ଲଲକୁ ଜାତ କଲା ଓ ଇଫ୍ଲଲ ଓବେଦ୍କୁ ଜାତ କଲା;38ଓବେଦ୍ ଯେହୂକୁ ଜାତ କଲା ଓ ଯେହୂ ଅସରୀୟକୁ ଜାତ କଲା;39ପୁଣି, ଅସରୀୟ ହେଲସ୍କୁ ଜାତ କଲା ଓ ହେଲସ୍ ଇଲୀୟାସାକୁ ଜାତ କଲା;40ପୁଣି, ଇଲୀୟାସା ସିସମୟକୁ ଜାତ କଲା ଓ ସିସମୟ ଶଲ୍ଲୁମ୍କୁ ଜାତ କଲା;41ଶଲ୍ଲୁମ୍ ଯିକମୀୟକୁ ଜାତ କଲା ଓ ଯିକମୀୟ ଇଲୀଶାମାକୁ ଜାତ କଲା।42ଯିରହମେଲର ଭ୍ରାତା କାଲେବର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମେଶା ସୀଫ୍ର ପିତା ଥିଲା; ପୁଣି, ହିବ୍ରୋଣର ପିତା ମାରେଶାର ପୁତ୍ରଗଣ।43ଆଉ ହିବ୍ରୋଣର ପୁତ୍ର କୋରହ ଓ ତପୂହ ଓ ରେକମ୍, ଶେମା।44ପୁଣି, ଶେମା ଯର୍କିୟମର ପିତା ରହମକୁ ଜାତ କଲା ଓ ରେକମ୍ ଶମ୍ମୟକୁ ଜାତ କଲା।45ଆଉ ଶମ୍ମୟର ପୁତ୍ର ମାୟୋନ୍; ମାୟୋନ୍ ବେଥ୍-ସୁରର ପିତା ଥିଲା।46ପୁଣି, କାଲେବର ଉପପତ୍ନୀ ଐଫା ହାରଣକୁ ଓ ମୋତ୍ସାକୁ ଓ ଗାସେସକୁ ଜାତ କଲା।47ଆଉ ଯେହଦୟର ପୁତ୍ର ରେଗମ୍ ଓ ଯୋଥମ୍ ଓ ଗେଶନ୍ ଓ ପେଲଟ୍ ଓ ଐଫା ଓ ଶାଫ୍।48ପୁଣି, କାଲେବର ଉପପତ୍ନୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା।49ଆହୁରି ସେ ମଦ୍ମନ୍ନାର ପିତା ଶାଫ୍କୁ, ମଗ୍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଅକ୍ଷା କାଲେବର କନ୍ୟା ଥିଲା।50କାଲେବର ସନ୍ତାନଗଣ ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍ କିରୀୟଥ୍-ଯିୟାରୀମ୍ର ପିତା;51ସଲ୍ମା ବେଥଲିହିମର ପିତା, ହାରେଫ୍ ବେଥ୍-ଗାଦରର ପିତା;52ଆଉ କିରୀୟଥ୍-ଯିୟାରୀମ୍ର ପିତା ଶୋବଲ୍ର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ।53ଆଉ କିରୀୟଥ୍-ଯିୟାରୀମ୍ର ଗୋଷ୍ଠୀ; ଯିତ୍ରୀୟ, ପୂଥୀୟ, ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ।54ସଲ୍ମାର ସନ୍ତାନଗଣ; ଯଥା, ବେଥଲିହିମ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍-ଯୋୟାବ ଓ ମାନହତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ।55ଆଉ ଯାବେଷ୍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍ଠାରୁ ଉତ୍ପନ୍ନ କେନୀୟ ଲୋକ।
1ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;2ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;3ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ।4ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ।5ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ;6ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍;7ନୋଗହ ଓ ନେଫଗ୍ ଓ ଯାଫୀୟ;8ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍, ଏହି ନଅ ଜଣ।9ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।10ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍;11ତାହାର ପୁତ୍ର ଯୋରାମ୍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍;12ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍;13ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି;14ତାହାର ପୁତ୍ର ଆମୋନ୍, ତାହାର ପୁତ୍ର ଯୋଶୀୟ।15ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ୱିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍।16ପୁଣି, ଯିହୋୟାକୀମ୍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ।17ବନ୍ଦୀ ଯିକନୀୟର ସନ୍ତାନଗଣ;18ତାହାର ପୁତ୍ର ଶଲ୍ଟୀୟେଲ, ମଲ୍କୀରାମ୍, ପଦାୟ, ଶିନତ୍ସର, ଯିକମୀୟ, ହୋଶାମା ଓ ନଦବିୟ।19ପଦାୟର ପୁତ୍ର ଯିରୁବ୍ବାବିଲ୍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍ର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା।20ଆଉ ହଶୂବା, ଓହେଲ୍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ।21ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।22ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍, ଛଅ ଜଣ।23ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ।24ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍କୂବ, ଯୋହାନନ୍, ଦଲୟିୟ ଓ ଅନାନି, ଏହି ସାତ ଜଣ।
1ଯିହୁଦାର ସନ୍ତାନଗଣ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍।2ପୁଣି, ଶୋବଲ୍ର ସନ୍ତାନ ରାୟା ଯହତ୍କୁ ଜାତ କଲା; ପୁଣି, ଯହତ୍ ଅହୂମୟ ଓ ଲହଦକୁ ଜାତ କଲା। ଏମାନେ ସରାୟୀୟ ଗୋଷ୍ଠୀ।3ଐଟମ୍ର ପିତାର ସନ୍ତାନ ଯିଷ୍ରିୟେଲ ଓ ଯିଶ୍ମା ଓ ଯିଦ୍ବଶ; ଏମାନଙ୍କ ଭଗିନୀର ନାମ ହତ୍ସଲିଲ୍-ପୋନୀ ଥିଲା।4ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ।5ପୁଣି, ତକୋୟର ପିତା ଅସ୍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ।6ନାରା ତାହାର ଔରସରେ ଅହୁଷମକୁ, ହେଫରକୁ, ତୈମିନିକୁ ଓ ଅହସ୍ତରିକୁ ପ୍ରସବ କଲା। ଏମାନେ ନାରାର ସନ୍ତାନ।7ଆଉ ହିଲାର ସନ୍ତାନ ସେରତ୍, ୟସ୍ହାର1 ଓ ଇତ୍ନନ୍।8ପୁଣି, ହକ୍କୋସ୍ ଆନୂବକୁ, ସୋବେବାକୁ ଓ ହାରୁମ୍ର ପୁତ୍ର ଅହହେଲର ଗୋଷ୍ଠୀକୁ ଜାତ କଲା।9ପୁଣି, ଯାବେଷ୍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍ ରଖିଥିଲା, କାରଣ ସେ କହିଥିଲା, ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।10ମାତ୍ର ଏହି ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।11ଶୂହାର ଭ୍ରାତା କଲୂବ ମହୀରକୁ ଜାତ କଲା, ସେ ଇଷ୍ଟୋନ୍ର ପିତା।12ଇଷ୍ଟୋନ୍ ବେଥ୍-ରାଫା ଓ ପାସେହକୁ, ଆଉ ଈରନାହସର ପିତା ତହିନ୍ନକୁ ଜାତ କଲା। ଏମାନେ ରେକାର ଲୋକ।13କନସର ପୁତ୍ର ଅତ୍ନୀୟେଲର ଓ ସରାୟ; ଅତ୍ନୀୟେଲର ପୁତ୍ରମାନେ; ହଥତ୍।14ମିୟୋନୋଥୟ ଅଫ୍ରାକୁ ଜାତ କଲା; ପୁଣି, ସରାୟ ଗିହରଷୀୟମାନଙ୍କ ପିତା ଯୋୟାବକୁ ଜାତ କଲା; ଏମାନେ ଶିଳ୍ପକାର ଥିଲେ।15ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ୍।16ଯିହଲିଲେର ପୁତ୍ରଗଣ; ସୀଫ୍, ସୀଫା, ତୀରିୟ ଓ ଅସାରେଲ।17ଆଉ, ଏଜ୍ରାର ପୁତ୍ରଗଣ; ଯେଥର, ମେରଦ୍, ଏଫର ଓ ଯାଲୋନ୍ (ମେରଦ୍ର) ଭାର୍ଯ୍ୟା ମରୀୟମ, ଶମ୍ମୟ ଓ ଇଷ୍ଟିମୋୟର ପିତା ଯିଶ୍ବହକୁ ପ୍ରସବ କଲା।18ଆଉ ତାହାର ଯିହୁଦୀୟା ଭାର୍ଯ୍ୟା, ଗଦୋରର ପିତା ଯେରଦକୁ, ସୋଖୋର ପିତା ହେବରକୁ ଓ ସାନୋହର ପିତା ଯିକୂଥୀୟେଲକୁ ପ୍ରସବ କଲା। ମାତ୍ର ସେମାନେ ଫାରୋର କନ୍ୟା ବିଥିୟାର ସନ୍ତାନ ଥିଲେ, ମେରଦ୍ ତାହାକୁ ବିବାହ କରିଥିଲା।19ନହମର ଭଗିନୀ, ହୋଦୀୟର ଭାର୍ଯ୍ୟାର ସନ୍ତାନ ଗର୍ମୀୟ କିୟୀଲାର ପିତା ଓ ମାଖାଥୀୟ ଇଷ୍ଟିମୋୟ।20ଆଉ, ଶିମୋନର ସନ୍ତାନ ଅମ୍ନୋନ, ରିଣ୍ଣ, ବିନ୍ହାନନ୍ ଓ ତୀଲୋନ୍। ଆଉ ଈଶୀର ସନ୍ତାନ ସୋହେତ୍ ଓ ବିନ୍-ସୋହେତ୍।21ଯିହୁଦାର ପୁତ୍ର ଶେଲାର ପୁତ୍ରଗଣ; ଲେକାର ପିତା ଏର ଓ ମାରେଶାର ପିତା ଲାଦା, ଆଉ ବେଥ୍-ଅସବେୟର ବଂଶ-ଜାତ କ୍ଷୌମବସ୍ତ୍ର-ପ୍ରସ୍ତୁତକାରୀ ସକଳ ଗୋଷ୍ଠୀ;22ପୁଣି, ଯୋକୀମ୍, କୋଷେବାର ଲୋକମାନେ, ଯୋୟାଶ୍, ସାରଫ୍ ନାମକ ମୋୟାବର ଶାସନକର୍ତ୍ତା ଓ ଯାଶୂବିଲେହମ୍। ଏହା ଲିଖିତ ବିବରଣୀ ଅଟେ।23ଏମାନେ କୁମ୍ଭକାର, ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ।
1ଇସ୍ରାଏଲର ପ୍ରଥମଜାତ ରୁବେନ୍ର ସନ୍ତାନଗଣର କଥା, ରୁବେନ୍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶଯ୍ୟା1 ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଯାଇଥିଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ।2କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;3ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ ଓ ପଲ୍ଲୂ, ହିଷ୍ରୋଣ ଓ କର୍ମି।4ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍, ତାହାର ପୁତ୍ର ଶିମୀୟି;5ତାହାର ପୁତ୍ର ମୀଖା, ତାହାର ପୁତ୍ର ରାୟା, ତାହାର ପୁତ୍ର ବାଲ୍;6ତାହାର ପୁତ୍ର ବେରା, ଯାହାକୁ ଅଶୂର-ରାଜା ତିଗ୍ଲତ୍-ପିଲ୍ନେଷର ବନ୍ଦୀ କରି ନେଇଗଲା; ସେ ରୁବେନୀୟମାନଙ୍କର ଅଧିପତି ଥିଲା।7ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ୍ ଓ ଜିଖରୀୟ8ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍-ମୀୟୋନ୍ ପର୍ଯ୍ୟନ୍ତ ବାସ କଲା।9ପୁଣି, ପୂର୍ବଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।10ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।
1ଲେବୀର ପୁତ୍ର ଗେର୍ଶୋନ, କହାତ ଓ ମରାରି।2କହାତର ପୁତ୍ର ଅମ୍ରାମ୍, ଯିଷ୍ହର୍ ଓ ହିବ୍ରୋଣ ଓ ଉଷୀୟେଲ।3ଅମ୍ରାମ୍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି, ହାରୋଣର ପୁତ୍ର ନାଦବ୍ ଓ ଅବୀହୂ, ଇଲୀୟାସର ଓ ଈଥାମର।4ଇଲୀୟାସର ପୀନହସ୍କୁ ଜାତ କଲା, ପୀନହସ୍ ଅବୀଶୂୟକୁ ଜାତ କଲା;5ପୁଣି, ଅବୀଶୂୟ ବୁକ୍କିକୁ ଜାତ କଲା ଓ ବୁକ୍କୁ ଉଷିକୁ ଜାତ କଲା;6ଆଉ ଉଷି ସରହୀୟକୁ ଜାତ କଲା ଓ ସରହୀୟ ମରାୟୋତ୍କୁ ଜାତ କଲା;7ମରାୟୋତ୍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା।8ଆଉ ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ ଅହୀମାସ୍କୁ ଜାତ କଲା;9ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା;10ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକକର୍ମ କଲା।11ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା;12ପୁଣି, ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ ଶଲ୍ଲୁମ୍କୁ ଜାତ କଲା;13ଶଲ୍ଲୁମ୍ ହିଲ୍କୀୟକୁ ଜାତ କଲା, ହିଲ୍କିୟ ଅସରୀୟକୁ ଜାତ କଲା;14ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋଷାଦକଙ୍କୁ ଜାତ କଲା।15ପୁଣି, ସଦାପ୍ରଭୁ ନବୂଖଦ୍ନିତ୍ସରର ହସ୍ତ ଦ୍ୱାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋଷାଦକ ବନ୍ଦୀ ହୋଇ ଗଲା।16ଲେବୀର ପୁତ୍ର ଗେର୍ଶୋମ, କହାତ ଓ ମରାରି ଥିଲେ।17ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍ନି ଓ ଶିମୀୟି।18କହାତର ପୁତ୍ର ଅମ୍ରାମ୍, ଯିଷ୍ହର୍, ହିବ୍ରୋଣ ଓ ଉଷୀୟେଲ।19ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।20ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଯହତ୍, ତାହାର ପୁତ୍ର ସିମ୍ମ;21ତାହାର ପୁତ୍ର ଯୋୟାହ, ତାହାର ପୁତ୍ର ଇଦ୍ଦୋ, ତାହାର ପୁତ୍ର ସେରହ, ତାହାର ପୁତ୍ର ଯୀୟତ୍ରୟ।22କହାତର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର;23ତାହାର ପୁତ୍ର ଇଲ୍କାନା, ତାହାର ପୁତ୍ର ଅବୀୟାସଫ, ତାହାର ପୁତ୍ର ଅସୀର;24ତାହାର ପୁତ୍ର ତହତ, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ।25ଇଲ୍କାନାର ସନ୍ତାନ ଅମାସୟ ଓ ଅହୀମୋତ୍।26ଇଲ୍କାନା; ଇଲ୍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହତ୍;27ତାହାର ପୁତ୍ର ଇଲୀୟାବ୍, ତାହାର ପୁତ୍ର ଯିରୋହମ୍, ତାହାର ପୁତ୍ର ଇଲ୍କାନା।28ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।29ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;30ତାହାର ପୁତ୍ର ଶିମୀୟ, ତାହାର ପୁତ୍ର ହଗୀୟ, ତାହାର ପୁତ୍ର ଅସାୟ।31(ନିୟମ)ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।32ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।33ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;34ସେ ଇଲ୍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲ୍ର ପୁତ୍ର, ସେ ତୋହର ପୁତ୍ର;35ସେ ସୂଫର ପୁତ୍ର, ସେ ଇଲ୍କାନାର ପୁତ୍ର, ସେ ମାହତ୍ର ପୁତ୍ର, ସେ ଅମାସୟର ପୁତ୍ର;36ସେ ଇଲ୍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;37ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର;38ସେ ଯିଷ୍ହରିର ପୁତ୍ର, ସେ କହାତର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର।39ହେମନର ଭ୍ରାତା ଆସଫ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ର;40ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍କୀୟର ପୁତ୍ର;41ସେ ଇତ୍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;42ସେ ଏଥନ୍ର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟିର ପୁତ୍ର।43ସେ ଯହତ୍ର ପୁତ୍ର, ସେ ଗେର୍ଶୋମର ପୁତ୍ର, ସେ ଲେବୀର ପୁତ୍ର।44ବାମ ଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍ କୀଶିର ପୁତ୍ର, ସେ ଅବ୍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;45ସେ ହଶବୀୟର ପୁତ୍ର, ସେ ଅମତ୍ସୀୟର ପୁତ୍ର, ସେ ହିଲ୍କିୟର ପୁତ୍ର;46ସେ ଅମ୍ସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;47ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର।48ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।49ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ।50ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପୀନହସ୍, ତାହାର ପୁତ୍ର ଅବୀଶୂୟ51ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;52ତାହାର ପୁତ୍ର ମରାୟୋତ୍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍;53ତାହାର ପୁତ୍ର ସାଦୋକ, ତାହାର ପୁତ୍ର ଅହୀମାସ୍।54ଆଉ ସେମାନଙ୍କ ସ୍ୱ ସ୍ୱ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ। ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,55ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା।56ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦିଆଗଲା।57ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;58ହିଲେନ୍, ତହିଁର ତଳିଭୂମି, ଦବୀର, ତହିଁର ତଳିଭୂମି;59ଆଶନ୍, ତହିଁର ତଳିଭୂମି ଓ ବେଥ୍-ଶେମଶ, ତହିଁର ତଳିଭୂମି;60ପୁଣି, ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା। ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା।61ପୁଣି, କହାତର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧ ବଂଶ, ଅର୍ଥାତ୍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।62ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା।63ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ୱାରା ରୁବେନ୍-ବଂଶଠାରୁ ଓ ଗାଦ୍-ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା।64ପୁଣି, ଇସ୍ରାଏଲ ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ।65ସେମାନେ ଗୁଲିବାଣ୍ଟ ଦ୍ୱାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍ ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ।66ପୁଣି, କହାତ ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ୱ ସ୍ୱ ସୀମାସ୍ଥ ନଗର ପାଇଲେ।67ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ୍; ତଳିଭୂମି ସହିତ ଗେଷର୍;68ତଳିଭୂମି ସହିତ ଯକମୀୟାମ୍ ଓ ତଳିଭୂମି ସହିତ ବେଥ୍-ହୋରଣ;69ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାଥ୍-ରିମ୍ମୋନ;70ପୁଣି, ମନଃଶିର ଅର୍ଦ୍ଧ ବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକୁ ଦେଲେ।71ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍ ଓ ତଳିଭୂମି ସହିତ ଅଷ୍ଟାରୋତ୍;72ଆଉ ଇଷାଖରର ଗୋଷ୍ଠୀଠାରୁ ତଳିଭୂମି ସହିତ କେଦଶ୍, ତଳିଭୂମି ସହିତ ଦାବରତ୍;73ତଳିଭୂମି ସହିତ ରାମୋତ୍ ଓ ତଳିଭୂମି ସହିତ ଆନେମ୍;74ଆଉ ଆଶେର-ବଂଶଠାରୁ ତଳିଭୂମି ସହିତ ମଶାଲ୍, ତଳିଭୂମି ସହିତ ଅବଦୋନ୍;75ତଳିଭୂମି ସହିତ ହୁକ୍କୋକ୍ ଓ ତଳିଭୂମି ସହିତ ରହୋବ୍;76ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ୍, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା।77ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍, ତଳିଭୂମି ସହିତ ତାବୋର୍ ଦିଆଗଲା।78ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବଦିଗରେ ରୁବେନ୍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର ଓ ତଳିଭୂମି ସହିତ ଯହସ୍79ଓ ତଳିଭୂମି ସହିତ କଦେମୋତ୍ ଓ ତଳିଭୂମି ସହିତ ମେଫାତ୍;80ଆଉ ଗାଦ୍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍, ତଳିଭୂମି ସହିତ ମହନୟିମ,81ତଳିଭୂମି ସହିତ ହିଷ୍ବୋନ ଓ ତଳିଭୂମି ସହିତ ଯାସେର ଦିଆଗଲା।
1ଇଷାଖରର ପୁତ୍ରଗଣ; ତୋଲୟ, ପୂୟା, ଯାଶୂବ ଓ ଶିମ୍ରୋଣ, ଚାରି ଜଣ ଥିଲେ।2ଆଉ ତୋଲୟର ପୁତ୍ରଗଣ; ଉଷି, ରଫାୟ, ଯିରୀୟେଲ, ଯହମୟ, ଯିବ୍ସମ୍ ଓ ଶେମୂୟେଲ, ଏମାନେ ଆପଣା ପିତା ତୋଲୟ-ବଂଶର ପ୍ରଧାନ ଓ ଆପଣାର ସମକାଳୀନ ଲୋକମାନଙ୍କ ମଧ୍ୟରେ ମହାବିକ୍ରମଶାଳୀ ଥିଲେ; ଦାଉଦଙ୍କ ସମୟରେ ଏମାନଙ୍କ ସଂଖ୍ୟା ବାଇଶ ହଜାର ଛଅ ଶହ ଥିଲା।3ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।4ଆଉ ଏମାନଙ୍କ ବର୍ତ୍ତମାନ କାଳରେ ସ୍ୱ ସ୍ୱ ପିତୃବଂଶାନୁସାରେ ଏମାନଙ୍କ ସଙ୍ଗେ ଯୁଦ୍ଧାର୍ଥେ ଛତିଶ ହଜାର ସୈନ୍ୟଦଳ ଥିଲେ; କାରଣ ସେମାନଙ୍କର ଅନେକ ଭାର୍ଯ୍ୟା ଓ ସନ୍ତାନ ଥିଲେ।5ଆଉ ଇଷାଖରର ସମସ୍ତ ଗୋଷ୍ଠୀ ମଧ୍ୟରେ ଏମାନଙ୍କ ଭ୍ରାତୃଗଣ ମହାବିକ୍ରମଶାଳୀ ଥିଲେ, ଏମାନେ ସର୍ବସୁଦ୍ଧା ବଂଶାବଳୀ କ୍ରମେ ଲିଖିତ ସତାଅଶୀ ହଜାର ଥିଲେ।6ଆଉ ବିନ୍ୟାମୀନ୍ର ପୁତ୍ରଗଣ; ବେଲା ଓ ବେଖର ଓ ଯିଦୀୟେଲ, ତିନି ଜଣ।7ଆଉ ବେଲାର ପୁତ୍ରଗଣ; ଇଷବୋନ୍, ଉଷି, ଉଷୀୟେଲ, ଯିରେମୋତ୍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀକ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ।8ଆଉ ବେଖରର ପୁତ୍ରଗଣ; ସମୀର୍, ଯୋୟାଶ୍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍, ଅବୀୟ, ଅନାଥୋତ୍ ଓ ଆଲେମତ୍। ଏ ସମସ୍ତେ ବେଖରର ସନ୍ତାନ।9ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀକ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।10ଯିଦୀୟେଲର ପୁତ୍ର1 ବିଲ୍ହନ୍ ଏବଂ ବିଲ୍ହନର ପୁତ୍ରଗଣ ଯିୟୂଶ୍, ବିନ୍ୟାମୀନ୍, ଏହୂଦ୍, କନାନା, ସେଥନ୍, ତର୍ଶୀଶ୍ ଓ ଅହୀଶହର;11ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ।12ଶୁପ୍ପୀମ୍ ମଧ୍ୟ ଓ ହୁପ୍ପୀମ୍, ଈର୍ର ସନ୍ତାନଗଣ, ହୂଶୀମ୍, ଅହେରର ସନ୍ତାନଗଣ।
1ବିନ୍ୟାମୀନ୍ ଆପଣା ଜ୍ୟେଷ୍ଠ ବେଲା, ଦ୍ୱିତୀୟ ଅସ୍ବେଲ ଓ ତୃତୀୟ ଅହର୍ହ;2ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା।3ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ,4ଅବୀଶୂୟ, ନାମାନ୍, ଆହୋହ,5ଗେରା, ଶଫୂଫନ୍ ଓ ହୂରମ୍।6ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍କୁ ନିଆ ଯାଇଥିଲେ।7ଆଉ ସେ ନାମାନ୍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍କୁ ଜାତ କଲା।8ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍ ଓ ବାରା ତାହାର ଭାର୍ଯ୍ୟା ଥିଲେ।9ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍ର ଗର୍ଭରେ ଯୋବବ୍, ସିବୀୟ, ମେଶା ଓ ମଲକମ୍,10ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ।11ଆଉ ସେ ହୂଶୀମ୍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା।12ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍ର ପତ୍ତନକାରୀ ଶେମଦ୍,13ବରୀୟ ଓ ଶେମା, ଏମାନେ ଅୟାଲୋନ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।14ପୁଣି, ଅହୀୟୋ, ଶାଶକ୍, ଯେରେମୋତ୍,15ସବଦୀୟ, ଅରାଦ୍, ଏଦର,16ମୀଖାୟେଲ, ଯିଶ୍ପା, ଯୋହା ବରୀୟର ପୁତ୍ର ଥିଲେ;17ଆଉ ସବଦୀୟ, ମଶୁଲ୍ଲମ୍, ହିଷ୍କି, ହେବର,18ଯିଷ୍ମରୟ, ଯିଷ୍ଲୀୟ ଓ ଯୋବବ୍ ଇଲ୍ପାଲର ପୁତ୍ର ଥିଲେ।19ଆଉ ଶିମୀୟିର ପୁତ୍ର ଯାକୀମ୍, ସିଖ୍ରି, ସବ୍ଦି,20ଇଲୀଐନୟ, ସିଲ୍ଲଥୟ, ଇଲୀୟେଲ୍,21ଅଦାୟା, ବରାୟା ଓ ଶିମ୍ରତ୍;22ଆଉ ଶାଶକ୍ର ପୁତ୍ର ଯିଶ୍ପନ୍, ଏବର, ଇଲୀୟେଲ୍,23ଅବଦୋନ୍, ସିଖ୍ରି, ହାନନ୍,24ହନାନୀୟ, ଏଲମ୍, ଅନ୍ତୋଥୀୟ,25ଯିଫଦୀୟ ଓ ପନୂୟେଲ;26ଆଉ, ଯିରୋହମର ସନ୍ତାନ ଶମ୍ଶରୟ, ଶହରୀୟ, ଅଥଲୀୟ,27ଯାରିଶୀୟ, ଏଲୀୟ ଓ ସିଖ୍ରି;28ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।29ଆଉ ଗିବୀୟୋନ୍ର ପିତା ଯିୟେଲ ଗିବୀୟୋନ୍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା।30ତାହାର ପ୍ରଥମଜାତ ପୁତ୍ର ଅବ୍ଦୋନ୍, ତହୁଁ ସୂର୍, କୀଶ୍, ବାଲ୍, ନାଦବ୍,31ଗଦୋର୍, ଅହୀୟୋ ଓ ସଖର;32ପୁଣି, ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।33ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍କୀଶୂୟ, ଅବୀନାଦବ ଓ ଇଶ୍ବାଲକୁ ଜାତ କଲେ।34ପୁଣି, ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ ମୀଖାକୁ ଜାତ କଲା।35ମୀଖାର ପୁତ୍ର ପିଥୋନ୍, ମେଲକ୍, ତରେୟ ଓ ଆହସ୍।36ଆଉ, ଆହସ୍ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍, ଅସ୍ମାବତ୍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା।37ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ;38ପୁଣି, ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍। ଏସମସ୍ତେ ଆତ୍ସେଲର ପୁତ୍ର।39ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍ ଓ ତୃତୀୟ ଇଲୀଫେଲଟ୍।40ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍ର ସନ୍ତାନ।
1ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀକ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଏଥିଉତ୍ତାରେ ଯିହୁଦା ଆପଣାମାନଙ୍କ ଅବିଶ୍ବସ୍ତତା ସକାଶୁ ବନ୍ଦୀ ହୋଇ ବାବିଲ୍କୁ ନୀତ ହେଲେ।2ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗର ସମୂହରେ ପ୍ରଥମେ ବସତି କଲେ।3ପୁଣି, ଯିହୁଦା-ସନ୍ତାନଗଣ ମଧ୍ୟରୁ, ବିନ୍ୟାମୀନ୍ ସନ୍ତାନଗଣ ମଧ୍ୟରୁ, ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,4ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;5ଆଉ ଶୀଲୋନୀୟମାନଙ୍କ ମଧ୍ୟରୁ ପ୍ରଥମଜାତ ଅସାୟ ଓ ତାହାର ସନ୍ତାନଗଣ।6ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ।7ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ହସନୁୟେଲର ପ୍ରପୌତ୍ର ହୋଦବୀୟର ପୌତ୍ର ମଶୁଲ୍ଲମ୍ର ପୁତ୍ର ସଲ୍ଲୁ;8ଆଉ ଯିରୋହମର ପୁତ୍ର ଯିବ୍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍;9ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ। ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ।10ଆଉ ଯାଜକମାନଙ୍କ ମଧ୍ୟରେ ଯିଦୟୀୟ, ଯିହୋୟାରୀବ୍, ଯାଖୀନ୍11ଓ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍ର ପୌତ୍ର ହିଲ୍କିୟର ପୁତ୍ର ଅସରୀୟ,12ଆଉ ମଲ୍କୀୟର ପ୍ରପୌତ୍ର ପଶ୍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;13ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ।14ଆଉ ଲେବୀୟମାନଙ୍କ ମଧ୍ୟରେ ମରାରି-ବଂଶଜାତ ହଶବୀୟର ପ୍ରପୌତ୍ର ଅସ୍ରୀକାମର ପୌତ୍ର ହଶୂବର ପୁତ୍ର ଶମୟୀୟ;15ଆଉ ବକ୍ବକର, ହେରଶ୍, ଗାଲଲ୍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ16ଓ ଯିଦୂଥୂନର ପ୍ରପୌତ୍ର ଗାଲଲ୍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।17ଆଉ ଦ୍ୱାରପାଳ, ଶଲ୍ଲୁମ୍, ଅକ୍କୂବ, ଟଲ୍ମୋନ, ଅହୀମାନ୍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍ ପ୍ରଧାନ ଥିଲା।18ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ୱାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ୱାରପାଳ।19ଏହି ଶଲ୍ଲୁମ୍ କୋରହର ପ୍ରପୌତ୍ର ଅବୀୟାସଫର ପୌତ୍ର କୋରିର ପୁତ୍ର; ଏ ଓ ଏହାର ପିତୃବଂଶଜ କୋରହୀୟ ଭ୍ରାତୃଗଣ ସେବାକର୍ମରେ ନିଯୁକ୍ତ ଓ ତମ୍ବୁଦ୍ୱାରସବୁର ରକ୍ଷକ ଥିଲେ। ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ଛାଉଣିରେ ନିଯୁକ୍ତ ଓ ପ୍ରବେଶ ସ୍ଥାନର ରକ୍ଷକ ଥିଲେ।20ପୂର୍ବକାଳରେ ଇଲୀୟାସରର ପୁତ୍ର ପୀନହସ୍ ସେମାନଙ୍କର ଅଧ୍ୟକ୍ଷ ଥିଲା, ଆଉ ସଦାପ୍ରଭୁ ତାହାର ସହବର୍ତ୍ତୀ ଥିଲେ।21ମଶେଲିମୀୟର ପୁତ୍ର ଜିଖରୀୟ ସମାଗମ-ତମ୍ବୁର ଦ୍ୱାରପାଳ।22ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାରଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।23ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।24ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ।25ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;26କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରି ଓ ଭଣ୍ଡାର ସମୂହର ଅଧ୍ୟକ୍ଷ ଥିଲେ।27ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା।28ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା।29ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।30ଆଉ ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ କେତେକ ଜଣ ସୁଗନ୍ଧିଦ୍ରବ୍ୟର ତୈଳ ପ୍ରସ୍ତୁତ କଲେ।31ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ୱାନ୍ନ-ତତ୍ତ୍ୱାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା।32ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ-ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ।33ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।34ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
1ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।2ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ, ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ।3ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ।4ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।5ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା।6ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।7ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।8ଏଥିଉତ୍ତାରେ ପର-ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର1 ଦେଖିଲେ।9ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।10ପୁଣି, ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବ ମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍ ମନ୍ଦିରରେ ଟାଙ୍ଗି ଦେଲେ।11ଏଉତ୍ତାରେ ଯାବେଶ୍-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ,12ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶ୍କୁ ନେଇ ଆସିଲେ ଓ ଯାବେଶ୍ସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।13ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ବସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।14ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ।
1ଏଥିଉତ୍ତାରେ ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।2ଗତ ଦିନରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ।3ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି, ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।4ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍, ଯିବୂଷକୁ ଗଲେ; ସେହି ସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ।5ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏହି ସ୍ଥାନକୁ ଆସି ପାରିବ ନାହିଁ। ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ ନଗର ହେଲା।6ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ। ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।7ପୁଣି, ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ।8ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦ୍ଦିଗରେ ନଗର ନିର୍ମାଣ କଲେ; ପୁଣି, ଯୋୟାବ ନଗରର ଅବଶିଷ୍ଟ ସ୍ଥାନ ପୁନଃନିର୍ମାଣ କଲେ।9ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କ ସହ ଥିଲେ।
1ଯେଉଁ ସମୟରେ ଦାଉଦ କୀଶ୍ର ପୁତ୍ର ଶାଉଲଙ୍କର ଭୟରେ ଆପଣାକୁ ରୁଦ୍ଧ କରିଥିଲେ, ସେହି ସମୟରେ ଏହି ଲୋକମାନେ ସିକ୍ଲଗ୍କୁ ତାଙ୍କ ନିକଟକୁ ଆସିଥିଲେ; ସେମାନେ ଯୁଦ୍ଧରେ ତାଙ୍କର ସାହାଯ୍ୟକାରୀ ବୀରମାନଙ୍କ ମଧ୍ୟରେ ଗଣିତ ଥିଲେ।2ସେମାନେ ଧନୁର୍ଦ୍ଧାରୀ, ଆଉ ଦକ୍ଷିଣ ଓ ବାମ ଉଭୟ ହସ୍ତରେ ଛାଟିଣୀ-ପ୍ରସ୍ତର ଓ ଧନୁରୁ ତୀର କ୍ଷେପଣ କରିବାରେ ନିପୁଣ ଥିଲେ; ସେମାନେ ଶାଉଲଙ୍କର ଜ୍ଞାତି ବିନ୍ୟାମୀନୀୟ ଲୋକ ଥିଲେ।3ସେମାନଙ୍କ ମଧ୍ୟରେ ପ୍ରଧାନ ଅହୀୟେଷର, ତହିଁ ଉତ୍ତାରେ ଯୋୟାଶ୍, ଏମାନେ ଗିବୀୟାଥୀୟ ଶମାୟର ପୁତ୍ର; ଅସ୍ମାବତ୍ର ପୁତ୍ର ଯିଷୀୟେଲ୍, ପେଲଟ୍, ଅନାଥୋତୀୟ ବରାଖା ଓ ଯେହୂ;4ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍, ଗଦେରାଥୀୟ ଯୋଷାବଦ୍;5ଇଲିୟଷୟ, ଯିରେମୋତ୍, ବାଲୀୟା, ଶେମରୀୟ, ହରୂଫୀୟ ଶଫଟୀୟ;6କୋରହୀୟ ଇଲ୍କାନା, ଯିଶୀୟ, ଅସରେଲ୍, ଯୋୟେଷର୍, ଯାଶ୍ବୀୟାମ୍;7ଆଉ ଗଦୋର ନିବାସୀ ଯିରୋହମର ପୁତ୍ର ଯୋୟେଲା ଓ ସବଦୀୟ।8ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ୍ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।9ପ୍ରଥମ ଏସର୍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍,10ଚତୁର୍ଥ ମିଶ୍ମନ୍ନା, ପଞ୍ଚମ ଯିରିମୀୟ,11ଷଷ୍ଠ ଅତ୍ତୟ, ସପ୍ତମ ଇଲୀୟେଲ୍;12ଅଷ୍ଟମ ଯୋହାନନ୍, ନବମ ଇଲ୍ସାବଦ୍;13ଦଶମ ଯିରିମୀୟ, ଏକାଦଶ ମଗ୍ବନ୍ନୟ।14ଗାଦ୍ର ଏହି ସନ୍ତାନମାନେ ସେନାପତି ଥିଲେ, ଏମାନଙ୍କ ମଧ୍ୟରେ ଯେଉଁ ଜଣ କ୍ଷୁଦ୍ର, ସେ ଏକ ଶତ ଲୋକର ଓ ଯେ ମହାନ୍, ସେ ଏକ ସହସ୍ର ଲୋକର ସମାନ ଥିଲା।15ଏମାନେ ପ୍ରଥମ ମାସରେ ଯର୍ଦ୍ଦନର ଜଳ ସମସ୍ତ ତୀର ଉପରେ ଉଚ୍ଛୁଳିବା ସମୟରେ ନଦୀ ପାର ହୋଇ ଯାଇଥିଲେ; ଆଉ ସେମାନେ ଉପତ୍ୟକା ସମୂହର ପୂର୍ବ ଓ ପଶ୍ଚିମ ଦିଗ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।16ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ।17ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋ’ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋ’ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋ’ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।18ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।19ଦାଉଦ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବା ବେଳେ ମନଃଶିୟମାନଙ୍କର କେତେକ ଲୋକ ମଧ୍ୟ ଦାଉଦଙ୍କର ପକ୍ଷ ହେଲେ, ମାତ୍ର ସେମାନଙ୍କ ଦେଇ ସେମାନଙ୍କର ସାହାଯ୍ୟ ନୋହିଲା; କାରଣ ପଲେଷ୍ଟୀୟମାନଙ୍କ ଅଧିପତିମାନେ ମନ୍ତ୍ରଣା କରି ତାଙ୍କୁ ବିଦାୟ ଦେଇ କହିଲେ, “ସେ ଆପଣା ପ୍ରଭୁ ଶାଉଲଙ୍କର ପକ୍ଷ ହୋଇ ଆମ୍ଭମାନଙ୍କ ମସ୍ତକକୁ ସଙ୍କଟରେ ପକାଇବ।”20ଦାଉଦ ସିକ୍ଲଗ୍କୁ ଯିବା ବେଳେ ମନଃଶି ସମ୍ବନ୍ଧୀୟ ଅଦ୍ନହ, ଯୋଷାବଦ୍, ଯିଦୀୟେଲ, ମୀଖାୟେଲ, ଯୋଷାବଦ୍, ଇଲୀହୂ ଓ ସିଲ୍ଲଥୟ, ଏହି ମନଃଶି-ବଂଶୀୟ ସହସ୍ରପତିମାନେ ତାଙ୍କର ପକ୍ଷ ହେଲେ।21ଆଉ ସେମାନେ ଲୁଟକାରୀ ଦଳ ବିରୁଦ୍ଧରେ ଦାଉଦଙ୍କର ସାହାଯ୍ୟ କଲେ; କାରଣ ସେମାନେ ସମସ୍ତେ ମହାବିକ୍ରମଶାଳୀ ପୁରୁଷ ଓ ସେନାପତି ଥିଲେ।22ଦିନକୁ ଦିନ ଲୋକମାନେ ଦାଉଦଙ୍କୁ ସାହାଯ୍ୟ କରିବାକୁ ଆସିଲେ, ତହିଁରେ ପରମେଶ୍ୱରଙ୍କ ସୈନ୍ୟ ତୁଲ୍ୟ ମହାସୈନ୍ୟ ହେଲା।23ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି।24ଯିହୁଦା-ସନ୍ତାନଗଣ ମଧ୍ୟରୁ ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ସସଜ୍ଜ ଛଅ ହଜାର ଆଠ ଶହ ଜଣ।25ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ଯୁଦ୍ଧାର୍ଥେ ମହାବିକ୍ରମଶାଳୀ ସାତ ହଜାର ଏକ ଶହ ଜଣ।26ଲେବୀ-ସନ୍ତାନଗଣ ମଧ୍ୟରୁ ଚାରି ହଜାର ଛଅ ଶହ ଜଣ।27ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ।28ଆଉ ସାଦୋକ ଏକ ବିକ୍ରମଶାଳୀ ଯୁବା ଲୋକ ଥିଲା ଓ ତାହାର ପିତୃବଂଶର ବାଇଶ ଜଣ ସେନାପତି ଥିଲେ।29ଶାଉଲଙ୍କର ଜ୍ଞାତି ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ତିନି ହଜାର ଲୋକ; କାରଣ ସେହି ସମୟ ପର୍ଯ୍ୟନ୍ତ ସେମାନଙ୍କର ଅଧିକାଂଶ ଲୋକ ଶାଉଲଙ୍କ ବଂଶର ବଶତା ସ୍ୱୀକାର କଲେ।30ଇଫ୍ରୟିମ-ସନ୍ତାନଗଣ ମଧ୍ୟରୁ କୋଡ଼ିଏ ହଜାର ଆଠ ଶହ ଲୋକ, ଏମାନେ ମହାବିକ୍ରମଶାଳୀ ଓ ଆପଣା ଆପଣା ପିତୃବଂଶରେ ବିଖ୍ୟାତ ଲୋକ ଥିଲେ।31ପୁଣି, ମନଃଶିର ଅର୍ଦ୍ଧ ବଂଶରୁ ଅଠର ହଜାର ଲୋକ, ଏମାନେ ଦାଉଦଙ୍କୁ ରାଜା କରିବା ଲାଗି ମନୋନୀତ ଲୋକ ନାମରେ ନିର୍ଦ୍ଦିଷ୍ଟ ହୋଇଥିଲେ।32ଆଉ ଇଷାଖର-ସନ୍ତାନଗଣ ମଧ୍ୟରୁ ଦୁଇ ଶହ ପ୍ରଧାନ ଲୋକ, ଏମାନେ କାଳଜ୍ଞ, ଇସ୍ରାଏଲର କି କର୍ତ୍ତବ୍ୟ, ତାହା ଜାଣିଲେ; ଆଉ ସେମାନଙ୍କ ଭ୍ରାତା ସମସ୍ତେ ସେମାନଙ୍କ ଆଜ୍ଞାବହ ଥିଲେ।33ସବୂଲୂନ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ ଓ ସର୍ବପ୍ରକାର ଯୁଦ୍ଧାସ୍ତ୍ର ନେଇ ଯୁଦ୍ଧ ସଜାଇବାକୁ ସମର୍ଥ ପଚାଶ ହଜାର ଲୋକ ଥିଲେ; ସେମାନେ ଯୁଦ୍ଧ ସଜାଇ ପାରିଲେ ଓ ଦ୍ୱିମନା ନ ଥିଲେ।34ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।35ଆଉ ଦାନୀୟମାନଙ୍କ ମଧ୍ୟରୁ ଯୁଦ୍ଧ ସଜାଇବାକୁ ସମର୍ଥ ଅଠାଇଶ ହଜାର ଛଅ ଶହ ଲୋକ ଥିଲେ।36ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ।37ଆଉ ଯର୍ଦ୍ଦନର ଅନ୍ୟ ପାରିସ୍ଥିତ ରୁବେନୀୟ, ଗାଦୀୟ ଓ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରୁ ଯୁଦ୍ଧାର୍ଥେ ସର୍ବପ୍ରକାର ଅସ୍ତ୍ରଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ।38ଯୁଦ୍ଧ ସଜାଇବାକୁ ସମର୍ଥ ଏହି ସକଳ ଯୋଦ୍ଧା ସମ୍ପୂର୍ଣ୍ଣ ଅନ୍ତଃକରଣ ସହିତ ଦାଉଦଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କରିବା ପାଇଁ ହିବ୍ରୋଣକୁ ଆସିଲେ; ମଧ୍ୟ ଇସ୍ରାଏଲର ଅବଶିଷ୍ଟ ସମସ୍ତେ ଦାଉଦଙ୍କୁ ରାଜା କରିବା ପାଇଁ ଏକଚିତ୍ତ ହେଲେ।39ଆଉ ସେମାନେ ଦାଉଦଙ୍କ ସଙ୍ଗେ ତିନି ଦିନ ଭୋଜନପାନ କରି ସେଠାରେ ରହିଲେ; କାରଣ ସେମାନଙ୍କ ଭ୍ରାତୃଗଣ ସେମାନଙ୍କ ନିମନ୍ତେ ଆୟୋଜନ କରିଥିଲେ।40ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟ ଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମ୍ବିରିଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।
1ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ।2ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, “ଯଦି ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯଦି ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମି-ବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ।3ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ୱେଷଣ କରି ନାହୁଁ।”4ତହିଁରେ ସମଗ୍ର ସମାଜ ସେହିପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା।
1ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।2ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।3ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।4ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍, ନାଥନ, ଶଲୋମନ,5ୟିଭର, ଇଲୀଶୂୟ, ଇଲ୍ପେଲଟ୍,6ନୋଗହ, ନେଫଗ୍, ଯାଫୀୟ,7ଇଲୀଶାମା, ବୀଲୀୟାଦା ଓ ଇଲୀଫେଲଟ୍।
1ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ।2ସେହି ସମୟରେ ଦାଉଦ କହିଲେ, “ଲେବୀୟମାନଙ୍କ ଛଡ଼ା ଆଉ କେହି ପରମେଶ୍ୱରଙ୍କ ସିନ୍ଦୁକ ବୋହିବା କର୍ତ୍ତବ୍ୟ ନୁହେଁ; କାରଣ ପରମେଶ୍ୱରଙ୍କ ସିନ୍ଦୁକ ବୋହିବା ପାଇଁ ଓ ଚିରକାଳ ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ସଦାପ୍ରଭୁ ସେମାନଙ୍କୁ ମନୋନୀତ କରିଅଛନ୍ତି।”3ଏଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ସେହି ସ୍ଥାନକୁ ତାହା ଆଣିବା ପାଇଁ ସେ ସମସ୍ତ ଇସ୍ରାଏଲକୁ ଯିରୂଶାଲମରେ ଏକତ୍ର କଲେ।4ଆଉ ଦାଉଦ ହାରୋଣ-ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।5କହାତ-ସନ୍ତାନଗଣ ମଧ୍ୟରେ ଊରୀୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ କୋଡ଼ିଏ ଜଣ;6ମରାରି-ସନ୍ତାନଗଣ ମଧ୍ୟରେ ଅସାୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ କୋଡ଼ିଏ ଜଣ;7ଗେର୍ଶୋମ-ସନ୍ତାନଗଣ ମଧ୍ୟରେ ଯୋୟେଲ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ତିରିଶ ଜଣ;8ଇଲୀଶାଫନ୍-ସନ୍ତାନଗଣ ମଧ୍ୟରେ ଶମୟୀୟ ପ୍ରଧାନ ଓ ତାହାର ଭ୍ରାତୃଗଣ ଦୁଇ ଶହ ଜଣ;9ହିବ୍ରୋଣ-ସନ୍ତାନଗଣ ମଧ୍ୟରେ ଇଲୀୟେଲ୍ ପ୍ରଧାନ ଓ ତାହାର ଭ୍ରାତୃଗଣ ଅଶୀ ଜଣ;10ଉଷୀୟେଲ-ସନ୍ତାନଗଣ ମଧ୍ୟରେ ଅମ୍ମୀନାଦବ ପ୍ରଧାନ ଓ ତାହାର ଭ୍ରାତୃଗଣ ଏକ ଶହ ବାର ଜଣ।11ପୁଣି, ଦାଉଦ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ, ଊରୀୟେଲକୁ, ଅସାୟକୁ ଓ ଯୋୟେଲକୁ, ଶମୟୀୟକୁ ଓ ଇଲୀୟେଲ୍କୁ ଓ ଅମ୍ମୀନାଦବକୁ ଡାକି କହିଲେ,12“ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”13କାରଣ ପ୍ରଥମ ଥର ତୁମ୍ଭେମାନେ ତାହା ନ ବୋହିବାରୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଆକ୍ରମଣ କଲେ, ଯେଣୁ ଆମ୍ଭେମାନେ ବିଧିମତେ ତାହାଙ୍କର ଅନ୍ୱେଷଣ ନ କଲୁ।14ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ।15ପୁଣି, ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ମୋଶା ଯେପରି ଆଜ୍ଞା କରିଥିଲେ, ତଦନୁସାରେ ଲେବୀୟ ସନ୍ତାନମାନେ ପରମେଶ୍ୱରଙ୍କ ସିନ୍ଦୁକକୁ ତହିଁର ସାଙ୍ଗୀ ଦ୍ୱାରା ଆପଣା ଆପଣା କାନ୍ଧରେ ବୋହିଲେ।16ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚୈଃ-ସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।”17ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍କୁ;18ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍, ଜିଖରୀୟକୁ, ବେନ୍କୁ, ଯାସୀୟେଲକୁ, ଶମୀରାମୋତକୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍ନେୟକୁ, ଦ୍ୱାରପାଳ ଓବେଦ୍-ଇଦୋମକୁ ଓ ଯିୟୀୟେଲ୍କୁ ନିଯୁକ୍ତ କଲେ।19ଏହିରୂପେ ହେମନ, ଆସଫ ଓ ଏଥନ୍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ;20ଆଉ ଜିଖରୀୟ, ଅସୀୟେଲ, ଶମୀରାମୋତ୍, ଯିହୀୟେଲ, ଉନ୍ନି, ଇଲୀୟାବ୍, ମାସେୟ ଓ ବନାୟ ନେବଲ ନେଇ ଅଲାମୋତ୍ ସ୍ୱର ବଜାଇବା ପାଇଁ;21ପୁଣି, ମତ୍ତଥୀୟ, ଇଲୀଫଲେହୁ, ମିକ୍ନେୟ, ଓବେଦ୍-ଇଦୋମ, ଯିୟୀୟେଲ୍ ଓ ଅସସୀୟ ବୀଣା ବଜାଇ ଶିମିନୀତ୍ ସ୍ୱରରେ ଆରମ୍ଭ କରିବା ପାଇଁ ନିଯୁକ୍ତ ହେଲେ।22ପୁଣି, ଲେବୀୟମାନଙ୍କର ପ୍ରଧାନ କନନୀୟ ଗାନ ବିଷୟରେ ନିଯୁକ୍ତ ହେଲା, ସେ ନିପୁଣ ଥିବାରୁ ଗାନ ଶିଖାଇଲା।23ଆଉ ବେରିଖୀୟ ଓ ଇଲ୍କାନା ସିନ୍ଦୁକର ଦ୍ୱାରରକ୍ଷକ ହେଲେ।24ପୁଣି, ଶବନୀୟ, ଯୋଶାଫଟ୍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।25ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ;26ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।27ଆଉ ଦାଉଦ, ସିନ୍ଦୁକବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।28ଏହିରୂପେ ଉଚ୍ଚୈଃସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ।29ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା।
1ଏଥିଉତ୍ତାରେ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଭିତରକୁ ଆଣି, ଦାଉଦ ତହିଁ ନିମନ୍ତେ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ଆଉ ସେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।2ପୁଣି, ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବାର ସମାପ୍ତ କଲା ଉତ୍ତାରେ ସେ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।3ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।4ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।5ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍, ବନାୟ, ଓବେଦ୍-ଇଦୋମ ଓ ଯିୟୀୟେଲ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;6ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।7ଆଉ ସେହିଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।
1ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”2ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।”3ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,4ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;5କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।6ଆମ୍ଭେ ସମୁଦାୟ ଇସ୍ରାଏଲ ସହିତ ଯେଉଁ ସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକମାନଙ୍କୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା କରିଥିଲୁ, ଇସ୍ରାଏଲର ଏପରି କୌଣସି ବିଚାରକର୍ତ୍ତାକୁ, ତୁମ୍ଭେମାନେ କାହିଁକି ଆମ୍ଭ ପାଇଁ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କ’ଣ ଆମ୍ଭେ କହିଅଛୁ ?7ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ।8ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା।9ଆଉ ଆମ୍ଭେ ଆପଣା ଇସ୍ରାଏଲ-ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି10ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେ ସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା। ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।11ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।12ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।13ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;14ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।”15ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ।
1ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ।2ତହିଁ ଉତ୍ତାରେ ସେ ମୋୟାବୀୟମାନଙ୍କୁ ପରାସ୍ତ କଲେ; ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ।3ଆହୁରି ସୋବାର ରାଜା ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ।4ପୁଣି, ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ;5ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦଦେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।6ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁ ଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।7ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।8ପୁଣି, ଦାଉଦ ହଦଦେଷରର ଅଧିକାରସ୍ଥ ଟିଭତ୍ ଓ କୂନ୍ ନଗରରୁ ଅଧିକ ପରିମାଣର ପିତ୍ତଳ ଆଣିଲେ, ତଦ୍ଦ୍ୱାରା ଶଲୋମନ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଓ ଦୁଇ ସ୍ତମ୍ଭ ଓ ପିତ୍ତଳମୟ ପାତ୍ରସକଳ ନିର୍ମାଣ କଲେ।9ଏଥିଉତ୍ତାରେ ଦାଉଦ ସୋବାର ରାଜା ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତ୍ର ରାଜା ତୟି ଶୁଣନ୍ତେ,10ଦାଉଦ ରାଜାଙ୍କର ମଙ୍ଗଳବାର୍ତ୍ତା ପଚାରିବା ପାଇଁ ଓ ହଦଦେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।11ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।12ଆହୁରି ସରୁୟାର ପୁତ୍ର ଅବୀଶୟ ଲବଣ ଉପତ୍ୟକାରେ ଅଠର ହଜାର ଇଦୋମୀୟ ଲୋକଙ୍କୁ ବଧ କଲା।13ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।14ଏହିରୂପେ ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ ଓ ଆପଣାର ସମସ୍ତ ଲୋକଙ୍କ ପ୍ରତି ବିଚାର ଓ ନ୍ୟାୟ କଲେ।15ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା।16ପୁଣି, ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା।17ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।
1ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍ ମରନ୍ତେ, ତାହାର ପୁତ୍ର ତାହାର ପଦରେ ରାଜା ହେଲା।2ତହିଁରେ ଦାଉଦ କହିଲେ, “ମୁଁ ନାହଶର ପୁତ୍ର ହାନୂନ୍ ପ୍ରତି ଦୟା ପ୍ରକାଶ କରିବି, କାରଣ, ତାହାର ପିତା ମୋ’ ପ୍ରତି ଦୟା ପ୍ରକାଶ କରିଥିଲା।” ତେଣୁ, ଦାଉଦ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦୂତମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ହାନୂନ୍କୁ ସାନ୍ତ୍ୱନା କରିବା ନିମନ୍ତେ ଅମ୍ମୋନ-ସନ୍ତାନଗଣର ଦେଶରେ ତାହା ନିକଟରେ ଉପସ୍ଥିତ ହେଲେ।3ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ହାନୂନ୍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାର ସମ୍ଭ୍ରମ କରୁଅଛି, ଏହା କ’ଣ ଆପଣ ବିଚାର କରନ୍ତି ? ତାହାର ଦାସମାନେ କ’ଣ ଦେଶ ଅନୁସନ୍ଧାନ କରିବାକୁ ଓ ନାଶ କରିବାକୁ ଓ ତହିଁରେ ଭ୍ରମଣ କରିବାକୁ ଆପଣଙ୍କ ନିକଟକୁ ଆସି ନାହାନ୍ତି ?”4ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି-ପକାଇ ସେମାନଙ୍କୁ ବିଦାୟ କରି ଦେଲା।5ଏଥିରେ ସେହି ଲୋକମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରାଗଲା, ତାହା କେହି ଯାଇ ଦାଉଦଙ୍କୁ ଜଣାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ, ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି, ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋରେ ଥାଅ, ତହିଁ ଉତ୍ତାରେ ଫେରିଆସ।”6ଏଥିରେ ଅମ୍ମୋନ-ସନ୍ତାନଗଣ ଆପଣାମାନଙ୍କୁ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ କରିଥିବାର ଦେଖନ୍ତେ, ହାନୂନ୍ ଓ ଅମ୍ମୋନ-ସନ୍ତାନଗଣ ଅରାମନହରୟିମ୍ ଓ ଅରାମ-ମାଖା ଓ ସୋବାରୁ ରଥ ଓ ଅଶ୍ୱାରୋହୀମାନଙ୍କୁ ବେତନ ଦେଇ ଆଣିବା ପାଇଁ ଏକ ସହସ୍ର ତାଳନ୍ତ1 ରୂପା ପଠାଇଲେ।7ତହୁଁ ଲୋକମାନେ ବତିଶ ହଜାର ରଥ ଓ ମାଖାର ରାଜାକୁ ଓ ତାହାର ଲୋକମାନଙ୍କୁ ବେତନ ଦେଇ ଆଣିଲେ; ଏମାନେ ଆସି ମେଦବା ସମ୍ମୁଖରେ ଛାଉଣି ସ୍ଥାପନ କଲେ। ପୁଣି, ଅମ୍ମୋନ-ସନ୍ତାନଗଣ ଆପଣା ଆପଣା ନଗରରୁ ଏକତ୍ରିତ ହୋଇ ଯୁଦ୍ଧ କରିବାକୁ; ଆସିଲେ।8ଆଉ, ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।9ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ନଗର-ଦ୍ୱାର ନିକଟରେ ଯୁଦ୍ଧ ସାଜିଲେ; ଆଉ ଯେଉଁ ରାଜାମାନେ ଆସିଥିଲେ, ସେମାନେ କ୍ଷେତ୍ରରେ ଅଲଗା ରହିଲେ।
1ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ, ଯୋୟାବ ସୈନ୍ୟଦଳ ନେଇ ଅମ୍ମୋନ-ସନ୍ତାନଗଣର ଦେଶ ଉଚ୍ଛିନ୍ନ କଲା ଓ ରବ୍ବାକୁ ଯାଇ ତାହା ଅବରୋଧ କଲା। ମାତ୍ର, ଦାଉଦ ଯିରୂଶାଲମରେ ରହିଲେ। ଏଥି ମଧ୍ୟରେ ଯୋୟାବ ରବ୍ବାକୁ ଆଘାତ କରି ଭୂମିସାତ୍ କଲା।2ପୁଣି, ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ, ଆଉ ଦେଖିଲେ ଯେ, ତାହା ଏକ ତାଳନ୍ତ1 ପରିମିତ ସ୍ୱର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା। ପୁଣି, ତାହା ଦାଉଦଙ୍କର ମସ୍ତକରେ ଦିଆଗଲା; ଆଉ ସେ ସେହି ନଗରର ପ୍ରଚୁର ଲୁଟ ଦ୍ରବ୍ୟ ବାହାର କରି ଆଣିଲେ।3ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।
1ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।2ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋ’ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।3ଏଥିରେ ଯୋୟାବ କହିଲା, “ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର, ହେ ମୋ’ ପ୍ରଭୁ ମହାରାଜ, ସେହି ସମସ୍ତେ କ’ଣ ମୋ’ ପ୍ରଭୁଙ୍କର ଦାସ ନୁହଁନ୍ତି ? କାହିଁକି ମୋ’ ପ୍ରଭୁ ଏହା କରିବାକୁ ଚାହୁଁ ଅଛନ୍ତି ? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ ?”4ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।5ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।6ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।7ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।8ତହୁଁ ଦାଉଦ ପରମେଶ୍ୱରଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର, ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ, ମୁଁ ଅତି ମୂର୍ଖର କର୍ମ କରିଅଛି।”9ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍କୁ କହିଲେ,10“ଯାଅ, ଦାଉଦକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”11ତହିଁରେ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;12ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋ’ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”13ତହିଁରେ ଦାଉଦ ଗାଦ୍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”14ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।15ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା ! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।16ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।17ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କ’ଣ ମୁଁ ନୁହେଁ ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋ’ ବିରୁଦ୍ଧରେ ଓ ମୋ’ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”
1ସେତେବେଳେ ଦାଉଦ କହିଲେ, “ଏହି ଗୃହ ସଦାପ୍ରଭୁ ପରମେଶ୍ୱରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର।”
1ଏଥିଉତ୍ତାରେ ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ।
1ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍, ଅବୀହୂ, ଇଲୀୟାସର ଓ ଈଥାମର।2ମାତ୍ର ନାଦବ୍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ।3ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।4ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ।5ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।6ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।7ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ;8ତୃତୀୟ ହାରୀମ୍ ପାଇଁ, ଚତୁର୍ଥ ସୀୟୋରୀମ୍ ପାଇଁ;9ପଞ୍ଚମ ମଲ୍କୀୟ ପାଇଁ; ଷଷ୍ଠ ମିୟାମୀନ୍ ପାଇଁ;10ସପ୍ତମ ହକ୍କୋସ୍ ପାଇଁ, ଅଷ୍ଟମ ଅବୀୟ ପାଇଁ;11ନବମ ଯେଶୂୟ ପାଇଁ; ଦଶମ ଶଖନୀୟ ପାଇଁ;12ଏକାଦଶ ଇଲୀୟାଶୀବ ପାଇଁ, ଦ୍ୱାଦଶ ଯାକୀମ୍ ପାଇଁ;13ତ୍ରୟୋଦଶ ହୁପ୍ପା ପାଇଁ, ଚତୁର୍ଦ୍ଦଶ ଯେଶବା ପାଇଁ;14ପଞ୍ଚଦଶ ବିଲ୍ଗା ପାଇଁ, ଷୋଡ଼ଶ ଇମ୍ମେର ପାଇଁ;15ସପ୍ତଦଶ ହେଷୀର ପାଇଁ, ଅଷ୍ଟାଦଶ ହିପ୍ପି ପାଇଁ;16ଊନବିଂଶ ପଥାହୀୟ ପାଇଁ, ବିଂଶ ଯିହିଷ୍କେଲ ପାଇଁ;17ଏକବିଂଶ ଯାଖୀନ୍ ପାଇଁ, ଦ୍ୱାବିଂଶ ଗାମୂଲ୍ ପାଇଁ;18ତ୍ରୟୋବିଂଶ ଦଲୟିୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା।19ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା।20ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା। ଅମ୍ରାମ୍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ।21ରହବୀୟର କଥା; ରହବୀୟ-ସନ୍ତାନଗଣ ମଧ୍ୟରେ ଯିଶୀୟ ପ୍ରଧାନ।22ଯିଷ୍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍; ଶଲୋମୀତ୍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍।23ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍।24ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍।25ମୀଖାର ଭ୍ରାତା ଯିଶୀୟ; ଯିଶୀୟର ପୁତ୍ରମାନଙ୍କ ମଧ୍ୟରେ ଜିଖରୀୟ।26ମରାରିର ପୁତ୍ର ମହଲି ଓ ମୂଶି; ଯାସୀୟର ପୁତ୍ର ବିନୋ।27ମରାରିର ସନ୍ତାନଗଣ ଯାସୀୟର ପୁତ୍ର ବିନୋ, ଶୋହମ୍, ସକ୍କୁର ଓ ଇବ୍ରି।28ମହଲିର ପୁତ୍ର ଇଲୀୟାସର, ଏହାର ପୁତ୍ର ନ ଥିଲେ।29କୀଶ୍ର କଥା; କୀଶ୍ର ପୁତ୍ର ଯିରହମେଲ।30ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ।31ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।
1ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।2ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।3ଯିଦୂଥୂନର କଥା; ଯିଦୂଥୂନର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।4ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍;5ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।6ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ।7ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।8ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।9ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।10ତୃତୀୟ ସକ୍କୁର ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।11ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;12ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।13ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।14ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।15ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;16ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।17ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;18ଏକାଦଶ ଅସରେଲ୍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;19ଦ୍ୱାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;20ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;21ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;22ପଞ୍ଚଦଶ ପାଇଁ ଯେରେମୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;23ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;24ସପ୍ତଦଶ ପାଇଁ ଯଶ୍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;25ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;26ଊନବିଂଶ ପାଇଁ ମଲ୍ଲୋଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;27ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;28ଏକବିଂଶ ପାଇଁ ହୋଥୀର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;29ଦ୍ୱାବିଂଶ ପାଇଁ ଗିଦ୍ଦଲ୍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;30ତ୍ରୟୋବିଂଶ ପାଇଁ ମହସୀୟୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;31ଚତୁର୍ବିଂଶ ପାଇଁ ରୋମାମ୍ତି-ଏଷର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ।
1ଦ୍ୱାରପାଳମାନଙ୍କ ପାଳି ପାଇଁ କୋରହୀୟମାନଙ୍କ ମଧ୍ୟରୁ ଆସଫ-ବଂଶଜାତ କୋରିର ପୁତ୍ର ମଶେଲିମୀୟ ଥିଲା।2ମଶେଲିମୀୟର ପୁତ୍ର ଥିଲେ; ପ୍ରଥମଜାତ ଜିଖରୀୟ, ଦ୍ୱିତୀୟ ଯିଦୀୟେଲ, ତୃତୀୟ ସବଦୀୟ, ଚତୁର୍ଥ ଯତ୍ନୀୟେଲ,3ପଞ୍ଚମ ଏଲମ୍, ଷଷ୍ଠ ଯିହୋହାନନ୍, ସପ୍ତମ ଇଲୀହୋଐନୟ।4ପୁଣି, ଓବେଦ୍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ୍;5ଷଷ୍ଠ ଅମ୍ମୀୟେଲ, ସପ୍ତମ ଇଷାଖର, ଅଷ୍ଟମ ପିୟୁଲ୍ଲତୟ; କାରଣ ପରମେଶ୍ୱର ତାହାକୁ ଆଶୀର୍ବାଦ କଲେ।6ମଧ୍ୟ ତାହାର ପୁତ୍ର ଶମୟୀୟର ପୁତ୍ର ଜାତ ହେଲେ, ସେମାନେ ଆପଣାମାନଙ୍କ ପିତୃବଂଶରେ କର୍ତ୍ତୃତ୍ୱ କଲେ; କାରଣ ସେମାନେ ମହାବିକ୍ରମଶାଳୀ ପୁରୁଷ ଥିଲେ।7ଶମୟୀୟର ପୁତ୍ର ଅତ୍ନି, ରଫାୟେଲ ଓ ଓବେଦ୍, ଇଲୀଶାବଦ୍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ।8ଏସମସ୍ତେ ଓବେଦ୍-ଇଦୋମର ସନ୍ତାନ, ଏମାନେ ଓ ଏମାନଙ୍କ ପୁତ୍ର ଓ ଭ୍ରାତୃଗଣ ସେବାକାର୍ଯ୍ୟାର୍ଥକ ବଳରେ ବଳବାନ ଥିଲେ; ଓବେଦ୍-ଇଦୋମ ବଂଶଜାତ ବାଷଠି ଜଣ।9ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରାନ୍ତ ଲୋକ ଥିଲେ।10ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ଶିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;11ଦ୍ୱିତୀୟ ହିଲ୍କୀୟ, ତୃତୀୟ ଟବଲିୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ।12ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ୱାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା।13ପୁଣି, ସେମାନେ, ସାନ ବଡ଼, ଆପଣା ପିତୃବଂଶାନୁସାରେ ପ୍ରତ୍ୟେକ ଦ୍ୱାର ପାଇଁ ଗୁଲିବାଣ୍ଟ କଲେ।14ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା।15ଦକ୍ଷିଣ ଦିଗ ଓବେଦ୍-ଇଦୋମ ପକ୍ଷରେ ଓ ଭଣ୍ଡାର ଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା।16ଊର୍ଦ୍ଧ୍ୱଗାମୀ ପଥ ସମୀପସ୍ଥ ଶଲ୍ଲେଖତ୍ ଦ୍ୱାର ନିକଟବର୍ତ୍ତୀ ପଶ୍ଚିମ ଦିଗର ବାଣ୍ଟ ଶୁପ୍ପୀମ୍ ଓ ହୋଷା ପକ୍ଷରେ ଉଠିଲା, ତହିଁର ରକ୍ଷକମାନଙ୍କର ଏକ ଦଳ ଅନ୍ୟ ଦଳର ଅଭିମୁଖ ଥିଲା।17ପୂର୍ବ ଦିଗରେ ଛଅ ଜଣ ଲେବୀୟ, ଉତ୍ତର ଦିଗରେ ଦିନରେ ଚାରି ଜଣ, ଦକ୍ଷିଣ ଦିଗରେ ଦିନରେ ଚାରି ଜଣ ଓ ଭଣ୍ଡାର ଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।18ପଶ୍ଚିମ ଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।19କୋରହୀୟ ସନ୍ତାନଗଣ ଓ ମରାରିର ସନ୍ତାନଗଣ ମଧ୍ୟରୁ ଦ୍ୱାରପାଳମାନଙ୍କର ଏହି ସକଳ ପାଳି ଥିଲା।
1ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ ସନ୍ତାନଗଣ, ଅର୍ଥାତ୍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।2ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍ଦୀୟେଲର ପୁତ୍ର ଯାଶ୍ବୀୟାମ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।3ସେ ପେରସ ବଂଶୀୟ ଲୋକ, ପ୍ରଥମ ମାସ ପାଇଁ ନିଯୁକ୍ତ ସକଳ ସେନାପତିଙ୍କ ଉପରେ ପ୍ରଧାନ ଥିଲା।4ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।5ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।6ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍ ଥିଲା।7ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।8ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।9ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।10ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।11ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।12ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।13ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।14ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।15ଦ୍ୱାଦଶ ମାସ ନିମନ୍ତେ ଦ୍ୱାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
1ଏଥିଉତ୍ତାରେ ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କୁ, ବଂଶାଧିପତିଗଣଙ୍କୁ ଓ ପାଳି କ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି, ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ରମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ।2ତହୁଁ ଦାଉଦ ରାଜା ଆପଣା ପାଦରେ ଠିଆ ହୋଇ କହିଲେ, “ହେ ମୋହର ଭ୍ରାତୃଗଣ, ମୋହର ଲୋକମାନେ, ମୋହର କଥା ଶୁଣ; ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପାଦପୀଠ ନିମନ୍ତେ ଏକ ବିଶ୍ରାମର ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା ଓ ମୁଁ ନିର୍ମାଣାର୍ଥେ ଆୟୋଜନ କରିଥିଲି।3ମାତ୍ର ପରମେଶ୍ୱର ମୋତେ କହିଲେ, “ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଯୁଦ୍ଧକାରୀ ଓ ରକ୍ତପାତ1 କରିଅଛ।”4ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା-ବଂଶ ମଧ୍ୟରୁ ମୋ’ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋ’ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋ’ଠାରେ ସନ୍ତୁଷ୍ଟ ହେଲେ;5ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋ’ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।6ଆଉ, ସେ ମୋତେ କହିଅଛନ୍ତି, ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।7ଆଉ, ଆଜିର ନ୍ୟାୟ ଯଦି ସେ ଆମ୍ଭର ଆଜ୍ଞା ଓ ଶାସନସବୁ ପାଳନ କରିବାକୁ ଦୃଢ଼ଚିତ୍ତ ହେବ, ତେବେ ଆମ୍ଭେ ତାହାର ରାଜ୍ୟ ଚିରକାଳ ସ୍ଥିର କରିବା।8ଏହେତୁ ଏବେ ସଦାପ୍ରଭୁଙ୍କ ସମାଜ ଓ ସମଗ୍ର ଇସ୍ରାଏଲ ସାକ୍ଷାତରେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ କର୍ଣ୍ଣଗୋଚରରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସକଳ ଆଜ୍ଞା ମନୋଯୋଗ କରି ଅନ୍ୱେଷଣ କର; ତହିଁରେ ତୁମ୍ଭେମାନେ ଏହି ଉତ୍ତମ ଦେଶ ଅଧିକାର କରିବ ଓ ତୁମ୍ଭମାନଙ୍କ ଉତ୍ତାରେ ଚିରକାଳ ତୁମ୍ଭମାନଙ୍କ ସନ୍ତାନଗଣର ଅଧିକାରାର୍ଥେ ତାହା ଛାଡ଼ିକରି ଯିବ।
1ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।2ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋ’ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବ ପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।3ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋ’ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋ’ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରି ଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି।4ଅର୍ଥାତ୍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀରର ସ୍ୱର୍ଣ୍ଣରୁ ତିନି ହଜାର ତାଳନ୍ତ ସ୍ୱର୍ଣ୍ଣ1 ଓ ସାତ ହଜାର ତାଳନ୍ତ2 ନିର୍ମଳ ରୂପା;5ସ୍ୱର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହିସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ୱେଚ୍ଛାରେ ଉଦ୍ୟତ ଅଛି ?”6ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀ ସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି, ରାଜକାର୍ଯ୍ୟ-ଶାସକମାନେ ସ୍ୱେଚ୍ଛାରେ ଦାନ କଲେ;7ଆଉ ସେମାନେ ପରମେଶ୍ୱରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳନ୍ତ ସ୍ୱର୍ଣ୍ଣ, ଦଶ ହଜାର ଡାରିକ୍ ମୁଦ୍ରା, ଦଶ ହଜାର ତାଳନ୍ତ ରୂପା, ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।8ପୁଣି, ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ଡାର-ଗୃହରେ ତାହାସବୁ ଦେଲେ।9ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।
1ଏଥିଉତ୍ତାରେ ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ୍ କଲେ।2ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ।3ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍ସ୍ଥିତ ଉଚ୍ଚସ୍ଥଳୀକୁ ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।4ମାତ୍ର ଦାଉଦ କିରୀୟଥ୍-ଯିୟାରୀମ୍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ।5ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।6ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
1ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ।2ପୁଣି ଶଲୋମନ ଭାରବହନାର୍ଥେ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ସେମାନଙ୍କ କାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ ତିନି ହଜାର ଛଅ ଶହ ଲୋକ ନିଯୁକ୍ତ କଲେ।3ଆଉ ଶଲୋମନ ସୋରର ରାଜା ହୂରମ୍ ନିକଟକୁ ଲୋକ ପଠାଇ କହିଲେ, “ଆପଣ ମୋ’ ପିତା ଦାଉଦଙ୍କ ପ୍ରତି ଯେପରି ବ୍ୟବହାର କରିଥିଲେ ଓ ତାଙ୍କ ବସତି-ଗୃହର ନିର୍ମାଣ ନିମନ୍ତେ ଏରସ କାଷ୍ଠ ପଠାଇଥିଲେ, ସେହିପରି ମୋ’ ପ୍ରତି ବ୍ୟବହାର କରନ୍ତୁ।4ଦେଖନ୍ତୁ, ମୁଁ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।5ଆଉ ମୁଁ ଯେଉଁ ଗୃହ ନିର୍ମାଣ କରିବି, ତାହା ବୃହତ୍ ହେବ; କାରଣ ସମସ୍ତ ଦେବତାଠାରୁ ଆମ୍ଭମାନଙ୍କ ପରମେଶ୍ୱର ମହାନ୍ ଅଟନ୍ତି।6ମାତ୍ର ତାହାଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ କିଏ ସମର୍ଥ ? ଯେହେତୁ ସ୍ୱର୍ଗ ଓ ସ୍ୱର୍ଗର ସ୍ୱର୍ଗ ହିଁ ତାହାଙ୍କୁ ଧାରଣ କରି ନ ପାରେ; ତେବେ ମୁଁ କିଏ ଯେ, ତାହାଙ୍କ ପାଇଁ ଗୃହ ନିର୍ମାଣ କରିବି ? କେବଳ ତାହାଙ୍କ ସମ୍ମୁଖରେ ଧୂପ ଜ୍ୱଳାଇବା ପାଇଁ ତାହା କରିବି।7ଏହେତୁ ମୋ’ ପିତା ଦାଉଦଙ୍କ ଦ୍ୱାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋ’ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା, ରୂପା, ପିତ୍ତଳ, ଲୁହା, ଧୂମ୍ର, ସିନ୍ଦୂର ଓ ନୀଳସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋ’ ନିକଟକୁ ପଠାଉନ୍ତୁ।8ଆହୁରି ଲିବାନୋନରୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ଚନ୍ଦନ କାଷ୍ଠ ମୋ’ ନିକଟକୁ ପଠାଉନ୍ତୁ; କାରଣ ମୁଁ ଜାଣେ, ଆପଣଙ୍କ ଦାସମାନେ ଲିବାନୋନରେ କାଷ୍ଠ କାଟିବାରେ ନିପୁଣ;9ଆଉ ଦେଖନ୍ତୁ, ମୋ’ ଦାସମାନେ ମଧ୍ୟ ପ୍ରଚୁର କାଷ୍ଠ ପ୍ରସ୍ତୁତ କରିବା ପାଇଁ ଆପଣଙ୍କ ଦାସମାନଙ୍କ ସଙ୍ଗେ ରହିବେ; ଯେହେତୁ ମୁଁ ଯେଉଁ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହା ଆଶ୍ଚର୍ଯ୍ୟ ଓ ବୃହତ୍ ହେବ।10ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳୀମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି।”11ତହିଁରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଏହି ଉତ୍ତର ଲେଖି ପଠାଇଲା, ସଦାପ୍ରଭୁ ଆପଣା ଲୋକମାନଙ୍କୁ ପ୍ରେମ କରନ୍ତି, ଏହେତୁ ସେମାନଙ୍କ ଉପରେ ସେ ତୁମ୍ଭକୁ ରାଜା କରିଅଛନ୍ତି।12ହୂରମ୍ ଆହୁରି କହିଲା, ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ସଦାପ୍ରଭୁଙ୍କ ନିମନ୍ତେ ଏକ ଗୃହ ଓ ଆପଣା ରାଜ୍ୟ ନିମନ୍ତେ ଏକ ଗୃହ ନିର୍ମାଣ କରିବା ପାଇଁ ଦାଉଦ ରାଜାଙ୍କୁ ବୁଦ୍ଧି ଓ ବିବେଚନାବିଶିଷ୍ଟ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।13ଏବେ ମୁଁ ମୋ’ ପିତା ହୂରମ୍ଙ୍କର ଏକ ଜଣ ନିପୁଣ ବୁଦ୍ଧିମାନ ଲୋକ ପଠାଇଲି,14ସେ ଦାନ୍ ବଂଶୀୟା ଏକ ସ୍ତ୍ରୀର ପୁତ୍ର, ତାହାର ପିତା ସୋରୀୟ ଲୋକ ଥିଲା, ସେ ସୁନା, ରୂପା, ପିତ୍ତଳ, ଲୁହା, ପ୍ରସ୍ତର, କାଷ୍ଠ ଓ ଧୂମ, ନୀଳ, କ୍ଷୌମ ଓ ସିନ୍ଦୂରବର୍ଣ୍ଣ ସୂତ୍ରର କାର୍ଯ୍ୟରେ, ମଧ୍ୟ ସର୍ବପ୍ରକାର ଖୋଦନ କାର୍ଯ୍ୟ ଓ ସର୍ବ ପ୍ରକାର କଳ୍ପନାର କାର୍ଯ୍ୟ କରିବାକୁ ନିପୁଣ; ତାହାକୁ ଆପଣଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ଓ ଆପଣଙ୍କ ପିତା ମୋ’ ପ୍ରଭୁ ଦାଉଦଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ସ୍ଥାନ ଦିଆଯାଉ।15ଏହେତୁ ମୋ’ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ;16ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇ ଯିବେ।17ଏଥିଉତ୍ତାରେ ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ।18ତହୁଁ ସେ ସେମାନଙ୍କ ମଧ୍ୟରୁ ଭାର ବହିବା ପାଇଁ ସତୁରି ହଜାର ଲୋକ ଓ ପର୍ବତରେ ଅଶୀ ହଜାର କଟାଳି ଲୋକ ଓ ଲୋକମାନଙ୍କୁ କାର୍ଯ୍ୟ କରାଇବା ପାଇଁ ତିନି ହଜାର ଛଅ ଶହ କାର୍ଯ୍ୟଶାସକଙ୍କୁ ନିଯୁକ୍ତ କଲେ।
1ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ।2ପୁଣି ସେ ଆପଣା ରାଜତ୍ଵର ଚତୁର୍ଥ ବର୍ଷର ଦ୍ୱିତୀୟ ମାସର ଦ୍ୱିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ।3ଶଲୋମନ ପରମେଶ୍ୱରଙ୍କ ଗୃହ ନିର୍ମାଣ ନିମନ୍ତେ ଯେଉଁ ମୂଳଦୁଆ ସ୍ଥାପନ କଲେ, ତାହା ଏହି ହସ୍ତର ପ୍ରାଚୀନ ପରିମାଣାନୁସାରେ ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା।4ପୁଣି ଗୃହର ସମ୍ମୁଖସ୍ଥ ବାରଣ୍ଡାର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ।5ପୁଣି ସେ ଉତ୍ତମ ସ୍ୱର୍ଣ୍ଣମଣ୍ଡିତ ଦେବଦାରୁ କାଷ୍ଠରେ ବୃହତ୍ ଗୃହ ଆଚ୍ଛାଦନ କଲେ ଓ ତହିଁ ଉପରେ ଖର୍ଜ୍ଜୁର ବୃକ୍ଷ ଓ ଜଞ୍ଜିରର ଆକୃତି କଲେ।6ପୁଣି ସେ ଶୋଭା ନିମନ୍ତେ ଗୃହକୁ ବହୁମୂଲ୍ୟ ପ୍ରସ୍ତରରେ ଭୂଷିତ କଲେ; ସେହି ସ୍ୱର୍ଣ୍ଣ ପର୍ବୟିମ ଦେଶର ସ୍ୱର୍ଣ୍ଣ ଥିଲା।7ମଧ୍ୟ ଗୃହ, କଡ଼ି, ଚଉକାଠ ଓ ତହିଁର କାନ୍ଥ ଓ ତହିଁର କବାଟସବୁ ସେ ସୁବର୍ଣ୍ଣରେ ମଡ଼ାଇଲେ; ଆଉ କାନ୍ଥରେ କିରୂବାକୃତି ଖୋଦାଇଲେ।8ପୁଣି ସେ ମହାପବିତ୍ର ଗୃହ ନିର୍ମାଣ କଲେ; ତହିଁର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଥିଲା; ଆଉ ସେ ଛଅ ଶହ ତାଳନ୍ତ ଉତ୍ତମ ସୁବର୍ଣ୍ଣରେ ତାହା ମଡ଼ାଇଲେ।9ଆଉ କଣ୍ଟାର ପରିମାଣ ପଚାଶ ଶେକଲ ସ୍ୱର୍ଣ୍ଣ ଥିଲା, ପୁଣି ସେ ଉପର କୋଠରିମାନ ସୁବର୍ଣ୍ଣରେ ମଡ଼ାଇଲେ।10ଆଉ ସେ ମହାପବିତ୍ର ଗୃହରେ ପିତୁଳା କର୍ମର ଦୁଇ କିରୂବ ନିର୍ମାଣ କଲେ ଓ ସେମାନେ ତାହା ସୁବର୍ଣ୍ଣରେ ମଡ଼ାଇଲେ।11ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ଦୀର୍ଘ ଥିଲା; ଏକ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ସେହିପରି ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ସ୍ପର୍ଶ କଲା।12ଅନ୍ୟ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ମଧ୍ୟ ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ଲାଗିଲା।13ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ବିସ୍ତାରିତ ଥିଲା; ସେମାନେ ଚରଣରେ ଠିଆ ହେଲେ ଓ ସେମାନଙ୍କର ମୁଖ ଗୃହ ଆଡ଼କୁ ଥିଲା।14ପୁଣି ସେ ନୀଳ ଓ ଧୂମ୍ର ଓ ସିନ୍ଦୂରବର୍ଣ୍ଣ ଓ କ୍ଷୌମସୂତ୍ରର ବିଚ୍ଛେଦବସ୍ତ୍ର ପ୍ରସ୍ତୁତ କରି ତହିଁ ଉପରେ କିରୂବଗଣର ଆକୃତି କଲେ।15ଆହୁରି ସେ ଗୃହ ସମ୍ମୁଖରେ ପଞ୍ଚତିରିଶ ହାତ ଉଚ୍ଚ ଦୁଇ ସ୍ତମ୍ଭ ନିର୍ମାଣ କଲେ ଓ ସେହି ପ୍ରତ୍ୟେକର ଉପରିସ୍ଥ ମୁଣ୍ଡାଳି ପାଞ୍ଚ ହାତ ଥିଲା।16ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ।17ଆଉ ସେ ମନ୍ଦିର ସମ୍ମୁଖରେ ସେହି ଦୁଇ ସ୍ତମ୍ଭକୁ ଦକ୍ଷିଣ ପାର୍ଶ୍ଵରେ ଏକ ଓ ବାମ ପାର୍ଶ୍ଵରେ ଏକ କରି ସ୍ଥାପନ କଲେ; ଆଉ ଦକ୍ଷିଣ ପାର୍ଶ୍ଵସ୍ଥ ସ୍ତମ୍ଭର ନାମ ଯାଖୀନ୍ ଓ ବାମ ପାର୍ଶ୍ଵସ୍ଥ ସ୍ତମ୍ଭର ନାମ ବୋୟସ୍ ରଖିଲେ।
1ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ।2ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା।3ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳା ଯାଇଥିଲେ।4ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍ଭାଗସବୁ ଭିତରକୁ ଥିଲା।5ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।6ଆହୁରି ସେ ଦଶ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲେ ଓ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ବନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା।7ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ।8ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ।9ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ୍ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।10ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ।11ଆଉ ହୂରମ୍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା।12ଅର୍ଥାତ୍, ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ଗୋଲାକାର ଓ ଦୁଇ ମୁଣ୍ଡାଳି ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ13ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା।14ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ ପାତ୍ର ନିର୍ମାଣ କଲା;15ଏକ ସମୁଦ୍ରରୂପ ପାତ୍ର ଓ ତହିଁ ତଳସ୍ଥ ବାର ଗୋରୁ16ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।17ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।18ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ।19ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;20ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ21ଓ ସ୍ୱର୍ଣ୍ଣମୟ ପୁଷ୍ପ, ପ୍ରଦୀପ ଓ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ;22ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା।
1ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍, ରୂପା, ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ୱରଙ୍କ ଗୃହର ଭଣ୍ଡାରରେ ରଖିଲେ।
1ତହୁଁ ଶଲୋମନ କହିଲେ, ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି।2ମାତ୍ର ମୁଁ ତୁମ୍ଭ ପାଇଁ ଏକ ବାସଗୃହ ଓ ତୁମ୍ଭର ସଦାକାଳ ବାସ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛି।3ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ।4ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆପଣା ମୁଖରେ ମୋ’ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,5ଆମ୍ଭେ ଆପଣା ଲୋକମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; କିଅବା ଆମ୍ଭ ଲୋକ ଇସ୍ରାଏଲର ଅଗ୍ରଣୀ ହେବା ପାଇଁ କୌଣସି ଲୋକ ମନୋନୀତ କରି ନାହୁଁ;6ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।7ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋ’ ପିତା ଦାଉଦଙ୍କର ମନସ୍ଥ ଥିଲା।8ମାତ୍ର ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଲେ, ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ମନସ୍ଥ ଅଛି, ତୁମ୍ଭର ଏହି ମନସ୍ଥ କରିବା ଉତ୍ତମ;9ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।10ପୁଣି ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କ ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲେ।11ଆଉ ମୁଁ ତହିଁରେ ଇସ୍ରାଏଲ ସନ୍ତାନଗଣ ସହିତ ସଦାପ୍ରଭୁଙ୍କ କୃତ ନିୟମର ଆଧାର-ସିନ୍ଦୁକ ସ୍ଥାପନ କରିଅଛି।”
1ଶଲୋମନ ପ୍ରାର୍ଥନା କରିବାର ସମାପ୍ତ କରନ୍ତେ, ଆକାଶରୁ ଅଗ୍ନି ଓହ୍ଲାଇ ଆସି ହୋମ ଓ ବଳିଦାନ ସବୁକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।2ଏଣୁ ଯାଜକମାନେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରି ପାରିଲେ ନାହିଁ, କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା।3ଆଉ ଅଗ୍ନି ଓହ୍ଲାଇବା ବେଳେ ଓ ଗୃହ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କରିବା ବେଳେ ସମଗ୍ର ଇସ୍ରାଏଲ ସନ୍ତାନ ତାହା ଦେଖିଲେ ଓ ସେମାନେ ଚଟାଣ ଉପରେ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କଲେ, ପୁଣି ସଦାପ୍ରଭୁଙ୍କର ଧନ୍ୟବାଦ କରି କହିଲେ, “ସେ ମଙ୍ଗଳମୟ, ତାହାଙ୍କର କରୁଣା ସଦାକାଳସ୍ଥାୟୀ।”
1ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ।2ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେଉଁ ଯେଉଁ ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ ସନ୍ତାନଗଣକୁ ବାସ କରାଇଲେ।3ଏଥିଉତ୍ତାରେ ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ।4ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ତରେ ଭଣ୍ଡାର-ନଗରସବୁ ନିର୍ମାଣ କଲେ।5ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ;6ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ଡାର ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ୱାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ।7ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ,8ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠିକର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ।9ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ।10ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।11ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେଉଁ ଯେଉଁ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର।12ତହୁଁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;13ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।14ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।15ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ଡାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ।16ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା।17ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସିୟୋନ-ଗେବରକୁ ଓ ଏଲତକୁ ଗଲେ।18ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ।
1ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।2ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ।3ପୁଣି ଶିବାର ରାଣୀ ଶଲୋମନଙ୍କର ଜ୍ଞାନ ଓ ତାଙ୍କ ନିର୍ମିତ ଗୃହ4ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠିଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।5ତହୁଁ ସେ ରାଜାଙ୍କୁ କହିଲା, “ଆମ୍ଭେ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲୁ, ତାହା ସତ୍ୟ।6ତଥାପି ଆମ୍ଭେ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ଲୋକମାନଙ୍କର କଥା ବିଶ୍ୱାସ କଲୁ ନାହିଁ; ଆଉ ଦେଖନ୍ତୁ, ଆପଣଙ୍କ ଜ୍ଞାନର ଅର୍ଦ୍ଧେକ ମାହାତ୍ମ୍ୟ ଆମ୍ଭକୁ କୁହାଯାଇ ନଥିଲା; ଆମ୍ଭ ଶୁଣିବାର ଅପେକ୍ଷା ଆପଣଙ୍କ ସୁଖ୍ୟାତି ଅଧିକ।7ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।8ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇ ଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ଅନନ୍ତ କାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ।”9ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା ଓ ଅତି ବିସ୍ତର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧି ଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧି ଦ୍ରବ୍ୟ ଆଉ ନ ଥିଲା।10ପୁଣି ହୂରମ୍ର ଯେଉଁ ଦାସମାନେ ଓ ଶଲୋମନଙ୍କର ଯେଉଁ ଦାସମାନେ ଓଫୀରରୁ ସୁବର୍ଣ୍ଣ ଆଣିଲେ, ସେମାନେ ମଧ୍ୟ ଚନ୍ଦନ କାଷ୍ଠ ଓ ମଣି ଆଣିଲେ।11ଆଉ ରାଜା ସେହି ଚନ୍ଦନ କାଷ୍ଠ ଦ୍ୱାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନ କାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା।12ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) ଏଥିଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।
1ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।2ଏଥି ମଧ୍ୟରେ ନବାଟର ପୁତ୍ର ଯାରବୀୟାମ୍, ଯେ ଶଲୋମନ ରାଜାଙ୍କ ଛାମୁରୁ ପଳାଇ ମିସରରେ ଥିଲେ, ସେହି ଯାରବୀୟାମ୍ ସମ୍ବାଦ ପାଇ ମିସରରୁ ଫେରି ଆସିଲେ।3ଆଉ, ଲୋକମାନେ ତାଙ୍କୁ ଡକାଇ ପଠାଇଲେ; ତହିଁରେ ଯାରବୀୟାମ୍ ଓ ସମଗ୍ର ଇସ୍ରାଏଲ ଆସି ରିହବୀୟାମଙ୍କୁ ଏହି କଥା କହିଲେ;4“ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କର ସେବା କରିବୁ।”5ତହୁଁ ସେ ସେମାନଙ୍କୁ କହିଲେ, “ତିନି ଦିନ ଉତ୍ତାରେ ପୁନର୍ବାର ଆମ୍ଭ ନିକଟକୁ ଆସ” ତହିଁରେ ଲୋକମାନେ ଚାଲିଗଲେ।6ଏଉତ୍ତାରେ ରିହବୀୟାମ ରାଜା ଆପଣା ପିତା ଶଲୋମନଙ୍କର ଜୀବିତ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଠିଆ ହେଉଥିଲେ, ସେମାନଙ୍କ ସହିତ ପରାମର୍ଶ କରି କହିଲେ, “ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ପରାମର୍ଶ ଦେଉଅଛ ?”7ତେବେ ସେମାନେ ତାଙ୍କୁ କହିଲେ, “ଯେବେ ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହୋଇ ସେମାନଙ୍କୁ ସନ୍ତୁଷ୍ଟ କରିବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।”8ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଠିଆ ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।9ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ଆମ୍ଭକୁ କହୁଅଛନ୍ତି, ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭକୁ କି ପରାମର୍ଶ ଦେଉଅଛ” ?10ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, “ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ, ମୋହର କନିଷ୍ଠ ଅଙ୍ଗୁଳି ମୋହର ପିତାଙ୍କ କଟିଠାରୁ ମୋଟା।11ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”12ଏଥିରେ ତୃତୀୟ ଦିନରେ ମୋ’ ନିକଟକୁ ପୁଣି ଆସ ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ୍ ଓ ସମସ୍ତ ଲୋକ ତୃତୀୟ ଦିନ ରିହବୀୟାମଙ୍କ ନିକଟକୁ ଆସିଲେ13ତହିଁରେ ରାଜା ସେମାନଙ୍କୁ କଟୁ ଉତ୍ତର ଦେଲେ। ପୁଣି ରିହବୀୟାମ ରାଜା ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି14ସେହି ଯୁବାମାନଙ୍କ ମନ୍ତ୍ରଣାନୁସାରେ ସେମାନଙ୍କୁ ଏହି କଥା କହିଲେ, “ମୋହର ପିତା ତୁମ୍ଭମାନଙ୍କ ଯୁଆଳି ଭାରୀ କରିଥିଲେ, ମାତ୍ର ମୁଁ ତାହା ଆହୁରି ଭାରୀ କରିବି; ମୋ’ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”15ଏରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ହାତରେ ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ପରମେଶ୍ୱରଙ୍କ ଆଡ଼ୁ ଘଟିଲା।16ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କେଉଁ ଅଂଶ ଅଛି ? ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର କୌଣସି ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ନିଜ ଘର କଥା ବୁଝ। ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ତମ୍ବୁକୁ ଚାଲିଗଲେ17ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ ରାଜ୍ୟ କଲେ।”18ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ହଦୋରାମକୁ ପଠାଇଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା। ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ।19ଏହିରୂପେ ଇସ୍ରାଏଲ ଆଜି ପର୍ଯ୍ୟନ୍ତ ଦାଉଦ-ବଂଶର ବିଦ୍ରୋହୀ ହେଲେ।
1ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଚ୍ଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ।2ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।3ଯିହୁଦାର ରାଜା ଶଲୋମନଙ୍କ ପୁତ୍ର ରିହବୀୟାମଙ୍କୁ, ପୁଣି ଯିହୁଦା ଓ ବିନ୍ୟାମୀନ୍ ନିବାସୀ ସମସ୍ତ ଇସ୍ରାଏଲକୁ କୁହ,4“ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି,” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ୍ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ।5ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ବାସ କରି ରକ୍ଷା ନିମିତ୍ତ ଯିହୁଦା ଦେଶରେ ନଗରମାନ ନିର୍ମାଣ କଲେ।6ସେ ବେଥଲିହିମ, ଐଟମ୍, ତକୋୟ,7ବେଥ୍-ସୁର, ସୋଖୋ, ଅଦୁଲ୍ଲମ,8ଗାଥ୍, ମାରେଶା, ସୀଫ୍,9ଅଦୋରୟୀମ୍, ଲାଖୀଶ୍, ଅସେକା,10ସରାୟ, ଅୟାଲୋନ୍, ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନ୍ର ମଧ୍ୟବର୍ତ୍ତୀ ଏହି ପ୍ରାଚୀରବେଷ୍ଟିତ ନଗରସବୁ ନିର୍ମାଣ କଲେ।11ଆଉ, ସେ ସକଳ ଦୁର୍ଗ ଦୃଢ଼ କରି ତହିଁ ମଧ୍ୟରେ ସେନାପତିମାନଙ୍କୁ ଓ ଖାଦ୍ୟ ଦ୍ରବ୍ୟ, ପୁଣି ତୈଳ ଓ ଦ୍ରାକ୍ଷାରସ ରଖିଲେ।12ଆଉ, ପ୍ରତ୍ୟେକ ନଗରରେ ସେ ଢାଲ ଓ ବର୍ଚ୍ଛା ରଖିଲେ, ପୁଣି ନଗରସବୁକୁ ଅତିଶୟ ଦୃଢ଼ କଲେ ଆଉ ଯିହୁଦା ଓ ବିନ୍ୟାମୀନ୍ ତାଙ୍କର ପକ୍ଷ ହେଲେ।
1ଏଥିଉତ୍ତାରେ ରିହବୀୟାମଙ୍କର ରାଜ୍ୟ ସୁସ୍ଥିର ଓ ସେ ବଳବାନ ହୁଅନ୍ତେ, ସେ ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ବ୍ୟବସ୍ଥା ପରିତ୍ୟାଗ କଲେ।2ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରିବାରୁ ରିହବୀୟାମ ରାଜାଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;3ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ୱାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ।4ପୁଣି, ସେ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।5ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ି ଦେଲୁ।”6ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, “ସଦାପ୍ରଭୁ ଧର୍ମମୟ।”7ତହୁଁ ସେମାନେ ଆପଣାମାନଙ୍କୁ ନମ୍ର କରିଅଛନ୍ତି, ଏହା ସଦାପ୍ରଭୁ ଦେଖନ୍ତେ, ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେମାନେ ଆପଣମାନଙ୍କୁ ନମ୍ର କରିଅଛନ୍ତି; ଆମ୍ଭେ ସେମାନଙ୍କୁ ବିନାଶ କରିବା ନାହିଁ; ମାତ୍ର ଆମ୍ଭେ ସେମାନଙ୍କୁ କିଛି ସାହାଯ୍ୟ ପ୍ରଦାନ କରିବା ଓ ଶୀଶକ୍ର ହସ୍ତ ଦ୍ୱାରା ଯିରୂଶାଲମ ଉପରେ ଆମ୍ଭର କୋପ ଢଳା ଯିବ ନାହିଁ।8ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।9ଏଉତ୍ତାରେ ମିସରର ରାଜା ଶୀଶକ୍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ ଢାଲ ସବୁ ହିଁ ନେଇଗଲା।10ତହୁଁ ରିହବୀୟାମ ରାଜା ସେହିସବୁର ପରିବର୍ତ୍ତେ ପିତ୍ତଳ ଢାଲ ନିର୍ମାଣ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।11ଆଉ ରାଜା ଯେତେଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।12ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍ଭାବ ଦେଖାଗଲା।
1ଯାରବୀୟାମ୍ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଅବୀୟ ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ।2ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ମୀଖାୟ, ସେ ଗିବୀୟା ନିବାସୀ ଊରୀୟେଲର କନ୍ୟା ଥିଲେ। ପୁଣି ଅବୀୟ ଓ ଯାରବୀୟାମ୍ ମଧ୍ୟରେ ଯୁଦ୍ଧ ଚାଲିଲା।3ଅବୀୟ ଚାରି ଲକ୍ଷ ବଚ୍ଛା ବିକ୍ରମଶାଳୀ ସୈନ୍ୟ ସଙ୍ଗେ ମିଶି ଯୁଦ୍ଧ କଲେ ଓ ଯାରବୀୟାମ୍ ଆଠ ଲକ୍ଷ ବଚ୍ଛା ମହାବିକ୍ରମଶାଳୀ ଲୋକ ନେଇ ତାଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲା।4ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସୀମାରୟମ୍ ପର୍ବତରେ ଠିଆ ହୋଇ କହିଲେ, “ହେ ଯାରବୀୟାମ୍ ଓ ସମଗ୍ର ଇସ୍ରାଏଲ ଲୋକ, ମୋ’ କଥା ଶୁଣ;5ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣର ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କ’ଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ ?6ତଥାପି ଦାଉଦଙ୍କର ପୁତ୍ର ଶଲୋମନଙ୍କ ଦାସ ଯେ ନବାଟର ପୁତ୍ର ଯାରବୀୟାମ୍, ସେ ଉଠି ଆପଣା ପ୍ରଭୁର ବିଦ୍ରୋହୀ ହୋଇଅଛି।”7ପୁଣି ଦୁଷ୍ଟ ଓ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେହି ସମୟରେ ରିହବୀୟାମ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।8ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ଲୋକସମୂହ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ୍ ନିର୍ମିତ ସ୍ୱର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି।9ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରି ନାହଁ ? ଏଣୁ ଯେକେହି ଆପଣାର ପଦ-ନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ୱରମାନଙ୍କର ଯାଜକ ହୋଇପାରେ।10ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି ଓ ଆମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରି ନାହୁଁ; ପୁଣି ସଦାପ୍ରଭୁଙ୍କ ପରିଚର୍ଯ୍ୟାକାରୀ ହାରୋଣ-ସନ୍ତାନଗଣ ଆମ୍ଭମାନଙ୍କର ଯାଜକ ଅଛନ୍ତି ଓ ଲେବୀୟମାନେ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ଅଛନ୍ତି;11ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।12ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”13ତଥାପି ଯାରବୀୟାମ୍ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ।14ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ୱନି କଲେ।15ସେତେବେଳେ ଯିହୁଦାର ଲୋକମାନେ ସିଂହନାଦ କଲେ; ଆଉ ଯିହୁଦାର ଲୋକମାନେ ସିଂହନାଦ କରିବା ସମୟରେ ପରମେଶ୍ୱର ଅବୀୟ ଓ ଯିହୁଦାର ସମ୍ମୁଖରେ ଯାରବୀୟାମଙ୍କୁ ଓ ସମସ୍ତ ଇସ୍ରାଏଲକୁ ଆଘାତ କଲେ।16ତହିଁରେ ଇସ୍ରାଏଲ ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।17ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହାସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଚ୍ଛା ଲୋକ ହତ ହୋଇ ପଡ଼ିଲେ।18ଏହିରୂପେ ସେହି ସମୟରେ ଇସ୍ରାଏଲ ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।19ଏଉତ୍ତାରେ ଅବୀୟ ଯାରବୀୟାମ୍ଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍, ବେଥେଲ୍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ।20ପୁଣି ଅବୀୟର ଜୀବନ କାଳଯାଏ ଯାରବୀୟାମ୍ ଆଉ ବଳ ପାଇ ପାରିଲେ ନାହିଁ; ଏଉତ୍ତାରେ ସଦାପ୍ରଭୁ ତାଙ୍କୁ ଆଘାତ କରନ୍ତେ, ସେ ମଲେ।21ମାତ୍ର ଅବୀୟ ବେଳକୁ ବେଳ ବଳବାନ ହୋଇ ଉଠିଲେ, ପୁଣି ଚଉଦ ଭାର୍ଯ୍ୟା ବିବାହ କରି ବାଇଶ ପୁତ୍ର ଓ ଷୋହଳ କନ୍ୟା ଜାତ କଲେ।22ଏହି ଅବୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ଉକ୍ତି ଇଦ୍ଦୋ ଭବିଷ୍ୟଦ୍ବକ୍ତାର ଟୀକାଗ୍ରନ୍ଥରେ ଲିଖିତ ଅଛି।
1ଏଥିଉତ୍ତାରେ ଅବୀୟଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ ନଗରରେ ତାଙ୍କୁ କବର ଦେଲେ, ଆଉ ତାଙ୍କର ପୁତ୍ର ଆସା ତାଙ୍କ ପଦରେ ରାଜ୍ୟ କଲେ। ଏହାଙ୍କ ଅଧିକାର ସମୟରେ ଦେଶ ଦଶ ବର୍ଷ ସୁସ୍ଥିର ରହିଲା।2ପୁଣି ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ କର୍ମ କଲେ;3କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ;4ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ।5ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟ-ପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା।6ପୁଣି, ସେ ଯିହୁଦା ଦେଶରେ କେତେକ ପ୍ରାଚୀର-ବେଷ୍ଟିତ ନଗର ନିର୍ମାଣ କଲେ; କାରଣ ସେହି କେତେକ ବର୍ଷ ଦେଶ ସୁସ୍ଥିର ଥିଲା ଓ ତାଙ୍କୁ ଯୁଦ୍ଧ କରିବାକୁ ନୋହିଲା; ଯେହେତୁ ସଦାପ୍ରଭୁ ତାଙ୍କୁ ବିଶ୍ରାମ ଦେଇଥିଲେ।7ଏହେତୁ ସେ ଯିହୁଦାକୁ କହିଲେ, ଆସ, ଆମ୍ଭେମାନେ ଏହିସବୁ ନଗର ନିର୍ମାଣ କରି ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଓ ଦୁର୍ଗ, ଦ୍ୱାର ଓ ଅର୍ଗଳ ପ୍ରସ୍ତୁତ କରୁ; ଦେଶ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ସମ୍ମୁଖରେ ଅଛି, ଯେହେତୁ ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଅନ୍ୱେଷଣ କରିଅଛୁ; ଆମ୍ଭେମାନେ ତାହାଙ୍କର ଅନ୍ୱେଷଣ କରିଅଛୁ ଓ ସେ ଆମ୍ଭମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଇଅଛନ୍ତି। ତହୁଁ ସେମାନେ ନଗର ନିର୍ମାଣ କରି କୃତକାର୍ଯ୍ୟ ହେଲେ।8ଏହି ଆସାଙ୍କର ଯିହୁଦା ମଧ୍ୟରୁ ତିନି ଲକ୍ଷ ଢାଲ ଓ ବର୍ଚ୍ଛାଧାରୀ ଓ ବିନ୍ୟାମୀନ୍ ମଧ୍ୟରୁ ଦୁଇ ଲକ୍ଷ ଅଶୀ ହଜାର ଢାଲ ଓ ଧନୁର୍ଦ୍ଧାରୀ, ଏକ ସୈନ୍ୟଦଳ ଥିଲେ; ଏସମସ୍ତେ ମହାବିକ୍ରମଶାଳୀ ଲୋକ ଥିଲେ।9ଏଉତ୍ତାରେ କୂଶ ଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା।10ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ।11ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୁ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”12ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ।13ଏଉତ୍ତାରେ ଆସା ଓ ତାଙ୍କ ସଙ୍ଗୀ ଲୋକମାନେ ଗରାର ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ତହିଁରେ କୂଶୀୟମାନଙ୍କର ଏତେ ଲୋକ ମାରା ପଡ଼ିଲେ ଯେ, ସେମାନେ ଆଉ ସବଳ ହୋଇ ଉଠି ପାରିଲେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ସୈନ୍ୟ ସମ୍ମୁଖରେ ବିନଷ୍ଟ ହେଲେ; ଏଣୁ ଯିହୁଦା-ଲୋକମାନେ ଅପାର ଲୁଟଦ୍ରବ୍ୟ ବହିନେଲେ।14ଆଉ, ସେମାନେ ଗରାରର ଚତୁର୍ଦ୍ଦିଗସ୍ଥ ନଗରସବୁ ଆଘାତ କଲେ; କାରଣ ସଦାପ୍ରଭୁଙ୍କ ଭୟ ସେହିସବୁ ନଗର ଉପରେ ଉପସ୍ଥିତ ହେଲା; ପୁଣି ସେମାନେ ସମସ୍ତ ନଗର ଲୁଟ କଲେ; କାରଣ ତହିଁ ମଧ୍ୟରେ ଅନେକ ଲୁଟଦ୍ରବ୍ୟ ଥିଲା।15ମଧ୍ୟ ସେମାନେ ପଶୁପଲର ତମ୍ବୁସବୁ ଆଘାତ କଲେ, ଆଉ ବିସ୍ତର ମେଷ ଓ ଓଟ ନେଇ ଯିରୂଶାଲମକୁ ଫେରି ଗଲେ।
1ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଓଦେଦ୍ର ପୁତ୍ର ଅସରୀୟ ଉପରେ ଅଧିଷ୍ଠାନ କଲେ;2ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋ’ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।3ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ୱର-ବିହୀନ ଓ ଶିକ୍ଷାଦାୟୀ-ଯାଜକବିହୀନ ଓ ବ୍ୟବସ୍ଥାବିହୀନ ହୋଇଥିଲେ।4ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।5ସେହି ସମୟରେ ବାହାରେ ଯିବା ଓ ଭିତରେ ଆସିବା ଲୋକର କିଛି ଶାନ୍ତି ନ ଥିଲା, ମାତ୍ର ଦେଶର ନିବାସୀ ସମସ୍ତେ ମହାତ୍ରାସଯୁକ୍ତ ଥିଲେ।6ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବ ପ୍ରକାର ସଂକଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।7ମାତ୍ର ତୁମ୍ଭେମାନେ ବଳବାନ ହୁଅ ଓ ଆପଣାମାନଙ୍କ ହସ୍ତ ଶିଥିଳ ହେବାକୁ ନ ଦିଅ; କାରଣ ତୁମ୍ଭମାନଙ୍କ କର୍ମ ପୁରସ୍କୃତ ହେବ।”8ଏଥିରେ ଆସା ଏହିସବୁ କଥା ଓ ଓଦେଦ୍ ଭବିଷ୍ୟଦ୍ବକ୍ତାର ଭବିଷ୍ୟତ୍ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନ୍ର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।9ଏଉତ୍ତାରେ ସେ ସମୁଦାୟ ଯିହୁଦା ଓ ବିନ୍ୟାମୀନ୍ ଲୋକଙ୍କୁ, ପୁଣି ଇଫ୍ରୟିମ ଓ ମନଃଶି ଓ ଶିମୀୟୋନ ମଧ୍ୟରୁ ସେମାନଙ୍କ ସହିତ ପ୍ରବାସକାରୀ ଲୋକମାନଙ୍କୁ ଏକତ୍ର କଲେ; କାରଣ ଇସ୍ରାଏଲ ମଧ୍ୟରୁ ଅନେକେ ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ଅଛନ୍ତି ବୋଲି ଦେଖି ତାଙ୍କ ସପକ୍ଷ ହୋଇଥିଲେ।10ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ।11ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ12ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କର ଅନ୍ୱେଷଣ କରିବାକୁ,13ଆଉ ସାନ କି ବଡ଼, ପୁରୁଷ କି ସ୍ତ୍ରୀ, ଯେକେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଅନ୍ୱେଷଣ ନ କରିବ, ତାହାର ପ୍ରାଣଦଣ୍ଡ ହେବ ବୋଲି ନିୟମ କଲେ।14ଆହୁରି ସେମାନେ ଉଚ୍ଚୈଃସ୍ୱରରେ ଜୟଧ୍ୱନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ।15ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ୱେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।16ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ।17ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା।18ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ୱରଙ୍କ ଗୃହକୁ ଆଣିଲେ।19ପୁଣି, ଆସାଙ୍କ ରାଜତ୍ଵର ପଞ୍ଚତିରିଶ ବର୍ଷ ପର୍ଯ୍ୟନ୍ତ ଆଉ ଯୁଦ୍ଧ ହେଲା ନାହିଁ।
1ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କ ରାଜତ୍ଵର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।2ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍ହଦଦ୍ ନିକଟକୁ ପଠାଇ ଏହି କଥା କହିଲେ,3“ମୋ’ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋ’ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଅଛି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗି ଦିଅ, ତହିଁରେ ସେ ମୋ’ ନିକଟରୁ ପ୍ରସ୍ଥାନ କରିବ।”4ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍-ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ଡାର ନଗର ପରାସ୍ତ କଲେ।5ତହିଁରେ ବାଶା ଏହି କଥା ଶୁଣି ରାମା ନଗର ଦୃଢ଼କରଣରୁ କ୍ଷାନ୍ତ ହୋଇ ଆପଣା କାର୍ଯ୍ୟ ସ୍ଥଗିତ ରଖିଲା।6ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ୱାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ।7ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ।8କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ୱାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।9କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”10ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।
1ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ।2ପୁଣି ସେ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ ଦଳ ସ୍ଥାପନ କଲେ।3ଆଉ, ଯିହୋଶାଫଟ୍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;4ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।5ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।6ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।7ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍, ବିନ୍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;8ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍, ଯିହୋନାଥନ୍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍ ଯାଜକକୁ ପଠାଇଲେ।9ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ।10ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ।